ବିଜେପି ବିଧାୟକ ବିଷ୍ଣୁ ସେଠୀଙ୍କର ପରଲୋକ, ବିଭିନ୍ନ ମହଲରେ ଶୋକର ଛାୟା

Published: Sep 19, 2022, 9:29 am IST

ଭୁବନେଶ୍ୱର : ବିଜେପି ବିଧାୟକ ତଥା ବିରୋଧୀ ଦଳର ଉପନେତା ବିଷ୍ଣୁଚରଣ ସେଠୀଙ୍କର ଆଜି ସକାଳେ ପରଲୋକ ହୋଇଯାଇଛି । ଦୀର୍ଘଦିନ ଧରି ସେ କିଡ଼ନୀ ରୋଗରେ ଆକ୍ରାନ୍ତ ଭୁବନେଶ୍ବରର ଏମସରେ ଚିକିତ୍ସିତ ହେଉଥିଲେ। କିଛିଦିନ ତଳେ ତାଙ୍କର ଅବସ୍ଥା ଗୁରୁତର ହେବାରୁ ତାଙ୍କୁ ଆଇସିୟୁରେ ଭର୍ତ୍ତି କରାଯାଇଥିଲା। ହେଲେ ଆଜି ସକାଳେ ମାତ୍ର ୬୧ ବର୍ଷ ବୟସରେ ତାଙ୍କର ପରଲୋକ ହୋଇଛି।

ବିଷ୍ଣୁ ବର୍ତ୍ତମାନ ଧାମନଗର ଆସନର ବିଧାୟକ ଅଛନ୍ତି। ସେ ୨୦୦୦ ମସିହାରେ ଚାନ୍ଦବାଲିରୁ ଏବଂ ୨୦୧୯ରେ ଧାମନଗରରୁ ବିଧାୟକ ଭାବେ ନିର୍ବାଚିତ ହୋଇଛନ୍ତି। ୧୯୬୧ ମସିହା ଜୁନ ୫ରେ ସେ ଜନ୍ମଗ୍ରହଣ କରିଥିବା ବିଷ୍ଣୁ ବେଶ ଲୋକପ୍ରିୟ ନେତା ଭାବେ ପରିଚିତ ଥିଲେ। ତାଙ୍କ ପରଲୋକରେ ବିଭିନ୍ନ ମହଲରେ ଶୋକର ଛାୟା ଖେଳିଯାଇଛି।

Related posts