Close Menu
The Samikhsya OdiaThe Samikhsya Odia
  • ହୋମ
  • ବିଶେଷ ଖବର
  • ରାଜ୍ୟ ଖବର
  • ଜାତୀୟ ଖବର
  • ଆଞ୍ଚଳିକ
  • ସଂସ୍କୃତି
  • ବ୍ୟବସାୟ
  • ଧର୍ମ
  • ଖେଳ
  • ମନୋରଂଜନ
  • ଅନ୍ତରାଷ୍ଟ୍ରୀୟ
  • ଜୀବନ ଶୈଳୀ
Facebook X (Twitter) LinkedIn
  • About Us
  • Contact Details
  • Grievance
  • Privacy Policy
  • Terms Of Use
Facebook X (Twitter) LinkedIn
The Samikhsya OdiaThe Samikhsya Odia
  • ହୋମ
  • ବିଶେଷ ଖବର
  • ରାଜ୍ୟ ଖବର
  • ଜାତୀୟ ଖବର
  • ଆଞ୍ଚଳିକ
  • ସଂସ୍କୃତି
  • ବ୍ୟବସାୟ
  • ଧର୍ମ
  • ଖେଳ
  • ଅନ୍ୟାନ୍ୟ
    • ମନୋରଂଜନ
    • ଅନ୍ତରାଷ୍ଟ୍ରୀୟ
    • ଜୀବନ ଶୈଳୀ
Eng
The Samikhsya OdiaThe Samikhsya Odia
Eng
Home»ଆଜିର ଖବର»ମୁଖ୍ୟମନ୍ତ୍ରୀଙ୍କ ପ୍ରମୁଖ ପରାମର୍ଶଦାତାଙ୍କୁ ସାକ୍ଷାତ କଲେ ଭିସୁଟ୍‌ର କୁଳପତି
ଆଜିର ଖବର

ମୁଖ୍ୟମନ୍ତ୍ରୀଙ୍କ ପ୍ରମୁଖ ପରାମର୍ଶଦାତାଙ୍କୁ ସାକ୍ଷାତ କଲେ ଭିସୁଟ୍‌ର କୁଳପତି

September 19, 2022No Comments1 Min Read
Share Facebook Twitter LinkedIn Email WhatsApp Copy Link
ମୁଖ୍ୟମନ୍ତ୍ରୀଙ୍କ ପ୍ରମୁଖ ପରାମର୍ଶଦାତାଙ୍କୁ ସାକ୍ଷାତ କଲେ ଭିସୁଟ୍‌ର କୁଳପତି

ଭୁବନେଶ୍ୱର: ବୀର ସୁରେନ୍ଦ୍ର ସାଏ ବୈଷୟିକ ବିଶ୍ୱବିଦ୍ୟାଳୟର କୁଳପତି ପ୍ରାଧ୍ୟାପକ ବଂଶୀଧର ମାଝୀ ଆଜି ପୂର୍ବାହ୍ନରେ ମୁଖ୍ୟମନ୍ତ୍ରୀଙ୍କ ପ୍ରମୁଖ ପରାମର୍ଶଦାତା ତଥା ପଶ୍ଚିମ ଓଡ଼ିଶା ବିକାଶ ପରିଷଦର ଅଧ୍ୟକ୍ଷ ଶ୍ରୀ ଅସିତ କୁମାର ତ୍ରିପାଠୀଙ୍କୁ ସାକ୍ଷାତ କରି ନିକଟରେ ବିଶ୍ୱବିଦ୍ୟାଳୟ ପାଇଁ ସରକାର ନେଇଥିବା ପଦକ୍ଷେପ ପାଇଁ ମାନ୍ୟବର ମୁଖ୍ୟମନ୍ତ୍ରୀଙ୍କୁ ଧନ୍ୟବାଦ ଜଣାଇବା ସହ ଏହି ଉପକ୍ରମରେ ଶ୍ରୀ ତ୍ରିପାଠୀଙ୍କ ସହଯୋଗର ଭୂୟସୀ ପ୍ରଶଂସା କରିଥିଲେ ।

ପୂର୍ବତନ ଛାତ୍ର ଭାବେ ଶ୍ରୀ ବ୍ରହ୍ମାନନ୍ଦ ମିଶ୍ର ଓ ଶ୍ରୀ ବିମଳ କୁମାର ମିଶ୍ର କୁଳପତିଙ୍କ ସହ ଏହି ସାକ୍ଷାତବେଳେ ଉପସ୍ଥିତ ଥିଲେ । ବିଶ୍ୱବିଦ୍ୟାଳୟକୁ ୫-‘ଟି’ ଉପକ୍ରମ ମଧ୍ୟରେ ସାମିଲ କରିଥିବାରୁ ସେମାନେ ୫-‘ଟି’ ସଚିବ ଶ୍ରୀ ଭି. କାର୍ତ୍ତିକେୟନ୍‌ ପାଣ୍ଡିଆନ୍‌ଙ୍କୁ ମଧ୍ୟ ଧନ୍ୟବାଦ ଜଣାଇଥିଲେ । ଦଶହରା ଛୁଟି ପରେ ଏକ ଛାତ୍ର ପ୍ରତିନିଧି ମଣ୍ଡଳୀ ସହ ପୁରାତନ ବିଦ୍ୟାର୍ଥୀ ସ୍ୱତନ୍ତ୍ର ଭାବେ ମୁଖ୍ୟମନ୍ତ୍ରୀଙ୍କୁ ଭେଟି କୃତଜ୍ଞତା ଜଣାଇବେ ବୋଲି କୁଳପତି ପ୍ରାଧ୍ୟାପକ ମାଝୀ କହିଥିଲେ ।

