ଭୁବନେଶ୍ବର: ଗତକାଲି ରାଜ୍ୟରେ ୮୪ ଜଣ ଆକ୍ରାନ୍ତ ଚିହ୍ନଟ ହୋଇଥିବା ବେଳେ ଆଜି ଆଉ ୬୩ ଜଣ ଆକ୍ରାନ୍ତ ଚିହ୍ନଟ ହୋଇଛନ୍ତି। ତେବ ଆଜି ୬୩ ଜଣ ଆକ୍ରାନ୍ତଙ୍କ ମଧ୍ୟରୁ ୦-୧୮ ବର୍ଷର ୧୦ ଜଣ ପିଲା ଥିବା ବେଳେ କ୍ୱାରେଣ୍ଟାଇନରୁ ୩୭ ଜଣ ଏବଂ ସ୍ଥାନୀୟ ସଂକ୍ରମିତ ୨୬ ଜଣ ଅଛନ୍ତି। ତେବେ ବିଭିନ୍ନ ଜିଲ୍ଲାର ଯେଉଁ ସ୍ଥିତି ରହିଛି ତାହା ହେଲା…
ବାଲେଶ୍ଵର ଜିଲ୍ଲାରୁ- ୨
ବଲାଙ୍ଗୀରି ଜିଲ୍ଲାରୁ- ୧
କଟକ ଜିଲ୍ଲାରୁ- ୧୨
ଗଞ୍ଜାମ ଜିଲ୍ଲାରୁ- ୧
ଜଗତସିଂହପୁର ଜିଲ୍ଲାରୁ- ୨
ଯାଜପୁର ଜିଲ୍ଲାରୁ- ୧
କଳାହାଣ୍ଡି ଜିଲ୍ଲାରୁ- ୨
ଖୋର୍ଦ୍ଧା ଜିଲ୍ଲାରୁ- ୧୧
କୋରାପୁଟ ଜିଲ୍ଲାରୁ- ୧
ମୟୂରଭଞ୍ଜ ଜିଲ୍ଲାରୁ- ୩
ନବରଙ୍ଗପୁର ଜିଲ୍ଲାରୁ- ୩
ନୂଆପଡା ଜିଲ୍ଲାରୁ- ୩
ପୁରୀ ଜିଲ୍ଲାରୁ- ୪
ରାୟଗଡା ଜିଲ୍ଲାରୁ- ୧
ସମ୍ବଲପୁର ଜିଲ୍ଲାରୁ- ୨
ସୁନ୍ଦରଗଡ ଜିଲ୍ଲାରୁ- ୧୨
ଷ୍ଟେଟ ପୁଲରୁ- ୨
ତେବେ ରାଜ୍ୟରେ ମୋଟ ଆକ୍ରାନ୍ତଙ୍କ ସଂଖ୍ୟା ୧୩ ଲକ୍ଷ ୩୫ ହଜାର ୩୭୭ ରେ ପହଞ୍ଚିଥିବା ବେଳେ ସୁସ୍ଥ ଆକ୍ରାନ୍ତଙ୍କ ସଂଖ୍ୟା ୧୩ ଲକ୍ଷ ୨୫ ହଜାର ୫୧୯ ଏବଂ ବର୍ତ୍ତମାନ ୬୦୫ ଜଣ ଆକ୍ରାନ୍ତ ଚିକିତ୍ସାଧୀନ ଅଛନ୍ତି।