Close Menu
The Samikhsya OdiaThe Samikhsya Odia
  • ହୋମ
  • ବିଶେଷ ଖବର
  • ରାଜ୍ୟ ଖବର
  • ଜାତୀୟ ଖବର
  • ଆଞ୍ଚଳିକ
  • ସଂସ୍କୃତି
  • ବ୍ୟବସାୟ
  • ଧର୍ମ
  • ଖେଳ
  • ମନୋରଂଜନ
  • ଅନ୍ତରାଷ୍ଟ୍ରୀୟ
  • ଜୀବନ ଶୈଳୀ
Facebook X (Twitter) LinkedIn
  • About Us
  • Contact Details
  • Grievance
  • Privacy Policy
  • Terms Of Use
Facebook X (Twitter) LinkedIn
The Samikhsya OdiaThe Samikhsya Odia
  • ହୋମ
  • ବିଶେଷ ଖବର
  • ରାଜ୍ୟ ଖବର
  • ଜାତୀୟ ଖବର
  • ଆଞ୍ଚଳିକ
  • ସଂସ୍କୃତି
  • ବ୍ୟବସାୟ
  • ଧର୍ମ
  • ଖେଳ
  • ଅନ୍ୟାନ୍ୟ
    • ମନୋରଂଜନ
    • ଅନ୍ତରାଷ୍ଟ୍ରୀୟ
    • ଜୀବନ ଶୈଳୀ
Eng
The Samikhsya OdiaThe Samikhsya Odia
Eng
Home»ଆଜିର ଖବର»ବିଧାନସଭା ପରିସରରେ ଗାନ୍ଧୀ ଜୟନ୍ତୀ ପାଳିତ
ଆଜିର ଖବର

ବିଧାନସଭା ପରିସରରେ ଗାନ୍ଧୀ ଜୟନ୍ତୀ ପାଳିତ

October 2, 2022No Comments2 Mins Read
Share Facebook Twitter LinkedIn Email WhatsApp Copy Link
ବିଧାନସଭା ପରିସରରେ ଗାନ୍ଧୀ ଜୟନ୍ତୀ ପାଳିତ

ଭୁବନେଶ୍ୱର: ଭାରତୀୟ ସ୍ୱାଧୀନତା ସଂଗ୍ରାମର ଅଗ୍ରଦୂତ ଏବଂ ସତ୍ୟ, ଶାନ୍ତି ଓ ଅହିଂସାର ଯୁଗପ୍ରବର୍ତ୍ତକ ଜାତିର ପିତା ମହାତ୍ମା ଗାନ୍ଧୀଙ୍କ ୧୫୩ତମ ରାଜସ୍ତରୀୟ ଜୟନ୍ତୀ ପାଳିତ ହୋଇଯାଇଛି ।

ବିଧାନସଭା ପରିସରରେ ଅନୁଷ୍ଠିତ ଏହି ରାଜ୍ୟସ୍ତରୀୟ ଜୟନ୍ତୀ ଉତ୍ସବରେ ମୁଖ୍ୟ ଅତିଥି ରୂପେ ରାଜ୍ୟପାଳ ପ୍ରଫେସର ଗଣେଶୀ ଲାଲ, ମୁଖ୍ୟମନ୍ତ୍ରୀ ଶ୍ରୀ ନବୀନ ପଟ୍ଟନାୟକ ଯୋଗଦେଇ ମହାତ୍ମା ଗାନ୍ଧୀଙ୍କ ପ୍ରତିମୂର୍ତ୍ତିରେ ଶ୍ରଦ୍ଧାସୁମନ ଅର୍ପଣ କରିଥିଲେ । ବାଚସ୍ପତି ଶ୍ରୀ ବିକ୍ରମ କେଶରୀ ଆରୁଖଙ୍କ ଅଧ୍ୟକ୍ଷତାରେ ଅନୁଷ୍ଠିତ ଉକ୍ତ କାର୍ଯ୍ୟକ୍ରମ ଏବଂ ପ୍ରାର୍ଥନା ସଭାରେ ଉପବାଚସ୍ପତି ରଜନୀକାନ୍ତ ସିଂ, ମୁଖ୍ୟ ସଚେତକ ଶ୍ରୀ ପ୍ରଶାନ୍ତ କୁମାର ମୁଦୁଲି, କୃଷି ଓ କୃଷକ ସଶକ୍ତିକରଣ ମତ୍ସ୍ୟ ଓ ପ୍ରାଣୀସଂପଦ ବିକାଶ ମନ୍ତ୍ରୀ ଶ୍ରୀ ରଣେନ୍ଦ୍ର ପ୍ରତାପ ସ୍ୱାଇଁ,

