
ଭୁବନେଶ୍ଵର: ଆୟ ବହିଃର୍ଭୂତ ସମ୍ପତ୍ତି ଠୁଳ ମାମଲାରେ ଆରଡବ୍ଲୁଏସଏସ ଅତିରିକ୍ତ ମୁଖ୍ୟଯନ୍ତ୍ରୀ ନିହାର ରଞ୍ଜନ ଦାସଙ୍କ ଘରେ ଭିଜିଲାନ୍ସ ଚଢାଉ କରିଛି। ଆରଡବ୍ଲୁଏସଏସ ଅଫିସ ସମେତ ମୋଟ ୬ ଟି ସ୍ଥାନରେ ଭିଜିଲାନ୍ସ ବିଭାଗ ଚଢାଉ କରିଛି। ଭୁବନେଶ୍ଵର, ସମ୍ବଲପୁର, ବରଗଡ, ଖୋର୍ଦ୍ଧାର ଅନେକ ସ୍ଥାନରେ ଭିଜିଲାନ୍ସ ବିଭାଗ ଚଢାଉ ଜାରି ରଖିଛି।
ତେବେ ଏହି ଚଢାଉରେ ୫ ଜଣ ଡିଏସପି, ୧୨ ଜଣ ଇନିସପେକ୍ଟର ସାମିଲ ଅଛନ୍ତି।