Close Menu
The Samikhsya OdiaThe Samikhsya Odia
  • ହୋମ
  • ବିଶେଷ ଖବର
  • ରାଜ୍ୟ ଖବର
  • ଜାତୀୟ ଖବର
  • ଆଞ୍ଚଳିକ
  • ସଂସ୍କୃତି
  • ବ୍ୟବସାୟ
  • ଧର୍ମ
  • ଖେଳ
  • ମନୋରଂଜନ
  • ଅନ୍ତରାଷ୍ଟ୍ରୀୟ
  • ଜୀବନ ଶୈଳୀ
Facebook X (Twitter) LinkedIn
  • About Us
  • Contact Details
  • Grievance
  • Privacy Policy
  • Terms Of Use
Facebook X (Twitter) LinkedIn
The Samikhsya OdiaThe Samikhsya Odia
  • ହୋମ
  • ବିଶେଷ ଖବର
  • ରାଜ୍ୟ ଖବର
  • ଜାତୀୟ ଖବର
  • ଆଞ୍ଚଳିକ
  • ସଂସ୍କୃତି
  • ବ୍ୟବସାୟ
  • ଧର୍ମ
  • ଖେଳ
  • ଅନ୍ୟାନ୍ୟ
    • ମନୋରଂଜନ
    • ଅନ୍ତରାଷ୍ଟ୍ରୀୟ
    • ଜୀବନ ଶୈଳୀ
Eng
The Samikhsya OdiaThe Samikhsya Odia
Eng
Home»ଆଜିର ଖବର»ଛାତ୍ରଛାତ୍ରୀମାନଙ୍କ ଭବିଷ୍ୟତର ସ୍ୱପ୍ନ ବିଷୟରେ ପଚାରି ବୁଝିଲେ ୫ଟି ସଚିବ
ଆଜିର ଖବର

ଛାତ୍ରଛାତ୍ରୀମାନଙ୍କ ଭବିଷ୍ୟତର ସ୍ୱପ୍ନ ବିଷୟରେ ପଚାରି ବୁଝିଲେ ୫ଟି ସଚିବ

September 25, 2022No Comments2 Mins Read
Share Facebook Twitter LinkedIn Email WhatsApp Copy Link

ସୁନ୍ଦରଗଡ଼/ରାଉରକେଲା: ରାଜ୍ୟ ସରକାରଙ୍କ ‘୫ଟି’ ଅଭିଯାନ ଅଧୀନରେ ସୁନ୍ଦରଗଡ଼ ଜିଲ୍ଲାରେ ସମସ୍ତ ସରକାରୀ ହାଇସ୍କୁଲର ରୂପାନ୍ତରଣ କରାଯାଉଛି। ଶନିବାର ଦିନ ‘୫ଟି’ ସଚିବ ଭି କାର୍ତ୍ତିକେୟନ୍ ପାଣ୍ଡିଆନ୍ ଭିଡିଓ କନଫରେନ୍ସିଂ ଜରିଆରେ ଏହି କାର୍ଯ୍ୟକ୍ରମର ଅଗ୍ରଗତି ସମୀକ୍ଷା କରିବା ବେଳେ ଉପସ୍ଥିତ ଛାତ୍ରଛାତ୍ରୀଙ୍କଠାରୁ ସେମାନଙ୍କ ଭବିଷ୍ୟତର ସ୍ୱପ୍ନ ବିଷୟରେ ପଚାରି ବୁଝିଥିଲେ।

‘‘ସ୍କୁଲ ହେଉଛି ଆମର ମା’ ଭଳି। ତେଣୁ ଆମେ ସମସ୍ତେ ରୂପାନ୍ତରିତ ହାଇସ୍କୁଲଗୁଡ଼ିକରେ ବିକଶିତ କରାଯାଇଥିବା ବିଭିନ୍ନ ଅତ୍ୟାଧୁନିକ ଭିତ୍ତିଭୂମି ସହ ଏହାର ପରିବେଶର ପୂର୍ଣ୍ଣ ଯତ୍ନ ନେବା ଆବଶ୍ୟକ। ଆମ ସ୍କୁଲ ପରିବେଶ ଏଭଳି ରହିଲେ ପିଲାମାନଙ୍କର ଭବିଷ୍ୟତ ମଧ୍ୟ ଉଜ୍ଜ୍ୱଳ ହୋଇପାରିବ। ତେଣୁ ଏହି କାମରେ ପୁରାତନ ଛାତ୍ରଛାତ୍ରୀ, ସ୍ଥାନୀୟ ଜନସାଧାରଣ, ପଞ୍ଚାୟତ ପ୍ରତିନିଧିମାନେ ସହଯୋଗ କରିବା ଦରକାର’’, କହିଛନ୍ତି ୫ଟି ସଚିବ।

