ରାଜ୍ୟରେ ହ୍ରାସ ପାଉଛି ସଂକ୍ରମଣ, ୧ ହଜାର ତଳକୁ ଖସିଲା ସକ୍ରିୟ ରୋଗୀଙ୍କ ସଂଖ୍ୟା

Published: Oct 5, 2022, 11:13 am IST

ଭୁବନେଶ୍ବର: ଗତକାଲି ରାଜ୍ୟରେ ୯୧ ଜଣ ଆକ୍ରାନ୍ତ ଚିହ୍ନଟ ହୋଇଥିବା ବେଳେ ଆଜି ଆଉ ୬୮ ଜଣ ଆକ୍ରାନ୍ତ ଚିହ୍ନଟ ହୋଇଛନ୍ତି। ତେବ ଆଜି ୬୮  ଜଣ ଆକ୍ରାନ୍ତଙ୍କ ମଧ୍ୟରୁ ୦-୧୮ ବର୍ଷର ୯ ଜଣ ପିଲା ଥିବା ବେଳେ କ୍ୱାରେଣ୍ଟାଇନରୁ ୪୦ ଜଣ ଏବଂ ସ୍ଥାନୀୟ ସଂକ୍ରମିତ ୨୮ ଜଣ ଅଛନ୍ତି। ତେବେ ବିଭିନ୍ନ ଜିଲ୍ଲାର ଯେଉଁ ସ୍ଥିତି ରହିଛି ତାହା ହେଲା…

ବାଲେଶ୍ଵର ଜିଲ୍ଲାରୁ- ୪

ଭଦ୍ରକ ଜିଲ୍ଲାରୁ- ୧

ବଲାଙ୍ଗୀରି ଜିଲ୍ଲାରୁ- ୧

କଟକ ଜିଲ୍ଲାରୁ- ୬

ଦେବଗଡ ଜିଲ୍ଲାରୁ- ୧

ଯାଜପୁର ଜିଲ୍ଲାରୁ- ୪

କେନ୍ଦୁଝର ଜିଲ୍ଲାରୁ- ୨

ଖୋର୍ଦ୍ଧା ଜିଲ୍ଲାରୁ- ୧୪

ମୟୂରଭଞ୍ଜ ଜିଲ୍ଲାରୁ- ୧

ନୟାଗଡ ଜିଲ୍ଲାରୁ- ୬

ନୂଆପଡା ଜିଲ୍ଲାରୁ- ୩

ପୁରୀ ଜିଲ୍ଲାରୁ- ୮

ସମ୍ବଲପୁର ଜିଲ୍ଲାରୁ- ୫

ସୁନ୍ଦରଗଡ ଜିଲ୍ଲାରୁ- ୯

ଷ୍ଟେଟ ପୁଲରୁ- ୩

ତେବେ ରାଜ୍ୟରେ ମୋଟ ଆକ୍ରାନ୍ତଙ୍କ ସଂଖ୍ୟା ୧୩ ଲକ୍ଷ ୩୪ ହଜାର ୫୯୩ ରେ ପହଞ୍ଚିଥିବା ବେଳେ ସୁସ୍ଥ ଆକ୍ରାନ୍ତଙ୍କ ସଂଖ୍ୟା ୧୩ ଲକ୍ଷ ୨୪ ହଜାର ୩୯୯ ଏବଂ ବର୍ତ୍ତମାନ ୯୪୩ ଜଣ ଆକ୍ରାନ୍ତ ଚିକିତ୍ସାଧୀନ ଅଛନ୍ତି।

 

Related posts