Close Menu
The Samikhsya OdiaThe Samikhsya Odia
  • ହୋମ
  • ବିଶେଷ ଖବର
  • ରାଜ୍ୟ ଖବର
  • ଜାତୀୟ ଖବର
  • ଆଞ୍ଚଳିକ
  • ସଂସ୍କୃତି
  • ବ୍ୟବସାୟ
  • ଧର୍ମ
  • ଖେଳ
  • ମନୋରଂଜନ
  • ଅନ୍ତରାଷ୍ଟ୍ରୀୟ
  • ଜୀବନ ଶୈଳୀ
Facebook X (Twitter) LinkedIn
  • About Us
  • Contact Details
  • Grievance
  • Privacy Policy
  • Terms Of Use
Facebook X (Twitter) LinkedIn
The Samikhsya OdiaThe Samikhsya Odia
  • ହୋମ
  • ବିଶେଷ ଖବର
  • ରାଜ୍ୟ ଖବର
  • ଜାତୀୟ ଖବର
  • ଆଞ୍ଚଳିକ
  • ସଂସ୍କୃତି
  • ବ୍ୟବସାୟ
  • ଧର୍ମ
  • ଖେଳ
  • ଅନ୍ୟାନ୍ୟ
    • ମନୋରଂଜନ
    • ଅନ୍ତରାଷ୍ଟ୍ରୀୟ
    • ଜୀବନ ଶୈଳୀ
Eng
The Samikhsya OdiaThe Samikhsya Odia
Eng
Home»ଆଜିର ଖବର»ଦେଶର ପ୍ରତ୍ୟେକ ଆଇଆଇଟି ହେଉଛି ରତ୍ନଭଣ୍ଡାର: ଧର୍ମେନ୍ଦ୍ର ପ୍ରଧାନ
ଆଜିର ଖବର

ଦେଶର ପ୍ରତ୍ୟେକ ଆଇଆଇଟି ହେଉଛି ରତ୍ନଭଣ୍ଡାର: ଧର୍ମେନ୍ଦ୍ର ପ୍ରଧାନ

October 14, 2022No Comments2 Mins Read
Share Facebook Twitter LinkedIn Email WhatsApp Copy Link

ନୂଆଦିଲ୍ଲୀ/ଭୁବନେଶ୍ୱର: ଦେଶର ପ୍ରତ୍ୟେକ ଆଇଆଇଟି ହେଉଛି ରତ୍ନଭଣ୍ଡାର। ଜ୍ଞାନ ଏବଂ ଅଭିଜ୍ଞତାର ଗନ୍ତାଘର ଆଇଆଇଟି ଦେଶର ଭବିଷ୍ୟତ ପାଇଁ ରାସ୍ତା ସୁଗମ କରିବ ବୋଲି  ଆଜି ଆଇଆଇଟି ଦିଲ୍ଲୀରେ ଦେଶରେ ପ୍ରଥମ ଥର ପାଇଁ ଆୟୋଜିତ ସବୁ ଆଇଆଇଟି- ଆର୍ ଆଣ୍ଡ୍ ଡି ପ୍ରଦର୍ଶନୀ ‘ଇନଭେନଟିଭ୍ ୨୦୨୨’କୁ ଉଦଘାଟନ କରିବା ଅବସରରେ କହିଛନ୍ତି କେନ୍ଦ୍ର ଶିକ୍ଷା, ଦକ୍ଷତା ବିକାଶ ଏବଂ ଉଦ୍ୟମିତା ମନ୍ତ୍ରୀ ଧର୍ମେନ୍ଦ୍ର ପ୍ରଧାନ।  

