Close Menu
The Samikhsya OdiaThe Samikhsya Odia
  • ହୋମ
  • ବିଶେଷ ଖବର
  • ରାଜ୍ୟ ଖବର
  • ଜାତୀୟ ଖବର
  • ଆଞ୍ଚଳିକ
  • ସଂସ୍କୃତି
  • ବ୍ୟବସାୟ
  • ଧର୍ମ
  • ଖେଳ
  • ମନୋରଂଜନ
  • ଅନ୍ତରାଷ୍ଟ୍ରୀୟ
  • ଜୀବନ ଶୈଳୀ
Facebook X (Twitter) LinkedIn
  • About Us
  • Contact Details
  • Grievance
  • Privacy Policy
  • Terms Of Use
Facebook X (Twitter) LinkedIn
The Samikhsya OdiaThe Samikhsya Odia
  • ହୋମ
  • ବିଶେଷ ଖବର
  • ରାଜ୍ୟ ଖବର
  • ଜାତୀୟ ଖବର
  • ଆଞ୍ଚଳିକ
  • ସଂସ୍କୃତି
  • ବ୍ୟବସାୟ
  • ଧର୍ମ
  • ଖେଳ
  • ଅନ୍ୟାନ୍ୟ
    • ମନୋରଂଜନ
    • ଅନ୍ତରାଷ୍ଟ୍ରୀୟ
    • ଜୀବନ ଶୈଳୀ
Eng
The Samikhsya OdiaThe Samikhsya Odia
Eng
Home»ଆଜିର ଖବର»ଭବାନୀପାଟଣା ଠାରେ ଓଡିଶା ରାଜ୍ୟ ପ୍ରାକୃତିକ ବିପର୍ଯ୍ୟୟ ପ୍ରସ୍ତୁତି ଦିବସ ପାଳିତ
ଆଜିର ଖବର

ଭବାନୀପାଟଣା ଠାରେ ଓଡିଶା ରାଜ୍ୟ ପ୍ରାକୃତିକ ବିପର୍ଯ୍ୟୟ ପ୍ରସ୍ତୁତି ଦିବସ ପାଳିତ

October 30, 2022No Comments2 Mins Read
Share Facebook Twitter LinkedIn Email WhatsApp Copy Link

ଦୁଷ୍ମନ୍ତ କୁମାର ପଣ୍ଡା
କଳାହାଣ୍ଡି: ସ୍ଥାନୀୟ ଜିଲ୍ଲାପାଳଙ୍କ ସମ୍ମିଳନୀ କକ୍ଷରେ ଅତିରିକ୍ତ ଜିଲ୍ଲାପାଳ ଶରତ ଚନ୍ଦ୍ର ଶ୍ରୀଚନ୍ଦନଙ୍କ ଅଧ୍ୟକ୍ଷତାରେ ଓଡ଼ିଶା ରାଜ୍ୟ ବିପର୍ଯ୍ୟୟ ପ୍ରସ୍ତୁତି ଦିବସ ତଥା ଜାତୀୟ ବିପର୍ଯ୍ୟୟ ପ୍ରଶମନ ଦିବସ ପାଳିତ ହୋଇଯାଇଛି। ପ୍ରତିବର୍ଷ ସରକାରଙ୍କ ନିର୍ଦ୍ଦେଶ କ୍ରମେ ୨୩ ବର୍ଷ ତଳେ ଘଟିଥିବା ପ୍ରଳୟଙ୍କରୀ ତଥା ମହା ବିନାଶକାରୀ ମହାବାତ୍ୟାର ଭୟଙ୍କର ବିନାଶକୁ ଆଖି ଆଗରେ ରଖି ଏହି ବିପର୍ଯ୍ୟୟ ପ୍ରସ୍ତୁତି ଦିବସ ପାଳନ କରାଯାଉଛି। ବିପର୍ଯ୍ୟୟ ପୂର୍ବରୁ ପ୍ରସ୍ତୁତି, ବିପର୍ଯ୍ୟୟ ସମୟରେ ତ୍ୱରିତ କାର୍ଯ୍ୟାନୁଷ୍ଠାନ ଓ ମୁକାବିଲା, ବିପର୍ଯ୍ୟୟ ପରେ ଥଇଥାନ ଓ ପୁନଃ ସଂସ୍ଥାପନ ଏବଂ ଏହାର ସୁପରିଚାଳନା ଜିଲ୍ଲା ପ୍ରଶାସନ ଉପରେ ନ୍ୟସ୍ତ ଥାଏ।ବର୍ତ୍ତମାନ ଚଳିତ ବର୍ଷଠାରୁ ବିପର୍ଯ୍ୟୟ ପରିଚାଳନା ପାଇଁ ଗ୍ରାମ ପଞ୍ଚାୟତ କୁ ମଧ୍ୟ ଦାୟିତ୍ଵ ନିର୍ବାହ କରାଯାଇଛି।