ସେହିପରି ଖାଦ୍ୟଯୋଗାଣ ଓ ଖାଉଟି କଲ୍ୟାଣ, ସମବାୟ ମନ୍ତ୍ରୀ ଶ୍ରୀ ଅତନୁ ସବ୍ୟସାଚୀ ନାୟକ, ଜଳସଂପଦ, ବାଣିଜ୍ୟ ଓ ପରିବହନ ମନ୍ତ୍ରୀ ଶ୍ରୀମତୀ ଟୁକୁନି ସାହୁ, ବରିଷ୍ଠ ବିଧାୟକ ଶ୍ରୀ ପ୍ରଫୁଲ୍ଲ ସାମଲ ପ୍ରମୁଖ ମଧ୍ୟ ଗାନ୍ଧିଜୀଙ୍କ ପ୍ରତିମୂର୍ତ୍ତିରେ ପୁଷ୍ପାର୍ଘ୍ୟ ଅର୍ପଣ କରିଥିଲେ । ଶାଶ୍ୱତୀ ସାମାଜିକ ସାଂସ୍କୃତିକ କେନ୍ଦ୍ର ତରଫରୁ ମହାତ୍ମା ଗାନ୍ଧୀଙ୍କ ପ୍ରିୟ ଭଜନ ‘ବୈଷ୍ଣବ ଜନ ତୋ’ ଏବଂ ରାମଧୂନ ପରିବେଷଣ ପରିବେଶକୁ ଭାବଗାମ୍ଭୀର କରିଥିଲା ।

ଏହି ଜୟନ୍ତୀ କାର୍ଯ୍ୟକ୍ରମରେ ଅନ୍ୟମାନଙ୍କ ମଧ୍ୟରେ ବିଧାନସଭା ସଚିବ ଶ୍ରୀ ଦାଶରଥୀ ଶତପଥୀ, ସୂଚନା ଓ ଲୋକସଂପର୍କ ବିଭାଗ ବୈଷୟିକ ନିର୍ଦ୍ଦେଶକ ସୁରେନ୍ଦ୍ର କୁମାର ପରିଡ଼ା, ବିଧାନସଭାର ସ୍ୱତନ୍ତ୍ର କର୍ତ୍ତବ୍ୟରତ ଅଧିକାରୀ ତଥା ନିର୍ଦ୍ଦେଶକ (ଗବେଷଣା) ଶ୍ରୀ କୃପାସିନ୍ଧୁ ମିଶ୍ର, ଯୁଗ୍ମ ନିର୍ଦ୍ଦେଶକ (ଗବେଷଣା) ଶ୍ରୀ ଶିବପ୍ରସାଦ ପଟ୍ଟନାୟକଙ୍କ ସମେତ ଅନ୍ୟାନ୍ୟ ଅଧିକାରୀମାନେ ଯୋଗଦେଇଥିଲେ । କାର୍ଯ୍ୟକ୍ରମ ପରିଚାଳନାରେ ସୂଚନା ଓ ଲୋକସଂପର୍କ ବିଭାଗ ଅତିରିକ୍ତ ନିର୍ଦ୍ଦେଶକ ସନ୍ତୋଷ କୁମାର ଦାସ, ଯୁଗ୍ମ ନିର୍ଦ୍ଦେଶକ ବିଶ୍ୱଜିତ ଦାଶ, ମାନସ ରଞ୍ଜନ ଖୁଣ୍ଟିଆ, ସୂଚନା ଅଧିକାରୀ ସୁଶ୍ରୀ ପ୍ରମୋଦିନୀ ଟେଟେ ପ୍ରମୁଖ ସହଯୋଗ କରିଥିଲେ । ସୂଚନା ଅଧିକାରୀ ସୁଶ୍ରୀ ପ୍ରମିଳା ମାଝୀ କାର୍ଯ୍ୟକ୍ରମ ସଂଯୋଜନା କରିଥିଲେ ।

