Close Menu
The Samikhsya OdiaThe Samikhsya Odia
  • ହୋମ
  • ବିଶେଷ ଖବର
  • ରାଜ୍ୟ ଖବର
  • ଜାତୀୟ ଖବର
  • ଆଞ୍ଚଳିକ
  • ସଂସ୍କୃତି
  • ବ୍ୟବସାୟ
  • ଧର୍ମ
  • ଖେଳ
  • ମନୋରଂଜନ
  • ଅନ୍ତରାଷ୍ଟ୍ରୀୟ
  • ଜୀବନ ଶୈଳୀ
Facebook X (Twitter) LinkedIn
  • About Us
  • Contact Details
  • Grievance
  • Privacy Policy
  • Terms Of Use
Facebook X (Twitter) LinkedIn
The Samikhsya OdiaThe Samikhsya Odia
  • ହୋମ
  • ବିଶେଷ ଖବର
  • ରାଜ୍ୟ ଖବର
  • ଜାତୀୟ ଖବର
  • ଆଞ୍ଚଳିକ
  • ସଂସ୍କୃତି
  • ବ୍ୟବସାୟ
  • ଧର୍ମ
  • ଖେଳ
  • ଅନ୍ୟାନ୍ୟ
    • ମନୋରଂଜନ
    • ଅନ୍ତରାଷ୍ଟ୍ରୀୟ
    • ଜୀବନ ଶୈଳୀ
Eng
The Samikhsya OdiaThe Samikhsya Odia
Eng
Home»ଆଜିର ଖବର»ପିଏମ କିଷାନ ସମ୍ମାନ ସମ୍ମେଳନ ୨୦୨୨କୁ ଉଦଘାଟନ କଲେ ପ୍ରଧାନମନ୍ତ୍ରୀ
ଆଜିର ଖବର

ପିଏମ କିଷାନ ସମ୍ମାନ ସମ୍ମେଳନ ୨୦୨୨କୁ ଉଦଘାଟନ କଲେ ପ୍ରଧାନମନ୍ତ୍ରୀ

October 17, 2022No Comments2 Mins Read
Share Facebook Twitter LinkedIn Email WhatsApp Copy Link

ନୂଆଦିଲ୍ଲୀ: ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦୀ ନୂଆଦିଲ୍ଲୀସ୍ଥିତ ଭାରତୀୟ କୃଷି ଗବେଷଣା ପରିଷଦ (ଆଇସିଏଆର) ଠାରେ ପିଏମ କିଷାନ ସମ୍ମାନ ସମ୍ମେଳନ ୨୦୨୨କୁ ଉଦଘାଟନ କରିଛନ୍ତି। ଏହି ଅବରସରେ ଆୟୋଜିତ କାର୍ଯ୍ୟକ୍ରମର ଜାତୀୟ ଗୁରୁତ୍ବକୁ ଦୃଷ୍ଟିରେ ରଖି, ଭୁବନେଶ୍ବରସ୍ଥିତ ଆଇସିଏଆର-କେନ୍ଦ୍ରୀୟ କୃଷିରତ ମହିଳା ପ୍ରତିଷ୍ଠାନ ପକ୍ଷରୁ କୃଷି ଷ୍ଟାର୍ଟଅପ କନକ୍ଲେଭ ଓ କିଷାନ ସମ୍ମେଳନର ୱେବକାଷ୍ଟ ଆୟୋଜନ କରାଯାଇଥିଲା। ସୋମବାର ଆୟୋଜିତ ଏହି କାର୍ଯ୍ୟକ୍ରମକୁ ମହିଳା ଚାଷୀମାନେ ଅନଲାଇନ ମାଧ୍ୟମରେ ଦେଖିପାରିଥିଲେ। ପ୍ରାରମ୍ଭରେ, ପ୍ରତିଷ୍ଠାନର ନିର୍ଦ୍ଦେଶିକା ଡକ୍ଟର ସବିତା ମିଶ୍ର ଏହି କାର୍ଯ୍ୟକ୍ରମକୁ ସବୁ ପ୍ରତିନିଧି ଏବଂ ଅତିଥିମାନଙ୍କୁ ସ୍ବାଗତ ଜଣାଇଥିଲେ। ସେ ମଧ୍ୟ କୃଷି ଷ୍ଟାର୍ଟଅପ କନକ୍ଲେଭ ଓ କିଷାନ ସମ୍ମେଳନ ସମ୍ପର୍କରେ ମହିଳା ଚାଷୀମାନଙ୍କୁ ସଚେତନ କରାଇଥିଲେ। କାର୍ଯ୍ୟକ୍ରମରେ ମୁଖ୍ୟ ଅତିଥି ତାଙ୍କ ଉଦଘାଟନୀ ବକ୍ତବ୍ୟରେ କୃଷି ବିକାଶରେ ମହିଳା ଚାଷୀଙ୍କ ଗୁରୁତ୍ବ ବିଷୟରେ ଆଲୋକପାତ କରିଥିଲେ। ମହିଳା ଚାଷୀମାନଙ୍କୁ ମୁଖ୍ୟଧାରାକୁ ଆଣିବା ଏବଂ ମହିଳା ସଶକ୍ତିକରଣ କ୍ଷେତ୍ରରେ ପ୍ରତିଷ୍ଠାନର ଭୂମିକାକୁ ପ୍ରଶଂସା କରିଥିଲେ।

