Close Menu
The Samikhsya OdiaThe Samikhsya Odia
  • ହୋମ
  • ବିଶେଷ ଖବର
  • ରାଜ୍ୟ ଖବର
  • ଜାତୀୟ ଖବର
  • ଆଞ୍ଚଳିକ
  • ସଂସ୍କୃତି
  • ବ୍ୟବସାୟ
  • ଧର୍ମ
  • ଖେଳ
  • ମନୋରଂଜନ
  • ଅନ୍ତରାଷ୍ଟ୍ରୀୟ
  • ଜୀବନ ଶୈଳୀ
Facebook X (Twitter) LinkedIn
  • About Us
  • Contact Details
  • Grievance
  • Privacy Policy
  • Terms Of Use
Facebook X (Twitter) LinkedIn
The Samikhsya OdiaThe Samikhsya Odia
  • ହୋମ
  • ବିଶେଷ ଖବର
  • ରାଜ୍ୟ ଖବର
  • ଜାତୀୟ ଖବର
  • ଆଞ୍ଚଳିକ
  • ସଂସ୍କୃତି
  • ବ୍ୟବସାୟ
  • ଧର୍ମ
  • ଖେଳ
  • ଅନ୍ୟାନ୍ୟ
    • ମନୋରଂଜନ
    • ଅନ୍ତରାଷ୍ଟ୍ରୀୟ
    • ଜୀବନ ଶୈଳୀ
Eng
The Samikhsya OdiaThe Samikhsya Odia
Eng
Home»ଆଜିର ଖବର»ଜିଲ୍ଲାସ୍ତରୀୟ ପୋଷଣ ଅଭିଯାନ କ୍ରିୟାନୁଷ୍ଠାନ କମିଟି ବୈଠକ ଅନୁଷ୍ଠିତ
ଆଜିର ଖବର

ଜିଲ୍ଲାସ୍ତରୀୟ ପୋଷଣ ଅଭିଯାନ କ୍ରିୟାନୁଷ୍ଠାନ କମିଟି ବୈଠକ ଅନୁଷ୍ଠିତ

September 16, 2022No Comments1 Min Read
Share Facebook Twitter LinkedIn Email WhatsApp Copy Link

ଖୋରଧା: ଜିଲ୍ଲାପାଳ କେ.ସୁଦର୍ଶନ ଚକ୍ରବର୍ତ୍ତୀଙ୍କ ଅଧ୍ୟକ୍ଷତାରେ ଜିଲ୍ଲାସ୍ତରୀୟ ପୋଷଣ ଅଭିଯାନ କ୍ରିୟାନୁଷ୍ଠାନ କମିଟି ବୈଠକ ସଦଭାବନା ସଭାଗୃହରେ ଅନୁଷ୍ଠିତ ହୋଇଛି।
ଏହି ଅବସରରେ ପ୍ରାରମ୍ଭରେ ଚଳିତ ବର୍ଷର ବିଷୟବସ୍ତୁ “ମହିଳା ଓ ସ୍ବାସ୍ଥ୍ୟ, ଶିଶୁ ଓ ଶିକ୍ଷା” ବିଷୟ ବସ୍ତୁ ଉପରେ ଆଲୋଚନା ହୋଇଥିଲା। ନବଜାତ ଶିଶୁ ମାନଙ୍କୁ କ୍ଷୀରଦାନ,ଉତ୍ତମ ଯତ୍ନ, ପରିବେଶ ପରିଷ୍କାର ଓ ପରିଚ୍ଛନ୍ନ, ନିୟମିତ ସ୍ବାସ୍ଥ୍ୟ ପରୀକ୍ଷା, ଓଜନ ମାପ ସହ ପୁଷ୍ଟି ଉପରେ ନଜର ରଖିବା ନିମନ୍ତେ ସଚେତନ ସୃଷ୍ଟି ଉପରେ ବୈଠକରେ ଆଲୋଚନା ହୋଇଛି।

ଏଥିନିମନ୍ତେ ଅଙ୍ଗନୱାଡି ଓ ଆଶା କର୍ମୀ ମାନେ ନିୟମିତ ଭାବେ ଘର ଘର ବୁଲି ମହିଳା ଓ ଶିଶୁ ମାନଙ୍କ ଯତ୍ନ ଏବଂ ପୋଷଣ ଉପରେ ଧ୍ୟାନ ଦେବା ସହ ଶୁଦ୍ଧ ପାନୀୟ ଜଳ, ବାହ୍ୟ ମଳମୂତ୍ର ତ୍ୟାଗ, ଟୀକାକରଣ ଉପରେ ଗୁରୁତ୍ବ ଦେବାକୁ ଜିଲ୍ଲାପାଳ ପରାମର୍ଶ ଦେଇଥିଲେ। ଏଥିନିମନ୍ତେ ମାନସିକତା ପରିବର୍ତ୍ତନ ସହ ଭଲ କାର୍ଯ୍ୟ କରୁଥିବା ଅଙ୍ଗନୱାଡି କର୍ମୀ ମାନଙ୍କୁ ପୁରସ୍କୃତ କରିବା ସହ ଦାୟିତ୍ବରେ ଅବହେଳା କରୁଥିବା କର୍ମୀଙ୍କୁ ତାଗିଦ କରିବାକୁ ବିଭାଗୀୟ ଅଧିକାରୀଙ୍କୁ ପରାମର୍ଶ ଦେଇଛନ୍ତି। କୁପୋଷଣକୁ ହଟେଇବା ନିମନ୍ତେ ଦୀର୍ଘମିଆଦୀ ଅଭିଯାନ ବିଗତ ବର୍ଷ ଗୁଡିକରୁ ଚାଲୁଥିବାରୁ ଏହାକୁ ତ୍ବରାନ୍ବିତ କରିବାକୁ ସମସ୍ତଙ୍କ ସହଯୋଗ ଆବଶ୍ୟକ ଥିବା ଜିଲ୍ଲାପାଳ ପରାମର୍ଶ ଦେଇଛନ୍ତି।

