Close Menu
The Samikhsya OdiaThe Samikhsya Odia
  • ହୋମ
  • ବିଶେଷ ଖବର
  • ରାଜ୍ୟ ଖବର
  • ଜାତୀୟ ଖବର
  • ଆଞ୍ଚଳିକ
  • ସଂସ୍କୃତି
  • ବ୍ୟବସାୟ
  • ଧର୍ମ
  • ଖେଳ
  • ମନୋରଂଜନ
  • ଅନ୍ତରାଷ୍ଟ୍ରୀୟ
  • ଜୀବନ ଶୈଳୀ
Facebook X (Twitter) LinkedIn
  • About Us
  • Contact Details
  • Grievance
  • Privacy Policy
  • Terms Of Use
Facebook X (Twitter) LinkedIn
The Samikhsya OdiaThe Samikhsya Odia
  • ହୋମ
  • ବିଶେଷ ଖବର
  • ରାଜ୍ୟ ଖବର
  • ଜାତୀୟ ଖବର
  • ଆଞ୍ଚଳିକ
  • ସଂସ୍କୃତି
  • ବ୍ୟବସାୟ
  • ଧର୍ମ
  • ଖେଳ
  • ଅନ୍ୟାନ୍ୟ
    • ମନୋରଂଜନ
    • ଅନ୍ତରାଷ୍ଟ୍ରୀୟ
    • ଜୀବନ ଶୈଳୀ
Eng
The Samikhsya OdiaThe Samikhsya Odia
Eng
Home»ଆଜିର ଖବର»ବିଶ୍ୱର ଶ୍ରେଷ୍ଠ ୨ ପ୍ରତିଶତ ବୈଜ୍ଞାନିକଙ୍କ ତାଲିକାରେ ସୋଆର ୧୬ ଗବେଷକ
ଆଜିର ଖବର

ବିଶ୍ୱର ଶ୍ରେଷ୍ଠ ୨ ପ୍ରତିଶତ ବୈଜ୍ଞାନିକଙ୍କ ତାଲିକାରେ ସୋଆର ୧୬ ଗବେଷକ

October 13, 2022No Comments3 Mins Read
Share Facebook Twitter LinkedIn Email WhatsApp Copy Link
soa university
ବିଶ୍ୱର ଶ୍ରେଷ୍ଠ ୨ ପ୍ରତିଶତ ବୈଜ୍ଞାନିକଙ୍କ ତାଲିକାରେ ସୋଆର ୪୧ ଗବେଷକ

ଭୁବନେଶ୍ୱର: ଶିକ୍ଷା ଓ ଅନୁସନ୍ଧାନ (ସୋଆ)ର ୧୬ ଜଣ ବିଶିଷ୍ଟ ଗବେଷକ ବିଶ୍ୱର ଶ୍ରେଷ୍ଠ ୨ ପ୍ରତିଶତ ବୈଜ୍ଞାନିକଙ୍କ ତାଲିକାରେ ସ୍ଥାନ ପାଇବାର ଗୌରବ ଅର୍ଜନ କରିଛନ୍ତି। ୨୦୨୨ ନିମନ୍ତେ ଆମେରିକାର ପ୍ରତିଷ୍ଠିତ ଷ୍ଟାନ୍‌ଫୋର୍ଡ ବିଶ୍ୱବିଦ୍ୟାଳୟ ପକ୍ଷରୁ ବିଷୟବସ୍ତୁ ଆଧାରକୁ ନେଇ ପ୍ରକାଶିତ ଏହି ବୈଜ୍ଞାନିକମାନଙ୍କ ତାଲିକାରେ ସୋଆର ଏହି ଗବେଷକମାନେ ଅଛନ୍ତି।

୨୦୨୦ରେ ଷ୍ଟାନ୍‌ଫୋର୍ଡ ଦ୍ୱାରା ପ୍ରସ୍ତୁତ ଏହି ସମ୍ମାନଜନକ ତାଲିକାରେ ସୋଆର ୧୧ ଜଣ ଗବେଷକ ସ୍ଥାନ ପାଇଥିବାବେଳେ ୨୦୨୧ରେ ୧୩ ଜଣ ଗବେଷକ ଏହି ତାଲିକାରେ ସ୍ଥାନ ହାସଲ କରିିଥିଲେ।

