Close Menu
The Samikhsya OdiaThe Samikhsya Odia
  • ହୋମ
  • ବିଶେଷ ଖବର
  • ରାଜ୍ୟ ଖବର
  • ଜାତୀୟ ଖବର
  • ଆଞ୍ଚଳିକ
  • ସଂସ୍କୃତି
  • ବ୍ୟବସାୟ
  • ଧର୍ମ
  • ଖେଳ
  • ମନୋରଂଜନ
  • ଅନ୍ତରାଷ୍ଟ୍ରୀୟ
  • ଜୀବନ ଶୈଳୀ
Facebook X (Twitter) LinkedIn
  • About Us
  • Contact Details
  • Grievance
  • Privacy Policy
  • Terms Of Use
Facebook X (Twitter) LinkedIn
The Samikhsya OdiaThe Samikhsya Odia
  • ହୋମ
  • ବିଶେଷ ଖବର
  • ରାଜ୍ୟ ଖବର
  • ଜାତୀୟ ଖବର
  • ଆଞ୍ଚଳିକ
  • ସଂସ୍କୃତି
  • ବ୍ୟବସାୟ
  • ଧର୍ମ
  • ଖେଳ
  • ଅନ୍ୟାନ୍ୟ
    • ମନୋରଂଜନ
    • ଅନ୍ତରାଷ୍ଟ୍ରୀୟ
    • ଜୀବନ ଶୈଳୀ
Eng
The Samikhsya OdiaThe Samikhsya Odia
Eng
Home»ଆଜିର ଖବର»୨୨ତମ ଦିନରେ ଚୁକ୍ତିଭିତ୍ତିକ କର୍ମଚାରୀ ମାନଙ୍କ ଶାନ୍ତିପୂର୍ଣ୍ଣ ବିକ୍ଷୋଭ 
ଆଜିର ଖବର

୨୨ତମ ଦିନରେ ଚୁକ୍ତିଭିତ୍ତିକ କର୍ମଚାରୀ ମାନଙ୍କ ଶାନ୍ତିପୂର୍ଣ୍ଣ ବିକ୍ଷୋଭ 

September 6, 2022No Comments2 Mins Read
Share Facebook Twitter LinkedIn Email WhatsApp Copy Link

ଭୁବନେଶ୍ୱର: ଚୁକ୍ତିଭିତ୍ତିକ ନିଯୁକ୍ତି ଉଚ୍ଛେଦ ଦାବିରେ ଓଡିଶା ସରକାରୀ ଚୁକ୍ତିଭିତ୍ତିକ କର୍ମଚାରୀ ମହାସଂଘ ତରଫରୁ ସମଗ୍ର ରାଜ୍ୟରେ ରାଜ୍ୟସରକାରଙ୍କ ଅଧୀନରେ ବିଭିନ୍ନ ବିଭାଗରେ କାର୍ଯ୍ୟରତ ଚୁକ୍ତିଭିତ୍ତିକ କର୍ମଚାରୀମାନେ ଅଗଷ୍ଟ ୧୬ତାରିଖରୁ କଳାବ୍ୟାଚ ପରିଧାନ କରି ଶାନ୍ତିପୂର୍ଣ୍ଣ ବିକ୍ଷୋଭ ପ୍ରଦର୍ଶନ କରୁଛନ୍ତି। ଏହି ବିକ୍ଷୋଭ ପ୍ରଦର୍ଶନ ୨୨ତମ ଦିନରେ ପହଞ୍ଚିଛି। ଚୁକ୍ତିଭିତ୍ତିକ /ପ୍ରାରମ୍ଭିକ ନିଯୁକ୍ତି ଉଚ୍ଛେଦ ସହିତ ୬ବର୍ଷ ଚୁକ୍ତିଭିତ୍ତିକ ନିଯୁକ୍ତି ସମୟକୁ ନିୟମିତ ଚାକିରୀ କ୍ଷେତ୍ରରେ ଗଣନା ୨ ମୁଖ୍ୟ ଦାବିକୁ ନେଇ ସମସ୍ତ ବ୍ଲକ, ତହସିଲ, ଜିଲ୍ଲା ମୁଖ୍ୟକାର୍ଯ୍ୟଳୟରେ ଅବସ୍ଥାପିତ ମୁଖ୍ୟଦପ୍ତର ଠାରୁ ଆରମ୍ଭ କରି ଭୁବନେଶ୍ୱର ସ୍ଥିତ ବିଭାଗୀୟ ମୁଖ୍ୟ କାର୍ଯ୍ୟଳୟ ପର୍ଯ୍ୟନ୍ତ ସମସ୍ତ ଚୁକ୍ତିଭିତ୍ତିକ କର୍ମଚାରୀ ମାନେ ମାଧ୍ୟାନ୍ନ ଭୋଜନ ବିରତି ସମୟରେ କଳାବ୍ୟାଚ ପରିଧାନ କରି ଶାନ୍ତିପୂର୍ଣ ବିକ୍ଷୋଭ ପ୍ରଦର୍ଶନ ଏବଂ ମୁଖ୍ୟମନ୍ତ୍ରୀ ଙ୍କ ଉଦେଶ୍ୟରେ ଦାବିପତ୍ର ପ୍ରଦାନ କାର୍ଯ୍ୟକ୍ରମରେ ସାମିଲ ହୋଇଛନ୍ତି।

