Close Menu
The Samikhsya OdiaThe Samikhsya Odia
  • ହୋମ
  • ବିଶେଷ ଖବର
  • ରାଜ୍ୟ ଖବର
  • ଜାତୀୟ ଖବର
  • ଆଞ୍ଚଳିକ
  • ସଂସ୍କୃତି
  • ବ୍ୟବସାୟ
  • ଧର୍ମ
  • ଖେଳ
  • ମନୋରଂଜନ
  • ଅନ୍ତରାଷ୍ଟ୍ରୀୟ
  • ଜୀବନ ଶୈଳୀ
Facebook X (Twitter) LinkedIn
  • About Us
  • Contact Details
  • Grievance
  • Privacy Policy
  • Terms Of Use
Facebook X (Twitter) LinkedIn
The Samikhsya OdiaThe Samikhsya Odia
  • ହୋମ
  • ବିଶେଷ ଖବର
  • ରାଜ୍ୟ ଖବର
  • ଜାତୀୟ ଖବର
  • ଆଞ୍ଚଳିକ
  • ସଂସ୍କୃତି
  • ବ୍ୟବସାୟ
  • ଧର୍ମ
  • ଖେଳ
  • ଅନ୍ୟାନ୍ୟ
    • ମନୋରଂଜନ
    • ଅନ୍ତରାଷ୍ଟ୍ରୀୟ
    • ଜୀବନ ଶୈଳୀ
Eng
The Samikhsya OdiaThe Samikhsya Odia
Eng
Home»ଆଜିର ଖବର»ବିଶ୍ୱ ଫାର୍ମାସିଷ୍ଟ ଦିବସ ଅବସରରେ ଫାର୍ମାସିଷ୍ଟଙ୍କ ଭୂମିକା ଉପରେ ଗୁରୁତ୍ୱ
ଆଜିର ଖବର

ବିଶ୍ୱ ଫାର୍ମାସିଷ୍ଟ ଦିବସ ଅବସରରେ ଫାର୍ମାସିଷ୍ଟଙ୍କ ଭୂମିକା ଉପରେ ଗୁରୁତ୍ୱ

September 25, 2022No Comments2 Mins Read
Share Facebook Twitter LinkedIn Email WhatsApp Copy Link

ଭୁବନେଶ୍ୱର: ଇନ୍‌ଷ୍ଟିଚ୍ୟୁଟ୍ ଅଫ୍ ମେଡିକାଲ୍ ସାଇନ୍‌ସେସ୍ ଆଣ୍ଡ ସମ୍ ହସ୍ପିଟାଲ୍‌ରେ ରବିବାର ବିଶ୍ୱ ଫାର୍ମାସିଷ୍ଟ ଦିବସ ପାଳନ ଅବସରରେ ସ୍ୱାସ୍ଥ୍ୟ ସେବା କ୍ଷେତ୍ରରେ ଫାର୍ମାସିଷ୍ଟମାନଙ୍କର ଭୂମିକାକୁ ନେଇ ଗୁରୁତ୍ୱାରୋପ କରାଯାଇଛି।

ଫାର୍ମାସିଷ୍ଟମାନେ ସ୍ୱାସ୍ଥ୍ୟସେବା କ୍ଷେତ୍ରରେ ଜଟିଳ ଭୂମିକା ତୁଲାଇଥାନ୍ତି ଏବଂ ସାରା ବିଶ୍ୱରେ କୋଭିଡ ମହାମାରୀର କରାଳଛାୟା ରହିଥିବା ବେଳେ ରୋଗୀ ସେବା କ୍ଷେତ୍ରରେ ସେମାନଙ୍କର କାର୍ଯ୍ୟ ପ୍ରଶଂସନୀୟ ବୋଲି କହିଛନ୍ତି ଶିକ୍ଷା ଓ ଅନୁସନ୍ଧାନ (ସୋଆ)ର ଉପସଭାପତି ତଥା କାର୍ଯ୍ୟକ୍ରମର ମୁଖ୍ୟ ଅତିଥି ଶ୍ରୀମତି ଶାଶ୍ୱତୀ ଦାସ।

