ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକଙ୍କ ଜନ୍ମଦିନରେ ପ୍ରଧାନମନ୍ତ୍ରୀଙ୍କ ଶୁଭେଚ୍ଛା

Published: Oct 16, 2022, 11:16 am IST

ନୂଆଦିଲ୍ଲୀ: ଆଜି ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକଙ୍କ ଜନ୍ମଦିନରେ ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦୀ ତାଙ୍କୁ ଶୁଭେଚ୍ଛା ଜଣାଇଛନ୍ତି। ଏକ ବାର୍ତ୍ତାରେ ସେ କହିଛନ୍ତି ଯେ, “ଆଜି ଜନ୍ମଦିନରେ ଓଡିଶା ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକଙ୍କୁ ଶୁଭେଚ୍ଛା। ସେ ଲୋକମାନଙ୍କ ସେବା କରିବା ପାଇଁ ସୁସ୍ଥ ଏବଂ ଦୀର୍ଘାୟୁ ହୁଅନ୍ତୁ ”

ତେବେ ପ୍ରଧାନମନ୍ତ୍ରୀଙ୍କ ଏହି ଶୁଭେଚ୍ଛା ବାର୍ତ୍ତା ନେଇ ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ ମଧ୍ୟ ପ୍ରତିକ୍ରିୟା ରଖିଛନ୍ତି। ସେ ପ୍ରଧାନମନ୍ତ୍ରୀଙ୍କୁ ଧନ୍ୟବାଦ ଦେଇଛନ୍ତି। ସେ କହିଛନ୍ତି ଯେ, ଜନ୍ମଦିନର ଶୁଭେଚ୍ଛା ଦେଇଥିବାରୁ ପ୍ରଧାମନ୍ତ୍ରୀଙ୍କୁ ଧନ୍ୟବାଦ।

ଆଜି ହେଉଛି ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକଙ୍କ ଜନ୍ମଦିନ। ଆଜି ମୁଖ୍ୟମନ୍ତ୍ରୀ 77 ବର୍ଷ ବୟସରେ ପଦାର୍ପଣ କରିଛନ୍ତି।

Related posts