Close Menu
The Samikhsya OdiaThe Samikhsya Odia
  • ହୋମ
  • ବିଶେଷ ଖବର
  • ରାଜ୍ୟ ଖବର
  • ଜାତୀୟ ଖବର
  • ଆଞ୍ଚଳିକ
  • ସଂସ୍କୃତି
  • ବ୍ୟବସାୟ
  • ଧର୍ମ
  • ଖେଳ
  • ମନୋରଂଜନ
  • ଅନ୍ତରାଷ୍ଟ୍ରୀୟ
  • ଜୀବନ ଶୈଳୀ
Facebook X (Twitter) LinkedIn
  • About Us
  • Contact Details
  • Grievance
  • Privacy Policy
  • Terms Of Use
Facebook X (Twitter) LinkedIn
The Samikhsya OdiaThe Samikhsya Odia
  • ହୋମ
  • ବିଶେଷ ଖବର
  • ରାଜ୍ୟ ଖବର
  • ଜାତୀୟ ଖବର
  • ଆଞ୍ଚଳିକ
  • ସଂସ୍କୃତି
  • ବ୍ୟବସାୟ
  • ଧର୍ମ
  • ଖେଳ
  • ଅନ୍ୟାନ୍ୟ
    • ମନୋରଂଜନ
    • ଅନ୍ତରାଷ୍ଟ୍ରୀୟ
    • ଜୀବନ ଶୈଳୀ
Eng
The Samikhsya OdiaThe Samikhsya Odia
Eng
Home»ଆଜିର ଖବର»ଏନସିଏମସି ବୈଠକରେ ବଙ୍ଗୋପସାଗରରେ ସମ୍ଭାବ୍ୟ ବାତ୍ୟା ମୁକାବିଲା ପ୍ରସ୍ତୁତି ସମୀକ୍ଷା
ଆଜିର ଖବର

ଏନସିଏମସି ବୈଠକରେ ବଙ୍ଗୋପସାଗରରେ ସମ୍ଭାବ୍ୟ ବାତ୍ୟା ମୁକାବିଲା ପ୍ରସ୍ତୁତି ସମୀକ୍ଷା

October 21, 2022No Comments2 Mins Read
Share Facebook Twitter LinkedIn Email WhatsApp Copy Link

ନୂଆଦିଲ୍ଲୀ: ଜାତୀୟ ବିପର୍ଯ୍ୟୟ ପ୍ରଶମନ ସମିତି (ଏନସିଏମସି) ବୈଠକରେ ବଙ୍ଗୋପସାଗରରେ ସମ୍ଭାବ୍ୟ ବାତ୍ୟା ମୁକାବିଲା ପ୍ରସ୍ତୁତି ସମୀକ୍ଷା କରାଯାଇଛି। କେନ୍ଦ୍ର କ୍ୟାବିନେଟ ସଚିବ ରାଜୀବ ଗୌବାଙ୍କ ଅଧ୍ୟକ୍ଷତାରେ ଶୁକ୍ରବାର ଅନୁଷ୍ଠିତ ଏହି ବୈଠକରେ କେନ୍ଦ୍ର ସରକାରଙ୍କ ବିଭିନ୍ନ ମନ୍ତ୍ରଣାଳୟ, ଏଜେନ୍ସି ସମେତ ରାଜ୍ୟ ଓ କେନ୍ଦ୍ର ଶାସିତ ପ୍ରଦେଶ ସରକାରଙ୍କ ପ୍ରତିନିଧିମାନେ ଅଂଶଗ୍ରହଣ କରିଥିଲେ।

