Close Menu
The Samikhsya OdiaThe Samikhsya Odia
  • ହୋମ
  • ବିଶେଷ ଖବର
  • ରାଜ୍ୟ ଖବର
  • ଜାତୀୟ ଖବର
  • ଆଞ୍ଚଳିକ
  • ସଂସ୍କୃତି
  • ବ୍ୟବସାୟ
  • ଧର୍ମ
  • ଖେଳ
  • ମନୋରଂଜନ
  • ଅନ୍ତରାଷ୍ଟ୍ରୀୟ
  • ଜୀବନ ଶୈଳୀ
Facebook X (Twitter) LinkedIn
  • About Us
  • Contact Details
  • Grievance
  • Privacy Policy
  • Terms Of Use
Facebook X (Twitter) LinkedIn
The Samikhsya OdiaThe Samikhsya Odia
  • ହୋମ
  • ବିଶେଷ ଖବର
  • ରାଜ୍ୟ ଖବର
  • ଜାତୀୟ ଖବର
  • ଆଞ୍ଚଳିକ
  • ସଂସ୍କୃତି
  • ବ୍ୟବସାୟ
  • ଧର୍ମ
  • ଖେଳ
  • ଅନ୍ୟାନ୍ୟ
    • ମନୋରଂଜନ
    • ଅନ୍ତରାଷ୍ଟ୍ରୀୟ
    • ଜୀବନ ଶୈଳୀ
Eng
The Samikhsya OdiaThe Samikhsya Odia
Eng
Home»ଆଜିର ଖବର»ଗାନ୍ଧୀ ଜୟନ୍ତୀ ଉପଲକ୍ଷେ ପବିତ୍ର ମାଟି ଓ ଜଳ ସଂଗ୍ରହ
ଆଜିର ଖବର

ଗାନ୍ଧୀ ଜୟନ୍ତୀ ଉପଲକ୍ଷେ ପବିତ୍ର ମାଟି ଓ ଜଳ ସଂଗ୍ରହ

September 30, 2022No Comments2 Mins Read
Share Facebook Twitter LinkedIn Email WhatsApp Copy Link

ଖୋର୍ଦ୍ଧା: ଗାନ୍ଧୀ ଜୟନ୍ତୀ ଉପଲକ୍ଷେ ଖୋର୍ଦ୍ଧା ଜିଲ୍ଲାର ପ୍ରମୁଖ ସ୍ୱାଧୀନତା ପୀଠ, ଐତିହ୍ୟ ପୀଠରୁ ପବିତ୍ର ମାଟି ଓ ଜଳ ସଂଗ୍ରହ କରାଯାଇଛି। ଗାନ୍ଧିଜୀ ଗସ୍ତ କରିଥିବା ବାଣପୁର ସହର ସ୍ଥିତ ପଲଟନ ପଡିଆରୁ ମାଟି ଓ ସାଳନ୍ଦୀ ନଦୀରୁ ପାଣି ସଂଗ୍ରହ କରାଯାଇଥିଲା। ଜିଲ୍ଲାପାଳ କେ. ସୁଦର୍ଶନ ଚକ୍ରବର୍ତ୍ତୀ ଓ ଅତିରିକ୍ତ ଜିଲ୍ଲାପାଳ ମନୋଜ କୁମାର ପାଢୀଙ୍କ ପରାମର୍ଶ ଅନୁଯାୟୀ ବାଣପୁର ଏନଏସି ଅଧ୍ୟକ୍ଷ ମିଟୁ ନାୟକ, ଉପାଧ୍ୟକ୍ଷ ପ୍ରାଚୀପ୍ରଭା ସ୍ବାଇଁ, ବାଣପୁର ବିଡିଓ ବୁଲବୁଲ ବେହେରା, ତହସିଲଦାର କୁଞ୍ଜବିହାରୀ ବଡଜେନା, ଏନଏସି ନିର୍ବାହୀ ଅଧିକାରୀ ଅବିନାଶ ମହାନ୍ତି, ଜିଲ୍ଲା ପରିଷଦ ଉପାଧ୍ୟକ୍ଷ ଗୋପିନାଥ ମହାରଣା ପ୍ରମୁଖଙ୍କ ଉପସ୍ଥିତରେ ପବିତ୍ର ଜଳ ଓ ମାଟି ସଂଗ୍ରହ କରାଯାଇଥିଲା। ଏପରିକି ଗାନ୍ଧିଜୀ ଗସ୍ତ କରିଥିବା ବୋଲଗଡ ଖଦି କେନ୍ଦ୍ର ପରିସରରୁ ଆଜି ମଧ୍ୟ ମାଟି ସଂଗ୍ରହ କରଯାଇଛି। ବୋଲଗଡ ବିଡିଓ ଧୋବେଇ ନାୟକ, ଅତିରିକ୍ତ ତହସିଲଦାର ପଙ୍କଜା ମଞ୍ଜରୀ ଭଞ୍ଜ,ଐତିହାସିକ ରବିନ୍ଦ୍ର ପରିଡା, ଶିକ୍ଷାବିତ ଗୋପିନାଥ ଖାଡଙ୍ଗା, ବ୍ଲକ ଶିକ୍ଷାଧିକାରୀ ଡଃ ନିରଞ୍ଜନ ମହାନ୍ତିଙ୍କ ଉପସ୍ଥିତିରେ ପବିତ୍ର ମାଟି ସଂଗ୍ରହ କରାଯାଇଛି।

