Close Menu
The Samikhsya OdiaThe Samikhsya Odia
  • ହୋମ
  • ବିଶେଷ ଖବର
  • ରାଜ୍ୟ ଖବର
  • ଜାତୀୟ ଖବର
  • ଆଞ୍ଚଳିକ
  • ସଂସ୍କୃତି
  • ବ୍ୟବସାୟ
  • ଧର୍ମ
  • ଖେଳ
  • ମନୋରଂଜନ
  • ଅନ୍ତରାଷ୍ଟ୍ରୀୟ
  • ଜୀବନ ଶୈଳୀ
Facebook X (Twitter) LinkedIn
  • About Us
  • Contact Details
  • Grievance
  • Privacy Policy
  • Terms Of Use
Facebook X (Twitter) LinkedIn
The Samikhsya OdiaThe Samikhsya Odia
  • ହୋମ
  • ବିଶେଷ ଖବର
  • ରାଜ୍ୟ ଖବର
  • ଜାତୀୟ ଖବର
  • ଆଞ୍ଚଳିକ
  • ସଂସ୍କୃତି
  • ବ୍ୟବସାୟ
  • ଧର୍ମ
  • ଖେଳ
  • ଅନ୍ୟାନ୍ୟ
    • ମନୋରଂଜନ
    • ଅନ୍ତରାଷ୍ଟ୍ରୀୟ
    • ଜୀବନ ଶୈଳୀ
Eng
The Samikhsya OdiaThe Samikhsya Odia
Eng
Home»ଆଜିର ଖବର»ଦୁର୍ଗା ପୂଜାର ମାହୋଲ ପଡିପାରେ ଫିକା: ଦଶହରାରେ ଭିଜିବ ଓଡ଼ିଶା
ଆଜିର ଖବର

ଦୁର୍ଗା ପୂଜାର ମାହୋଲ ପଡିପାରେ ଫିକା: ଦଶହରାରେ ଭିଜିବ ଓଡ଼ିଶା

September 26, 2022No Comments2 Mins Read
Share Facebook Twitter LinkedIn Email WhatsApp Copy Link
Rain
ରାଜ୍ୟରେ ପ୍ରବଳରୁ ଅତି ପ୍ରବଳ ବର୍ଷା ସହ ବଜ୍ରପାତ ସମ୍ଭାବନା

ଭୁବନେଶ୍ୱର: ଚଳିତ ବର୍ଷ ଦୁର୍ଗା ପୂଜାର ମାହୋଲ ଟିକେ ଫିକା ପଡ଼ିବାର ସମ୍ଭାବନା ରହିଛି। କାରଣ ଏଥର ଦଶହରାରେ ଭିଜିବ ଓଡ଼ିଶା। ଦକ୍ଷିଣ ଚାଇନା ସାଗରରେ ଟାଇଫୁନ ନୋରୁର ପ୍ରଭାବରେ ଆସନ୍ତା ଅକ୍ଟୋବର ୨ ରେ ଉତ୍ତର ପଶ୍ଚିମ ବଙ୍ଗୋପସାଗରରେ ଏକ ଲଘୁଚାପ ସୃଷ୍ଟି ହେବାର ସମ୍ଭାବନା ରହିଛି। ଏହି ଲଘୁଚାପ ଯୋଗୁ ଓଡ଼ିଶାରେ ପୂଜା ସମୟରେ ବର୍ଷା ହୋଇପାରେ।

