BREAKING: ସୃଷ୍ଟି ହେଲା ଘୂର୍ଣ୍ଣବଳୟ, ଆସନ୍ତା ୨୦ତାରିଖ ବେଳକୁ ଲଘୁଚାପ, ବାତ୍ୟା ଆଶଙ୍କା

Published: Oct 17, 2022, 12:58 pm IST

ଭୁବନେଶ୍ବର: ଆଜି ଦକ୍ଷିଣ ଆଣ୍ଡାମାନ ସାଗର ଏବଂ ପାର୍ଶ୍ଵବର୍ତ୍ତୀ ଅଞ୍ଚଳରେଏକ ଘୁର୍ଣ୍ଣିବଳୟ ସୃଷ୍ଟି ହୋଇଛି। ଏହା ବାୟୁମଣ୍ଡଳର ୩.୧କିମି ଯାଏଁ ବ୍ୟାପିଛି। ଫଳରେ ଏହାର ପ୍ରଭାବରେ ଦକ୍ଷିଣ-ପୂର୍ବ ପାର୍ଶ୍ଵବର୍ତ୍ତୀ ପୂର୍ବ କେନ୍ଦ୍ରୀୟ ବଙ୍ଗୋପସାଗର ଅଞ୍ଚଳରେ ୨୦ତାରିଖ ବେଳକୁ ଏକ ଲଘୁଚାପ କ୍ଷେତ୍ର ସୃଷ୍ଟି ହେବାର ସମ୍ଭାବନା ରହିଛି। ଏ ନେଇ ସୂଚନା ଦେଇଛି ପାଣିପାଗ ବିଭାଗ।

ପାଣିପାଗ ବିଭାଗ ତରଫରୁ ଏହା ମଧ୍ୟ କୁହାଯାଇଛି ଯେ, ଏହି ଘୂର୍ଣ୍ଣିବଳୟ ପଶ୍ଚିମ-ଉତ୍ତରପଶ୍ଚିମ ଦିଗରେ ପଶ୍ଚିମକେନ୍ଦ୍ରୀୟ ଏବଂ ପାର୍ଶ୍ଵବର୍ତ୍ତୀ ଦକ୍ଷିଣପଶ୍ଚିମ ବଙ୍ଗୋପସାଗର ଆଡକୁ ଗତିକରିବା। ଫଳରେ ଲଘୁଚାପ ସୃଷ୍ଟିର ପରବର୍ତ୍ତୀ ୪୮ ଘଣ୍ଟା ମଧ୍ୟରେ ଆହୁରି ଘନୀଭୂତ ହେବାର ସମ୍ଭାବନା ରହିଛି।

ପାଣିପାଗ ବିଶେଷଜ୍ଞଙ୍କ କହିବା ଅନୁସାରେ ଏହା ଦ୍ବାରା ବାତ୍ୟା ହେବାର ଆଶଙ୍କାକୁ ଏଡାଇ ଦିଆଯାଇ ନ ପାରେ।

Related posts