ଧର୍ମେନ୍ଦ୍ର ସାହୁ ମୃତ୍ୟୁ ଏବଂ ଅର୍ଚ୍ଚାନା ନାଗଙ୍କ ବ୍ଲାକମେଲିଂ ବିରୋଧରେ ବିଜେପିର ସତ୍ୟାଗ୍ରହ

Published: Oct 22, 2022, 7:11 pm IST

ଭୁବନେଶ୍ୱର: ଧର୍ମେନ୍ଦ୍ର ସାହୁ ମୃତ୍ୟୁର ଅଭିଯୁକ୍ତ ମନ୍ତ୍ରୀ ସମୀର ଦାଶ ଓ ଅର୍ଚ୍ଚନା ନାଗ ସ୍କାଣ୍ଡାଲରେ ସଂପୃକ୍ତ ଦୋଷୀଙ୍କ ବିରୁଦ୍ଧରେ କଠୋର କାର୍ଯ୍ୟାନୁଷ୍ଠାନ ଦାବି କରି ଆଜି ପୋଲିସ କମିଶନରେଟ କାର୍ଯ୍ୟାଳୟ ସମ୍ମୁଖରେ ସତ୍ୟାଗ୍ରହ ଆରମ୍ଭ କରିଛି। ଏଥିରେ ରାଜ୍ୟ ସାଧାରଣ ସଂପାଦକ ପୃଥୀରାଜ ହରିଚନ୍ଦନ ଯୋଗ ଦେଇ ରାଜ୍ୟ ସରକାରଙ୍କୁ ତୀବ୍ର ସମାଲୋଚନା କରିଥିଲେ।

ଏହି ସତ୍ୟାଗ୍ରହ କାର୍ଯ୍ୟକ୍ରମରେ ରାଜ୍ୟ ଉପସଭାପତି ପ୍ରଭାତୀ ପରିଡା, ରାଜ୍ୟ ମୁଖପାତ୍ର ଦିଲୀପ ମହାନ୍ତି, ଭୁବନେଶ୍ୱର ଜିଲ୍ଲା ସଭାପତି ବାବୁ ସିଂ, ପୁରୀ ଜିଲ୍ଲା ସଭାପତି ଆଶ୍ରୀତ ପଟ୍ଟନାୟକ, ରାଜ୍ୟ କାର୍ଯ୍ୟକାରିଣୀ ସଦସ୍ୟ ପ୍ରଭଞ୍ଜନ ମହାପାତ୍ର ପ୍ରମୁଖଙ୍କ ସମେତ ବହୁ କାର୍ଯ୍ୟକର୍ତା ସାମିଲ ହୋଇଥିଲେ ।

ଆସନ୍ତା ୪୮ ଘଂଟା ମଧ୍ୟରେ ଅର୍ଚ୍ଚନା ସ୍କାଣ୍ଡାଲରେ ସଂପୃକ୍ତ ଦୋଷୀଙ୍କ ତାଲିକା ଏବଂ ଅଭିଯୁକ୍ତ ମନ୍ତ୍ରୀ ଶ୍ରୀ ଦାଶଙ୍କୁ ତଦନ୍ତ ପରିସରଭୁକ୍ତ କରାଯାଇ ଜେରା କରାନଗଲେ ଆନ୍ଦୋଳନକୁ ଆହୁରି ବ୍ୟାପକ କରାଯିବ ବୋଲି ଶ୍ରୀ ହରିଚନ୍ଦନ କହିଛନ୍ତି ।

Related posts