ବିଶ୍ୱର ଅନେକ ଦେଶ ଆଇଆଇଟି କ୍ୟାମ୍ପସ ସ୍ଥାପନ କରିବା ପାଇଁ ଇଚ୍ଛା ପ୍ରକାଶ କରିଛନ୍ତି। ଏହା ହିଁ ଆମ ଆଇଆଇଟିର ଜ୍ଞାନ ଓ ଗୁଣବତ୍ତାକୁ ପରିଚୟ ଦେଉଛି। ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦି ‘ଜୟ ଅନୁସନ୍ଧାନ’ର ନାରା ଦେଇଛନ୍ତି। ଆଇଆଇଟି ଦିଲ୍ଲୀରେ ଅନୁଷ୍ଠିତ ଇନଭେନଟିଭ୍ କାର୍ଯ୍ୟକ୍ରମ ପ୍ରଧାନମନ୍ତ୍ରୀଙ୍କ କଳ୍ପନାକୁ ଆଗକୁ ନେଉଛି। ସେହିପରି ଦେଶରେ ସ୍ୱଦେଶୀ ଜ୍ଞାନକୌଶଳରେ ଅନେକ ଟେକ୍ନୋଲୋଜି ଉଭାବନ କରାଯାଉଛି। ବିଶେଷ ଭାବରେ ସ୍ୱାସ୍ଥ୍ୟସେବା କ୍ଷେତ୍ରରେ ଅନେକ ନୂତନ ଟେକ୍ନୋଲୋଜି ଉଦ୍ଭାବନ ହେଉଅଛି। ଏହି ଭାରତୀୟ ମଡେଲ ଗୁଡ଼ିକ ବିକାଶଶୀଳ ଅର୍ଥନୀତି ପାଇଁ ଏକ ମାର୍ଗଦର୍ଶିକା ଭାବରେ ଆସ୍ଥାଭାଜନ ହୋଇପାରିଛି। ସଫ୍ଟଓୟାର୍ ଡେଭଲପମେଣ୍ଟ, ଫାଇନାନ୍ସ ମ୍ୟାନେଜମେଣ୍ଟ, ମେଡିସନ ଏବଂ ଲିଗାଲ୍ ଆନାଲିଟିକ୍ସ ଭଳି କ୍ଷେତ୍ରରେ ଭାରତ ଅଗ୍ରଣୀ ନେତୃତ୍ୱ ନେଉଛି। ଦେଶବାସୀଙ୍କ ମଧ୍ୟରେ ଥିବା ବୌଦ୍ଧିକ କ୍ଷମତା ଭାରତକୁ ନୂଆ ବୈଶ୍ୱିକ ଦୃଶ୍ୟପଟ୍ଟରେ ଶିଖରରେ ପହଞ୍ଚାଇବାର କ୍ଷମତା ରଖିଛି।

କେନ୍ଦ୍ରମନ୍ତ୍ରୀ କହିଛନ୍ତି ଯେ ଆମକୁ ଗବେଷଣା ଆଧାରିତ ଉଦ୍ୟମତା ବିକଶିତ କରିବାକୁ ହେବ। ଭାରତର ପ୍ରତିଭା, ଡିଜିଟାଲ କାରବାର, ବଜାର, କିଣିବା କ୍ଷମତା ଏବଂ ବଢୁଥିବା ଆକାଂକ୍ଷା ଭାରତକୁ ଦ୍ରୁତ ଗତିରେ ଆଗକୁ ନେଉଛି। ଆଇଆଇଟି ଗୁଡିକ ଏହି ସୁଯୋଗର ବ୍ୟବହାର କରିବାର କରିବା ଉଚିତ୍। ଏହାବ୍ୟତିତ ସମାଜ ଏବଂ ବଜାର ସହ ନବସୃଜନକୁ ଯୋଡ଼ିବାକୁ ହେବ। ଦେଶରେ ସୃଷ୍ଟି ହେଉଥିବା ଜୈବ ବର୍ଜ୍ୟବସ୍ତୁର ସଠିକ୍ ଉପଯୋଗ କରାଗଲେ ଅର୍ଥନୀତିକୁ ସହାୟକ ହେବ। ଆଇଆଇଟି ଇଞ୍ଜିନିୟର କଲେଜ ଠାରୁ ଉର୍ଦ୍ଧ୍ୱରେ ରହିବାକୁ ହେବ। ନବସୃଜନ, ନିଯୁକ୍ତିଦାତା ସୃଷ୍ଟି କରିବା ଭଳି ବିଷୟକୁ ନେଇ ଆଇଆଇଟି ଗୁଡ଼ିକର ନୂଆ ମାପଦଣ୍ଡ ସ୍ଥିର କରିବାକୁ ହେବ। 