ଏକ ସୁସ୍ଥ ବିଶ୍ୱ ଗଢ଼ିବା ନିମନ୍ତେ ଫାର୍ମାସିଷ୍ଟମାନଙ୍କୁ ଏକତ୍ରିତ ହେବାକୁ ପଡ଼ିବ ବୋଲି କହିବା ସହ ମହାମାରୀ ଯୁଦ୍ଧ ବିରୁଦ୍ଧରେ ସେମାନଙ୍କର ନିରବଚ୍ଛିନ୍ନ କାର୍ଯ୍ୟ ପାଇଁ ସେମାନଙ୍କୁ ଶ୍ରୀମତି ଦାସ ପ୍ରଶଂସା କରିଥିଲେ।

ସେପ୍ଟେମ୍ବର ୨୫ ରେ ଆନ୍ତର୍ଜାତିକ ଫାର୍ମାସ୍ୟୁଟିକାଲ୍ ଫେଡେରେସନ୍‌ର ପ୍ରତିଷ୍ଠା ହୋଇଥିବାରୁ ଏହାକୁ ବିଶ୍ୱ ଫାର୍ମାସିଷ୍ଟ ଦିବସ ରୂପେ ପାଳନ କରାଯାଏ। ୨୦୧୯ରେ ତୁର୍କୀର ଇସ୍ତାନବୁଲ ସହରରେ ୱାର୍ଲ୍ଡ କଂଗ୍ରେସ୍ ଅଫ୍ ଫାର୍ମାସୀ ଆଣ୍ଡ ଫାର୍ମାସ୍ୟୁଟିକାଲ୍ ସାଇନ୍‌ସେସ୍‌ର ନିଷ୍ପତି ଅନୁଯାୟୀ ଏହି ଦିବସ ପାଳନ କରାଯାଉଛି।

ଏହି କାର୍ଯ୍ୟକ୍ରମରେ ସୋଆର କୁଳପତି ପ୍ରଫେସର (ଡାକ୍ତର) ଅଶୋକ କୁମାର ମହାପାତ୍ର ମୁଖ୍ୟ ବକ୍ତା ଭାବେ ଯୋଗ ଦେଇ ସ୍ୱାସ୍ଥ୍ୟସେବା ବ୍ୟବସ୍ଥାରେ ଫାର୍ମାସିଷ୍ଟମାନଙ୍କୁ ଏକ ସ୍ତମ୍ଭ ବୋଲି ଦର୍ଶାଇଥିଲେ।

ସେହିପରି ବେଦକୁ ସର୍ବପୁରାତନ ବିଜ୍ଞାନ ବୋଲି ଦର୍ଶାଇ ସେ କହିଥିଲେ ଯେ ଆର‌୍ୟୁବେଦ ହେଉଛି ଅଥର୍ବ ବେଦର ଏକ ଅଂଗ ଏବଂ ଏହା ଖ୍ରୀଷ୍ଟପୂର୍ବ ୨୮୦୦ରେ ରଚନା କରାଯାଇଥିଲା। ତେବେ ବର୍ତମାନ ବିଶ୍ୱରେ ନୂଆ ନୂଆ ରୋଗର ପ୍ରତିଷେଧକ ନିମନ୍ତେ ନୂତନ ଔଷଧ ଆବିଷ୍କାରର ଆବଶ୍ୟକତା ରହିଛି ବୋଲି ସେ କହିଥିଲେ।

ବିଶ୍ୱର ତିନି ଚତୁର୍ଥାଂଶ ଯକ୍ଷ୍ମା ରୋଗୀ କେବଳ ଭାରତରେ ଥିବା ବେଳେ ଏମାନଙ୍କ ମଧ୍ୟରୁ ଅନେକ ଡ୍ରଗ୍ ରେଜିଷ୍ଟାଂଟ ଯକ୍ଷ୍ମା ରୋଗରେ ପୀଡ଼ିତ। ତେଣୁ ଏମାନଙ୍କ ପାଇଁ ନୂତନ ଔଷଧ ଆବିଷ୍କାରର ଆବଶ୍ୟକତା ରହିଛି ବୋଲି ସେ କହିଥିଲେ।

