Close Menu
The Samikhsya OdiaThe Samikhsya Odia
  • ହୋମ
  • ବିଶେଷ ଖବର
  • ରାଜ୍ୟ ଖବର
  • ଜାତୀୟ ଖବର
  • ଆଞ୍ଚଳିକ
  • ସଂସ୍କୃତି
  • ବ୍ୟବସାୟ
  • ଧର୍ମ
  • ଖେଳ
  • ମନୋରଂଜନ
  • ଅନ୍ତରାଷ୍ଟ୍ରୀୟ
  • ଜୀବନ ଶୈଳୀ
Facebook X (Twitter) LinkedIn
  • About Us
  • Contact Details
  • Grievance
  • Privacy Policy
  • Terms Of Use
Facebook X (Twitter) LinkedIn
The Samikhsya OdiaThe Samikhsya Odia
  • ହୋମ
  • ବିଶେଷ ଖବର
  • ରାଜ୍ୟ ଖବର
  • ଜାତୀୟ ଖବର
  • ଆଞ୍ଚଳିକ
  • ସଂସ୍କୃତି
  • ବ୍ୟବସାୟ
  • ଧର୍ମ
  • ଖେଳ
  • ଅନ୍ୟାନ୍ୟ
    • ମନୋରଂଜନ
    • ଅନ୍ତରାଷ୍ଟ୍ରୀୟ
    • ଜୀବନ ଶୈଳୀ
Eng
The Samikhsya OdiaThe Samikhsya Odia
Eng
Home»ଆଜିର ଖବର»ପୁନରୁଦ୍ଧାର ହେବ ଶୁକ-ପାଇକା ନଦୀ: ପ୍ରାୟ ୪୯.୬୭ କୋଟି ଟଙ୍କାର ବ୍ୟୟ ଅଟକଳ ଅନୁମୋଦିତ
ଆଜିର ଖବର

ପୁନରୁଦ୍ଧାର ହେବ ଶୁକ-ପାଇକା ନଦୀ: ପ୍ରାୟ ୪୯.୬୭ କୋଟି ଟଙ୍କାର ବ୍ୟୟ ଅଟକଳ ଅନୁମୋଦିତ

October 21, 2022No Comments2 Mins Read
Share Facebook Twitter LinkedIn Email WhatsApp Copy Link

ଭୁବନେଶ୍ୱର: ଜଳସେଚନ ଏବଂ ପ୍ରାକୃତିକ ଜୈବ-ପରିବେଶ ବିକାଶ କ୍ଷେତ୍ରରେ ଅନ୍ୟ ଏକ ପଦକ୍ଷେପଭାବେ କଟକ ଜିଲ୍ଲା ଅନ୍ତର୍ଗତ ମହାନଦୀ ତେଲ୍ଟାର ଶୁକ-ପାଇକା ନଦୀର ପୁନରୁଦ୍ଧାର ହେବ। ସ୍ଥାନୀୟ ଭାବେ ମୃତ-ନଦୀ ବୋଲି ଜଣାଶୁଣା ଏହି ନଦୀ ଖୁବ୍ ଶିଘ୍ର ପୁଣି ଜୀବନ୍ତ ଓ ଚଳଚଞ୍ଚଳ ହେବ।

ଇତି ମଧ୍ୟରେ ମୁଖ୍ୟ ଶାସନ ସଚିବ ସୁରେଶ ଚନ୍ଦ୍ର ମହାପାତ୍ରଙ୍କ ଅଧ୍ୟକ୍ଷତାରେ ଅନୁଷ୍ଠିତ ଏକ ଉଚ୍ଚସ୍ତରୀୟ ବୈଠକରେ ଏ ସମ୍ବନ୍ଧିତ ଏକ ପ୍ରକଳ୍ପ ଅନୁମୋଦିତ ହୋଇଛି। ଲୋକସେବା ଭବନ ସଭାଗୃହରେ ଅନୁଷ୍ଠିତ ଏହି ବୈଠକରେ ଜଳ ସଂପଦ ବିଭାଗ ଅତିରିକ୍ତ ମୁଖ୍ୟ ଶାସନ ସଚିବ ଅନୁ ଗର୍ଗ ଏହି ପ୍ରକଳ୍ପର ବୈଷୟିକ, ଆର୍ଥିକ ଏବଂ ପ୍ରଶାସନିକ ଦିଗ ଆଲୋଚନା ନିମନ୍ତେ ଉପସ୍ଥାପନ କରିଥିଲେ।

ପ୍ରକଳ୍ପର ବିଭିନ୍ନ ଦିଗ ବିଚାର କରି ଏହି ପ୍ରାକୃତିକ ନାଳର ପୁନରୁଦ୍ଧାର ନିମନ୍ତେ ଖୁବ୍ ଶିଘ୍ର ଟେଣ୍ଡର ଆହ୍ୱାନ କରିବାକୁ ମୁଖ୍ୟ ଶାସନ ସଚିବ ଶ୍ରୀ ମହାପାତ୍ର ନିର୍ଦ୍ଦେଶ ଦେଇଥିଲେ।

