ନୂଆଦିଲ୍ଲୀ: ପ୍ରଧାନମନ୍ତ୍ରୀ ଶ୍ରୀ ନରେନ୍ଦ୍ର ମୋଦୀ ମୋରବି ଠାରେ ହୋଇଥିବା ଦୁର୍ଘଟଣା ସମ୍ପର୍କରେ ଗୁଜୁରାଟ ମୁଖ୍ୟମନ୍ତ୍ରୀ ଶ୍ରୀ ଭୂପେନ୍ଦ୍ରଭାଇ ପଟେଲ ଓ ଅନ୍ୟ ଅଧିକାରୀମାନଙ୍କ ସହ ଆଲୋଚନା କରିଛନ୍ତି। ଉଦ୍ଧାର କାର୍ଯ୍ୟ ପାଇଁ ଶୀଘ୍ର ଟିମ ପଠାଇବାକୁ ଶ୍ରୀ ମୋଦୀ କହିଛନ୍ତି।
ପ୍ରଧାନମନ୍ତ୍ରୀଙ୍କ କାର୍ଯ୍ୟାଳୟ ପକ୍ଷରୁ ଟ୍ୱିଟ କରାଯାଇଛି; “ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦି ଗୁଜୁରାଟ ମୁଖ୍ୟମନ୍ତ୍ରୀ ଓ ଅନ୍ୟ ଅଧିକାରୀମାନଙ୍କ ସହ ମୋରବି ଠାରେ ହୋଇଥିବା ଦୁର୍ଘଟଣା ସମ୍ପର୍କରେ ଆଲୋଚନା କରିଛନ୍ତି ।
ଉଦ୍ଧାର କାର୍ଯ୍ୟ ପାଇଁ ଶୀଘ୍ର ଟିମ ପଠାଇବାକୁ ସେ କହିଛନ୍ତି । ନିକଟରୁ ଓ ଲଗାତର ସ୍ଥିତି ନୀରିକ୍ଷଣ ପାଇଁ ସେ କହିବା ସହିତ ପ୍ରଭାବିତମାନଙ୍କୁ ଯଥାସମ୍ଭଭ ସହାୟତା ପ୍ରଦାନ କରାଯିବ ବୋଲି କହିଛନ୍ତି ।”