ଚୁକ୍ତିଭିତ୍ତିକ ପ୍ରଥାକୁ ବିରୋଧ କରି ସରକାରୀ ଚୁକ୍ତିଭିତ୍ତିକ କର୍ମଚାରୀ ମାନଙ୍କ ଆନ୍ଦୋଳନ ବର୍ତ୍ତମାନ ଏକ ନିର୍ଣ୍ଣାୟକ ସ୍ଥିତିରେ ପହଁଚିଛି।ସୋସିଆଲ ମେଡିଆରେ ଡିଜିଟାଲ ଆନ୍ଦୋଳନ,ଚୁକ୍ତିଭିତ୍ତିକ ନିଯୁକ୍ତି ଉଚ୍ଛେଦ ଦାବିରେ ଦସ୍ତଖତ ଅଭିଯାନ, ସାଧାରଣ ସଭା, ବିଶାଳ ପଦଯାତ୍ରା ଏବଂ ସାମ୍ବାଦିକ ସମ୍ମିଳନୀ ମାଧ୍ୟମରେ ଚୁକ୍ତିଭିତ୍ତିକ କର୍ମଚାରୀ ମାନେ ନିଜର ଯଥାଚିତ ଦାବି ମାନ୍ୟବର ମୁଖ୍ୟମନ୍ତ୍ରୀ ଏବଂ ମୁଖ୍ୟଶାସନ ସଚିବଙ୍କୁ ଜଣାଇ ଆସୁଛନ୍ତି। ରାଜ୍ୟସରକାର ଏବଂ ଚୁକ୍ତିଭିତ୍ତିକ ମହାସଂଘ ମଧ୍ୟରେ ଚୁକ୍ତିଭିତ୍ତିକ ନିଯୁକ୍ତି ଉଚ୍ଛେଦ ନେଇ ଦୀର୍ଘଦିନ ଧରି ଆଲୋଚନା ହୋଇ ବହୁବାର ମୁଖ୍ୟଶାସନ ସଚିବଙ୍କୁ ଭେଟି ନିଜର ଦାବି ଜଣାଇଛି ମହାସଂଘ। ରାଜ୍ୟ ସରକାର ଚୁକ୍ତିଭିତ୍ତିକ ମହାସଙ୍ଘର ସମସ୍ତ ଦାବି ଗୁଡିକୁ ସକାରାତ୍ମକ ଭାବେ ଗ୍ରହଣ କରି ଲିଖିତ ପ୍ରତିଶୃତି ଦେଇ ମଧ୍ୟ୍ୟ ଚୁକ୍ତିଭିତ୍ତିକ କର୍ମଚାରୀ ମାନଙ୍କ ଦାବି ଗୁଡିକୁ ପୂରଣ କରିବାରେ କୁଣ୍ଠାବୋଧ କରିବା ସମସ୍ତ ଚୁକ୍ତିଭିତ୍ତିକ କର୍ମଚାରୀ ମାନଙ୍କ ମନରେ ଅସନ୍ତୋଷର ନିଆଁ ଜନ୍ମାଇଛି। ଗତବର୍ଷ ରାଜ୍ୟ ସରକାର ଚୁକ୍ତିଭିତ୍ତିକ ମହାସଙ୍ଘର ସମସ୍ତ ଦାବି ମାନିନେଇ କେବଳ ୫୦% ବେତନ ବୃଦ୍ଧି କରି ଚୁକ୍ତିଭିତ୍ତିକ ନିଯୁକ୍ତି ପ୍ରଥା ଉଚ୍ଛେଦ ସହ ଅନ୍ୟ ସମସ୍ତ ଦାବି ୨ ମାସ ସମୟ ମଧ୍ୟରେ ପୂରଣ କରିବାକୁ ପ୍ରତିଶୃତି ଦେଇଥିଲେ ମଧ୍ୟ ତାହା ପୂରଣ କଲେ ନାହିଁ।