ପ୍ରଯୁକ୍ତିବିଦ୍ୟା, ଅଭିବୃଦ୍ଧି ଏବଂ ବିକାଶର ନୂଆ ଆବାହକ ହେବ ଏବଂ ଏଥିରେ ଆଇଟି ଏବଂ ଯୋଗାଯୋଗ ପ୍ରଯୁକ୍ତିବିଦ୍ୟା ଶୀର୍ଷ ତାଲିକାରେ ରହିବ। ବିଶ୍ୱ ଭାରତରେ ଅଧିକ ପୁଞ୍ଜିନିବେଶ କରିବା ପାଇଁ ଇଚ୍ଛୁକ ଅଛି ଏବଂ ଆମର ଛାତ୍ରଛାତ୍ରୀ ଓ ଇନୋଭେସନ ବିଶ୍ୱରେ ଶ୍ରେଷ୍ଠ ସ୍ଥାନରେ ରହିବାର କ୍ଷମତା ରଖିଛନ୍ତି। ଦେଶରେ ଜାତୀୟ ଶିକ୍ଷା ନୀତି -୨୦୨୦ ଭଳି ସବୁଠୁ ବଡ଼ ସଂସ୍କାର ପ୍ରଣୟନ କରାଯାଉଛି । ଉଚ୍ଚ ଶିକ୍ଷାନୁଷ୍ଠାନ ବିଶେଷ ଭାବରେ ଆଇଆଇଟି ଦକ୍ଷତା ବିକାଶକୁ ଗୁରୁତ୍ୱ ଦେବା ପାଇଁ ଶ୍ରୀ ପ୍ରଧାନ ପରାମର୍ଶ ଦେଇଥିଲେ। ସେ ଆହୁରି କହିଥିଲେ ଯେ ଇନଭେନଟିଭ୍ କାର୍ଯ୍ୟକ୍ରମରେ ପ୍ରଦର୍ଶିତ ହୋଇଥିବା ୭୫ଟି ଇନୋଭେସନ ଆମର ଆଇଆଇଟିର ଗବଷେଣା ଓ ବିକାଶର କ୍ଷମତାକୁ ଦର୍ଶାଇଛି। ଜଟିଳ ବୈଶ୍ୱିକ ସମସ୍ୟାକୁ ସମାଧାନ କରିବା ଦିଗରେ ଇନଭେନଟିଭ୍ କାର୍ଯ୍ୟକ୍ରମ ସମାଧାନର ରାସ୍ତା ବାହାର କରିବ।   

ଏହି ଅବସରରେ ଶ୍ରୀ ପ୍ରଧାନ ଆଇଆଇଟି ଦିଲ୍ଲୀ ପରିସରରେ ଥିବା ଭାରତୀ ସ୍କୁଲ୍ ଅଫ୍ ଟେଲିକମ୍ୟୁନିକେସନ ଆଣ୍ଡ୍ ମ୍ୟାନଜମେଣ୍ଟ ଅନୁଷ୍ଠାନ ପରିଦର୍ଶନ କରିଥିଲେ। ଇନଭେନଟିଭ୍  କାର୍ଯ୍ୟକ୍ରମରେ ଭାରତୀ ଏୟାରଟେଲର ଅଧ୍ୟକ୍ଷ ସୁନିଲ ଭାରତୀ ମିତ୍ତଲ, ଇନସ୍ପେଶର ଚେୟାରମ୍ୟାନ ପଓ୍ୱନ ଗୋଏଙ୍କା, ସାଏଣ୍ଟ ପ୍ରତିଷ୍ଠାତା ବିଭିଆର ମୋହନ ରେଡ୍ଡୀ, ସମସ୍ତ ୨୩ଟି ଆଇଆଇଟିର ନିର୍ଦ୍ଦେଶକ, ପ୍ରଫେସର, ଶିଳ୍ପ ନେତୃତ୍ୱ, ଇନୋଭେଟର ଓ ଆଇଆଇଟି ଛାତ୍ରଛାତ୍ରୀମାନେ ଉପସ୍ଥିତ ଥିଲେ।

