Close Menu
The Samikhsya OdiaThe Samikhsya Odia
  • ହୋମ
  • ବିଶେଷ ଖବର
  • ରାଜ୍ୟ ଖବର
  • ଜାତୀୟ ଖବର
  • ଆଞ୍ଚଳିକ
  • ସଂସ୍କୃତି
  • ବ୍ୟବସାୟ
  • ଧର୍ମ
  • ଖେଳ
  • ମନୋରଂଜନ
  • ଅନ୍ତରାଷ୍ଟ୍ରୀୟ
  • ଜୀବନ ଶୈଳୀ
Facebook X (Twitter) LinkedIn
  • About Us
  • Contact Details
  • Grievance
  • Privacy Policy
  • Terms Of Use
Facebook X (Twitter) LinkedIn
The Samikhsya OdiaThe Samikhsya Odia
  • ହୋମ
  • ବିଶେଷ ଖବର
  • ରାଜ୍ୟ ଖବର
  • ଜାତୀୟ ଖବର
  • ଆଞ୍ଚଳିକ
  • ସଂସ୍କୃତି
  • ବ୍ୟବସାୟ
  • ଧର୍ମ
  • ଖେଳ
  • ଅନ୍ୟାନ୍ୟ
    • ମନୋରଂଜନ
    • ଅନ୍ତରାଷ୍ଟ୍ରୀୟ
    • ଜୀବନ ଶୈଳୀ
Eng
The Samikhsya OdiaThe Samikhsya Odia
Eng
Home»ଆଜିର ଖବର»ଅନ୍‌ଲାଇନ୍ ଶିକ୍ଷା ଏବଂ ବିପର୍ଯ୍ୟୟ ପରିଚାଳନା କ୍ଷେତ୍ରରେ ଏନ୍‌ଏସ୍‌ଏସ୍‌ର ଦାୟିତ୍ୱ ରହିଛି: ଶ୍ରୀ ସେଠୀ
ଆଜିର ଖବର

ଅନ୍‌ଲାଇନ୍ ଶିକ୍ଷା ଏବଂ ବିପର୍ଯ୍ୟୟ ପରିଚାଳନା କ୍ଷେତ୍ରରେ ଏନ୍‌ଏସ୍‌ଏସ୍‌ର ଦାୟିତ୍ୱ ରହିଛି: ଶ୍ରୀ ସେଠୀ

September 19, 2022No Comments2 Mins Read
Share Facebook Twitter LinkedIn Email WhatsApp Copy Link

ଭୁବନେଶ୍ୱର: ସମାଜ ସେବା ସହିତ ଗ୍ରାମାଂଚଳରେ ଅନ୍‌ଲାଇନ୍ ଶିକ୍ଷା ଗ୍ରହଣ କାର୍ଯ୍ୟକୁ ଅଧିକ ତ୍ୱରାନ୍ୱିତ କରିବା କ୍ଷେତ୍ରରେ ନ୍ୟାସ୍‌ନାଲ୍ ସର୍ଭିସ୍ ସ୍କିମ୍ (ଏନ୍‌ଏସ୍‌ଏସ୍‌) ନିଜକୁ ସାମିଲ କରିବା ଉଚିତ୍ ବୋଲି କହିଛନ୍ତି ରାଜ୍ୟ ସରକାରଙ୍କ ଉଚ୍ଚଶିକ୍ଷା ବିଭାଗର ପ୍ରମୁଖ ସଚିବ ବିଷ୍ଣୁପଦ ସେଠୀ ।

ବଢ଼ୁଥିବା ସଡ଼କ ଦୁର୍ଘଟଣାକୁ ରୋକିବା ନିମନ୍ତେ ଏନ୍‌ଏସ୍‌ଏସ୍ ପ୍ରୋଗ୍ରାମ୍ ସଂଯୋଜକ ଏବଂ ଜିଲ୍ଲା ପ୍ରୋଗ୍ରାମ୍ ଅଫିସର ମାନେ ସଡ଼କ ସୁରକ୍ଷା କ୍ଷେତ୍ରରେ ସ୍ୱେଚ୍ଛାସେବୀମାନଙ୍କୁ ଅଧିକ ପ୍ରଶିକ୍ଷିତ କରିବା ସହ ରାଜ୍ୟର ବିପର୍ଯ୍ୟୟ ପରିଚାଳନା କ୍ଷେତ୍ରରେ ମଧ୍ୟ ସହଯୋଗ କରିବା ନେଇ ମତ ଦେଇଛନ୍ତି ଶ୍ରୀ ସେଠୀ। ଶନିବାର ଶିକ୍ଷା ଓ ଅନୁସନ୍ଧାନ (ସୋଆ)ରେ ଏନ୍‌ଏସ୍‌ଏସ୍‌ର ବରିଷ୍ଠ କାର୍ଯ୍ୟକର୍ତା ମାନଙ୍କର ରାଜ୍ୟସ୍ତରୀୟ ବୈଠକ ଅବସରରେ ଯୋଗ ଦେଇ ଏହା କହିଛନ୍ତି ଶ୍ରୀ ସେଠୀ।