ଚୁକ୍ତିଭିତ୍ତିକ କର୍ମଚାରୀ ମାନଙ୍କ ଶାନ୍ତିପୂର୍ଣ ଆନ୍ଦୋଳନ ଏବଂ ବିକ୍ଷୋଭ ପ୍ରଦର୍ଶନ ଦୀର୍ଘ ତିନି ସପ୍ତାହ ବିତିଯାଇଥିଲେ ମଧ୍ୟ ରାଜ୍ୟସରକାର ମହାସଂଘର ଦାବି ଗୁଡିକୁ ପୂରଣ କରିବା ଦିଗରେ କୌଣସି ଆନ୍ତରିକତା ଦେଖାଉନଥିବାରୁ ଚୁକ୍ତିଭିତ୍ତିକ ମହାସଂଘ ଆସନ୍ତା କାଲି ତା ୦୭.୦୯.୨୦୨୨ ଦିନ ଭୁବନେଶ୍ୱର ଠାରେ ଏକ ସାମ୍ବାଦିକ ସମ୍ମିଳନୀ କରି ନିଜର ଯଥାଚିତ ଦାବି ଏବଂ ଆଗାମୀ ଦିନରେ ହେବାକୁ ଥିବା ଆନ୍ଦୋଳନ ସମ୍ବନ୍ଧରେ ରାଜ୍ୟସରକାର, ବୁଦ୍ଧିଜୀବୀ ଏବଂ ଜନସାଧାରଣଙ୍କୁ ଅବଗତ କରାଇବ।

ରାଜ୍ୟସରକାର ଚୁକ୍ତିଭିତ୍ତିକ ମହାସଂଘକୁ ଦେଇଥିବା ପ୍ରତିଶୃତି ଅନୁଯାୟୀ ଦାବିଗୁଡିକୁ ପୂରଣ ନକରନ୍ତି ତେବେ ମହାସଂଘର ନିର୍ଦ୍ଧାରିତ ଯୋଜନା ଅନୁଯାୟୀ ରାଜ୍ୟରେ କାର୍ଯ୍ୟରତ ସମସ୍ତ ସରକାରୀ ଚୁକ୍ତିଭିତ୍ତିକ କର୍ମଚାରୀମାନେ ସେପ୍ଟେମ୍ବର ମାସ ୧୧ ତାରିଖରେ ଭୁବନେଶ୍ୱର ସ୍ଥିତ ଗାନ୍ଧୀମାର୍ଗ ଠାରେ ଏକ ବୃହତ ଆନ୍ଦୋଳନରେ ସାମିଲ ହେବା ସହିତ କାର୍ଯ୍ୟବନ୍ଦ କରି ସରକାରୀ ଦପ୍ତର ଗୁଡିକ ଅଚଳ କରାଯିବ ଚୁକ୍ତିଭିତିକ ମହାସଂଘର ରାଜ୍ୟ ସଭାପତି ବିଜୟ ମଲ୍ଲ,ସଂଘର ମୁଖ୍ୟ ଉପଦେଷ୍ଟା ପ୍ରଭାତ ମହାନ୍ତି, ସାଧାରଣ ସଂପାଦକ କ୍ଷିତିଶ୍ ପଣ୍ଡା,ସଙ୍ଘଠନ-ସମ୍ପାଦକ ପ୍ରଶାନ୍ତ ରାଉତରାୟ, ନର୍ସିଂ ସଂଘ ନେତା ଅଶ୍ୱିନୀ ଦାସ,ଶିକ୍ଷକ ନେତା ପୂର୍ଣ୍ଣ ଚନ୍ଦ୍ର ଆଇଚ, ସୁଭ୍ରଜିତ ପ୍ରତିହାରୀ, ବିଶ୍ଵଜିତ ବିଶ୍ଵାଳ,ପଞ୍ଚାନନ ଜେନା, ରାଜେନ୍ଦ୍ର ମଲ୍ଲିକ, ପ୍ରାଥମିକ ଶିକ୍ଷକ ସଂଘର ନେତା ଶ୍ରୀକାନ୍ତ ବାରିକ, ଜନ୍ମୋଜୟ ମାଝୀ, ସ୍ମାରକ ରଞ୍ଜନ ସାହୁ, ମାନସ ପରିଡା, ଆଦିତ୍ୟ ସ୍ଵାଇଁ, ଅକ୍ଷୟ ପାଢି, ଉପ-ସଭାପତି, ପ୍ରଭାସ ଭୋଇ, ପ୍ରିତୀରଞ୍ଜନ ପ୍ରଧାନ, ଯୁଗ୍ମ ସମ୍ପାଦକ – ଅଶୋକ ଗଉଡ଼, ବାବୁଲ ନାୟକ, ତନ୍ମୟ ଜେନା, ଶ୍ରୀନିବାସ ମହାନ୍ତି, ଅନିତା ବେହେରା, ଅଳକା ମହାନ୍ତି, ରୋଜାଲିତି ପଣ୍ଡା, ଶିବ ଶଙ୍କର ସାହୁ ପ୍ରେସ ରିଲଜ ଦ୍ୱାରା ଜଣାଇଛନ୍ତି।