ଆଇଆଇଟି ଜୟ ଅନୁସନ୍ଧାନ’ ଧର୍ମେନ୍ଦ୍ର ପ୍ରଧାନ ନରେନ୍ଦ୍ର ମୋଦି
Share. Facebook Twitter LinkedIn Email WhatsApp Copy Link

Related Posts

ସମ୍ ହସ୍ପିଟାଲ୍‌ରେ ଅଙ୍ଗଦାନକାରୀଙ୍କୁ ଗାର୍ଡ ଅଫ୍ ଅନର ପ୍ରଦାନ

September 9, 2025

ମହିଳା ଓ ଶିଶୁ ସୁରକ୍ଷା ନିମନ୍ତେ ଦିନିକିଆ କର୍ମଶାଳା

September 9, 2025

ସ୍ୱଚ୍ଛ ବାୟୁ ସର୍ବେକ୍ଷଣ ଏବଂ ଆର୍ଦ୍ରଭୂମି ସହର ମାନ୍ୟତା ପୁରସ୍କାର ପ୍ରଦାନ କଲେ କେନ୍ଦ୍ର ମନ୍ତ୍ରୀ

September 9, 2025

ସିପି ରାଧାକୃଷ୍ଣନ୍ ହେଲେ ଦେଶର ନୂତନ ଉପରାଷ୍ଟ୍ରପତି, ଜାଣନ୍ତୁ କେତେ ମିଳିଲା ଭୋଟ?

September 9, 2025
Latest News

ସମ୍ ହସ୍ପିଟାଲ୍‌ରେ ଅଙ୍ଗଦାନକାରୀଙ୍କୁ ଗାର୍ଡ ଅଫ୍ ଅନର ପ୍ରଦାନ

September 9, 2025

ମହିଳା ଓ ଶିଶୁ ସୁରକ୍ଷା ନିମନ୍ତେ ଦିନିକିଆ କର୍ମଶାଳା

September 9, 2025

ବାଣପୁର: ପଞ୍ଚାୟତ ସ୍ତରୀୟ ଅନ୍ତଃରାଜ୍ୟ ପ୍ରବାସୀ ଶ୍ରମିକ ସଚେତନତା ଶିବିର

September 9, 2025

ସ୍ୱଚ୍ଛ ବାୟୁ ସର୍ବେକ୍ଷଣ ଏବଂ ଆର୍ଦ୍ରଭୂମି ସହର ମାନ୍ୟତା ପୁରସ୍କାର ପ୍ରଦାନ କଲେ କେନ୍ଦ୍ର ମନ୍ତ୍ରୀ

September 9, 2025

ବିଜେଡିକୁ ପୁଣି ତେରଚ୍ଛା ବାଣ ମାରିଲେ ପୂର୍ବତନ ସାଂସଦ ତଥାଗତ ଶତପଥୀ, କହିଲେ…

September 9, 2025
Load More
The Samikhsya Odia
Facebook X (Twitter) LinkedIn
  • About Us
  • Contact Details
  • Grievance
  • Privacy Policy
  • Terms Of Use

Chief Editor: Sarat Paikray

© 2018-2025 All rights resorved by S M Network | Designed by Ratna Technology.

Type above and press Enter to search. Press Esc to cancel.