Close Menu
The Samikhsya OdiaThe Samikhsya Odia
  • ହୋମ
  • ବିଶେଷ ଖବର
  • ରାଜ୍ୟ ଖବର
  • ଜାତୀୟ ଖବର
  • ଆଞ୍ଚଳିକ
  • ସଂସ୍କୃତି
  • ବ୍ୟବସାୟ
  • ଧର୍ମ
  • ଖେଳ
  • ମନୋରଂଜନ
  • ଅନ୍ତରାଷ୍ଟ୍ରୀୟ
  • ଜୀବନ ଶୈଳୀ
Facebook X (Twitter) LinkedIn
  • About Us
  • Contact Details
  • Grievance
  • Privacy Policy
  • Terms Of Use
Facebook X (Twitter) LinkedIn
The Samikhsya OdiaThe Samikhsya Odia
  • ହୋମ
  • ବିଶେଷ ଖବର
  • ରାଜ୍ୟ ଖବର
  • ଜାତୀୟ ଖବର
  • ଆଞ୍ଚଳିକ
  • ସଂସ୍କୃତି
  • ବ୍ୟବସାୟ
  • ଧର୍ମ
  • ଖେଳ
  • ଅନ୍ୟାନ୍ୟ
    • ମନୋରଂଜନ
    • ଅନ୍ତରାଷ୍ଟ୍ରୀୟ
    • ଜୀବନ ଶୈଳୀ
Eng
The Samikhsya OdiaThe Samikhsya Odia
Eng
Home»ଆଜିର ଖବର»ରୋଗୀ ପହଂଚିବା ପୂର୍ବରୁ ଡାକ୍ତରଖାନାକୁ ଗୁରୁତ୍ୱପୂର୍ଣ୍ଣ ସୂଚନା ଦେବ ୫ଜି କନେକ୍ଟେଡ୍ ଆମ୍ବୁଲାନ୍ସ
ଆଜିର ଖବର

ରୋଗୀ ପହଂଚିବା ପୂର୍ବରୁ ଡାକ୍ତରଖାନାକୁ ଗୁରୁତ୍ୱପୂର୍ଣ୍ଣ ସୂଚନା ଦେବ ୫ଜି କନେକ୍ଟେଡ୍ ଆମ୍ବୁଲାନ୍ସ

October 2, 2022No Comments2 Mins Read
Share Facebook Twitter LinkedIn Email WhatsApp Copy Link

ନୂଆଦିଲ୍ଲୀ/ ଭୁବନେଶ୍ୱର: ଇଣ୍ଡିଆ ମୋବାଇଲ୍ କଂଗ୍ରେସରେ ରିଲାଏନ୍ସ ଜିଓ ପକ୍ଷରୁ ଏକ ୫ଜି କନେକ୍ଟେଡ୍ ଆମ୍ବୁଲାନ୍ସ ଉପସ୍ଥାପନ କରାଯାଇଛି। ଏହା ଏଭଳି ଏକ ଆମ୍ବୁଲାନ୍ସ ଯାହା ଡାକ୍ତରଖାନାରେ ରୋଗୀ ପହଂଚିବା ପୂର୍ବରୁ ରୋଗୀଙ୍କ ସମ୍ପର୍କିତ ସମସ୍ତ ଗୁରୁତ୍ୱପୂର୍ଣ୍ଣ ତଥ୍ୟକୁ ବାସ୍ତବ ସମୟରେଡିଜିଟାଲ୍ ମାଧ୍ୟମରେ ହସ୍ପିଟାଲ୍‌କୁ ପ୍ରଦାନ କରିବ। ଫଳରେ ଜରୁରୀକାଳୀନ ମେଡିକାଲ୍ ପରିସ୍ଥିତିରେ ରୋଗୀ ଡାକ୍ତରଖାନାରେ ପହଂଚିବା ପୂର୍ବରୁ ତାଙ୍କ ଚିକିତ୍ସା ପାଇଁ ଡାକ୍ତର ସବୁ ଆବଶ୍ୟକ ମେଡିକାଲ୍ ପ୍ରସ୍ତୁତି କରିପାରିବେ। ଭବିଷ୍ୟତରେ ମେଡିକାଲ୍ ଶିଳ୍ପର ଚେହେରା କେଉଁଭଳି ଭାବେ ବଦଳିବ ତାହା ଏହି ଆମ୍ବୁଲାନ୍ସରୁ ସହଜରେ ଅନୁମାନ କରାଯାଇପାରିବ।