ଏହି ଅବସରରେ ସେ ଆହୁରି କହିଥିଲେ ଯେ, ‘‘ହାଇସ୍କୁଲ ରୂପାନ୍ତରଣ କାର୍ଯ୍ୟକ୍ରମ ହେଉଛି ମାନ୍ୟବର ମୁଖ୍ୟମନ୍ତ୍ରୀଙ୍କର ଏକ ଅଭିନବ ପରିକଳ୍ପନା। ଏହି କାର୍ଯ୍ୟକ୍ରମ ଛାତ୍ରଛାତ୍ରୀମାନଙ୍କ ଭବିଷ୍ୟତର ସ୍ୱପ୍ନକୁ ଏକ ନୂଆ ଦିଗ ଦେଖାଇବାରେ ବିଶେଷ ସହାୟକ ହେବ।’’ ସୁନ୍ଦରଗଡ଼ ଜିଲ୍ଲାରେ ଏହି କାର୍ଯ୍ୟକ୍ରମକୁ ସଫଳ କରିବା ପାଇଁ ୫ଟି ସଚିବ ସମସ୍ତଙ୍କର ସହଯୋଗ ଲୋଡ଼ିଥିଲେ।

ସମସ୍ତ ରୂପାନ୍ତରିତ ହାଇସ୍କୁଲର ଆବଶ୍ୟକ ଜମି ପଟ୍ଟା ପ୍ରଦାନ ସହ ସ୍କୁଲଗୁଡ଼ିକୁ ନିରନ୍ତର ବିଦ୍ୟୁତ ସେବା, ସ୍ଥାୟୀ ରାସ୍ତା ନିର୍ମାଣ ଏବଂ ସ୍କୁଲ ପରିସରରେ ବ୍ୟାପକ ଚାରା ରୋପଣ କରିବା ଲାଗି ୫ଟି ସଚିବ ଜିଲ୍ଲା ପ୍ରଶାସନକୁ ପରାମର୍ଶ ଦେଇଥିଲେ।
ବିଶେଷକରି ଏହି କାର୍ଯ୍ୟକ୍ରମ ଅବସରରେ ୫ଟି ସଚିବ ଉପସ୍ଥିତ ୧୩ଟି ବ୍ଲକର ବିଭିନ୍ନ ହାଇସ୍କୁଲରୁ ଆସିଥିବା ଛାତ୍ରଛାତ୍ରୀଙ୍କ ସହ ସିଧାସଳଖ କଥାବାର୍ତ୍ତା କରିଥିଲେ। ଛାତ୍ରଛାତ୍ରୀମାନେ ନିଜ ନିଜର ଭବିଷ୍ୟତର ସ୍ୱପ୍ନ ବିଷୟରେ କହିଥିଲେ। ୫ଟି ସଚିବ ସେମାନଙ୍କର ଉଜ୍ଜ୍ୱଳ ଭବିଷ୍ୟତ କାମନା କରିଥିଲେ।

ଏହି କାର୍ଯ୍ୟକ୍ରମରେ ସୁନ୍ଦରଗଡ଼ ଜିଲ୍ଲାପାଳ ଡାକ୍ତର ପରାଗ ହର୍ଷଦ ଗାଭାଲି ଓସ୍ୱାନ କନଫରେନ୍ସ ହଲଠାରେ ଉପସ୍ଥିତ ଥିଲେ। ସେହିପରି ରାଉରକେଲାରେ ଅତିରିକ୍ତ ଜିଲ୍ଲାପାଳ ତଥା ମହାନଗର ନିଗମ କମିଶନର ଡାକ୍ତର ଶୁଭଙ୍କର ମହାପାତ୍ର ଏବଂ ଅନ୍ୟ ଅଧିକାରୀମାନେ ଯୋଗ ଦେଇଥିଲେ।

ସୁନ୍ଦରଗଡ଼ଠାରେ ଅନ୍ୟମାନଙ୍କ ମଧ୍ୟରେ ସୁନ୍ଦରଗଡ଼ ଜିଲ୍ଲା ପରିଷଦର ମୁଖ୍ୟ ଉନ୍ନୟନ ଅଧିକାରୀ ତଥା କାର୍ଯ୍ୟ ନିର୍ବାହୀ ଅଧିକାରୀ ଭୈରବ ସିଂ ପଟେଲ, ଜିଲ୍ଲା ଶିକ୍ଷା ଅଧିକାରୀ ଅମୂଲ୍ୟ କୁମାର ପଧାନ, ସମଗ୍ର ଶିକ୍ଷା ଅଭିଯାନର ବରିଷ୍ଠ ବୈଷୟିକ ପରାମର୍ଶଦାତା ବିଶ୍ୱମନୋହର ସୁବୁଦ୍ଧିଙ୍କ ସହିତ ଜିଲ୍ଲାର ବରିଷ୍ଠ ଅଧିକାରୀମାନେ ଉପସ୍ଥିତ ଥିଲେ।

ଜିଲ୍ଲାର ୧୩ଟି ବ୍ଲକ କାର୍ଯ୍ୟାଳୟଠାରେ ସ୍ଥାନୀୟ ବିଡିଓଙ୍କ ସହିତ ବିଭିନ୍ନ ସ୍କୁଲରୁ ଆସିଥିବା ଛାତ୍ରଛାତ୍ରୀ, ପ୍ରଧାନ ଶିକ୍ଷକ/ଶିକ୍ଷୟିତ୍ରୀ, ସ୍କୁଲ ପରିଚାଳନା କମିଟିର ସଦସ୍ୟ, ପୁରାତନ ଛାତ୍ରଛାତ୍ରୀ ଏବଂ ସ୍ଥାନୀୟ ଜନପ୍ରତିନିଧିମାନେ ଭିଡିଓ କନଫରେନ୍ସିଂରେ ଯୋଡ଼ି ହୋଇଥିଲେ।