ଏମାନଙ୍କ ମଧ୍ୟରୁ ଗତ ତିନି ବର୍ଷ ଧରି ସୋଆର ୯ ଜଣ ଗବେଷକ ଏହି ତାଲିକାରେ ନିଜ ସ୍ଥାନ ବଜାୟ ରଖିଛନ୍ତି। ଏହି ଗବେଷକମାନେ ହେଲେ ବିଶିଷ୍ଟ ସ୍ନାୟୁ ଶଲ୍ୟ ବିଶେଷଜ୍ଞ ତଥା ବର୍ତମାନ ସୋଆର କୁଳପତି ପ୍ରଫେସର (ଡାକ୍ତର) ଅଶୋକ କୁମାର ମହାପାତ୍ର, ପ୍ରଫେସର (ଡକ୍ଟର) ପ୍ରଦୀପ୍ତ କିଶୋର ଦାଶ, ପ୍ରଫେସର କୁଳମଣି ପରିଡା, ପ୍ରଫେସର ଲାଲା ବିହାରୀ ଶୁକ୍ଳା, ପ୍ରଫେସର ଆର.ଏନ୍‌.ପି. ଚୌଧୁରୀ, ପ୍ରଫେସର ଗୌତମ ରଥ, ପ୍ରଫେସର ନିହାରବାଳା ଦେବୀ, ଡଃ ମନୋଜ କୁମାର ନାୟକ ଏବଂ ଡଃ ସତ୍ୟ ରଞ୍ଜନ ମିଶ୍ର।

ସେହିପରି ୨୦୨୧ ତାଲିକାରେ ସ୍ଥାନ ପାଇଥିବା ସୋଆର ଗବେଷକ ଡଃ ମନୋହର ମିଶ୍ର, ଡଃ ରାଜଶ୍ରୀ ଦାଶ ଏବଂ ଡଃ ସୁଲଗ୍ନା ପଟ୍ଟନାୟକ ଚଳିତବର୍ଷ ଏହି ତାଲିକାରେ ସ୍ଥାନୀତ ହେବାର ସୌଭାଗ୍ୟ ଅର୍ଜନ କରିଛନ୍ତି। ଏମାନଙ୍କ ସହିତ ସୋଆର ଅନ୍ୟ ଚାରି ଜଣ ଗବେଷକ ପ୍ରଫେସର (ଡକ୍ଟର) ରବିନ୍ଦ୍ରନାଥ ପାଢ଼ୀ, ପ୍ରଫେସର ବିନୋଦ କୁମାର ସାହୁ, ଡକ୍ଟର ସୁସଂଗିନୀ ନାୟକ ଏବଂ ଡକ୍ଟର ଦୀପ୍ତି ପ୍ରଭା ସାହୁ ପ୍ରଥମ ଥର ପାଇଁ ଏହି ସମ୍ମାନଜନକ ବୈଜ୍ଞାନିକଙ୍କ ତାଲିକାରେ ସାମିଲ ହେବାର ଗୌରବ ଅର୍ଜନ କରିଛନ୍ତି।

ପ୍ରଫେସର ରାଜଶ୍ରୀ ଦାଶ ସୋଆ ପରିଚାଳିତ ଇନ୍‌ଷ୍ଟିଚ୍ୟୁଟ୍ ଅଫ୍ ଟେକ୍ନିକାଲ୍ ଏଜୁକେସନ୍ ଆଣ୍ଡ ରିସର୍ଚ୍ଚ (ଆଇଟିଇଆର୍‌)ରେ ପ୍ରଫେସର ଭାବେ କାର୍ଯ୍ୟରତ ଥିବା ବେଳେ ଡକ୍ଟର ମିଶ୍ର ସେଠାରେ ଆସୋସିଏଟ୍ ପ୍ରଫେସର ଭାବେ କାର୍ଯ୍ୟ କରନ୍ତି। ଡଃ ପଟ୍ଟନାୟକ ଆଇଟିଇଆରର ଜଣେ ପୂର୍ବତନ ରିସର୍ଚ୍ଚ ସ୍କଲାର ଅଟନ୍ତି।

ସୋଆର ପ୍ରତିଷ୍ଠାତା ସଭାପତି ପ୍ରଫେସର (ଡକ୍ଟର) ମନୋଜରଞ୍ଜନ ନାୟକ ଏହି ସମ୍ମାନଜନକ ତାଲିକାରେ ସ୍ଥାନ ପାଇଥିବା ଯୋଗୁଁ ସମସ୍ତ ୧୬ ଜଣ ଗବେଷକଙ୍କୁ ଶୁଭେଚ୍ଛା ଓ ଅଭିନନ୍ଦନ ଜଣାଇବା ସହ ବିଶ୍ୱବିଦ୍ୟାଳୟ ପକ୍ଷରୁ ଜାରୀ ରହିଥିବା ଗବେଷଣା କାର୍ଯ୍ୟକୁ ଏହି ସମ୍ମାନ ଅଧିକ ପ୍ରୋତ୍ସାହିତ କରିବ ବୋଲି କହିଛନ୍ତି।