ଇଣ୍ଡିଆ ମୋବାଇଲ କଂଗ୍ରେସର ଜିଓ ପାଭିଲିଅନରେ ଏକ ରୋବୋଟିକ୍ସ ଆର୍ମ ମଧ୍ୟ ଦେଖିବାକୁ ମିଳିବ ଯାହା ଏକ୍ସ-ରେ୦ ଓ ଅଲ୍‌ଟ୍ରାସାଉଣ୍ଡ୍ କରିବାରେ ସିଦ୍ଧହସ୍ତ। ଜିଓର ଟ୍ରୁ-୫ଜି ଜରିଆରେ ହଜାର ହଜାର କିଲୋମିଟର ଦୂରରେ ଥିବା ରେଡିଓଲୋଜିଷ୍ଟ କିମ୍ବା ସୋନୋଗ୍ରାଫର ତାହାକୁ ଅତି ସହଜରେ ପରିଚାଳନା କରିପାରିବେ। ଏହି ରୋବୋଟିକ୍ ଆର୍ମ ସହରରେ ଥିବା ରେଡିଓଲୋଜିଷ୍ଟଙ୍କୁ ସିଧାସଳଖ ଗ୍ରାମୀଣ ରୋଗୀଙ୍କ ସହ ଯୋଡ଼ିପାରିବ। ଏକ୍ସ-ରେ ଓ ଅଲ୍‌ଟ୍ରାସାଉଣ୍ଡ୍ ଭଳି ମୌଳିକ ମେଡିକାଲ୍ ଆବଶ୍ୟକତା ପାଇଁ ଗ୍ରାମାଂଚଳର ଲୋକମାନଙ୍କୁ ଆଉ ସହର ଆସିବାକୁ ପଡ଼ିବନି ଏବଂ ସେମାନେ ଘରେ ବସି ରିପୋର୍ଟ ହାସଲ କରିପାରିବେ।

ରିଲାଏନ୍ସ ପକ୍ଷରୁ ଦୀପାବଳିରେ ୫ଜି ସେବାର ଶୁଭାରମ୍ଭ କରାଯିବ। ନିଜର ଟ୍ରୁ-୫ଜି ନେଟୱର୍କର ହାଇ-ସ୍ପିଡ୍ ଓ ଲୋ-ଲେଟେନ୍ସି ଜରିଆରେ ଜୀବନର ନିତିିଦିନିଆ କାମରେ ଲାଗୁଥିବା ବହୁ ବୈଷୟିକ ସମାଧାନ ଉପରେ ମଧ୍ୟ ରିଲାଏନ୍ସ ଜିଓ କାର୍ଯ୍ୟ କରୁଛ। ସେଥି ମଧ୍ୟରୁ ଗୋଟିଏ ହେଉଛି ଜିଓ ୫ଜି ହେଲ୍‌ଥକେୟାର ଅଟୋମେସନ। କୋଭିଡ୍ ମହାମାରୀ ସମୟରେ ହସ୍ପିଟାଲ୍‌ର ଆଇସୋଲେସନ୍ ୱାର୍ଡରେ କିଛି ଆଗ ଧାଡ଼ିର କର୍ମୀଙ୍କୁ ଜୀବନ ହରାଇବାକୁ ପଡ଼ିଥିଲା। ରିଲାଏନ୍ସ ଜିଓ ଏଭଳି ରୋବୋଟ୍ ପ୍ରଯୁକ୍ତି ଉପରେ କାର୍ଯ୍ୟ କରୁଛି ଯାହା ସେହିଭଳି ଆଇସୋଲେସନ ୱାର୍ଡ ସହିତ ଅନ୍ୟ ରୋଗୀମାନଙ୍କ ପାଖରେ ଔଷଧ ଓ ଖାଦ୍ୟପାନୀୟ ପ୍ରଦାନ କରିବା କାର୍ଯ୍ୟ କରିପାରିବ।

