Close Menu
The Samikhsya OdiaThe Samikhsya Odia
  • ହୋମ
  • ବିଶେଷ ଖବର
  • ରାଜ୍ୟ ଖବର
  • ଜାତୀୟ ଖବର
  • ଆଞ୍ଚଳିକ
  • ସଂସ୍କୃତି
  • ବ୍ୟବସାୟ
  • ଧର୍ମ
  • ଖେଳ
  • ମନୋରଂଜନ
  • ଅନ୍ତରାଷ୍ଟ୍ରୀୟ
  • ଜୀବନ ଶୈଳୀ
Facebook X (Twitter) LinkedIn
  • About Us
  • Contact Details
  • Grievance
  • Privacy Policy
  • Terms Of Use
Facebook X (Twitter) LinkedIn
The Samikhsya OdiaThe Samikhsya Odia
  • ହୋମ
  • ବିଶେଷ ଖବର
  • ରାଜ୍ୟ ଖବର
  • ଜାତୀୟ ଖବର
  • ଆଞ୍ଚଳିକ
  • ସଂସ୍କୃତି
  • ବ୍ୟବସାୟ
  • ଧର୍ମ
  • ଖେଳ
  • ଅନ୍ୟାନ୍ୟ
    • ମନୋରଂଜନ
    • ଅନ୍ତରାଷ୍ଟ୍ରୀୟ
    • ଜୀବନ ଶୈଳୀ
Eng
The Samikhsya OdiaThe Samikhsya Odia
Eng
Home»ଆଜିର ଖବର»ଖୋର୍ଦ୍ଧାରେ ବିଶ୍ୱ ପର୍ଯ୍ୟଟନ ଦିବସ ପାଳିତ: ପ୍ରତିଯୋଗିତାରେ ଚାଷଙ୍ଗରା ହାଇସ୍କୁଲର ଛାତ୍ରୀ ପ୍ରଥମ
ଆଜିର ଖବର

ଖୋର୍ଦ୍ଧାରେ ବିଶ୍ୱ ପର୍ଯ୍ୟଟନ ଦିବସ ପାଳିତ: ପ୍ରତିଯୋଗିତାରେ ଚାଷଙ୍ଗରା ହାଇସ୍କୁଲର ଛାତ୍ରୀ ପ୍ରଥମ

September 27, 2022No Comments1 Min Read
Share Facebook Twitter LinkedIn Email WhatsApp Copy Link

ଖୋର୍ଦ୍ଧା: ବିଶ୍ୱ ପର୍ଯ୍ୟଟନ ଦିବସ ଆଜି ସ୍ଥାନୀୟ ଜିଲ୍ଲା ସଂସ୍କୃତି ଭବନରେ ପାଳିତ ହୋଇଛି। ଅତିରିକ୍ତ ଜିଲ୍ଲାପାଳ(ରାଜସ୍ବ) ସାଫଲ୍ୟ ମଣ୍ତିତ ପ୍ରଧାନ ମୁଖ୍ୟ ଅତିଥି ଭାବେ ଯୋଗ ଦେଇଥିଲେ। ପର୍ଯ୍ୟଟନ ହେଉଛି ବର୍ତ୍ତମାନ ଅର୍ଥନୀତିର ଅଂଶ ବିଶେଷ। ପୁସ୍ତକ ପଠନ ଏବଂ ବିଭିନ୍ନ ସ୍ଥାନ ଭ୍ରମଣ କରିବା ଦ୍ବାରା ଅନେକ ସଂସ୍କୃତି ଓ ସାହିତ୍ୟ ସମ୍ପର୍କରେ ତଥ୍ୟ ସଂଗ୍ରହ କରିହୁଏ। ପର୍ଯ୍ୟଟନ କେବଳ ଖୁସି ଦିଏ ନାହିଁ ବରଂ ଅର୍ଥନୀତି ଓ ପାରସ୍ପରିକ ସଦଭାବନାକୁ ସମୃଦ୍ଧ କରିଥାଏ ବୋଲି ଅତିରିକ୍ତ ଜିଲ୍ଲାପାଳ କହିଛନ୍ତି।

ଭାରତରେ ପର୍ଯ୍ୟଟନ ଶିଳ୍ପ କ୍ଷେତ୍ରରେ ଓଡିଶାର ଅବଦାନ ଅତୁଳନୀୟ। ଉଚ୍ଚକୋଟିର ଆତିଥେୟତା ଦ୍ବାରା ପର୍ଯ୍ୟଟନ କ୍ଷେତ୍ର ବ୍ୟାପକ ହୋଇଥାଏ ବୋଲି ମୁଖ୍ୟ ଅତିଥି ମତବ୍ୟକ୍ତ କରିଥିଲେ। ତେବେ ସାଧାରଣ ଜନତାଙ୍କ ସହଯୋଗ ପର୍ଯ୍ୟଟନକୁ ଅଧିକ ବ୍ୟାପକ କରିଥାଏ ବୋଲି ସେ କହିଥିଲେ।

