Close Menu
The Samikhsya OdiaThe Samikhsya Odia
  • ହୋମ
  • ବିଶେଷ ଖବର
  • ରାଜ୍ୟ ଖବର
  • ଜାତୀୟ ଖବର
  • ଆଞ୍ଚଳିକ
  • ସଂସ୍କୃତି
  • ବ୍ୟବସାୟ
  • ଧର୍ମ
  • ଖେଳ
  • ମନୋରଂଜନ
  • ଅନ୍ତରାଷ୍ଟ୍ରୀୟ
  • ଜୀବନ ଶୈଳୀ
Facebook X (Twitter) LinkedIn
  • About Us
  • Contact Details
  • Grievance
  • Privacy Policy
  • Terms Of Use
Facebook X (Twitter) LinkedIn
The Samikhsya OdiaThe Samikhsya Odia
  • ହୋମ
  • ବିଶେଷ ଖବର
  • ରାଜ୍ୟ ଖବର
  • ଜାତୀୟ ଖବର
  • ଆଞ୍ଚଳିକ
  • ସଂସ୍କୃତି
  • ବ୍ୟବସାୟ
  • ଧର୍ମ
  • ଖେଳ
  • ଅନ୍ୟାନ୍ୟ
    • ମନୋରଂଜନ
    • ଅନ୍ତରାଷ୍ଟ୍ରୀୟ
    • ଜୀବନ ଶୈଳୀ
Eng
The Samikhsya OdiaThe Samikhsya Odia
Eng
Home»ଆଜିର ଖବର»କେନ୍ଦ୍ର ସଡ଼କ ପରିବହନ ମନ୍ତ୍ରୀଙ୍କୁ ଭେଟିଲେ କେନ୍ଦ୍ରମନ୍ତ୍ରୀ ଧର୍ମେନ୍ଦ୍ର ପ୍ରଧାନ
ଆଜିର ଖବର

କେନ୍ଦ୍ର ସଡ଼କ ପରିବହନ ମନ୍ତ୍ରୀଙ୍କୁ ଭେଟିଲେ କେନ୍ଦ୍ରମନ୍ତ୍ରୀ ଧର୍ମେନ୍ଦ୍ର ପ୍ରଧାନ

September 28, 2022No Comments1 Min Read
Share Facebook Twitter LinkedIn Email WhatsApp Copy Link
କେନ୍ଦ୍ର ସଡ଼କ ପରିବହନ ମନ୍ତ୍ରୀଙ୍କୁ ଭେଟିଲେ କେନ୍ଦ୍ରମନ୍ତ୍ରୀ ଧର୍ମେନ୍ଦ୍ର ପ୍ରଧାନ

ନୂଆଦିଲ୍ଲୀ/ଭୁବନେଶ୍ୱର: ପାରାଦୀପ- ଚଣ୍ଡିଖୋଲ ଜାତୀୟ ରାଜପଥ ନଂ ୫ଏକୁ ସଂଯୋଗ କରୁଥିବା ଓଳାଶୁଣି ଛକ ସ୍ଥିତ ବ୍ରିଜର ସମ୍ପ୍ରସାରଣ କରିବା ପାଇଁ କେନ୍ଦ୍ର ସଡ଼କ ପରିବହନ ଏବଂ ରାଜପଥ ମନ୍ତ୍ରୀ ନୀତିନ ଗଡ଼କରୀଙ୍କୁ ଭେଟି ଏ ସଂକ୍ରାନ୍ତୀୟ  ଚିଠି ପ୍ରଦାନ କରିବା ସହ ସାକ୍ଷାତ୍ ଆଲୋଚନା କରିଛନ୍ତି କେନ୍ଦ୍ରମନ୍ତ୍ରୀ ଧର୍ମେନ୍ଦ୍ର ପ୍ରଧାନ ।

ରାଜ୍ୟ ବିଜେପି କାର୍ଯ୍ୟକାରିଣୀ ସଦସ୍ୟ ତଥା ମାହାଙ୍ଗା ବିଧାୟକ ପ୍ରାର୍ଥୀ ଶାରଦା ପ୍ରସାଦ ପ୍ରଧାନଙ୍କ ଅଭିଯୋଗ ପତ୍ର ଆଧାରରେ ଏ ସମ୍ପର୍କରେ ଲେଖିଥିବା ଚିଠିକୁ ଶ୍ରୀ ପ୍ରଧାନ ଶ୍ରୀ ଗଡକରୀଙ୍କୁ ପ୍ରଦାନ କରିଛନ୍ତି । ସେ ଚିଠିରେ ଉଲ୍ଲେଖ କରିଛନ୍ତି ଯେ ଓଳାଶୁଣି ଛକରେ ଗୋବରୀନାଳ ଉପରେ ଥିବା ଏହି ସଂକୀର୍ଣ୍ଣ ବ୍ରିଜ ଯୋଗୁଁ ଜଳ ନିଷ୍କାସନର ସମସ୍ୟା ଉପୁଜୁଛି।