ଏହି ବୈଠକରେ ଭାରତୀୟ ପାଣିପାଗ ବିଭାଗ (ଆଇଏମଡି)ର ମହାନିର୍ଦ୍ଦେଶକ ସମୁଦ୍ରରେ ବର୍ତ୍ତମାନର ପାଣିପାଗ ସ୍ଥିତି ବିଷୟରେ ସୂଚନା ଦେଇ କହିଥିଲେ ଯେ ବଙ୍ଗୋପସାଗରରେ ସୃଷ୍ଟି ହୋଇଥିବା ଲଘୁଚାପ ଧୀରେ ଧୀରେ ଉତ୍ତର ଦିଗକୁ ଗତି କରିବ। ୨୪ ଅକ୍ଟୋବରରେ ଏହା ଏକ ସାମୁଦ୍ରିକ ଝଡ଼ରେ ପରିଣତ ହେବ। ପରେ ଏହା ଉତ୍ତର ପୂର୍ବ ଦିଗକୁ ଗତି କରିବ ଏବଂ ୨୫ ଅକ୍ଟୋବରରେ ଉପକୂଳ ଓଡ଼ିଶା ପାଖ ଦେଇ ପଶ୍ଚିମବଙ୍ଗ-ବାଂଲାଦେଶରେ ଉପକୂଳରେ ପହଞ୍ଚିବ। ୨୫ ଅକ୍ଟୋବର ମଧ୍ୟରାତ୍ରୀ ବେଳକୁ ଏହା ବାଂଲାଦେଶ ଏବଂ ନିକଟବର୍ତ୍ତୀ ପଶ୍ଚିମବଙ୍ଗ ଉପକୂଳ ଦେଇ ଅତିକ୍ରମ କରିବାର ସମ୍ଭାବନା ରହିଛି।

ଓଡ଼ିଶା, ପଶ୍ଚିମବଙ୍ଗ ଏବଂ ଆଣ୍ଡାମାନ ନିକୋବାର ଦ୍ବୀପସମୂହର ମୁଖ୍ୟ ଶାସନ ସଚିବ ଏବଂ ଆନ୍ଧ୍ର ପ୍ରଦେଶର ସ୍ବତନ୍ତ୍ର ମୁଖ୍ୟ ଶାସନ ସଚିବ ବାତ୍ୟାର ଆନୁମାନିକ ପଥରେ ପ୍ରଭାବିତ ହେବାକୁ ଥିବା କ୍ଷେତ୍ରର ଲୋକମାନଙ୍କୁ ସୁରକ୍ଷିତ ରଖିବା ଲାଗି ଗ୍ରହଣ କରାଯାଉଥିବା ପଦକ୍ଷେପ ଏବଂ ସ୍ଥାନୀୟ ପ୍ରଶାସନ ଦ୍ବାରା ନିଆଯାଇଥିବା ସତର୍କତାମୂଳକ ପଦକ୍ଷେପ ଓ ପ୍ରସ୍ତୁତି ସମ୍ପର୍କରେ ଏନସିଏମଏସିକୁ ସୂଚନା ଦେଇଥିଲେ। ସେମାନେ କହିଥିଲେ ଯେ ସମୁଦ୍ରରେ ଥିବା ମତ୍ସ୍ୟଜୀବୀମାନଙ୍କୁ ଯଥାଶୀଘ୍ର ଉପକୂଳକୁ ଫେରି ଆସିବା ଲାଗି ଚେତାଇ ଦିଆଯିବା ସହିତ ଅନ୍ୟମାନଙ୍କୁ ସମୁଦ୍ର ମଧ୍ୟକୁ ନଯିବା ଲାଗି ସତର୍କ କରାଇ ଦିଆଯାଇଛି।
ବୈଠକରେ ସୂଚନା ଦିଆଯାଇଥିଲା ଯେ ରାଜ୍ୟମାନଙ୍କରେ ଏନଡିଆରଏଫ ଦଳକୁ ପ୍ରସ୍ତୁତ ରଖାଯାଇଛି ଏବଂ ଅତିରିକ୍ତ ଦଳକୁ ପ୍ରସ୍ତୁତ ରହିବାକୁ କୁହାଯାଇଛି। ସ୍ଥଳସେନା ଓ ନୌସେନାର ଉଦ୍ଧାର ଏବଂ ସହାୟତା ଦଳକୁ ଜାହାଜ ଓ ବିମାନ ସହିତ ପ୍ରସ୍ତୁତ ରଖାଯାଇଛି।