ଚଳିତବର୍ଷ ଏହି ତାଲିକାରେ ସ୍ଥାନ ପାଇଥିବା ପ୍ରଫେସର (ଡଃ) ଅଶୋକ କୁମାର ମହାପାତ୍ର ଜାତୀୟ ସ୍ତରରେ ଜଣେ ବିଶିଷ୍ଟ ସ୍ନାୟୁଶଲ୍ୟ ବିଶେଷଜ୍ଞ ହୋଇଥିବା ବେଳେ ପ୍ରଫେସର (ଡଃ) ପ୍ରଦୀପ୍ତ କିଶୋର ଦାଶ ଶକ୍ତି କ୍ଷେତ୍ରରେ ଜଣେ ପ୍ରତିଷ୍ଠିତ ଗବେଷକ। ପ୍ରଫେସର ପରିଡା ଏବଂ ପ୍ରଫେସର ଶୁକ୍ଲା ଯଥାକ୍ରମେ ଫିଜିକାଲ୍ କେମିଷ୍ଟ୍ରି ଓ ମାଇନିଂ ଆଣ୍ଡ ମେଟାଲର୍ଜି କ୍ଷେତ୍ରରେ ଗବେଷଣାରତ। ପ୍ରଫେସର ଚୌଧୁରୀ ଆପ୍ଲାଏଡ୍ ଫିଜିକ୍ସ ଏବଂ ପ୍ରଫେସର ଦେବୀ ମାଇନିଂ ଆଣ୍ଡ ମେଟାଲର୍ଜି କ୍ଷେତ୍ରରେ ଗବେଷଣା ଜାରୀ ରଖିଛନ୍ତି।

ସେହିପରି ପ୍ରଫେସର ରଥ ବର୍ତମାନ ସୋଆ ପରିଚାଳିତ ସ୍କୁଲ୍ ଅଫ୍ ଫାର୍ମାସ୍ୟୁଟିକାଲ୍ ସାଇନ୍‌ସେସ୍‌ର ଫାର୍ମାସ୍ୟୁଟିକ୍ସ ବିଭାଗର ପ୍ରଫେସର ଭାବେ କାର୍ଯ୍ୟରତ ଥିବା ବେଳେ ଡକ୍ଟର ନାୟକ ଆଇଟିଇଆର୍‌ର ମେକାନିକାଲ୍ ଇଞ୍ଜିନିୟରିଂ ବିଭାଗର ଆସୋସିଏଟ୍ ପ୍ରଫେସର ଏବଂ ଡକ୍ଟର ମିଶ୍ର ମ୍ୟାଥମେଟିକ୍‌ସ ବିଭାଗର ଆସୋସିଏଟ୍ ପ୍ରଫେସର ଭାବେ କାର୍ଯ୍ୟରତ।
ପ୍ରଫେସର ପରିଡା ରସାୟନ ବିଜ୍ଞାନ ବିଭାଗର ପ୍ରଫେସର ଏବଂ ସୋଆର ସେଂଟର ଫର୍ ନାନୋ ସାଇନ୍ସ ଆଣ୍ଡ ନାନୋ ଟେକ୍ନୋଲୋଜିର ନିର୍ଦ୍ଦେଶକ ଭାବେ କାର୍ଯ୍ୟ କରୁଛନ୍ତି। ଡକ୍ଟର ସୁସଂଗିନୀ ନାୟକ ଏବଂ ଡକ୍ଟ ଦୀପ୍ତିପ୍ରଭା ସାହୁ ଏହି କେନ୍ଦ୍ରରେ ରିସର୍ଚ୍ଚ ସ୍କଲାର ଭାବେ କାର୍ଯ୍ୟ କରୁଛନ୍ତି।

ପ୍ରଫେସର ଶୁକ୍ଳା ବର୍ତମାନ ରିସର୍ଚ୍ଚ ପ୍ରଫେସର ଏବଂ ସୋଆର ବାୟୋଫୁଏଲ୍ ଆଣ୍ଡ ବାୟୋପ୍ରୋସେସିଂ ରିସର୍ଚ୍ଚ ସେଂଟରର ନିର୍ଦ୍ଦେଶକ ଭାବେ କାର୍ଯ୍ୟରତ।