ଏହି ଅବସରରେ ସୋଆ ପରିଚାଳିତ ସ୍କୁଲ୍ ଅଫ୍ ଫାର୍ମାସ୍ୟୁଟିକାଲ୍ ସାଇନ୍‌ସେସ୍ (ଏସ୍‌ପିଏସ୍‌)ର ଡିନ୍ ପ୍ରଫେସର ସୁଦାମ ଚରଣ ସି ନିଜ ବକ୍ତବ୍ୟରେ ଚଳିତବର୍ଷ ୱାର୍ଲ୍ଡ ଫାର୍ମାସିଷ୍ଟ ଡେ’ର ପ୍ରସଙ୍ଗ “ ୟୁନାଇଟେଡ୍ ଇନ୍ ଆକ୍ସନ୍ ଫର୍ ଏ ହେଲ୍‌ଦିୟର ୱାର୍ଲ୍ଡ” ସମ୍ପର୍କରେ ତଥ୍ୟ ରଖିଥିଲେ।

ଆଇଏମ୍‌ଏସ୍ ଆଣ୍ଡ ସମ୍ ହସ୍ପିଟାଲ୍‌ର ଡିନ୍ ପ୍ରଫେସର (ଡାକ୍ତର) ସଂଘମିତ୍ରା ମିଶ୍ର ଫାର୍ମାସୀକୁ ଏକ ୨୪ ଘଂଟିଆ ଜରୁରୀକାଳୀନ ସେବା ବୋଲି ଦର୍ଶାଇ ଜଟିଳ ଚିକିତ୍ସା କ୍ଷେତ୍ରରେ ଫାର୍ମାସିଷ୍ଟମାନଙ୍କ ଭୂମିକା ବେଶ ଗୁରୁତ୍ୱପୂର୍ଣ୍ଣ ବୋଲି କହିଥିଲେ।

ଏହି ଅବସରରେ ହସ୍ପିଟାଲ୍‌ର ମେଡିକାଲ୍ ସୁପରିଟେଣ୍ଡେଂଟ ପ୍ରଫେସର (ଡାକ୍ତର) ପୁଷ୍ପରାଜ ସାମନ୍ତସିଂହାର ସ୍ୱାସ୍ଥ୍ୟସେବା କ୍ଷେତ୍ରରେ ଅବଦାନ ନିମନ୍ତେ ଫାର୍ମାସିଷ୍ଟମାନଙ୍କୁ ପ୍ରଶଂସା କରିଥିଲେ।

ହସ୍ପିଟାଲ୍‌ର ଫାର୍ମାସୀ ବିଭାଗର ମୁଖ୍ୟ ଡାକ୍ତର ଯସ୍ମୀନ୍ ପଣ୍ଡା ଫାର୍ମାସିଷ୍ଟମାନଙ୍କୁ ଫାର୍ମାସୀ ଶପଥ ପାଠ କରାଇଥବା ବେଲେ ୮ ଜଣ ଫାର୍ମାସିଷ୍ଟମାନଙ୍କୁ ୨୦୨୧-୨୨ ପାଇଁ ଶ୍ରେଷ୍ଠ କର୍ମଚାରୀ ଭାବେ ପୁରସ୍କୃତ କରାଯାଇଥିଲା। କାର୍ଯ୍ୟକ୍ରମଟି ସୋଆ ଫାର୍ମାସୀ ଏବଂ ସମ୍ ଫାର୍ମାସୀ ଦ୍ୱାରା ଆୟୋଜିତ ହୋଇଥିଲା।

ପୂର୍ବରୁ ରଂଗୋଲୀ, ମେହେନ୍ଦୀ, ପ୍ରବନ୍ଧ ପ୍ରତିଯୋଗିତା ସମେତ କ୍ରିକେଟ ମ୍ୟାଚ୍‌ର ଆୟୋଜନ କରାଯାଇଥିବା ବେଳେ କୃତି ପ୍ରତିଯୋଗୀମାନଙ୍କୁ କାର୍ଯ୍ୟକ୍ରମରେ ପୁରସ୍କାର ପ୍ରଦାନ କରାଯାଇଥିଲା।