ଆଗାମୀ ୫ ବର୍ଷ ମଧ୍ୟରେ ତିନୋଟି ପର୍ଯ୍ୟାୟରେ ୨ ହଜାର କୋଟି ଅର୍ଥ ବ୍ୟୟ କରି ଏହାକୁ ଏକ ପୂର୍ଣ୍ଣାଙ୍ଗ ଗବେଷଣା ବିଶ୍ୱବିଦ୍ୟାଳୟ ଭାବେ ଗଢ଼ିତୋଳିବା ପାଇଁ ମାଷ୍ଟର ପ୍ଲାନ୍‌ କରାଯାଇଛି, ଯାହାକୁ ରାଜ୍ୟ ସରକାର ଅନୁମୋଦନ କରିଛନ୍ତି । ସେହିପରି ୨୦୩୦ ସୁଦ୍ଧା ଭିଏସ୍‌ଏସ୍‌ୟୁଟିକୁ ବହୁ ବିଭାଗୀୟ ଇଂଜିନିୟରିଂ ଏବଂ ଗବେଷଣା ବିଶ୍ୱବିଦ୍ୟାଳୟ ଭାବେ ବିକଶିତ କରାଯିବ । ଏଥି ସହ ବିଶ୍ୱବିଦ୍ୟାଳୟ ଅଧୀନରେ ୧୪ରୁ ଅଧିକ ବିଭାଗ ଖୋଲାଯିବା ସହ ୨୭ରୁ ଊଦ୍ଧ୍ୱର୍ ଉତ୍କର୍ଷ କେନ୍ଦ୍ର ଗଠନ କରାଯିବ ।

ଏହି ବିଶ୍ୱବିଦ୍ୟାଳୟକୁ ଯୁଗୋପଯୋଗୀ କରାଯାଇ ଅଧିକ ବ୍ୟବହାରିକ ବିଷୟରେ ପାଠ ପଢ଼ିବାର ବ୍ୟବସ୍ଥା କରାଯିବା ପାଇଁ ଯୋଜନା କରାଯାଇଛି । ଆଗାମୀ ୨୦୨୬ ସୁଦ୍ଧା ଏହି ବିଶ୍ୱବିଦ୍ୟାଳୟ ଅଧୀନରେ ପ୍ରାୟ ୧୦ ହଜାର ଛାତ୍ରଛାତ୍ରୀ ପଢ଼ିପାରିବେ ବୋଲି କୁଳପତି ଶ୍ରୀ ମାଝୀ ଏହି ସାକ୍ଷାତ ସମୟରେ ପ୍ରକାଶ କରିଛନ୍ତି ।

ଅସିତ କୁମାର ତ୍ରିପାଠୀ ବୀର ସୁରେନ୍ଦ୍ର ସାଏ ବୈଷୟିକ ବିଶ୍ବବିଦ୍ୟାଳ ମୁଖ୍ୟମନ୍ତ୍ରୀଙ୍କ ପ୍ରମୁଖ ପରାମର୍ଶଦାତା
Share. Facebook Twitter LinkedIn Email WhatsApp Copy Link

Related Posts

BSNL ମାରିଲା ବାଜି!: Jio ଏବଂ Airtelକୁ ପଛରେ ପକାଇ ଏହି କ୍ଷେତ୍ରରେ ହେଲା ନମ୍ବର ୱାନ୍

April 12, 2026

ଜୁଲାଇ ୩ରୁ ଅମରନାଥ ଯାତ୍ରା: ଏପ୍ରିଲ ୧୫ରେ ଆରମ୍ଭ ହେବ ପଞ୍ଜୀକରଣ

April 12, 2026

କମିଲା ନା ବଢିଲା, ଜାଣନ୍ତୁ ଆଜି ଭୁବନେଶ୍ଵରରେ ସୁନା ଏବଂ ରୂପାର ମୂଲ୍ୟ କେତେ?

April 12, 2026

ଚାଲିଗଲେ ଆଶା ଭୋସ୍‌ଲେ : ୯୨ ବର୍ଷରେ ଆଖି ବୁଜିଲେ

April 12, 2026
Latest News

BSNL ମାରିଲା ବାଜି!: Jio ଏବଂ Airtelକୁ ପଛରେ ପକାଇ ଏହି କ୍ଷେତ୍ରରେ ହେଲା ନମ୍ବର ୱାନ୍

April 12, 2026

ସାମ୍ବାଦିକ ନୃସିଂହ ମିଶ୍ରଙ୍କ ବିୟୋଗରେ ଶୋକସଭା

April 12, 2026

ଜୁଲାଇ ୩ରୁ ଅମରନାଥ ଯାତ୍ରା: ଏପ୍ରିଲ ୧୫ରେ ଆରମ୍ଭ ହେବ ପଞ୍ଜୀକରଣ

April 12, 2026

କମିଲା ନା ବଢିଲା, ଜାଣନ୍ତୁ ଆଜି ଭୁବନେଶ୍ଵରରେ ସୁନା ଏବଂ ରୂପାର ମୂଲ୍ୟ କେତେ?

April 12, 2026

ଚାଲିଗଲେ ଆଶା ଭୋସ୍‌ଲେ : ୯୨ ବର୍ଷରେ ଆଖି ବୁଜିଲେ

April 12, 2026
Load More
The Samikhsya Odia
Facebook X (Twitter) LinkedIn
  • About Us
  • Contact Details
  • Grievance
  • Privacy Policy
  • Terms Of Use

Chief Editor: Sarat Paikray

© 2018-2026 All rights resorved by S M Network | Designed by Ratna Technology.

Type above and press Enter to search. Press Esc to cancel.