ଡିଆଇପିଆର୍‌ଓମାନଙ୍କ ତିନିଦିନିଆ ପ୍ରଶିକ୍ଷଣ ଶିବିର ଉଦ୍‌ଯାପିତ

Published: Oct 15, 2022, 11:08 pm IST

ଭୁବନେଶ୍ୱର: ସୂଚନା ଓ ଲୋକସଂପର୍କ ବିଭାଗ ତରଫରୁ ଭୁବନେଶ୍ୱରସ୍ଥିତ ମଧୁସୂଦନ ଦାସ ଆଞ୍ଚଳିକ ବିତ୍ତୀୟ ପରିଚାଳନା ପ୍ରତିଷ୍ଠାନଠାରେ ଆୟୋଜିତ ଜିଲ୍ଲା ସୂଚନା ଓ ଲୋକସଂପର୍କ ଅଧିକାରୀଙ୍କ ତିନିଦିନିଆ ହିସାବ ରକ୍ଷଣ ଓ ବିତ୍ତୀୟ ପରିଚାଳନା ସଂପର୍କିତ ପ୍ରଶିକ୍ଷଣ ଆଜି ଉଦ୍‌ଯାପିତ ହୋଇଯାଇଛି ।

ଆଜିର ଏହି ସମାରୋହରେ ମୁଖ୍ୟ ଅତିଥି ଭାବେ ଯୋଗଦେଇ ସୂଚନା ଓ ଲୋକସଂପର୍କ ବିଭାଗର ନିର୍ଦ୍ଦେଶକ ଶ୍ରୀ ଇନ୍ଦ୍ରମଣି ତ୍ରିପାଠୀ କହିଥିଲେ ଯେ ଏହା ଦ୍ୱାରା ଅଧିକାରୀମାନଙ୍କ କାର୍ଯ୍ୟଦକ୍ଷତା ଅଧିକ ସୁଦୃଢ଼ ହେବ। ଆଗାମୀ ଦିନରେ ଜିଲ୍ଲା ସୂଚନା ଓ ଲୋକସଂପର୍କ ଅଧିକାରୀମାନଙ୍କ ଦକ୍ଷତା ବୃଦ୍ଧି ନିମନ୍ତେ ଏହିପରି ପ୍ରଶିକ୍ଷଣ କାର୍ଯ୍ୟକ୍ରମ ଆୟୋଜନ କରାଯିବ ବୋଲି ନିର୍ଦ୍ଦେଶକ ଶ୍ରୀ ତ୍ରିପାଠୀ ପ୍ରକାଶ କରିଥିଲେ।

ନିର୍ଦ୍ଦେଶକ ଶ୍ରୀ ତ୍ରିପାଠୀ ବିଭିନ୍ନ ବିଷୟ ନେଇ ଜିଲ୍ଲା ସୂଚନା ଓ ଲୋକସଂପର୍କ ଅଧିକାରୀମାନଙ୍କ ସହ ଆଲୋଚନା କରିଥିଲେ। ଏହି ପ୍ରଶିକ୍ଷଣ ଗୁଣାତ୍ମକ ଥିଲା ଏବଂ ଜିଲ୍ଲା ସୂଚନା ଓ ଲୋକସଂପର୍କ ଅଧିକାରୀମାନଙ୍କ ପାଇଁ ଏହା ଲାଭଦାୟକ ହୋଇଛି ବୋଲି ଡିଆଇପିଆର୍‌ଓମାନେ ମତ ଦେଇଥିଲେ। ବିଭାଗୀୟ ନିର୍ଦ୍ଦେଶକ ଶ୍ରୀ ତ୍ରିପାଠୀ ଅଧିକାରୀମାନଙ୍କୁ ପ୍ରଶିକ୍ଷଣ ପ୍ରମାଣପତ୍ର ପ୍ରଦାନ କରିଥିଲେ।

ସୂଚନାଯୋଗ୍ୟ ଯେ ଏହି ତିନିଦିନିଆ ପ୍ରଶିକ୍ଷଣ ଶିବିରରେ ବଜେଟ୍‌ ପ୍ରସ୍ତୁତି, ପେନ୍‌ସନ୍‌ ନିୟମ, ସରକାରୀ ବିତ୍ତୀୟ ବ୍ୟବସ୍ଥା ଓ ଅଡିଟ୍‌, ଆୟକର ପ୍ରଦାନରେ ଟିଡିଏସ୍‌ ବ୍ୟବସ୍ଥା, ଜିଏସ୍‌ଟି, ଜିଇଏମ୍‌ ପୋର୍ଟାଲ ଆଦି ସଂପର୍କରେ ପ୍ରଶିକ୍ଷଣ ଦିଆଯାଇଥିଲା। ଏହି ଅବସରରେ ସୂଚନା ଓ ଲୋକସଂପର୍କ ବିଭାଗର ଯୁଗ୍ମ ସଚିବ ଶ୍ରୀମତୀ ବିଷ୍ଣୁପି୍ରୟା ସାହୁ, ବିଭାଗର ଯୁଗ୍ମ ନିର୍ଦ୍ଦେଶକ ଶ୍ରୀ ଗୁର୍‌ବୀର୍‌ ସିଂ, ମଧୁସୂଦନ ଦାସ ଆଞ୍ଚଳିକ ବିତ୍ତୀୟ ପରିଚାଳନା ପ୍ରତିଷ୍ଠାନର ଯୁଗ୍ମ ନିର୍ଦ୍ଦେଶିକା ଶ୍ରୀମତୀ ଚିରସ୍ମିତା ସାହୁ ଏବଂ ଉପନିର୍ଦ୍ଦେଶକ ଶ୍ରୀ ଭାନୁମଙ୍ଗଳ ଦାସ ପ୍ରମୁଖ ଉପସ୍ଥିତ ଥିଲ ।

Related posts