ବିଶ୍ୱ ଫାର୍ମାସିଷ୍ଟ ଦିବସ ସମ୍ ହସ୍ପିଟାଲ୍ ସ୍ୱାସ୍ଥ୍ୟ ସେବା
Share. Facebook Twitter LinkedIn Email WhatsApp Copy Link

Related Posts

ସିମଲାସ୍ଥିତ କେନ୍ଦ୍ରୀୟ ଆଳୁ ଗବେଷଣା ପ୍ରତିଷ୍ଠାନ ପରିଦର୍ଶନ କଲେ ଓଡ଼ିଶା ଗଣମାଧ୍ୟମ ପ୍ରତିନିଧି ଦଳ

March 24, 2026

ନାଲକୋ କର୍ମଚାରୀଙ୍କ ସମ୍ପର୍କରେ କେନ୍ଦ୍ର କୋଇଲା ଓ ଖଣି ମନ୍ତ୍ରୀଙ୍କୁ ଭେଟିଲେ ଧର୍ମେନ୍ଦ୍ର ପ୍ରଧାନ

March 24, 2026

ଆଇପିଏଲର ସବୁଠାରୁ ମହଙ୍ଗା ଦଳ ହେଲା ରାଜସ୍ଥାନ ରୟାଲ୍ସ ଦଳ: ୧୫୨୮୬ କୋଟିରେ ହେଲା ବିକ୍ରି

March 24, 2026

ରେଳ ମନ୍ତ୍ରୀଙ୍କୁ ଭେଟିଲେ ଓଡ଼ିଶାର ସାଂସଦ ପ୍ରତିନିଧି ଦଳ: ଜାଣନ୍ତୁ କାରଣ

March 24, 2026
Latest News

ସିମଲାସ୍ଥିତ କେନ୍ଦ୍ରୀୟ ଆଳୁ ଗବେଷଣା ପ୍ରତିଷ୍ଠାନ ପରିଦର୍ଶନ କଲେ ଓଡ଼ିଶା ଗଣମାଧ୍ୟମ ପ୍ରତିନିଧି ଦଳ

March 24, 2026

ମୋଦୀ କେବଳ ଜଣେ ବ୍ୟକ୍ତି ନୁହଁନ୍ତି ବରଂ ଏକ ବିଚାରଧାରା ଓ ଅନୁଷ୍ଠାନ: କେନ୍ଦ୍ର କୃଷି ମନ୍ତ୍ରୀ ଚୌହାନ

March 24, 2026

ନାଲକୋ କର୍ମଚାରୀଙ୍କ ସମ୍ପର୍କରେ କେନ୍ଦ୍ର କୋଇଲା ଓ ଖଣି ମନ୍ତ୍ରୀଙ୍କୁ ଭେଟିଲେ ଧର୍ମେନ୍ଦ୍ର ପ୍ରଧାନ

March 24, 2026

ମଧ୍ୟପ୍ରାଚ୍ୟ ସଙ୍କଟ ଉପରେ ସର୍ବଦଳୀୟ ବୈଠକରେ ଯୋଗଦେବେ ନାହିଁ ରାହୁଲ ଗାନ୍ଧୀ: କହିଲେ କାରଣ

March 24, 2026

ଆଇପିଏଲର ସବୁଠାରୁ ମହଙ୍ଗା ଦଳ ହେଲା ରାଜସ୍ଥାନ ରୟାଲ୍ସ ଦଳ: ୧୫୨୮୬ କୋଟିରେ ହେଲା ବିକ୍ରି

March 24, 2026
Load More
The Samikhsya Odia
Facebook X (Twitter) LinkedIn
  • About Us
  • Contact Details
  • Grievance
  • Privacy Policy
  • Terms Of Use

Chief Editor: Sarat Paikray

© 2018-2026 All rights resorved by S M Network | Designed by Ratna Technology.

Type above and press Enter to search. Press Esc to cancel.