ଶିକ୍ଷା ଓ ଅନୁସନ୍ଧାନ (ସୋଆ) ପରିଚାଳିତ ପରିବେଶ ଏବଂ ଜଳବାୟୁ କେନ୍ଦ୍ରର ସୂଚନା ଅନୁଯାୟୀ ଟାଇଫୁନ ନୋରୁ ପ୍ରଭାବରେ ପୂର୍ବ କେନ୍ଦ୍ର ବଙ୍ଗୋପସାଗର ଏବଂ ଏହାର ସଂଲଗ୍ନ ମ୍ୟାମାଁର ଉପକୂଳରେ ଏକ ଅପର ଏଆର ଘୂର୍ଣ୍ଣିବଳୟ ସୃଷ୍ଟି ହେବାର ସମ୍ଭାବନା ଥିବାବେଳେ ଏହା ଉତର ପଶ୍ଚିମ ଆଡକୁ ଗତି କରିବ ବୋଲି ଆଶା କରାଯାଉଛି। ବାଂଲା ଦେଶ ଉପକୂଳର ନିକଟବର୍ତୀ ଅଂଚଳରେ ଲଘୁଚାପ ସୃଷ୍ଟି ହେବାର ସମ୍ଭାବନା ଥିବାବେଳେ ଏହା ପଶ୍ଚିମ ଉତର ପଶ୍ଚିମ ଦିଗରେ ଗତି କରି ଅକ୍ଟୋବର ୩ ସୁଦ୍ଧା ଉତର ଓଡ଼ିଶା ଉପକୂଳ ଆଡକୁ ଆସିବ ଏବଂ ଠିକ ତାର ପରଦିନ ପଶ୍ଚିମ ଓଡ଼ିଶା ମୁହାଁ ହେବ ବୋଲି ଜଣାପଡ଼ିଛି।
ଏହାର ପ୍ରଭାବରେ ଓଡ଼ିଶାର ଜଗତସିଂହପୁର, ପୁରୀ, ଖୋର୍ଦ୍ଧା, କଟକ, କେନ୍ଦ୍ରାପଡା, ଯାଜପୁର, ଭଦ୍ରକ, ବାଲେଶ୍ୱର, ମୟୁରଭଞ୍ଜ, କେନ୍ଦୁଝର, ଢ଼େଙ୍କାନାଳ ଏବଂ ଅନୁଗୁଳରେ ଅକ୍ଟୋବର ୨ ରେ ପ୍ରବଳ ବର୍ଷା ହେବାର ସମ୍ଭାବନା ଥିବାବେଳେ ଉପକୂଳ ଓଡ଼ିଶାର ଗୋଟିଏ କିମ୍ବା ଦୁଇଟି ସ୍ଥାନରେ ପ୍ରବଳ ବର୍ଷା ହେବାର ସମ୍ଭାବନା ରହିଛି।

ସେହିପରି ଅକ୍ଟୋବର ୩ ରେ ଖୋର୍ଦ୍ଧା, କଟକ, ଯାଜପୁର, ନୟାଗଡ଼, ଢ଼େଙ୍କାନାଳ, ଅନୁଗୁଳ, କନ୍ଧମାଳ, କଳାହାଣ୍ଡି, ବଲାଙ୍ଗୀର, ସୋନପୁର, ବୌଦ, ସମ୍ବଲପୁର, ଦେବଗଡ଼, ବରଗଡ଼, କେନ୍ଦୁଝର ଏବଂ ସୁନ୍ଦରଗଡ଼ ପ୍ରଭୃତି ଜିଲ୍ଲାଗୁଡିକରେ ପ୍ରବଳ ବର୍ଷା ହେବାର ସମ୍ଭାବନା ରହିଛି।
ଆଜିଠାରୁ ଆସନ୍ତା ୧ ତାରିଖ ପର୍ଯ୍ୟନ୍ତ ବର୍ଷା ଜାରି ରହିବାର ସମ୍ଭାବନା ଥିବାବେଳେ ଅକ୍ଟୋବର ୪ ରୁ ୬ ତାରିଖ ସାରା ଓଡ଼ିଶାରେ ସାମାନ୍ୟରୁ ମଧ୍ୟମ ଧରଣର ବର୍ଷା ହେବାର ସମ୍ଭାବନା ରହିଛି। ତେବେ ମଡେଲଗୁଡିକ ଏହି ସିଷ୍ଟମ ଅଧିକ ତୀବ୍ରତର ହେବା ବିଷୟରେ କୌଣସି ସୂଚନା ପ୍ରଦାନ କରୁନାହାନ୍ତି।