ସୁନ୍ଦରଗଡ଼ ଜିଲ୍ଲାରେ ମୋଟ ୩୮୪ଟି ସରକାରୀ ହାଇସ୍କୁଲର ରୂପାନ୍ତରଣ କାର୍ଯ୍ୟକ୍ରମ ହାତକୁ ନିଆଯାଇଛି। ସେଥିମଧ୍ୟରୁ ପର୍ଯ୍ୟାୟକ୍ରମେ ୨୪୭ଟି ରୂପାନ୍ତରିତ ହାଇସ୍କୁଲକୁ ମାନ୍ୟବର ମୁଖ୍ୟମନ୍ତ୍ରୀ ଲୋକାର୍ପଣ କରିଛନ୍ତି। ପରବର୍ତ୍ତୀ ପର୍ଯ୍ୟାୟରେ ଲୋକାର୍ପଣ ହେବାକୁ ଥିବା ହାଇସ୍କୁଲଗୁଡ଼ିକର ରୂପାନ୍ତରଣ କାର୍ଯ୍ୟ ନିର୍ଦ୍ଧାରିତ ସମୟ ଭିତରେ ଶେଷ କରିବାକୁ ୫ଟି ସଚିବ ଜିଲ୍ଲା ପ୍ରଶାସନକୁ ନିର୍ଦ୍ଦେଶ ଦେଇଛନ୍ତି।

ଭି କାର୍ତ୍ତିକେୟନ୍ ପାଣ୍ଡିଆନ୍ ଭିଡିଓ କନଫରେନ୍ସିଂ ରାଜ୍ୟ ସରକାର
Share. Facebook Twitter LinkedIn Email WhatsApp Copy Link

Related Posts

ସପ୍ତମ ଦିନରେ ଆଉଟସୋର୍ସିଙ୍ଗ କର୍ମଚାରୀଙ୍କ ଆନ୍ଦୋଳନ

March 16, 2026

ଯାତ୍ରୀଗଣ ଧ୍ୟାନ ଦିଅନ୍ତୁ: ପୁରୀ ଷ୍ଟେସନରେ ଭିତ୍ତିଭୂମି ଉନ୍ନତିକରଣ ପାଇଁ ଟ୍ରେନ୍ ଚଳାଚଳରେ ପରିବର୍ତ୍ତନ

March 16, 2026

ଚର୍ଲାପାଲ୍ଲିରୁ କାମାକ୍ଷା ଓ ଶାଲିମାରକୁ ଦୁଇଟି ଅମୃତ ଭାରତ ଏକ୍ସପ୍ରେସ୍ ଟ୍ରେନ ସେବା

March 16, 2026

Common PG Entrance Test ଆବେଦନ ପାଇଁ ବଢିଲା ସମୟ ସୀମା 

March 16, 2026
Latest News

ସପ୍ତମ ଦିନରେ ଆଉଟସୋର୍ସିଙ୍ଗ କର୍ମଚାରୀଙ୍କ ଆନ୍ଦୋଳନ

March 16, 2026

ଯାତ୍ରୀଗଣ ଧ୍ୟାନ ଦିଅନ୍ତୁ: ପୁରୀ ଷ୍ଟେସନରେ ଭିତ୍ତିଭୂମି ଉନ୍ନତିକରଣ ପାଇଁ ଟ୍ରେନ୍ ଚଳାଚଳରେ ପରିବର୍ତ୍ତନ

March 16, 2026

ଚର୍ଲାପାଲ୍ଲିରୁ କାମାକ୍ଷା ଓ ଶାଲିମାରକୁ ଦୁଇଟି ଅମୃତ ଭାରତ ଏକ୍ସପ୍ରେସ୍ ଟ୍ରେନ ସେବା

March 16, 2026

Common PG Entrance Test ଆବେଦନ ପାଇଁ ବଢିଲା ସମୟ ସୀମା 

March 16, 2026

ରାଜ୍ୟସଭା ଜିତିବା ପରେ ମନମୋହନ, ସୁଜିତ କୁମାର ଏବଂ ଦିଲ୍ଲୀପ ରାୟଙ୍କୁ ଶୁଭେଚ୍ଛା ଜଣାଇଲେ ମୁଖ୍ୟମନ୍ତ୍ରୀ

March 16, 2026
Load More
The Samikhsya Odia
Facebook X (Twitter) LinkedIn
  • About Us
  • Contact Details
  • Grievance
  • Privacy Policy
  • Terms Of Use

Chief Editor: Sarat Paikray

© 2018-2026 All rights resorved by S M Network | Designed by Ratna Technology.

Type above and press Enter to search. Press Esc to cancel.