ଏହି ମାଟି ଓ ପାଣିକୁ ଭୁବନେଶ୍ୱରକୁ ପ୍ରେରଣ କରିବା ପାଇଁ ଜିଲ୍ଲା ପ୍ରଶାସନ ପକ୍ଷରୁ ଅତିରିକ୍ତ ଜିଲ୍ଲାପାଳ ଶ୍ରୀ ମନୋଜ କୁମାର ପାଢୀ ଜିଲ୍ଲା ସୂଚନା ଓ ଲୋକ ସମ୍ପର୍କ ଅଧିକାରୀଙ୍କୁ ଏହି ପବିତ୍ର ମାଟି ଓ ସଂଗୃହିତ ଜଳକୁ ହସ୍ତାନ୍ତର କରିଥିଲେ। ଏହି ପବିତ୍ର ମାଟି ସଂଗ୍ରହ ସମୟରେ ଅନ୍ୟାନ୍ୟ ବିଭାଗୀୟ ଅଧିକାରୀ, କର୍ମଚାରୀ,ସ୍ୱୟଂ ସହାୟକ ଗୋଷ୍ଠୀର ସଦସ୍ୟ ଯୋଗ ଦେଇଥିଲେ।

ସୂଚନା ଯୋଗ୍ୟ ଯେ ଚଳିତ ବର୍ଷ ଗାନ୍ଧୀ ଜୟନ୍ତୀକୁ ସ୍ମରଣୀୟ ଭାବେ ପାଳନ କରିବାକୁ ରାଜ୍ୟ ସରକାର ନିଷ୍ପତ୍ତି ନେଇଛନ୍ତି। ପୂର୍ବରୁ ଗାନ୍ଧୀଙ୍କ ଆଦର୍ଶ, ବିଚାର ,ଜୀବନୀ ଓ ଓଡିଶା ଆଗମନ ନେଇ ସୂଚନା ଓ ଲୋକ ସମ୍ପର୍କ ବିଭାଗ ପକ୍ଷରୁ ପ୍ରସ୍ତୁତ ଅହିଂସା ରଥ ନାମରେ ୪ ଗୋଟି ରଥ ସମଗ୍ର ଓଡିଶା ପରିକ୍ରମଣ କରି ସ୍ୱାଧୀନତା ସଂଗ୍ରାମ ଓ ଅହିଂସା ମନ୍ତ୍ରର ଗାଥା ବାଣ୍ଟିଚାଲିଛି। ଏହି ରଥକୁ ପ୍ରତ୍ୟେକ ଜିଲ୍ଲାରେ ବିପୁଳ ସ୍ୱାଗତ ସମ୍ବର୍ଦ୍ଧନା ଦେଶପ୍ରୀତିର ନମୁନା ଦେଉଛି।
ସେହିପରି ଅକ୍ଟୋବର ୨ ଗାନ୍ଧୀ ଜୟନ୍ତୀ ଅବସରରେ ମୁଖ୍ୟମନ୍ତ୍ରୀଙ୍କ ଦ୍ୱାରା ଲୋକସେବା ଭବନ ପରିସରରେ ଶାନ୍ତି ଓ ପ୍ରଗତିର ପ୍ରତୀକ ସ୍ୱରୂପ ଅଶ୍ୱତ୍ଥ ଚାରା ରୋପଣ କରାଯିବ। ଏଥିପାଇଁ ରାଜ୍ୟର ପ୍ରତ୍ୟେକ ଜିଲ୍ଲାରୁ ଯେଉଁଠାକୁ ମହାତ୍ମାଗାନ୍ଧୀଙ୍କ ଆଗମନ ହୋଇଥିଲା, ସ୍ୱାଧୀନତା ସଂଗ୍ରାମରେ ପ୍ରମୁଖ ସ୍ଥାନ କିମ୍ବା ସ୍ୱାଧୀନତା ସଂଗ୍ରାମ ସହ ଜଡିତ ପ୍ରମୁଖ ସ୍ଥାନରୁ ପବିତ୍ର ମାଟି, ଓ ନଦୀରୁ ପବିତ୍ର ଜଳ ସଂଗ୍ରହ କରାଯାଇ ଭୁବନେଶ୍ୱର ସ୍ଥିତ ଜୟଦେବ ଭବନକୁ ପଠାଯାଉଛି।