ପ୍ରଥମେ ଜିଲ୍ଲା ସୂଚନା ଓ ଲୋକସମ୍ପର୍କ ଅଧିକାରୀ ମନୋଜ ବେହେରା ବିପର୍ଯ୍ୟୟ ପ୍ରସ୍ତୁତି ଦିବସ ପାଳନର ତାତ୍ପର୍ଯ୍ୟ ଉପରେ ସୂଚନା ଦେଇ ସମସ୍ତଙ୍କୁ ସ୍ଵାଗତ କରିଥିଲେ। ଉପ ଜିଲ୍ଲାପାଳ ଡ ବିଶ୍ୱଜିତ୍ ଦାସ ନିଜ ବକ୍ତବ୍ୟରେ ମହାବାତ୍ୟାର ଅନୁଭୂତି,ସରକାରଙ୍କ ରଣନୀତି ଓ ସଫଳ ମୁକାବିଲା ଉପରେ ବିସ୍ତୃତ ବିବରଣୀ ଦେଇଥିଲେ। ତହସିଲଦାର କଳାହାଣ୍ଡି ଉପେନ୍ଦ୍ର ଲୁହା ବିପର୍ଯ୍ୟୟ ପରିଚାଳନା ରେ ପ୍ରଶାସନ ର ଭୂମିକା ଓ ଓଡ଼ିଶା ସରକାରଙ୍କ ଆଗୁଆ ପଦକ୍ଷେପ ଯୋଗୁଁ ଆଜି ଓଡିଶା ବିଶ୍ୱରେ ସ୍ଵତନ୍ତ୍ର ପରିଚୟ ସୃଷ୍ଟି ଉପରେ ମତ ରଖିଥିଲେ।

ଜିଲ୍ଲା ବିପର୍ଯ୍ୟୟ ପରିଚାଳନା ପରାମର୍ଶଦାତା ଓସ୍ଡମା କଳାହାଣ୍ଡି ପ୍ରଦୋଷ ଜେନା ଜିଲ୍ଲାରେ ୪ ଗୋଟି ବହୁମୁଖୀ ବନ୍ୟା ଆଶ୍ରୟ ସ୍ଥଳୀ ,ଗ୍ରାମପଞ୍ଚାୟତ ସ୍ତରରେ ସ୍ବେଛାସେବୀ, ଆପଦାମିତ୍ର, ସ୍ଵୟଂ ସହାୟକ ଗୋଷ୍ଠୀ ର ତାଲିମ, ମୋଡେଲ ବ୍ଲକ ବିପର୍ଯ୍ୟୟ ପରିଚାଳନା ଯୋଜନାରେ ଜୁନାଗଡ ପଞ୍ଚାୟତ ସମିତି ଓ ମୋଡେଲ ଗ୍ରାମପଞ୍ଚାୟତ ବିପର୍ଜୟ ପରିଚାଳନାରେ ବଣିଜରା ଗ୍ରାମ ପଞ୍ଚାୟତ କୁ ଅନ୍ତର୍ଭୁକ୍ତ ଉପରେ ସୂଚନା ଦେଇଥିଲେ।

ସଭାର ଅଧ୍ୟକ୍ଷ ଅତିରିକ୍ତ ଜିଲ୍ଲାପାଳ ଚନ୍ଦନ ପ୍ରାକୃତିକ ବିପର୍ଯ୍ୟୟ ମୁକାବିଲା ଓ ପରିଚାଳନାକୁ ସର୍ବାଗ୍ରେ ସ୍ଥାନ ଦିଆଯାଇଛି ଏବଂ ଏଥିପାଇଁ ପ୍ରଶାସନ ତରଫରୁ ବିଭିନ୍ନ ପଦକ୍ଷେପ ନିଆଯାଇଛି ବୋଲି ମତ ରଖିଥିଲେ ।ସଭାରେ ହାଇସ୍କୁଲ ସ୍ତରୀୟ ପ୍ରବନ୍ଧ, ବକ୍ତୃତା ଓ ଚିତ୍ରାଙ୍କନ ପ୍ରତିଯୋଗିତାରେ ଉତିର୍ଣ୍ଣ ପ୍ରତିଯୋଗୀଙ୍କୁ ଅଧ୍ୟକ୍ଷ ପୁରସ୍କାର ପ୍ରଦାନ କରିଥିଲେ।