ଉତ୍ତର-ପଶ୍ଚିମ ବଙ୍ଗୋପସାଗର ଦଶହରା ଦୁର୍ଗା ପୂଜା ବର୍ଷା ଲଘୁଚାପ ଶିକ୍ଷା ଓ ଅନୁସନ୍ଧାନ
Share. Facebook Twitter LinkedIn Email WhatsApp Copy Link

Related Posts

ବାସ୍ତବ ଦୁନିଆର ଆହ୍ୱାନକୁ ସମ୍ମୁଖୀନ ହୋଇପାରିବ ଭାରତର ଏଆଇ ମିଶନ: ଏସ୍‍ କ୍ରିଷ୍ଣନ୍‍

February 18, 2026

ଭାରତ ଏଆଇ ସମ୍ମିଳନୀରେ ଓଡ଼ିଶାର ଉଦ୍ୟମକୁ ପ୍ରଶଂସା କଲେ କେନ୍ଦ୍ର ମନ୍ତ୍ରୀ ଅଶ୍ୱିନୀ ବୈଷ୍ଣବ

February 18, 2026

ଆସାମ ନିର୍ବାଚନ ପୂର୍ବରୁ କଂଗ୍ରେସର ବଡ଼ ୱିକେଟର ପତନ: ବିଜେପିରେ ଯୋଗଦେବେ ଭୁପେନ ବୋରା

February 18, 2026

ଆଜି ହେଉଛି ମାର୍ଚ୍ଚ ୧୮ ତାରିଖ ବୁଧବାର: ଏହି ରାଶି ପ୍ରତି ପ୍ରଭୁ ଗଣପତିଙ୍କ ରହିବ ଆଶୀର୍ବାଦ

February 18, 2026
Latest News

ବାସ୍ତବ ଦୁନିଆର ଆହ୍ୱାନକୁ ସମ୍ମୁଖୀନ ହୋଇପାରିବ ଭାରତର ଏଆଇ ମିଶନ: ଏସ୍‍ କ୍ରିଷ୍ଣନ୍‍

February 18, 2026

ଭାରତ ଏଆଇ ସମ୍ମିଳନୀରେ ଓଡ଼ିଶାର ଉଦ୍ୟମକୁ ପ୍ରଶଂସା କଲେ କେନ୍ଦ୍ର ମନ୍ତ୍ରୀ ଅଶ୍ୱିନୀ ବୈଷ୍ଣବ

February 18, 2026

ଆସାମ ନିର୍ବାଚନ ପୂର୍ବରୁ କଂଗ୍ରେସର ବଡ଼ ୱିକେଟର ପତନ: ବିଜେପିରେ ଯୋଗଦେବେ ଭୁପେନ ବୋରା

February 18, 2026

ଏଏନଆଇକୁ ପ୍ରଧାନମନ୍ତ୍ରୀଙ୍କ ସ୍ୱତନ୍ତ୍ର ସାକ୍ଷାତକାର

February 18, 2026

ଆଜି ହେଉଛି ମାର୍ଚ୍ଚ ୧୮ ତାରିଖ ବୁଧବାର: ଏହି ରାଶି ପ୍ରତି ପ୍ରଭୁ ଗଣପତିଙ୍କ ରହିବ ଆଶୀର୍ବାଦ

February 18, 2026
Load More
The Samikhsya Odia
Facebook X (Twitter) LinkedIn
  • About Us
  • Contact Details
  • Grievance
  • Privacy Policy
  • Terms Of Use

Chief Editor: Sarat Paikray

© 2018-2026 All rights resorved by S M Network | Designed by Ratna Technology.

Type above and press Enter to search. Press Esc to cancel.