ପୁର୍ନବିନ୍ୟାସ ପରେ ବର୍ଷ ତମାମ ଯେପରି ନଦୀରେ ଯଥେଷ୍ଟ ପାଣି ରହିବ ସେଥିପ୍ରତି ଦୃଷ୍ଟି ଦେବାକୁ ଜଳ ସଂପଦ ବିଭାଗ ଯନ୍ତ୍ରୀମାନଙ୍କୁ ନିର୍ଦ୍ଦେଶ ଦେଇଥିଲେ। ନାଳରେ ଭରା-ଜଳ ରହିଲେ ତାହା ପାର୍ଶ୍ୱବର୍ତ୍ତୀ ସ୍ଥାନର ମୁର୍ତ୍ତିକା ଆର୍ଦ୍ରତା ବଜାୟ ରଖିବାରେ ସହାୟକ ହେବା ସହ ଉଭୟ ପାର୍ଶ୍ୱର କୃଷି ଜମିକୁ ବର୍ଷ ତମାମ ଉତ୍ପାଦନକ୍ଷମ କରିବ ବୋଲି ଶ୍ରୀ ମହାପାତ୍ର କହିଥିଲେ। ବର୍ଷା ଓ ବନ୍ୟାଋତୁକୁ ଆଖିରେ ରଖି ପ୍ରକଳ୍ପ କାର୍ଯ୍ୟାୟନ ସମୟ-ନିର୍ଘଣ୍ଟ ନିର୍ଦ୍ଧାରଣ କରିବା ନିମନ୍ତେ ମୁଖ୍ୟ ଶାସନ ସଚିବ ମଧ୍ୟ ନିର୍ଦ୍ଦେଶ ଦେଇଥିଲେ। ବହୁମାତ୍ରାରେ ବନ୍ୟାପାଣି ନାଳରେ ଆସି ଯେପରି ପ୍ରଭୁତ କ୍ଷତି ନଘଟାଇବ ସେହିପରି ପ୍ରକଳ୍ପ ଡ଼ିଜାଇନ୍ ବୈଷୟିକ କୌଶଳ ଏବଂ କାର୍ଯ୍ୟାୟନ ସମୟ ନିର୍ଘଣ୍ଟ ନିର୍ଦ୍ଧାରଣ କରିବାକୁ ଶ୍ରୀ ମହାପାତ୍ର ନିର୍ଦ୍ଦେଶ ଦେଇଥିଲେ।

ପ୍ରକଳ୍ପ ପାଇଁ ପ୍ରାୟ ୪୯.୬୭ କୋଟି ଟଙ୍କାର ଖର୍ଚ୍ଚ ଅଟକଳକୁ ବୈଠକରେ ଅନୁମୋଦନ କରାଯାଇଥିଲା। ନଦୀର ଉଭୟ ପାର୍ଶ୍ୱରେ ଥିବା ଗ୍ରାମୀଣ ରାସ୍ତାଗୁଡିକୁ ସଂଯୋଗ କରିବା ନିମନ୍ତେ ନଦୀ ଉପରେ ୪ ଟି ପୋଲ ନିର୍ମାଣ ହେବ। ସମୁଦାୟ ପ୍ରକଳ୍ପକୁ ୧୮ ମାସ ମଧ୍ୟରେ ପୂର୍ଣ୍ଣାଙ୍ଗ କରିବା ପାଇଁ ମୁଖ୍ୟ ଶାସନ ସଚିବ ଶ୍ରୀ ମହାପାତ୍ର ନିର୍ଦ୍ଦେଶ ଦେଇଥିଲେ।

ଅତିରିକ୍ତ ମୁଖ୍ୟ ଶାସନ ସଚିବ ଶ୍ରୀମତୀ ଗର୍ଗ ଜଣାଇଥିଲେ ଯେ ଏହି ପ୍ରାକୃତିକ ନାଳଟି ମହାନଦୀର ଦକ୍ଷିଣ ପାର୍ଶ୍ୱସ୍ଥିତ ଆୟତପୁର ଗ୍ରାମ ପାଖରୁ ବାହାରିଛି । କଟକ ସଦର, ନିଶ୍ଚିନ୍ତକୋଇଲି ଏବଂ ରଘୁନାଥପୁର ବ୍ଲକ୍ର ପ୍ରାୟ ୨୧ ଟି ପଞ୍ଚାୟତ ଦେଇ ପ୍ରାୟ ୩୦.୪୫ କି.ମି. ଅତିକ୍ରମ କଲାପରେ ଏହା ପୁନଶ୍ଚ ତାରପୁର ନିକଟସ୍ଥ ବଙ୍କାଳଠାରେ ମହାନଦୀରେ ମିଶିଛି। ୧୯୫୦ ମସିହାରେ ତତ୍କାଳୀନ ପ୍ରଳୟଙ୍କରୀ ବନ୍ୟା ନିୟନ୍ତ୍ରଣ ଉପାୟଭାବେ ଏହାର ଜଳ ପ୍ରବେଶ ପାର୍ଶ୍ୱ ବନ୍ଦ କରାଯାଇଥିଲା। ଏହି ପ୍ରାକୃତିକ ନାଳଟି ପୁନରୁଦ୍ଧାର ହେଲେ ଅଧିକ ଜଳସେଚନ ସୁବିଧା ସୃଷ୍ଟି ସହ, ମତ୍ସ୍ୟ ଚାଷ ଓ ଉଭୟ ପାର୍ଶ୍ୱ ଜମିରେ ଅର୍ଥକାରୀ ଫସଲ ଆଦି ଉତ୍ପାଦନ ହୋଇପାରିବ । ପ୍ରାକୃତିକ ଜୈବ-ପରିବେଶ ମଧ୍ୟ ପୁର୍ନଜୀବିତ ହେବ।