ଏହି କାର୍ଯ୍ୟକ୍ରମରେ, ପ୍ରଗତିଶୀଳ ମହିଳା ଚାଷୀମାନେ ସେମାନଙ୍କର ମତବ୍ୟକ୍ତ କରିବା ସହିତ ସେମାନଙ୍କର ଜୀବିକା ସୁଦୃଢ଼ କରିବା ଲାଗି ସରକାରଙ୍କ ପକ୍ଷରୁ ପ୍ରଚଳନ କରାଯାଇଥିବା ଯୋଜନା ଓ ନୀତି ପାଇଁ କୃତଜ୍ଞତା ବ୍ୟକ୍ତ କରିଥିଲେ। ଏହି କାର୍ଯ୍ୟକ୍ରମ ଓଡ଼ିଶାର ମହିଳା ଚାଷୀମାନଙ୍କୁ ଭର୍ଚୁଆଲ ମାଧ୍ୟମରେ ପ୍ରଧାନମନ୍ତ୍ରୀଙ୍କ ଅଭିଭାଷଣ ଶୁଣିବା ଏବଂ ମେଗା ଇଭେଣ୍ଟକୁ ଦେଖିବା ଲାଗି ସୁଯୋଗ ଦେଇଥିଲା। ଏହି ଲାଇଭ୍‌ ୱେବକାଷ୍ଟ ସମୟରେ, ମହିଳା ଚାଷୀମାନେ କୃଷି ନବୋନ୍ମେଷ, କୃଷି ଷ୍ଟାର୍ଟଅପ୍‌ ଉଦ୍ୟୋଗ ଏବଂ ଏକ-ରାଷ୍ଟ୍ର ଏକ ସାର ଯୋଜନା ଭଳି ନୂଆ ସରକାରୀ ଯୋଜନା ସମ୍ପର୍କରେ ଜାଣିବାର ସୁଯୋଗ ପାଇଥିଲେ।

ପ୍ରତିଷ୍ଠାନ ପକ୍ଷରୁ ପୋଷ୍ୟ ଭାବେ ଗ୍ରହଣ କରାଯାଇଥିବା ପାଖାପାଖି ୨୫୦ ମହିଳା ଚାଷୀ ଏହି କାର୍ଯ୍ୟକ୍ରମରେ ଅଂଶଗ୍ରହଣ କରିଥିଲେ। ଦୀର୍ଘସ୍ଥାୟୀ କୃଷି ଜ୍ଞାନକୌଶଳ, ବିଭିନ୍ନ କିସମର ଫସଲ ଏବଂ କୃଷି ପରିଚାଳନା ସମ୍ପର୍କରେ କୃଷି ବୈଜ୍ଞାନିକମାନେ ଏହି ଅବସରରେ ମହିଳା ଚାଷୀଙ୍କୁ ସଚେତନ କରାଇଥିଲେ। କାର୍ଯ୍ୟକ୍ରମର ନୋଡାଲ ଅଧିକାରୀ ତଥା ପ୍ରମୁଖ ବୈଜ୍ଞାନିକ ଡକ୍ଟର ଜ୍ୟୋତି ନାୟକ ଶେଷରେ ଧନ୍ୟବାଦ ଅର୍ପଣ କରିଥିଲେ।