ଓଡ଼ିଶା ବନ୍ୟା ଓ ବାତ୍ୟା ଭଳି ପ୍ରାକୃତିକ ବିପର୍ଯ୍ୟୟର ବାରମ୍ବାର ସମ୍ମୁଖୀନ ହେଉଥିବାରୁ ଏନ୍‌ଏସ୍‌ଏସ୍ ସ୍ୱେଚ୍ଛାସେବୀମାନେ ଲୋକଙ୍କ ଜୀବନ ଓ ସମ୍ପତିକୁ ସୁରକ୍ଷା କରିବା ନିମନ୍ତେ ବିପର୍ଯ୍ୟୟ ପରିଚାଳନା କ୍ଷେତ୍ରରେ ମଧ୍ୟ ସହଯୋଗ କରିବା ଉଚିତ୍ ବୋଲି ସେ କହିଥିଲେ।
ଏହି ଅବସରରେ ଏନ୍‌ଏସ୍‌ଏସ୍‌ର ସର୍ବଭାରତୀୟ ନିର୍ଦ୍ଦେଶକ ଶ୍ରୀ ପଙ୍କଜ କୁମାର ସିଂହ କହିଥିଲେ ଯେ ଅନୁଷ୍ଠାନର ଲକ୍ଷ୍ୟ ହେଉଛି “ମୁଁ ନୁହେଁ ମାତ୍ର ଆପଣ”। ବର୍ତମାନ ପରିସ୍ଥିତିରେ ଯେତେବେଳେ ସମାଜର ସେବା ବଦଳରେ ନିଜ କ୍ୟାରିୟରକୁ ଅଧିକ ଗୁରୁତ୍ୱ ଦିଆଯାଉଛି ସେତେବେଳେ ଏନ୍‌ଏସ୍‌ଏସ୍‌ର ଭୂମିକା ତାତ୍ପର୍ଯ୍ୟପୂର୍ଣ୍ଣ।

ଏହି କାର୍ଯ୍ୟକ୍ରମରେ ସଭାପତିତ୍ୱ କରି ସୋଆର ପ୍ରୋ-ଚାନ୍‌ସେଲର ପ୍ରଫେସର ଅମିତ ବାନାର୍ଜୀ ଏନ୍‌ଏସଏସ୍‌ର ସ୍ଥାପନା ସମୟରେ ଜଣେ ଭଲ୍ୟୁଂଟର ଭାବେ ନିଜର ଅନୁଭୂତି କହିଥିଲେ। ସୋଆର ଏନ୍‌ଏସ୍‌ଏସ୍‌ର ପ୍ରୋଗ୍ରାମ୍ କୋର୍ଡିନେଟର ପ୍ରଫେସର ନଚିକେତା ଶର୍ମା ଧନ୍ୟବାଦ ଅର୍ପଣ କରିଥିଲେ।

ଏହି ଅବସରରେ ଜାତୀୟ ସ୍ତରୀୟ ଏନ୍‌ଏସ୍‌ଏସ୍ ଆୱାର୍ଡ ପାଇବା ନିମନ୍ତେ ମନୋନୀତ ହୋଇଥିବା ପ୍ରତୀକ ଦାସ ସମେତ ଜଣ ସ୍ୱେଚ୍ଛାସେବୀ ଓ ଜଣେ ପ୍ରୋଗ୍ରାମ ଅଫିସରଙ୍କୁ ସମ୍ମାନିତ କରାଯାଇଥିଲା।

