ଭୁବନେଶ୍ବର: ଗତକାଲି ରାଜ୍ୟରେ ୧୦୩ ଜଣ ଆକ୍ରାନ୍ତ ଚିହ୍ନଟ ହୋଇଥିବା ବେଳେ ଆଜି ଆଉ ୭୭ ଜଣ ଆକ୍ରାନ୍ତ ଚିହ୍ନଟ ହୋଇଛନ୍ତି। ତେବ ଆଜି ୭୭ ଜଣ ଆକ୍ରାନ୍ତଙ୍କ ମଧ୍ୟରୁ ୦-୧୮ ବର୍ଷର ୧୦ ଜଣ ପିଲା ଥିବା ବେଳେ କ୍ୱାରେଣ୍ଟାଇନରୁ ୪୬ ଜଣ ଏବଂ ସ୍ଥାନୀୟ ସଂକ୍ରମିତ ୩୧ ଜଣ ଅଛନ୍ତି। ତେବେ ବିଭିନ୍ନ ଜିଲ୍ଲାର ଯେଉଁ ସ୍ଥିତି ରହିଛି ତାହା ହେଲା…
ବାଲେଶ୍ଵର ଜିଲ୍ଲାରୁ- ୨
ବରଗଡ ଜିଲ୍ଲାରୁ- ୧
ବଲାଙ୍ଗୀରି ଜିଲ୍ଲାରୁ- ୧
କଟକ ଜିଲ୍ଲାରୁ- ୮
ଦେବଗଡ ଜିଲ୍ଲାରୁ- ୧
ଜଗତସିଂହପୁର ଜିଲ୍ଲାରୁ- ୫
ଯାଜପୁର ଜିଲ୍ଲାରୁ- ୨
ଝାରସୁଗୁଡା ଜିଲ୍ଲାରୁ- ୨
କଳାହାଣ୍ଡି ଜିଲ୍ଲାରୁ- ୨
ଖୋର୍ଦ୍ଧା ଜିଲ୍ଲାରୁ- ୭
କୋରାପୁଟ ଜିଲ୍ଲାରୁ- ୨
ନବରଙ୍ଗପୁର ଜିଲ୍ଲାରୁ- ୬
ନୟାଗଡ ଜିଲ୍ଲାରୁ- ୨
ନୂଆପଡା ଜିଲ୍ଲାରୁ- ୨
ପୁରୀ ଜିଲ୍ଲାରୁ- ୪
ସମ୍ବଲପୁର ଜିଲ୍ଲାରୁ- ୯
ସୁନ୍ଦରଗଡ ଜିଲ୍ଲାରୁ- ୨୦
ଷ୍ଟେଟ ପୁଲରୁ- ୧
ତେବେ ରାଜ୍ୟରେ ମୋଟ ଆକ୍ରାନ୍ତଙ୍କ ସଂଖ୍ୟା ୧୩ ଲକ୍ଷ ୩୫ ହଜାର ୨୩୦ ରେ ପହଞ୍ଚିଥିବା ବେଳେ ସୁସ୍ଥ ଆକ୍ରାନ୍ତଙ୍କ ସଂଖ୍ୟା ୧୩ ଲକ୍ଷ ୨୫ ହଜାର ୩୮୧ ଏବଂ ବର୍ତ୍ତମାନ ୫୯୭ ଜଣ ଆକ୍ରାନ୍ତ ଚିକିତ୍ସାଧୀନ ଅଛନ୍ତି।