ନରେନ୍ଦ୍ର ମୋଦୀ ପିଏମ କିଷାନ ସମ୍ମାନ ସମ୍ମେଳନ ୨୦୨୨ ଭାରତୀୟ କୃଷି ଗବେଷଣା ପରିଷଦ
Share. Facebook Twitter LinkedIn Email WhatsApp Copy Link

Related Posts

ବିଶ୍ୱ ଫାର୍ମାସିଷ୍ଟସ ଦିବସ ପରିପ୍ରେକ୍ଷୀରେ ସମ୍ମମ ପକ୍ଷରୁ ‘ଫାର୍ମାଭାନ୍‌ଟେଜ୍ ୨୦୨୬’ ଆୟୋଜିତ

September 26, 2026

ବଢ଼ିଲା ଅଙ୍ଗନବାଡ଼ି କର୍ମୀଙ୍କ ଶାଢ଼ି ଭତ୍ତା, ଶୁଭାରମ୍ଭ ହେଲା “ଦୀପ୍ତି” ପୋର୍ଟାଲ୍

September 26, 2026

କଟକ ରେଳ ଷ୍ଟେସନରେ ପୁନଃବିକାଶ କାର୍ଯ୍ୟର ସମୀକ୍ଷା କଲେ ପୂର୍ବତଟ ରେଳପଥ ମହାପ୍ରବନ୍ଧକ

September 26, 2026

ନିଆଳି ପନିର ଅପମିଶ୍ରଣ ଅଭିଯୋଗ: ବଦଳିଲେ କଟକ ଖାଦ୍ୟ ସୁରକ୍ଷା ଅଧିକାରୀ

September 26, 2026
Latest News

ବିଶ୍ୱ ଫାର୍ମାସିଷ୍ଟସ ଦିବସ ପରିପ୍ରେକ୍ଷୀରେ ସମ୍ମମ ପକ୍ଷରୁ ‘ଫାର୍ମାଭାନ୍‌ଟେଜ୍ ୨୦୨୬’ ଆୟୋଜିତ

September 26, 2026

ବଢ଼ିଲା ଅଙ୍ଗନବାଡ଼ି କର୍ମୀଙ୍କ ଶାଢ଼ି ଭତ୍ତା, ଶୁଭାରମ୍ଭ ହେଲା “ଦୀପ୍ତି” ପୋର୍ଟାଲ୍

September 26, 2026

କଟକ ରେଳ ଷ୍ଟେସନରେ ପୁନଃବିକାଶ କାର୍ଯ୍ୟର ସମୀକ୍ଷା କଲେ ପୂର୍ବତଟ ରେଳପଥ ମହାପ୍ରବନ୍ଧକ

September 26, 2026

ନିଆଳି ପନିର ଅପମିଶ୍ରଣ ଅଭିଯୋଗ: ବଦଳିଲେ କଟକ ଖାଦ୍ୟ ସୁରକ୍ଷା ଅଧିକାରୀ

September 26, 2026

ଇସିଙ୍କ ବୟାନ ପରେ ଚନ୍ଦ୍ରବାବୁ ନାଇଡୁଙ୍କ ପ୍ରଥମ ପ୍ରତିକ୍ରିୟା: ଜାଣନ୍ତୁ କ’ଣ କହିଲେ ଆନ୍ଧ୍ର ମୁଖ୍ୟମନ୍ତ୍ରୀ?

September 26, 2026
Load More
The Samikhsya Odia
Facebook X (Twitter) LinkedIn
  • About Us
  • Contact Details
  • Grievance
  • Privacy Policy
  • Terms Of Use

Chief Editor: Sarat Paikray

© 2018-2026 All rights resorved by S M Network | Designed by Ratna Technology.

Type above and press Enter to search. Press Esc to cancel.