ଅର୍ଥ ବିଭାଗ ପ୍ରମୁଖ ଶାସନ ସଚିବ ବିଶାଳ କୁମାର ଦେବ, କଟକ ଜିଲ୍ଲାପାଳ ଭବାନୀ ଶଙ୍କର ଚଇନୀ, ଜଳ ସଂପଦ ବିଭାଗ ପ୍ରଧାନ ମୁଖ୍ୟ ଯନ୍ତ୍ରୀ ଭକ୍ତ ରଂଜନ ମହାନ୍ତିଙ୍କ ସମେତ ସଂପୃକ୍ତ ବିଭାଗର ବରିଷ୍ଠ ଅଧିକାରୀମାନେ ବୈଠକର ଆଲୋଚନାରେ ଅଂଶଗ୍ରହଣ କରିଥିଲେ।

ଅନୁ ଗର୍ଗ ମୁଖ୍ୟ ଶାସନ ସଚିବ ଲୋକସେବା ଭବନ ସୁରେଶ ଚନ୍ଦ୍ର ମହାପାତ୍ର
Share. Facebook Twitter LinkedIn Email WhatsApp Copy Link

Related Posts

ଅଟକି ଅଟକି ପରିସ୍ରା ହେଉଛି କି?: ଶୀଘ୍ର ନିଅନ୍ତୁ ଡାକ୍ତରଙ୍କ ପରାମର୍ଶ

July 17, 2026

ଧନିଆ ଚାଷ କଲେ ୨୦ ହଜାର ଟଙ୍କା ଦେବେ ସରକାର: ଜାଣନ୍ତୁ ଲାଭ

July 17, 2026

ତୃତୀୟ ଦିନିକିଆ ପରେ ଅବସର ନେବେ ରୋହିତ ଶର୍ମା?: ଜାଣନ୍ତୁ ବିସିସିଆଇର ଯୋଜନା

July 17, 2026

ଇତିହାସ ରଚିଲା ଦିଲ୍ଲୀ ଏମ୍ସ!: ୪ ମାସର ଶିଶୁ ଉପରେ ବିଶ୍ୱର ସବୁଠାରୁ ବିରଳ ଅସ୍ତ୍ରୋପଚାର ସଫଳ

July 17, 2026
Latest News

ଅଟକି ଅଟକି ପରିସ୍ରା ହେଉଛି କି?: ଶୀଘ୍ର ନିଅନ୍ତୁ ଡାକ୍ତରଙ୍କ ପରାମର୍ଶ

July 17, 2026

ଧନିଆ ଚାଷ କଲେ ୨୦ ହଜାର ଟଙ୍କା ଦେବେ ସରକାର: ଜାଣନ୍ତୁ ଲାଭ

July 17, 2026

ସବୁଜ ରେଳ ପରିବହନର ନୂଆ ଅଧ୍ୟାୟ: ଧୂଆଁମୁକ୍ତ ହାଇଡ୍ରୋଜେନ୍ ଶକ୍ତିରେ ଚାଲିବ ନୂଆ ଟ୍ରେନ୍

July 17, 2026

ରାଜ୍ୟର ୭ଟି ଷ୍ଟେସନ ସମେତ ଦେଶର ୭୫ ଅମୃତ ଭାରତ ଷ୍ଟେସନର ଉଦ୍‌ଘାଟନ କରିବେ ପ୍ରଧାନମନ୍ତ୍ରୀ

July 17, 2026

ତୃତୀୟ ଦିନିକିଆ ପରେ ଅବସର ନେବେ ରୋହିତ ଶର୍ମା?: ଜାଣନ୍ତୁ ବିସିସିଆଇର ଯୋଜନା

July 17, 2026
Load More
The Samikhsya Odia
Facebook X (Twitter) LinkedIn
  • About Us
  • Contact Details
  • Grievance
  • Privacy Policy
  • Terms Of Use

Chief Editor: Sarat Paikray

© 2018-2026 All rights resorved by S M Network | Designed by Ratna Technology.

Type above and press Enter to search. Press Esc to cancel.