ଖୋର୍ଦ୍ଧା ବ୍ଲକରେ ମିଳିତ ଜନ ଶୁଣାଣି ଅନୁଷ୍ଠିତ

Published: Oct 10, 2022, 8:26 pm IST

ଖୋର୍ଦ୍ଧା: ଖୋର୍ଦ୍ଧା ପଞ୍ଚାୟତ ସମିତି କାର୍ଯ୍ୟାଳୟ ପରିସରରେ ଆଜିର ପ୍ରତ୍ୟକ୍ଷ ମିଳିତ ଜନଶୁଣାଣି ଶିବିର ଅନୁଷ୍ଠିତ ହୋଇଯାଇଛି। ଆଜି ମୋଟ ୮୫ ଗୋଟି ଆପତ୍ତି ଅଭିଯୋଗ ଦାଖଲ ହୋଇଥିବା ବେଳେ ସେଥିମଧ୍ୟରୁ ସମସ୍ତ ୮୩ ଟି ଅଭିଯୋଗ ବ୍ୟକ୍ତିଗତ ଥିଲା ଓ ବାକି ୨ଟି ବିଭିନ୍ନ ଗ୍ରାମର ସାମୁହିକ ସମସ୍ୟା ଥିଲା।

ଉକ୍ତ ଅଭିଯୋଗମାନଙ୍କ ମଧ୍ୟରୁ ସ୍ଥଳବିଶେଷରେ ଗୋଟିଏ ଅଭିଯୋଗର ତତ୍କାଳ ସମାଧାନ କରାଯାଇଥିଲା। ଜଣଙ୍କୁ ଟ୍ରାଇ ସାଇକେଲ ଏବଂ ଦୁଇ ଜଣଙ୍କୁ ହ୍ବିଲ ଚେୟାର ପ୍ରଦାନ କରାଯାଇଥିଲା।

ଆଜିର ମିଳିତ ଜନଶୁଣାଣି ଅବସରରେ ଜିଲ୍ଲାପାଳ କେ. ସୁଦର୍ଶନ ଚକ୍ରବର୍ତ୍ତୀ, ଅତିରିକ୍ତ ଜିଲ୍ଲାପାଳ ମନୋଜ କୁମାର ପାଢୀ, ଅତିରିକ୍ତ ଆରକ୍ଷୀ ଅଧିକ୍ଷକ ଏସ୍. କେ. ମୁର୍ମୁ, ବିଡିଓ କ୍ଷିରାବ୍ଧି ତନୟା ସାହୁ, ତହସିଲଦାର ଇପସିତ ସାହୁ, ସାଧାରଣ ଅଭିଯୋଗ ଡେପୁଟି କଲେକ୍ଟର ସୁଚେତା ମହାପାତ୍ର ଓ ଅନ୍ୟ ସମସ୍ତ ବିଭାଗୀୟ ଅଧିକାରୀ ପ୍ରମୁଖ ଉପସ୍ଥିତ ଥିଲେ।

Related posts