ଚୁକ୍ତିଭିତ୍ତିକ କର୍ମଚାରୀ ଶାନ୍ତିପୂର୍ଣ୍ଣ ବିକ୍ଷୋଭ
Share. Facebook Twitter LinkedIn Email WhatsApp Copy Link

Related Posts

ଗୁରୁ କେଳୁଚରଣ ମହାପାତ୍ର ସମ୍ମାନ ଉତ୍ସବ ଉଦ୍‍ଯାପିତ, ଓଡ଼ିଶୀ ନୃତ୍ୟ ‘ଦୁର୍ଯ୍ୟୋଧନ’ ପରିବେଷଣ

September 10, 2025

ଟେକ୍ନୋ ଇଣ୍ଡିଆ ଗ୍ରୁପର କର୍ପୋରେଟ ଯୋଗାଯୋଗ ମୁଖ୍ୟଙ୍କ ସହ ଆଲୋଚନା କଲେ ଉପମୁଖ୍ୟମନ୍ତ୍ରୀ

September 10, 2025

ମହିଳାଙ୍କ ସୁରକ୍ଷାକୁ ନେଇ ଓଡିଶା ପୁଲିସ ପକ୍ଷରୁ ରାଜ୍ୟସ୍ତରୀୟ କର୍ମଶାଳା

September 10, 2025

ରାଜ୍ୟରେ ପ୍ରବଳରୁ ଅତି ପ୍ରବଳ ବର୍ଷା ସହ ବଜ୍ରପାତ ସମ୍ଭାବନା

September 10, 2025
Latest News

ଗୁରୁ କେଳୁଚରଣ ମହାପାତ୍ର ସମ୍ମାନ ଉତ୍ସବ ଉଦ୍‍ଯାପିତ, ଓଡ଼ିଶୀ ନୃତ୍ୟ ‘ଦୁର୍ଯ୍ୟୋଧନ’ ପରିବେଷଣ

September 10, 2025

ଟେକ୍ନୋ ଇଣ୍ଡିଆ ଗ୍ରୁପର କର୍ପୋରେଟ ଯୋଗାଯୋଗ ମୁଖ୍ୟଙ୍କ ସହ ଆଲୋଚନା କଲେ ଉପମୁଖ୍ୟମନ୍ତ୍ରୀ

September 10, 2025

ବିଶିଷ୍ଟ ଶିଳ୍ପପତି ଆନନ୍ଦ ମହିନ୍ଦ୍ରା ଉଦୀୟମାନ ଧାବକ ଅନିମେଷ କୁଜୁରଙ୍କୁ କଲେ ପ୍ରଶଂସା, କହିଲେ… 

September 10, 2025

ମହିଳାଙ୍କ ସୁରକ୍ଷାକୁ ନେଇ ଓଡିଶା ପୁଲିସ ପକ୍ଷରୁ ରାଜ୍ୟସ୍ତରୀୟ କର୍ମଶାଳା

September 10, 2025

ରାଜ୍ୟରେ ପ୍ରବଳରୁ ଅତି ପ୍ରବଳ ବର୍ଷା ସହ ବଜ୍ରପାତ ସମ୍ଭାବନା

September 10, 2025
Load More
The Samikhsya Odia
Facebook X (Twitter) LinkedIn
  • About Us
  • Contact Details
  • Grievance
  • Privacy Policy
  • Terms Of Use

Chief Editor: Sarat Paikray

© 2018-2025 All rights resorved by S M Network | Designed by Ratna Technology.

Type above and press Enter to search. Press Esc to cancel.