Close Menu
The Samikhsya OdiaThe Samikhsya Odia
  • ହୋମ
  • ବିଶେଷ ଖବର
  • ରାଜ୍ୟ ଖବର
  • ଜାତୀୟ ଖବର
  • ଆଞ୍ଚଳିକ
  • ସଂସ୍କୃତି
  • ବ୍ୟବସାୟ
  • ଧର୍ମ
  • ଖେଳ
  • ମନୋରଂଜନ
  • ଅନ୍ତରାଷ୍ଟ୍ରୀୟ
  • ଜୀବନ ଶୈଳୀ
Facebook X (Twitter) LinkedIn
  • About Us
  • Contact Details
  • Grievance
  • Privacy Policy
  • Terms Of Use
Facebook X (Twitter) LinkedIn
The Samikhsya OdiaThe Samikhsya Odia
  • ହୋମ
  • ବିଶେଷ ଖବର
  • ରାଜ୍ୟ ଖବର
  • ଜାତୀୟ ଖବର
  • ଆଞ୍ଚଳିକ
  • ସଂସ୍କୃତି
  • ବ୍ୟବସାୟ
  • ଧର୍ମ
  • ଖେଳ
  • ଅନ୍ୟାନ୍ୟ
    • ମନୋରଂଜନ
    • ଅନ୍ତରାଷ୍ଟ୍ରୀୟ
    • ଜୀବନ ଶୈଳୀ
Eng
The Samikhsya OdiaThe Samikhsya Odia
Eng
Home»ଆଜିର ଖବର»ଧାମନଗରରେ ଧର୍ମେନ୍ଦ୍ର, ପ୍ରଚାର କଲେ ଜୋରଦାର
ଆଜିର ଖବର

ଧାମନଗରରେ ଧର୍ମେନ୍ଦ୍ର, ପ୍ରଚାର କଲେ ଜୋରଦାର

October 28, 2022No Comments1 Min Read
Share Facebook Twitter LinkedIn Email WhatsApp Copy Link
ଧାମନଗର ଉପନିର୍ବାଚନରେ ଜୋରଦାର ପ୍ରଚାର କଲେ କେନ୍ଦ୍ରମନ୍ତ୍ରୀ ଧର୍ମେନ୍ଦ୍ର ପ୍ରଧାନ

ଧାମନଗର/ଭୁବନେଶ୍ୱର: ଧାମନଗରରେ ମାତୃଶକ୍ତି ଓ ଯୁବଶକ୍ତି ଆମ ଦଳ ବିଜେପିକୁ ବିଜୟୀ କରିବ। ଏହି ଉପନିର୍ବାଚନରେ ଜନଆସ୍ଥା ଦ୍ୱାରା ବିଜେପିର ବଡ଼ ବିଜୟ ହେବ ବୋଲି ଶୁକ୍ରବାର ଧାମନଗର ନିର୍ବାଚନମଣ୍ଡଳୀର ବିଭିନ୍ନ ସ୍ଥାନରେ ଦଳୀୟ ପ୍ରାର୍ଥୀ ସୂର୍ଯ୍ୟବଂଶୀ ସୂରଜଙ୍କ ପାଇଁ ବିଶାଳ ପଦଯାତ୍ରା ଓ ଶୋଭାଯାତ୍ରା କରିବା ଅବସରରେ କହିଛନ୍ତି କେନ୍ଦ୍ର ଶିକ୍ଷା, ଦକ୍ଷତା ବିକାଶ ଏବଂ ଉଦ୍ୟମିତା ମନ୍ତ୍ରୀ ଧର୍ମେନ୍ଦ୍ର ପ୍ରଧାନ।

କେନ୍ଦ୍ରମନ୍ତ୍ରୀ ଶ୍ରୀ ପ୍ରଧାନ ଆଜି ଧାମନଗର ନିର୍ବାଚନମଣ୍ଡଳୀର ଦୋବଲ ବଜାରରୁ ପ୍ରଥମେ ପଦଯାତ୍ରା ଆରମ୍ଭ କରିଥିଲେ। ପରେ ଧାମନଗର ଏନଏସିର ମେଡିକାଲ ବଜାର, କୋଠାର ଗ୍ରାମ ପଞ୍ଚାୟତର କୋଠାର ଛକ, ଅସୁରାଳୀ ଓ ଶହୀଦ ନଗରରେ ନିର୍ବାଚନୀ ପ୍ରଚାର କରିବା ସହ ଦଳୀୟ ପ୍ରାର୍ଥୀ ସୂରଜଙ୍କୁ ଭୋଟ୍ ଦେବା ପାଇଁ ନାଗରିକଙ୍କୁ ନିବେଦନ କରିଥିଲେ । ଏହି ଅବସରରେ ଗଣମାଧ୍ୟମକୁ ପ୍ରତିକ୍ରିୟା ଦେଇ କେନ୍ଦ୍ରମନ୍ତ୍ରୀ ଶ୍ରୀ ପ୍ରଧାନ କହିଛନ୍ତି ଯେ ସ୍ୱାଭିମାନୀ ଧାମନଗର ଜନତାଙ୍କ ବିଜେପି ପ୍ରତି ଆସ୍ଥା ଅବର୍ଣ୍ଣନୀୟ।