ଗାନ୍ଧୀ ଜୟନ୍ତୀ ନବାନ ପଟ୍ଟନାୟକ
Share. Facebook Twitter LinkedIn Email WhatsApp Copy Link

Related Posts

ସୋଆ ଆଇଡିଆଥନ୍‌: ଅଫ୍‌ଲାଇନ୍‌ ପର୍ଯ୍ୟାୟ ଓ ଏସ୍‌ଆଇଏଚ୍‌-୨୦୨୬ ପାଇଁ ୫୦ଟି ଛାତ୍ର ଦଳ ମନୋନୀତ

September 4, 2026

କାର୍ଯ୍ୟକ୍ଷେତ୍ରରେ ଲିଙ୍ଗଗତ ସମ୍ବେଦନଶୀଳତା ସମ୍ପର୍କରେ କର୍ମଶାଳା ଆୟୋଜିତ

September 4, 2026

ଓଏଏସ ରୁ ଆଇଏଏସ ହେଲେ ଚଉଦ ଜଣ ଅଫିସର, ଜାଣନ୍ତୁ ସେମାନଙ୍କର ନାମ

September 4, 2026

ରାଜ୍ୟ ଅନୁସୂଚିତ ଜାତି କଂଗ୍ରେସର ଅହୋରାତ୍ର ଧାରଣା ଆରମ୍ଭ, ଜାଣନ୍ତୁ କାରଣ

September 4, 2026
Latest News

ସୋଆ ଆଇଡିଆଥନ୍‌: ଅଫ୍‌ଲାଇନ୍‌ ପର୍ଯ୍ୟାୟ ଓ ଏସ୍‌ଆଇଏଚ୍‌-୨୦୨୬ ପାଇଁ ୫୦ଟି ଛାତ୍ର ଦଳ ମନୋନୀତ

September 4, 2026

କାର୍ଯ୍ୟକ୍ଷେତ୍ରରେ ଲିଙ୍ଗଗତ ସମ୍ବେଦନଶୀଳତା ସମ୍ପର୍କରେ କର୍ମଶାଳା ଆୟୋଜିତ

September 4, 2026

ଓଏଏସ ରୁ ଆଇଏଏସ ହେଲେ ଚଉଦ ଜଣ ଅଫିସର, ଜାଣନ୍ତୁ ସେମାନଙ୍କର ନାମ

September 4, 2026

ରାଜ୍ୟ ଅନୁସୂଚିତ ଜାତି କଂଗ୍ରେସର ଅହୋରାତ୍ର ଧାରଣା ଆରମ୍ଭ, ଜାଣନ୍ତୁ କାରଣ

September 4, 2026

ଜନ୍ମାଷ୍ଟମୀରେ ସବୁଠାରୁ ପ୍ରସିଦ୍ଧ କୃଷ୍ଣ ମନ୍ଦିର ଦର୍ଶନ କରି ଦୂର କରନ୍ତୁ ସମସ୍ତ ଦୁଃଖ ଓ ଯନ୍ତ୍ରଣା

September 4, 2026
Load More
The Samikhsya Odia
Facebook X (Twitter) LinkedIn
  • About Us
  • Contact Details
  • Grievance
  • Privacy Policy
  • Terms Of Use

Chief Editor: Sarat Paikray

© 2018-2026 All rights resorved by S M Network | Designed by Ratna Technology.

Type above and press Enter to search. Press Esc to cancel.