
ଭୁବନେଶ୍ବର: ଦକ୍ଷିଣ ଓଡିଶା ଏବଂ ପାର୍ଶ୍ୱବର୍ତ୍ତୀ ଅଞ୍ଚଳରେ ସୁଦୃଶ ଲଘୁଚାପ କ୍ଷେତ୍ର ଘନୀଭୂତ ହୋଇ ଅବପାତ ରେ ପରିଣତ ହୋଇଛି। ଏ ନେଇ ଭୁବନେଶ୍ବର ପାଣିପାଗ ବିଭାଗ ସୂଚନା ଦେଇଛି। ଏହା ଫଳରେ ଆଜି ୧୦ଟି ଜିଲ୍ଲାରେ ପ୍ରବଳରୁ ଅତି ପ୍ରବଳ ବର୍ଷା ଲାଗି ରହିବ ବୋଲି ପାଣିପାଗ ବିଭାଗ କହିଛି।
ପୂର୍ବର ସକ୍ରିୟ ସୁଦୃଶ ଲଘୁଚାପ କ୍ଷେତ୍ର ପ୍ରଭାବରେ ଉପକୂଳ ସମେତ ପାର୍ଶ୍ଵବର୍ତ୍ତୀ ଜିଲ୍ଲା ଗୁଡିକରେ ଲାଗି ରହିଛି ବର୍ଷା। ଆଜି ମଧ୍ୟ ରାଜ୍ୟରେ ବିସ୍ତୃତି ବର୍ଷା ସହ ୧୦ଟି ଜିଲ୍ଲାରେ ପ୍ରବଳ ରୁ ଅତିପ୍ରବଳ ବର୍ଷା ର ସମ୍ଭାବନା ରହିଛି। ସେଗୁଡିକ ହେଲା ଗଜପତି, ଗଂଜାମ, କନ୍ଧମାଳ, କଳାହାଣ୍ଡି, ରାୟଗଡା, ନବରଂଗପୁର, ବଲାଙ୍ଗିର, କୋରାପୁଟ, ବୌଦ୍ଧ ଏବଂ ନୟାଗଡ।
ଏହାର ପ୍ରଭାବରେ ଓଡିଶା ଉପକୂଳରେ ସମୁଦ୍ର ଅଶାନ୍ତ ଥିବାରୁ ୧୨ ତାରିଖ ଯାଏଁ ମତ୍ସ୍ୟଜୀବୀଙ୍କୁ ସମୁଦ୍ର ଭିତରକୁ ଯିବା ପାଇଁ ମନା କରାଯାଇଛି।