ଏହି ଅବସରରେ ଅନୁଷ୍ଠିତ ବିଭିନ୍ନ ପ୍ରତିଯୋଗିତାରେ କୃତି ପ୍ରତିଯୋଗୀଙ୍କୁ ଅତିରିକ୍ତ ଜିଲ୍ଲାପାଳ ପୁରସ୍କୃତ କରିଥିଲେ। ବିଦ୍ୟାଳୟ ସ୍ତରରେ ଆୟୋଜିତ ସାଧାରଣ ଜ୍ଞାନ ପ୍ରତିଯୋଗିତାରେ ଚାଷଙ୍ଗରାସ୍ଥିତ ଭାଲେରୀ ସରକାରୀ ହାଇସ୍କୁଲର ଛାତ୍ରୀ ଅପର୍ଣ୍ଣା ପ୍ରିୟଦର୍ଶିନୀ ମଙ୍ଗରାଜ ପ୍ରଥମ, ଭୁବନେଶ୍ବର ୟୁନିଟ-୧ ସ୍ଥିତ ସରାକରୀ ଉଚ୍ଚ ବିଦ୍ୟାଳୟ ଛାତ୍ର ପ୍ରଜ୍ଞାଂଶ ପ୍ରସାଦ ଦାସ ଦ୍ୱିତୀୟ, ନାଚୁଣୀସ୍ଥିତ ଗୋଦାବରୀଶ ସରକାରୀ ଉଚ୍ଚ ବିଦ୍ୟାଳୟର ଛାତ୍ର ସୀମାଞ୍ଚଳ ପଲେଇ ତୃତୀୟ, ମହାବିଦ୍ୟାଳୟ ସ୍ତରୀୟ ପ୍ରତିଯୋଗିତାରେ ପ୍ରାଣନାଥ ସ୍ବୟଂଶାସିତ ମହବିଦ୍ୟାଳୟର ସ୍ବୟଂଶୁଭମ ରାୟ ପ୍ରଥମ, ବିରେନ୍ଦ୍ର କିଶୋର କଳାସ ଦ୍ବିତୀୟ ଏବଂ ରୋଜିନା ବେହେରା ତୃତୀୟ ସ୍ଥାନ ଅକ୍ତିଆର କରିଥିଲେ।

ଏହି କାର୍ଯ୍ୟକ୍ରମକୁ ଜିଲ୍ଲା ପର୍ଯ୍ୟଟନ ଅଧିକାରୀ ମୀରା ବେହେରା ପରିଚାଳନା କରିଥିଲେ। କାର୍ଯ୍ୟକ୍ରମରେ ଜିଲ୍ଲା ସୂଚନା ଓ ଲୋକ ସମ୍ପର୍କ ଅଧିକାରୀ, ଜିଲ୍ଲା ସଂସ୍କୃତି ଅଧିକାରୀ ଚୌଧୁରୀ ଅରବିନ୍ଦ ଦାସ, ପର୍ଯ୍ୟଟନ ବିଭାଗର କର୍ମଚାରୀ ପ୍ରମୁଖ ଯୋଗ ଦେଇଥିଲେ।

ଖୋର୍ଦ୍ଧା ବିଶ୍ୱ ପର୍ଯ୍ୟଟନ ଦିବସ
Share. Facebook Twitter LinkedIn Email WhatsApp Copy Link

Related Posts

ଡାଇବେଟିସ ରୋଗୀଙ୍କ ପାଇଁ ଏହା ଏକ ବଡ ଔଷଧ, ନିୟମିତ ସେବନରେ ରକ୍ତ ଶର୍କରାକୁ କରେ ନିୟନ୍ତ୍ରଣ

June 25, 2026

‘ନାଗରିକତ୍ୱ ପ୍ରମାଣପତ୍ର ନୁହେଁ ପାସପୋର୍ଟ’: ସରକାରଙ୍କୁ ଟାର୍ଗେଟ କଲେ ରୋହିଣୀ ଆଚାର୍ଯ୍ୟ

June 25, 2026

ସୁଜାତାଙ୍କୁ ବିଜେଡିରେ ସାମିଲ କରି ନବୀନ ପଟ୍ଟନାୟକ କହିଦେଲେ ଏକ ବଡ କଥା..

June 25, 2026

ବିଜେଡିରେ ସାମିଲ ହେଲେ ସୁଜାତା କାର୍ତ୍ତିକେୟନ ରାଉତ, ନବୀନ ଘୋଷଣା କରି କହିଲେ..

June 25, 2026
Latest News

ଡାଇବେଟିସ ରୋଗୀଙ୍କ ପାଇଁ ଏହା ଏକ ବଡ ଔଷଧ, ନିୟମିତ ସେବନରେ ରକ୍ତ ଶର୍କରାକୁ କରେ ନିୟନ୍ତ୍ରଣ

June 25, 2026

‘ନାଗରିକତ୍ୱ ପ୍ରମାଣପତ୍ର ନୁହେଁ ପାସପୋର୍ଟ’: ସରକାରଙ୍କୁ ଟାର୍ଗେଟ କଲେ ରୋହିଣୀ ଆଚାର୍ଯ୍ୟ

June 25, 2026

ସୁଜାତାଙ୍କୁ ବିଜେଡିରେ ସାମିଲ କରି ନବୀନ ପଟ୍ଟନାୟକ କହିଦେଲେ ଏକ ବଡ କଥା..

June 25, 2026

ବିଜେଡିରେ ସାମିଲ ହେଲେ ସୁଜାତା କାର୍ତ୍ତିକେୟନ ରାଉତ, ନବୀନ ଘୋଷଣା କରି କହିଲେ..

June 25, 2026

ମୋଦି ସରକାରଙ୍କ ମନ୍ତ୍ରୀମଣ୍ଡଳ ବିସ୍ତାରକୁ ନେଇ ଚର୍ଚ୍ଚା: ଜାଣନ୍ତୁ କାହା ଉପରେ ଝୁଲୁଛି ଖଣ୍ଡା?

June 25, 2026
Load More
The Samikhsya Odia
Facebook X (Twitter) LinkedIn
  • About Us
  • Contact Details
  • Grievance
  • Privacy Policy
  • Terms Of Use

Chief Editor: Sarat Paikray

© 2018-2026 All rights resorved by S M Network | Designed by Ratna Technology.

Type above and press Enter to search. Press Esc to cancel.