ନିର୍ବାଚନ ପ୍ରଚାର ସମୟରେ ଶ୍ରୀ ପ୍ରଧାନ ଧାମନଗର ଏନଏସି ସ୍ଥିତ ‘ମହତାବ ସେବା ସଦନ’ ପରିସରରେ ଓଡ଼ିଶାର ବିଶିଷ୍ଟ ସ୍ୱାଧୀନତା ସଂଗ୍ରାମୀ ଡା. ହରେକୃଷ୍ଣ ମହତାବ ଏବଂ ପୂର୍ବତନ ରାଷ୍ଟ୍ରପତି ଭାରତରତ୍ନ ଡକ୍ଟର ଏପିଜେ ଅବଦୁଲ କଲାମଙ୍କ ପ୍ରତିମୂର୍ତ୍ତିରେ ଶ୍ରଦ୍ଧାଞ୍ଜଳି ଅର୍ପଣ କରିଥିଲେ। ‘ସାଗର ଭୂୟାଁ ଶିଶୁ ଉଦ୍ୟାନ’ ପ୍ରାଙ୍ଗଣରେ ବିଶିଷ୍ଟ ସ୍ୱାଧୀନତା ସଂଗ୍ରାମୀ ସାଗର ଭୂୟାଁଙ୍କ ପବିତ୍ର ସ୍ମୃତି ପୀଠ ଓ ଶହୀଦ ନଗର ସ୍ଥିତ ଲୁଣିଆ ଶହୀଦ ପୀଠରେ ଶ୍ରଦ୍ଧାଞ୍ଜଳି ଜ୍ଞାପନ କରିଥିଲେ।

ଧାମନଗର ଯିବାବେଳେ କେନ୍ଦ୍ରମନ୍ତ୍ରୀଙ୍କୁ ଚଣ୍ଡିଖୋଲ, ଧର୍ମଶାଳା, କୂଆଖିଆ, ପାଣିକୋଇଲି, ଧାମନଗର ସମେତ ବିଭିନ୍ନ ସ୍ଥାନରେ କାର୍ଯ୍ୟକର୍ତ୍ତା ଓ ନାଗରିକଙ୍କ ପକ୍ଷରୁ ସ୍ୱାଗତ ସମ୍ବର୍ଦ୍ଧନା ଦିଆଯାଇଥିଲା। ଆସନ୍ତାକାଲି କେନ୍ଦ୍ରମନ୍ତ୍ରୀ ଶ୍ରୀ ପ୍ରଧାନ ତିହିଡି ବ୍ଲକର ପାଳିଆ ବଜାର, ଗଉମାଳା ଓ ବୋଡାକ ଠାରେ ପଦଯାତ୍ରା ମାଧ୍ୟମରେ ନିର୍ବାଚନ ପ୍ରଚାର କରିବାର କାର୍ଯ୍ୟକ୍ରମ ରହିଛି।

କେନ୍ଦ୍ର ମନ୍ତ୍ରୀ ଧର୍ମେନ୍ଦ୍ର ପ୍ରଧାନ ଧର୍ମେନ୍ଦ୍ର ପ୍ରଧାନ ଧାମନଗର ଉପନିର୍ବାଚନ
Share. Facebook Twitter LinkedIn Email WhatsApp Copy Link

Related Posts

ମହଙ୍ଗା ମାଡ଼ : ସାଧାରଣ ଲୋକଙ୍କ ପକେଟ ଉପରେ ବଢ଼ିବ ବୋଝ !

May 16, 2026

ବଟି ଆଦାୟକୁ ନେଇ ଫାୟାରିଂ

May 15, 2026

New Odia Film Policy: ଶୀଘ୍ର ପ୍ରଣୟନ ହେବ ସ୍ୱତନ୍ତ୍ର ଓଡିଆ ଚଳଚ୍ଚିତ୍ର ନୀତି, ମୁଖ୍ୟମନ୍ତ୍ରୀଙ୍କ ସମୀକ୍ଷା

May 15, 2026

ସମ୍ବଲପୁର–ମାନେଶ୍ୱର ସେକ୍ସନରେ ସୁରକ୍ଷା ସମ୍ବନ୍ଧୀୟ ଆଧୁନିକୀକରଣ କାର୍ଯ୍ୟ ହେତୁ ପୁରୀ–ରାଉରକେଲା ଏକ୍ସପ୍ରେସ୍ ବାତିଲ 

May 15, 2026
Latest News

ମହଙ୍ଗା ମାଡ଼ : ସାଧାରଣ ଲୋକଙ୍କ ପକେଟ ଉପରେ ବଢ଼ିବ ବୋଝ !

May 16, 2026

ବଟି ଆଦାୟକୁ ନେଇ ଫାୟାରିଂ

May 15, 2026

New Odia Film Policy: ଶୀଘ୍ର ପ୍ରଣୟନ ହେବ ସ୍ୱତନ୍ତ୍ର ଓଡିଆ ଚଳଚ୍ଚିତ୍ର ନୀତି, ମୁଖ୍ୟମନ୍ତ୍ରୀଙ୍କ ସମୀକ୍ଷା

May 15, 2026

ସମ୍ବଲପୁର–ମାନେଶ୍ୱର ସେକ୍ସନରେ ସୁରକ୍ଷା ସମ୍ବନ୍ଧୀୟ ଆଧୁନିକୀକରଣ କାର୍ଯ୍ୟ ହେତୁ ପୁରୀ–ରାଉରକେଲା ଏକ୍ସପ୍ରେସ୍ ବାତିଲ 

May 15, 2026

ଷ୍ଟ୍ରୋକ୍ ସଚେତନତା ଅଭିଯାନ – ଆଇଏଫଆଇ ଫାଉଣ୍ଡେସନକୁ ଅନ୍ତର୍ଜାତୀୟ ସମ୍ମାନ

May 15, 2026
Load More
The Samikhsya Odia
Facebook X (Twitter) LinkedIn
  • About Us
  • Contact Details
  • Grievance
  • Privacy Policy
  • Terms Of Use

Chief Editor: Sarat Paikray

© 2018-2026 All rights resorved by S M Network | Designed by Ratna Technology.

Type above and press Enter to search. Press Esc to cancel.