ଉକ୍ତ ବୈଠକରେ ଅନ୍ୟମାନଙ୍କ ମଧ୍ୟରେ ଅତିରିକ୍ତ ଜିଲ୍ଲାପାଳ ମନୋଜ କୁମାର ପାଢୀ, ଉପ ଜିଲ୍ଲାପାଳ ଦେବବ୍ରତ ସାହୁ, ଜିଲ୍ଲା ସାମାଜିକ ସୁରକ୍ଷା ଅଧିକାରୀ ପୁଷ୍ପାଞ୍ଜଳି ମିଶ୍ର, ଜିଲ୍ଲା ଜନସ୍ବାସ୍ଥ୍ୟ ଅଧିକାରୀ ଡଃ ପି.କେ. ଦାଶ, ଜିଲ୍ଲା ସାମାଜିକ ସୁରକ୍ଷା ଅଧିକାରୀ ପ୍ରସନ୍ନ କୁମାର ମଲ୍ଲିକ, ଜିଲ୍ଲା ଶିଶୁ ସୁରକ୍ଷା ଅଧିକାରୀ ବାଣିଶ୍ରୀ ପଟ୍ଟନାୟକ, ସିଡିପିଓ, ବିଭାଗୀୟ ଅଧିକାରୀ ପ୍ରମୁଖ ଉପସ୍ଥିତ ଥିଲେ।

କେ. ସୁଦର୍ଶନ ଚକ୍ରବର୍ତ୍ତୀ ଖୋରଧା
Share. Facebook Twitter LinkedIn Email WhatsApp Copy Link

Related Posts

ସ୍ୱତନ୍ତ୍ର ଏଆଇ ପାର୍କ ପ୍ରତିଷ୍ଠା କରିବ ଓଡ଼ିଶା: ସର୍ବମ ସହିତ ସ୍ୱାକ୍ଷର କଲା ବୁଝାମଣାପତ୍ର

February 7, 2026

ରାଜ୍ୟରେ ଶକ୍ତି ସଂରକ୍ଷଣ ପଦକ୍ଷେପକୁ ଆଗକୁ ବଢ଼ାଇବା ପାଇଁ ବୁଝାମଣାପତ୍ର ସ୍ୱାକ୍ଷରିତ

February 7, 2026

ପାକିସ୍ତାନ ସୀମାରେ ଅବସ୍ଥିତ ‘ଗୁରନାମ ’ ଏବଂ’ ବୋବିଆ ’ ବିଓପି ପରିଦର୍ଶନ କଲେ ଅମିତ ଶାହ

February 7, 2026

ଓଡ଼ିଶାର ଜଣେ ମୁଖ୍ୟ ମାଓ କମାଣ୍ଡର ସମେତ ୧୫ ମାଓ କ୍ୟାଡରଙ୍କ ଆତ୍ମସମର୍ପଣ

February 7, 2026
Latest News

ସ୍ୱତନ୍ତ୍ର ଏଆଇ ପାର୍କ ପ୍ରତିଷ୍ଠା କରିବ ଓଡ଼ିଶା: ସର୍ବମ ସହିତ ସ୍ୱାକ୍ଷର କଲା ବୁଝାମଣାପତ୍ର

February 7, 2026

ରାଜ୍ୟରେ ଶକ୍ତି ସଂରକ୍ଷଣ ପଦକ୍ଷେପକୁ ଆଗକୁ ବଢ଼ାଇବା ପାଇଁ ବୁଝାମଣାପତ୍ର ସ୍ୱାକ୍ଷରିତ

February 7, 2026

ପାକିସ୍ତାନ ସୀମାରେ ଅବସ୍ଥିତ ‘ଗୁରନାମ ’ ଏବଂ’ ବୋବିଆ ’ ବିଓପି ପରିଦର୍ଶନ କଲେ ଅମିତ ଶାହ

February 7, 2026

ଓଡ଼ିଶାର ଜଣେ ମୁଖ୍ୟ ମାଓ କମାଣ୍ଡର ସମେତ ୧୫ ମାଓ କ୍ୟାଡରଙ୍କ ଆତ୍ମସମର୍ପଣ

February 7, 2026

ବିଜେପିରେ ଯୋଗଦେଲେ ଶତାଧିକ ବିଜେଡି ନେତା

February 7, 2026
Load More
The Samikhsya Odia
Facebook X (Twitter) LinkedIn
  • About Us
  • Contact Details
  • Grievance
  • Privacy Policy
  • Terms Of Use

Chief Editor: Sarat Paikray

© 2018-2026 All rights resorved by S M Network | Designed by Ratna Technology.

Type above and press Enter to search. Press Esc to cancel.