କାର୍ଯ୍ୟକ୍ରମରେ ବିଭିନ୍ନ ବିଶ୍ୱବିଦ୍ୟାଳୟ ଏବଂ ଉଚ୍ଚ ଶିକ୍ଷାନୁଷ୍ଠାନର ଏନ୍‌ଏସ୍‌ଏସ୍‌ର କୋର୍ଡିନେଟର ଏବଂ ପ୍ରୋଗ୍ରାମ ଅଫିସରମାନେ ଯୋଗ ଦେଇଥିଲେ। ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦୀଙ୍କ ଜନ୍ମ ଦିବସ ଅବସରରେ ସୋଆରେ ଆୟୋଜିତ ରକ୍ତଦାନ ଶିବିର କାର୍ଯ୍ୟକ୍ରମକୁ ଉପସ୍ଥିତ ଅତିଥିମାନେ ପରିଦର୍ଶନ କରିଥିଲେ।

ଏନ୍‌ଏସ୍‌ଏସ୍‌ ବିପର୍ଯ୍ୟୟ ପରିଚାଳନା ସମାଜ ସେବା
Share. Facebook Twitter LinkedIn Email WhatsApp Copy Link

Related Posts

ରାମ ମନ୍ଦିର ଦାନ ଚୋରି ମାମଲା: ତୁରନ୍ତ ଶୁଣାଣି କରିବାକୁ ମନା କଲେ  ସୁପ୍ରିମକୋର୍ଟ

June 29, 2026

ସକାଳୁ ପୁରୀରେ ପହଞ୍ଚି ମହାପ୍ରଭୁଙ୍କ ଦର୍ଶନ କଲେ କେନ୍ଦ୍ର ମନ୍ତ୍ରୀ ଧର୍ମେନ୍ଦ୍ର ପ୍ରଧାନ

June 29, 2026

୬୫ତମ ଜାତୀୟ ଆନ୍ତଃରାଜ୍ୟ ବରିଷ୍ଠ ଆଥଲେଟିକ୍ସ ପ୍ରତିଯୋଗିତା ଉଦଯାପିତ

June 29, 2026

ପବିତ୍ର ଦେବ ସ୍ନାନ ପୂର୍ଣ୍ଣିମା ଅବସରରେ କଳାକୃତି ନିର୍ମାଣ କଲେ ବାଲୁକା ଶିଳ୍ପୀ ସୁଦର୍ଶନ ପଟ୍ଟନାୟକ

June 29, 2026
Latest News

ରାମ ମନ୍ଦିର ଦାନ ଚୋରି ମାମଲା: ତୁରନ୍ତ ଶୁଣାଣି କରିବାକୁ ମନା କଲେ  ସୁପ୍ରିମକୋର୍ଟ

June 29, 2026

ସକାଳୁ ପୁରୀରେ ପହଞ୍ଚି ମହାପ୍ରଭୁଙ୍କ ଦର୍ଶନ କଲେ କେନ୍ଦ୍ର ମନ୍ତ୍ରୀ ଧର୍ମେନ୍ଦ୍ର ପ୍ରଧାନ

June 29, 2026

୬୫ତମ ଜାତୀୟ ଆନ୍ତଃରାଜ୍ୟ ବରିଷ୍ଠ ଆଥଲେଟିକ୍ସ ପ୍ରତିଯୋଗିତା ଉଦଯାପିତ

June 29, 2026

ପବିତ୍ର ଦେବ ସ୍ନାନ ପୂର୍ଣ୍ଣିମା ଅବସରରେ କଳାକୃତି ନିର୍ମାଣ କଲେ ବାଲୁକା ଶିଳ୍ପୀ ସୁଦର୍ଶନ ପଟ୍ଟନାୟକ

June 29, 2026

‘ପିଏମ୍ ଫ୍ୟାମିଲି କେୟାର୍ ଟ୍ରାକର୍’ ପାଇଲଟ୍ ପ୍ରକଳ୍ପକୁ ଉଦଘାଟନ କଲେ ଅମିତ ଶାହ

June 29, 2026
Load More
The Samikhsya Odia
Facebook X (Twitter) LinkedIn
  • About Us
  • Contact Details
  • Grievance
  • Privacy Policy
  • Terms Of Use

Chief Editor: Sarat Paikray

© 2018-2026 All rights resorved by S M Network | Designed by Ratna Technology.

Type above and press Enter to search. Press Esc to cancel.