ଏହା ଦ୍ୱାରା କଟକ ଜିଲ୍ଲାର ସାଲେପୁର ଓ ମାହାଙ୍ଗା ନିର୍ବାଚନ ମଣ୍ଡଳୀର ୩୦ଟି ଗ୍ରାମ ପଞ୍ଚାୟତରେ ବସବାସ କରୁଥିବା ୨ ଲକ୍ଷରୁ ଉର୍ଦ୍ଧ୍ୱ ଲୋକମାନେ ପ୍ରଭାବିତ ହେଉଛନ୍ତି । ଜନବସତି ଅଞ୍ଚଳ ଓ ଚାଷ ଜମି ବିଶେଷ ଭାବେ ପ୍ରଭାବିତ ହେଉଛି । ପ୍ରତି ବର୍ଷ ଏହି ଅଞ୍ଚଳର ଲୋକମାନେ ବନ୍ୟା ଭଳି ପରିସ୍ଥିତି ପାଇଁ ଅସୁବିଧାର ସମ୍ମୁଖୀନ ହେଉଛନ୍ତି ।

ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦିଙ୍କ ‘ପୂର୍ବୋଦୟ’ କଳ୍ପନାରେ ୬ ଲେନ୍ ବିଶିଷ୍ଟ ଚଣ୍ଡିଖୋଲ-ପାରାଦୀପ ଜାତୀୟ ରାଜପଥ ୮ ଲେନରେ ପରିଣତ ହେବାକୁ ଯାଉଛି ଏବଂ ଏହି ସଡ଼କ ପଥର ସମ୍ପ୍ରସାରଣ ହେବା ଦ୍ୱାରା ଯାତାୟତ ସୁଗମ ହେବା ସହ ଅର୍ଥନୈତିକ କୋରିଡରକୁ ମଧ୍ୟ ଗତି ଦେବ । ଉକ୍ତ ବ୍ରିଜର ସମ୍ପ୍ରସାରଣ ନେଇ ଅନୁଧ୍ୟାନ କରିବା ସହ ଉପଯୁକ୍ତ ପଦକ୍ଷେପ ନେବା ପାଇଁ ବିଭାଗୀୟ ମନ୍ତ୍ରୀ ପ୍ରତିଶ୍ରୁତି ଦେଇଛନ୍ତି । ଏଥିପାଇଁ ମନ୍ତ୍ରୀ ଗଡକରୀଙ୍କୁ ଶ୍ରୀ ପ୍ରଧାନ ଧନ୍ୟବାଦ ଜଣାଇଛନ୍ତି ।

କେନ୍ଦ୍ର ମନ୍ତ୍ରୀ ନୀତିନ ଗଡ଼କରୀ ଧର୍ମେନ୍ଦ୍ର ପ୍ରଧାନ ନୀତିନ ଗଡକରୀ
Share. Facebook Twitter LinkedIn Email WhatsApp Copy Link

Related Posts

ଯାତ୍ରୀ ସୁବିଧା ଓ ସୁରକ୍ଷାର ସମୀକ୍ଷା କଲେ ରେଳ ମନ୍ତ୍ରୀ ଅଶ୍ୱିନୀ ବୈଷ୍ଣବ

March 20, 2026

ଜାନୁଆରୀରେ ଜିଓ ନେଟୱାର୍କରେ ଯୋଡ଼ିହେଲେ ୧.୮ ଲକ୍ଷରୁ ଅଧିକ ନୂତନ ଉପଭୋକ୍ତା: ଟ୍ରାଇ ତଥ୍ୟ

March 20, 2026

ଖୋର୍ଦ୍ଧା: ଜିଲ୍ଲା ସ୍ତରୀୟ ପଖାଳ ଦିବସ ପାଳିତ

March 20, 2026

ନିଶା କାରବାର ବିରୋଧରେ ଅଭିଯାନ ଜୋରଦାର: ପ୍ରାୟ ୩ ହଜାର କେଜି ଗଞ୍ଜେଇ ଜବତ

March 20, 2026
Latest News

ଯାତ୍ରୀ ସୁବିଧା ଓ ସୁରକ୍ଷାର ସମୀକ୍ଷା କଲେ ରେଳ ମନ୍ତ୍ରୀ ଅଶ୍ୱିନୀ ବୈଷ୍ଣବ

March 20, 2026

ଜାନୁଆରୀରେ ଜିଓ ନେଟୱାର୍କରେ ଯୋଡ଼ିହେଲେ ୧.୮ ଲକ୍ଷରୁ ଅଧିକ ନୂତନ ଉପଭୋକ୍ତା: ଟ୍ରାଇ ତଥ୍ୟ

March 20, 2026

ଖୋର୍ଦ୍ଧା: ଜିଲ୍ଲା ସ୍ତରୀୟ ପଖାଳ ଦିବସ ପାଳିତ

March 20, 2026

ନିଶା କାରବାର ବିରୋଧରେ ଅଭିଯାନ ଜୋରଦାର: ପ୍ରାୟ ୩ ହଜାର କେଜି ଗଞ୍ଜେଇ ଜବତ

March 20, 2026

ମୁଖ୍ୟମନ୍ତ୍ରୀଙ୍କ ଗୁରୁତ୍ୱପୂର୍ଣ୍ଣ ନିଷ୍ପତ୍ତି: ଚୁକ୍ତିଭିତ୍ତିକ ସ୍କିମାଟିକ୍ କନିଷ୍ଠ ଶିକ୍ଷକମାନଙ୍କୁ କଲେ ନିୟମିତ

March 20, 2026
Load More
The Samikhsya Odia
Facebook X (Twitter) LinkedIn
  • About Us
  • Contact Details
  • Grievance
  • Privacy Policy
  • Terms Of Use

Chief Editor: Sarat Paikray

© 2018-2026 All rights resorved by S M Network | Designed by Ratna Technology.

Type above and press Enter to search. Press Esc to cancel.