ଗାନ୍ଧୀ ଜୟନ୍ତୀ
Share. Facebook Twitter LinkedIn Email WhatsApp Copy Link

Related Posts

ସେପ୍ଟେମ୍ବର ୧ରୁ ନୂଆ ନିୟମ!: ଅନ୍ତର୍ଜାତୀୟ ଯାତ୍ରୀମାନଙ୍କୁ ଆବଶ୍ୟକ ନାହିଁ ଶାରୀରିକ ବୋର୍ଡିଂ ପାସ୍ 

August 22, 2026

ବିଧାନସଭା ନିର୍ବାଚନ ପୂର୍ବରୁ କଂଗ୍ରେସ କାର୍ଯ୍ୟାଳୟକୁ ସିଲ୍ କଲା ଉତ୍ତର ପ୍ରଦେଶର ପ୍ରଶାସନ 

August 22, 2026

ରେଳ ଧାରଣାରୁ ଦୁଇ ମୃତଦେହ ଉଦ୍ଧାର

August 22, 2026

ତେଲେଙ୍ଗାନାରେ ରାଜନୈତିକ ଉତ୍ତେଜନା!: ମୁଖ୍ୟମନ୍ତ୍ରୀଙ୍କ ବିରୋଧରେ ଜମି ଦୁର୍ନୀତି ଅଭିଯୋଗ

August 22, 2026
Latest News

ସେପ୍ଟେମ୍ବର ୧ରୁ ନୂଆ ନିୟମ!: ଅନ୍ତର୍ଜାତୀୟ ଯାତ୍ରୀମାନଙ୍କୁ ଆବଶ୍ୟକ ନାହିଁ ଶାରୀରିକ ବୋର୍ଡିଂ ପାସ୍ 

August 22, 2026

ପିଲାମାନଙ୍କୁ ମିଳିବ ସୁନା ମୁଦି: ଅଳଙ୍କାର କମ୍ପାନୀକୁ କାର୍ଯ୍ୟାଦେଶ ଦେଲେ ବିଜୟ ସରକାର

August 22, 2026

ବିଧାନସଭା ନିର୍ବାଚନ ପୂର୍ବରୁ କଂଗ୍ରେସ କାର୍ଯ୍ୟାଳୟକୁ ସିଲ୍ କଲା ଉତ୍ତର ପ୍ରଦେଶର ପ୍ରଶାସନ 

August 22, 2026

ରେଳ ଧାରଣାରୁ ଦୁଇ ମୃତଦେହ ଉଦ୍ଧାର

August 22, 2026

ତେଲେଙ୍ଗାନାରେ ରାଜନୈତିକ ଉତ୍ତେଜନା!: ମୁଖ୍ୟମନ୍ତ୍ରୀଙ୍କ ବିରୋଧରେ ଜମି ଦୁର୍ନୀତି ଅଭିଯୋଗ

August 22, 2026
Load More
The Samikhsya Odia
Facebook X (Twitter) LinkedIn
  • About Us
  • Contact Details
  • Grievance
  • Privacy Policy
  • Terms Of Use

Chief Editor: Sarat Paikray

© 2018-2026 All rights resorved by S M Network | Designed by Ratna Technology.

Type above and press Enter to search. Press Esc to cancel.