ୟୁକେର ଏଡିନ୍‌ବର୍ଗ ବିଶ୍ୱବିଦ୍ୟାଳୟରୁ ପିଏଚ୍‌ଡି ହାସଲ କରିଥିବା ପ୍ରଫେସର ଚୌଧୁରୀ ଆଇଆଇଟି ଖଡଗପୁରର ପଦାର୍ଥ ବିଜ୍ଞାନ ବିଭାଗର ମୁଖ୍ୟ ଭାବେ କାର୍ଯ୍ୟ ତୁଲାଇଛନ୍ତି। ବର୍ତ୍ତମାନ ସେ ଆଇଟିଇଆର୍‌ରେ ପଦାର୍ଥ ବିଜ୍ଞାନ ବିଭାଗରେ ପ୍ରଫେସର ଭାବେ କାର୍ଯ୍ୟରତ। ସେହିପରି ପ୍ରଫେସର ଦେବୀଙ୍କର ଗବେଷଣା କ୍ଷେତ୍ରରେ ୩୦ ବର୍ଷରୁ ଊର୍ଦ୍ଧ୍ୱ ଅଭିଜ୍ଞତା ରହିଛି।
ଗବେଷଣାକୁ ଅଧିକ ଗୁରୁତ୍ୱ ଦେଉଥିବା ସୋଆରେ ୧୬ଟି ଗବେଷଣା କେନ୍ଦ୍ର ଏବଂ ୫୮ଟି ଗବେଷଣା ଲାବୋରାଟୋରୀ ରହିଛି।

ଶିକ୍ଷା ଓ ଅନୁସନ୍ଧାନ ସୋଆ
Share. Facebook Twitter LinkedIn Email WhatsApp Copy Link

Related Posts

ଜିଓ-ବ୍ଲାକରକ୍ ଇନଭେଷ୍ଟମେଣ୍ଟ ଆଡ଼ଭାଇଜର୍ସ ପକ୍ଷରୁ ‘ବ୍ୟକ୍ତିଗତ ନିବେଶ ପରାମର୍ଶ’ ଶୁଭାରମ୍ଭ

February 3, 2026

‘ମୁଖ୍ୟମନ୍ତ୍ରୀ କନ୍ୟା ବିବାହ ଯୋଜନା’ର ଶୁଭାରମ୍ଭ: ବିବାହ ମଣ୍ଡପରେ କର୍ତ୍ତା ଭାବେ ବସିଲେ ମୁଖ୍ୟମନ୍ତ୍ରୀ

February 3, 2026

ଆମେରିକୀୟ କୃଷକଙ୍କୁ ସମୃଦ୍ଧ କରିବ ବାଣିଜ୍ୟ ଚୁକ୍ତି: ଆମେରିକା ସଚିବଙ୍କ ଦାବିର ଜବାବ ଦେଲା ଭାରତ

February 3, 2026

ବର୍ତ୍ତମାନ କେଉଁ ଦେଶ ଉପରେ ରହିଛି ସର୍ବାଧିକ ଆମେରିକା ଶୁଳ୍କ: କେଉଁଠି ଭାରତର ସ୍ଥାନ?

February 3, 2026
Latest News

ଜିଓ-ବ୍ଲାକରକ୍ ଇନଭେଷ୍ଟମେଣ୍ଟ ଆଡ଼ଭାଇଜର୍ସ ପକ୍ଷରୁ ‘ବ୍ୟକ୍ତିଗତ ନିବେଶ ପରାମର୍ଶ’ ଶୁଭାରମ୍ଭ

February 3, 2026

‘ମୁଖ୍ୟମନ୍ତ୍ରୀ କନ୍ୟା ବିବାହ ଯୋଜନା’ର ଶୁଭାରମ୍ଭ: ବିବାହ ମଣ୍ଡପରେ କର୍ତ୍ତା ଭାବେ ବସିଲେ ମୁଖ୍ୟମନ୍ତ୍ରୀ

February 3, 2026

ଆମେରିକୀୟ କୃଷକଙ୍କୁ ସମୃଦ୍ଧ କରିବ ବାଣିଜ୍ୟ ଚୁକ୍ତି: ଆମେରିକା ସଚିବଙ୍କ ଦାବିର ଜବାବ ଦେଲା ଭାରତ

February 3, 2026

ବର୍ତ୍ତମାନ କେଉଁ ଦେଶ ଉପରେ ରହିଛି ସର୍ବାଧିକ ଆମେରିକା ଶୁଳ୍କ: କେଉଁଠି ଭାରତର ସ୍ଥାନ?

February 3, 2026

ଆଡମିଟ୍ କାର୍ଡ ଜାରି କଲା CBSE: ଦଶମ ଏବଂ ଦ୍ୱାଦଶ ଛାତ୍ରଛାତ୍ରୀମାନେ ତୁରନ୍ତ କରନ୍ତୁ ଡାଉନଲୋଡ୍

February 3, 2026
Load More
The Samikhsya Odia
Facebook X (Twitter) LinkedIn
  • About Us
  • Contact Details
  • Grievance
  • Privacy Policy
  • Terms Of Use

Chief Editor: Sarat Paikray

© 2018-2026 All rights resorved by S M Network | Designed by Ratna Technology.

Type above and press Enter to search. Press Esc to cancel.