ରାଜ୍ୟ ଏବଂ କେନ୍ଦ୍ରୀୟ ଏଜେନ୍ସିମାନଙ୍କର ପ୍ରସ୍ତୁତି ସମୀକ୍ଷା କରି ରାଜୀବ ଗୌବା ରାଜ୍ୟ ଓ କେନ୍ଦ୍ର ଶାସିତ ପ୍ରଦେଶ ସରକାର ଏବଂ ସମ୍ପୃକ୍ତ କେନ୍ଦ୍ର ସରକାରଙ୍କ ଏଜେନ୍ସିଗୁଡ଼ିକ ଦ୍ବାରା ସତର୍କତାମୂଳକ ଏବଂ ନିରାକରଣଯୋଗ୍ୟ ପଦକ୍ଷେପ ସୁନିଶ୍ଚିତ କରିବା ଉପରେ ଜୋର ଦେଇଥିଲେ। ବିପର୍ଯ୍ୟୟ ସମୟରେ ପ୍ରତ୍ୟେକ ବ୍ୟକ୍ତିଙ୍କ ଜୀବନ ରକ୍ଷା ପ୍ରତି ଗୁରୁତ୍ବ ଦିଆଯିବା ଆବଶ୍ୟକ ବୋଲି କ୍ୟାବିନେଟ ସଚିବ କହିଥିଲେ। ଶକ୍ତି ଓ ଦୂରସଞ୍ଚାର ଭଳି ଭିତ୍ତିଭୂମି ଓ ସମ୍ପତ୍ତି ହାନିକୁ ସର୍ବନିମ୍ନ ସ୍ତରରେ ରଖିବା ଏବଂ ଭିତ୍ତିଭୂମି କ୍ଷତିଗ୍ରସ୍ତ ହେବା କ୍ଷେତ୍ରରେ ଯଥାସମ୍ଭବ କମ ସମୟ ମଧ୍ୟରେ ମରାମତି କରିବା ଲାଗି ସେ ପରାମର୍ଶ ଦେଇଥିଲେ।
କ୍ୟାବିନେଟ ସଚିବ କହିଥିଲେ ଯେ ସମୁଦ୍ରରେ ଥିବା ମତ୍ସ୍ୟଜୀବୀମାନଙ୍କୁ ତୁରନ୍ତ କୂଳକୁ ଫେରାଇ ଆଣିବା ଉଚିତ୍ ଏବଂ ବାତ୍ୟାପ୍ରବଣ କ୍ଷେତ୍ରରେ ଥିବା ଲୋକମାନଙ୍କୁ ନିର୍ଦ୍ଧାରିତ ସମୟ ପୂର୍ବରୁ ଅନ୍ୟତ୍ର ସ୍ଥାନାନ୍ତର କରାଯିବା ଆବଶ୍ୟକ। କେନ୍ଦ୍ର ସରକାରଙ୍କ ବିଭିନ୍ନ ସଂସ୍ଥା ପକ୍ଷରୁ ଯଥାସମ୍ଭବ ସହାୟତା ନେଇ ରାଜ୍ୟ ଓ କେନ୍ଦ୍ର ଶାସିତ ପ୍ରଦେଶ ସରକାରମାନଙ୍କୁ କ୍ୟାବିନେଟ ସଚିବ ଆଶ୍ବାସନା ଦେଇଥିଲେ।

ଏହି ବୈଠକରେ ଓଡ଼ିଶା, ପଶ୍ଚିମବଙ୍ଗ ଓ ଆଣ୍ଡାମାନ ନିକୋବାର ଦ୍ବୀପସମୂହର ମୁଖ୍ୟ ଶାସନ ସଚିବମାନେ ଯୋଗ ଦେଇଥିଲେ। ଏମାନଙ୍କ ସହିତ ଆନ୍ଧ୍ରପ୍ରଦେଶର ସ୍ବତନ୍ତ୍ର ମୁଖ୍ୟ ଶାସନ ସଚିବ, କେନ୍ଦ୍ର ଗୃହ ମନ୍ତ୍ରଣାଳୟ ସଚିବ, ଶକ୍ତି ସଚିବ, ଦୂରସଞ୍ଚାର ବିଭାଗର ପ୍ରତିନିଧି, ଏନଡିଏମଏ, ସିଆଇଏସସି ଆଇଡିଏସର ସଦସ୍ୟ ସଚିବ, ଏନଡିଆରଏଫ ଡିଜି, ଆଇଏମଡି ଡିଜି, ତଟରକ୍ଷା ବାହିନୀ ଡିଜି ଏବଂ ସ୍ବରାଷ୍ଟ୍ର ମନ୍ତ୍ରଣାଳୟର ବରିଷ୍ଠ ଅଧିକାରୀମାନେ ଉପସ୍ଥିତ ଥିଲେ।

