ରାଜ୍ୟରେ ଆଜି ଆଉ ୫୯ ଆକ୍ରାନ୍ତ ଚିହ୍ନଟ, ସୁନ୍ଦରଗଡ ଜିଲ୍ଲାରୁ ସର୍ବାଧିକ

Published: Oct 18, 2022, 10:38 am IST

ଭୁବନେଶ୍ବର: ଗତକାଲି ରାଜ୍ୟରେ ୪୯ ଜଣ ଆକ୍ରାନ୍ତ ଚିହ୍ନଟ ହୋଇଥିବା ବେଳେ ଆଜି ଆଉ ୫୯ ଜଣ ଆକ୍ରାନ୍ତ ଚିହ୍ନଟ ହୋଇଛନ୍ତି। ତେବ ଆଜି ୫୯ ଜଣ ଆକ୍ରାନ୍ତଙ୍କ ମଧ୍ୟରୁ ୦-୧୮ ବର୍ଷର ୬ ଜଣ ପିଲା ଥିବା ବେଳେ କ୍ୱାରେଣ୍ଟାଇନରୁ ୩୬ ଜଣ ଏବଂ ସ୍ଥାନୀୟ ସଂକ୍ରମିତ ୨୫ ଜଣ ଅଛନ୍ତି। ତେବେ ବିଭିନ୍ନ ଜିଲ୍ଲାର ଯେଉଁ ସ୍ଥିତି ରହିଛି ତାହା ହେଲା…

ବରଗଡ ଜିଲ୍ଲାରୁ- ୧

ବଲାଙ୍ଗୀରି ଜିଲ୍ଲାରୁ- ୧

କଟକ ଜିଲ୍ଲାରୁ- ୪

ଦେବଗଡ ଜିଲ୍ଲାରୁ- ୧

ଜଗତସିଂହପୁର ଜିଲ୍ଲାରୁ- ୫

ଯାଜପୁର ଜିଲ୍ଲାରୁ- ୪

ଖୋର୍ଦ୍ଧା ଜିଲ୍ଲାରୁ- ୭

ମୟୂରଭଞ୍ଜ ଜିଲ୍ଲାରୁ- ୮

ନୂଆପଡା ଜିଲ୍ଲାରୁ- ୩

ପୁରୀ ଜିଲ୍ଲାରୁ- ୫

ସମ୍ବଲପୁର ଜିଲ୍ଲାରୁ- ୨

ସୋନପୁର ଜିଲ୍ଲାରୁ- ୧

ସୁନ୍ଦରଗଡ ଜିଲ୍ଲାରୁ- ୧୪

ଷ୍ଟେଟ ପୁଲରୁ- ୧

ତେବେ ରାଜ୍ୟରେ ମୋଟ ଆକ୍ରାନ୍ତଙ୍କ ସଂଖ୍ୟା ୧୩ ଲକ୍ଷ ୩୫ ହଜାର ୫୬୨ ରେ ପହଞ୍ଚିଥିବା ବେଳେ ସୁସ୍ଥ ଆକ୍ରାନ୍ତଙ୍କ ସଂଖ୍ୟା ୧୩ ଲକ୍ଷ ୨୫ ହଜାର ୬୭୩ ଏବଂ ବର୍ତ୍ତମାନ ୫୩୪ ଜଣ ଆକ୍ରାନ୍ତ ଚିକିତ୍ସାଧୀନ ଅଛନ୍ତି।

Related posts