କ୍ଲାଉଡ୍ ଭିତିକ ୫ଜି ନିୟନ୍ତ୍ରିତ ରୋବଟ୍‌ଙ୍କ ବ୍ୟବହାର ଯୋଗୁଁ ତ୍ରୁଟିର କୌଣସି ଆଶଙ୍କା ହିଁ ରହିବ ନାହିଁ ବୋଲି କହିଲେ ଭୁଲ ହେବନାହିଁ। ରୋବଟ୍ ଫ୍ଲିଟ୍ ମ୍ୟାନେଜମେଂଟ୍ ସିଷ୍ଟମ୍ ଦ୍ୱାରା ରକ୍ଷଣାବେକ୍ଷଣ ଓ ସାନିଟାଇଜେସନ ମାନବମାନଙ୍କ ତୁଳନାରେ ଅଧିକ ସହଜ ହେବ ଏବଂ ସବୁଠୁ ବଡ଼ କଥା ହେଉଛି ଏହା ଦ୍ୱାରା ହଜାର ହଜାର ଆଗଧାଡ଼ିର କର୍ମୀ ଏବଂ ରୋଗୀଙ୍କ ଜୀବନ ରକ୍ଷା କରାଯାଇପାରିବ।

ଟ୍ରୁ-୫ଜି ନେଟୱର୍କ ରିଲାଏନ୍ସ ଜିଓ
Share. Facebook Twitter LinkedIn Email WhatsApp Copy Link

Related Posts

ଆଫଗାନିସ୍ତାନକୁ ପରାସ୍ତ କରି ଦଶମ ଥର ପାଇଁ ବିଶ୍ୱକପ୍ ଫାଇନାଲରେ ପହଞ୍ଚିଲା ଭାରତ

February 4, 2026

ରେଳ କର୍ମଚାରୀମାନଙ୍କୁ ଆନ୍ତରିକ ସ୍ୱୀକୃତି ସହ ବିଶିଷ୍ଟ ରେଳ ସେବା ପୁରସ୍କାର

February 4, 2026

ନୀତି ଆୟୋଗ ତରଫରୁ ନାକଟିଦେଉଳରେ ସମ୍ପୂର୍ଣ୍ଣତା ଅଭିଯାନ ୨.୦ କାର୍ଯ୍ୟକ୍ରମ

February 4, 2026

ସିଫା ପରିଦର୍ଶନ କଲେ ତେଲଙ୍ଗାନାର ଗଣମାଧ୍ୟମ ପ୍ରତିନିଧି ଦଳ

February 4, 2026
Latest News

ଆଫଗାନିସ୍ତାନକୁ ପରାସ୍ତ କରି ଦଶମ ଥର ପାଇଁ ବିଶ୍ୱକପ୍ ଫାଇନାଲରେ ପହଞ୍ଚିଲା ଭାରତ

February 4, 2026

ରେଳ କର୍ମଚାରୀମାନଙ୍କୁ ଆନ୍ତରିକ ସ୍ୱୀକୃତି ସହ ବିଶିଷ୍ଟ ରେଳ ସେବା ପୁରସ୍କାର

February 4, 2026

ନୀତି ଆୟୋଗ ତରଫରୁ ନାକଟିଦେଉଳରେ ସମ୍ପୂର୍ଣ୍ଣତା ଅଭିଯାନ ୨.୦ କାର୍ଯ୍ୟକ୍ରମ

February 4, 2026

ସିଫା ପରିଦର୍ଶନ କଲେ ତେଲଙ୍ଗାନାର ଗଣମାଧ୍ୟମ ପ୍ରତିନିଧି ଦଳ

February 4, 2026

ଅପରେସନ ଅନ୍ଵେଷଣ-୨: ୫୪୫୧ ନିଖୋଜ ବ୍ୟକ୍ତିଙ୍କୁ ସୁରକ୍ଷିତ ଭାବେ ଉଦ୍ଧାର କଲା ଓଡ଼ିଶା ପୋଲିସ

February 4, 2026
Load More
The Samikhsya Odia
Facebook X (Twitter) LinkedIn
  • About Us
  • Contact Details
  • Grievance
  • Privacy Policy
  • Terms Of Use

Chief Editor: Sarat Paikray

© 2018-2026 All rights resorved by S M Network | Designed by Ratna Technology.

Type above and press Enter to search. Press Esc to cancel.