ନୂଆଦିଲ୍ଲୀ: ହିମାଚଳ ପ୍ରଦେଶ ପାଇଁ ନିର୍ବାଚନ ତାରିଖ ଘୋଷଣା ହୋଇଛି। ସାମ୍ବାଦିକ ସମ୍ମିଳନୀ କରି ନିର୍ବାଚନ କମିଶନର ରାଜୀବ କୁମାର ନିର୍ବାଚନ ତାରିଖ ଘୋଷଣା କରିଛନ୍ତି। ନଭେମ୍ବର ୧୨ ତାରିଖରେ ହିମାଚଳ ପ୍ରଦେଶରେ ଭୋଟ ହେବ। ଗୋଟିଏ ପର୍ଯ୍ୟୟରେ ନିର୍ବାଚନ ହେବ। ଡିସେମ୍ବର ୮ ତାରିଖରେ ପ୍ରକାଶ ପାଇବ ନିର୍ବାଚନ ଫଳାଫଳ।
ତେବେ ସେଥିପାଇଁ ଅକ୍ଟୋବର ୧୭ ତାରିଖରେ ବିଦ୍ଧିବଧ ଭାବେ ବିଜ୍ଞପ୍ତି ପ୍ରକାଶ ପାଇବ। ଚଳିତ ମାସ ୨୫ ତାରିଖରେ ନାମାଙ୍କନ ଦାଖଲ କରିବାର ଶେଷ ଦିନ ରହିଛି। ଚଳିତ ମାସ ୨୭ ତାରିଖରେ ପ୍ରାର୍ଥୀ ପାତ୍ର ଯାଞ୍ଚ କରାଯିବ। ସେହିଭଳି ଚଳିତ ମାସ ୨୯ ତାରିଖରେ ନାମାଙ୍କନ ପତ୍ର ପ୍ରତ୍ୟାହାର କରାଯିବ।