ଅଗ୍ନିଶମ ଅଧିକାରୀ ସନତ ପ୍ରଧାନ ନିଜ ଟିମ୍ ସହ ବିପର୍ଯ୍ୟୟ ପରିଚାଳନା ରେ ବିଭିନ୍ନ ଉପକରଣ ର ଉପଯୋଗ ଉପରେ ପ୍ରଦର୍ଶନ କରିଥିଲେ।ସଭାରେ ଏମ ରାମପୁର, କର୍ଲାମୁଣ୍ଡା, କେସିଙ୍ଗା, ଥୁଆମୂଳ ରାମପୁର, ନର୍ଲା ର ତହସିଲଦାର, ଜିଲ୍ଲା ଜରୁରୀ ଶାଖା ଅଧିକାରୀ ପ୍ରମୋଦ କୁମାର ଖିଲୋ ଓ କର୍ମଚାରୀ ଉପସ୍ଥିତ ଥିଲେ।

ଭବାନୀପାଟଣା
Share. Facebook Twitter LinkedIn Email WhatsApp Copy Link

Related Posts

ରାଶିଫଳ: ସେପ୍ଟେମ୍ବର ୧୨ ରେ ସାତୋଟି ରାଶିର ଲୋକଙ୍କ ପାଇଁ ରହିଛି ବିପଦ

September 12, 2026

ୟୁଏଇରେ ନିବେଶ ଅଭିଯାନ ଶେଷ: ୨,୪୩,୧୬୨ କୋଟିର ପ୍ରସ୍ତାବ ଏବଂ ୬,୧୮,୭୨୫ଟି ନିଯୁକ୍ତି ସମ୍ଭାବନା

September 11, 2026

ଏସ୍‌ବିଆଇ-ଓଡ଼ିଶା ପୁଲିସ ଏମ୍‌ଓୟୁ: ଯବାନଙ୍କୁ ମିଳିବ ୫୦ ଲକ୍ଷର ଦୁର୍ଘଟଣା ବୀମା ଓ ବିଭିନ୍ନ ଅତିରିକ୍ତ ସୁବିଧା

September 11, 2026

ଭିଜିଲାନ୍ସ ଜାଲରେ ପୋଲିସ ବାବୁ: ଲାଞ୍ଚ ନେବା ବେଳେ ବନ୍ଧା ହେଲେ ଏଏସଆଇ

September 11, 2026
Latest News

ରାଶିଫଳ: ସେପ୍ଟେମ୍ବର ୧୨ ରେ ସାତୋଟି ରାଶିର ଲୋକଙ୍କ ପାଇଁ ରହିଛି ବିପଦ

September 12, 2026

ୟୁଏଇରେ ନିବେଶ ଅଭିଯାନ ଶେଷ: ୨,୪୩,୧୬୨ କୋଟିର ପ୍ରସ୍ତାବ ଏବଂ ୬,୧୮,୭୨୫ଟି ନିଯୁକ୍ତି ସମ୍ଭାବନା

September 11, 2026

ଏସ୍‌ବିଆଇ-ଓଡ଼ିଶା ପୁଲିସ ଏମ୍‌ଓୟୁ: ଯବାନଙ୍କୁ ମିଳିବ ୫୦ ଲକ୍ଷର ଦୁର୍ଘଟଣା ବୀମା ଓ ବିଭିନ୍ନ ଅତିରିକ୍ତ ସୁବିଧା

September 11, 2026

ଭିଜିଲାନ୍ସ ଜାଲରେ ପୋଲିସ ବାବୁ: ଲାଞ୍ଚ ନେବା ବେଳେ ବନ୍ଧା ହେଲେ ଏଏସଆଇ

September 11, 2026

ଆର୍‌ଆଣ୍ଡ୍‌ବିରେ ଆର୍ଥିକ ଅନିୟମିତତା ଅଭିଯୋଗ: ସରକାରଙ୍କ କଡ଼ା ଆକ୍ସନ, ଯନ୍ତ୍ରୀ ଅପସାରିତ

September 11, 2026
Load More
The Samikhsya Odia
Facebook X (Twitter) LinkedIn
  • About Us
  • Contact Details
  • Grievance
  • Privacy Policy
  • Terms Of Use

Chief Editor: Sarat Paikray

© 2018-2026 All rights resorved by S M Network | Designed by Ratna Technology.

Type above and press Enter to search. Press Esc to cancel.