
ଖୋର୍ଦ୍ଧା: ଖୋର୍ଦ୍ଧା ପଞ୍ଚାୟତ ସମିତି କାର୍ଯ୍ୟାଳୟ ପରିସରରେ ଆଜିର ପ୍ରତ୍ୟକ୍ଷ ମିଳିତ ଜନଶୁଣାଣି ଶିବିର ଅନୁଷ୍ଠିତ ହୋଇଯାଇଛି। ଆଜି ମୋଟ ୯୩ ଗୋଟି ଆପତ୍ତି ଅଭିଯୋଗ ଦାଖଲ ହୋଇଥିବା ବେଳେ ସେଥିମଧ୍ୟରୁ ସମସ୍ତ ୮୮ଟି ଅଭିଯୋଗ ବ୍ୟକ୍ତିଗତ ଥିଲା ଓ ବାକି ୫ଟି ବିଭିନ୍ନ ଗ୍ରାମର ସାମୁହିକ ସମସ୍ୟା ଥିଲା। ଉକ୍ତ ଅଭିଯୋଗ ମାନଙ୍କ ମଧ୍ୟରୁ ସ୍ଥଳବିଶେଷରେ ୫ଟି ଅଭିଯୋଗର ତତ୍କାଳ ସମାଧାନ କରାଯାଇଥିଲା।
ଆଜିର ମିଳିତ ଜନଶୁଣାଣି ଅବସରରେ ଜିଲ୍ଲାପାଳ କେ. ସୁଦର୍ଶନ ଚକ୍ରବର୍ତ୍ତୀ, ଆରକ୍ଷୀ ଅଧିକ୍ଷକ ସିଦ୍ଧାର୍ଥ କଟାରିଆ,ଅତିରିକ୍ତ ଜିଲ୍ଲାପାଳ ମନୋଜ କୁମାର ପାଢୀ, ବିଡିଓ କ୍ଷିରାବ୍ଧି ତନୟା ସାହୁ, ତହସିଲଦାର ଇପସିତ ସାହୁ, ସାଧାରଣ ଅଭିଯୋଗ ଡେପୁଟି କଲେକ୍ଟର ସୁଚେତା ମହାପାତ୍ର ଓ ଅନ୍ୟ ସମସ୍ତ ବିଭାଗୀୟ ଅଧିକାରୀ ପ୍ରମୁଖ ଉପସ୍ଥିତ ଥିଲେ।