ପ୍ରସ୍ତୁତି ସମୀକ୍ଷା ବଙ୍ଗୋପସାଗର
Share. Facebook Twitter LinkedIn Email WhatsApp Copy Link

Related Posts

Swaraj Kaushal Dies: ସୁଷମା ସ୍ବରାଜଙ୍କ ସ୍ବାମୀ ସ୍ବରାଜ କୈଶଳଙ୍କ ଦେହାନ୍ତ, ରାଷ୍ଟ୍ରପତି ଓ ପ୍ରଧାନମନ୍ତ୍ରୀଙ୍କ ଶୋକ

December 4, 2025

New IPS Officer: କାର୍ଯ୍ୟରେ ଯୋଗ ଦେଲେ ଓଡିଶା କ୍ୟାଡରର ୭ ଆଇପିଏସ ଅଫିସର

December 4, 2025

Zee Sarthak Bhagyarekha: ଜୀ ସାର୍ଥକର ମେଗା ଧାରାବାହିକ ‘ଭାଗ୍ୟରେଖା’ରେ ଆସିଲା ବିବାହ ଋତୁ

December 4, 2025

Odisha Rail Projects: ଓଡିଶାରେ କଣ ବଡ ରେଳ ପ୍ରକଳ୍ପ ଚାଲିଛି, ଗୃହକୁ ସୂଚନା ଦେଲେ ରେଳମନ୍ତ୍ରୀ

December 4, 2025
Latest News

ଗୃହ ବିଭାଗର ଖର୍ଚ୍ଚ ଦାବୀ ଉପରେ ଆଲୋଚନା କରି ରାଜ୍ୟର ଆଇନ ଶୃଙ୍ଖଳା ଉପରେ ମୁଖ୍ୟମନ୍ତ୍ରୀ କହିଲେ…

December 4, 2025

Putin Arrives in New Delhi: ପହଞ୍ଚିଲେ ଋଷର ରାଷ୍ଟ୍ରପତି ପୁଟିନ, ସ୍ବାଗତ କଲେ ପ୍ରଧାନମନ୍ତ୍ରୀ ମୋଦି

December 4, 2025

Swaraj Kaushal Dies: ସୁଷମା ସ୍ବରାଜଙ୍କ ସ୍ବାମୀ ସ୍ବରାଜ କୈଶଳଙ୍କ ଦେହାନ୍ତ, ରାଷ୍ଟ୍ରପତି ଓ ପ୍ରଧାନମନ୍ତ୍ରୀଙ୍କ ଶୋକ

December 4, 2025

Amrit Bharat Station Scheme: ଓଡିଶା ସଂସ୍କୃତିରେ ଝଲସିଲା ଓଡିଶାର ବରପାଲି ରେଳ ଷ୍ଟେସନ

December 4, 2025

New IPS Officer: କାର୍ଯ୍ୟରେ ଯୋଗ ଦେଲେ ଓଡିଶା କ୍ୟାଡରର ୭ ଆଇପିଏସ ଅଫିସର

December 4, 2025
Load More
The Samikhsya Odia
Facebook X (Twitter) LinkedIn
  • About Us
  • Contact Details
  • Grievance
  • Privacy Policy
  • Terms Of Use

Chief Editor: Sarat Paikray

© 2018-2025 All rights resorved by S M Network | Designed by Ratna Technology.

Type above and press Enter to search. Press Esc to cancel.