ଆଜି ରାଜ୍ୟରେ ୧୦୦ ତଳକୁ ଖସିଲା ସଂକ୍ରମଣ, ଜାଣନ୍ତୁ କେଉଁ ଜିଲ୍ଲାରେ କେତେ ଆକ୍ରାନ୍ତ ଚିହ୍ନଟ

Published: Oct 3, 2022, 11:10 am IST

ଭୁବନେଶ୍ବର: ଗତକାଲି ରାଜ୍ୟରେ ୧୩୧ ଜଣ ଆକ୍ରାନ୍ତ ଚିହ୍ନଟ ହୋଇଥିବା ବେଳେ ଆଜି ଆଉ ୬୭ ଜଣ ଆକ୍ରାନ୍ତ ଚିହ୍ନଟ ହୋଇଛନ୍ତି। ତେବ ଆଜି ୬୭  ଜଣ ଆକ୍ରାନ୍ତଙ୍କ ମଧ୍ୟରୁ ୦-୧୮ ବର୍ଷର ୭ ଜଣ ପିଲା ଥିବା ବେଳେ କ୍ୱାରେଣ୍ଟାଇନରୁ ୩୯ ଜଣ ଏବଂ ସ୍ଥାନୀୟ ସଂକ୍ରମିତ ୨୮ ଜଣ ଅଛନ୍ତି। ତେବେ ବିଭିନ୍ନ ଜିଲ୍ଲାର ଯେଉଁ ସ୍ଥିତି ରହିଛି ତାହା ହେଲା…

ବାଲେଶ୍ଵର ଜିଲ୍ଲାରୁ- ୩

ବରଗଡ ଜିଲ୍ଲାରୁ- ୧

ଭଦ୍ରକ ଜିଲ୍ଲାରୁ- ୩

କଟକ ଜିଲ୍ଲାରୁ- ୧

ଦେବଗଡ ଜିଲ୍ଲାରୁ- ୨

ଗଜପତି ଜିଲ୍ଲାରୁ- ୩

ଗଞ୍ଜାମ ଜିଲ୍ଲାରୁ- ୧

ଜଗତସିଂହପୁର ଜିଲ୍ଲାରୁ- ୧

ଯାଜପୁର ଜିଲ୍ଲାରୁ- ୪

କନ୍ଧମାଳ ଜିଲ୍ଲାରୁ- ୧

କେନ୍ଦ୍ରାପଡା ଜିଲ୍ଲାରୁ- ୨

କେନ୍ଦୁଝର ଜିଲ୍ଲାରୁ- ୧

ଖୋର୍ଦ୍ଧା ଜିଲ୍ଲାରୁ- ୧୨

ମୟୂରଭଞ୍ଜ ଜିଲ୍ଲାରୁ- ୨

ନୟାଗଡ ଜିଲ୍ଲାରୁ- ୧

ନୂଆପଡା ଜିଲ୍ଲାରୁ- ୧

ପୁରୀ ଜିଲ୍ଲାରୁ- ୪

ରାୟଗଡା ଜିଲ୍ଲାରୁ- ୧

ସମ୍ବଲପୁର ଜିଲ୍ଲାରୁ- ୧୧

ସୋନପୁର ଜିଲ୍ଲାରୁ- ୩

ସୁନ୍ଦରଗଡ ଜିଲ୍ଲାରୁ- ୭

ଷ୍ଟେଟ ପୁଲରୁ- ୨

ତେବେ ରାଜ୍ୟରେ ମୋଟ ଆକ୍ରାନ୍ତଙ୍କ ସଂଖ୍ୟା ୧୩ ଲକ୍ଷ ୩୪ ହଜାର ୪୩୪ ରେ ପହଞ୍ଚିଥିବା ବେଳେ ସୁସ୍ଥ ଆକ୍ରାନ୍ତଙ୍କ ସଂଖ୍ୟା ୧୩ ଲକ୍ଷ ୨୪ ହଜାର ୩୬ ଏବଂ ବର୍ତ୍ତମାନ ୧୧୪୮ ଜଣ ଆକ୍ରାନ୍ତ ଚିକିତ୍ସାଧୀନ ଅଛନ୍ତି।

Related posts