Close Menu
The Samikhsya OdiaThe Samikhsya Odia
  • ହୋମ
  • ବିଶେଷ ଖବର
  • ରାଜ୍ୟ ଖବର
  • ଜାତୀୟ ଖବର
  • ଆଞ୍ଚଳିକ
  • ସଂସ୍କୃତି
  • ବ୍ୟବସାୟ
  • ଧର୍ମ
  • ଖେଳ
  • ମନୋରଂଜନ
  • ଅନ୍ତରାଷ୍ଟ୍ରୀୟ
  • ଜୀବନ ଶୈଳୀ
Facebook X (Twitter) LinkedIn
  • About Us
  • Contact Details
  • Grievance
  • Privacy Policy
  • Terms Of Use
Facebook X (Twitter) LinkedIn
The Samikhsya OdiaThe Samikhsya Odia
  • ହୋମ
  • ବିଶେଷ ଖବର
  • ରାଜ୍ୟ ଖବର
  • ଜାତୀୟ ଖବର
  • ଆଞ୍ଚଳିକ
  • ସଂସ୍କୃତି
  • ବ୍ୟବସାୟ
  • ଧର୍ମ
  • ଖେଳ
  • ଅନ୍ୟାନ୍ୟ
    • ମନୋରଂଜନ
    • ଅନ୍ତରାଷ୍ଟ୍ରୀୟ
    • ଜୀବନ ଶୈଳୀ
Eng
The Samikhsya OdiaThe Samikhsya Odia
Eng
Home»ଆଜିର ଖବର»କୃଷି ଓ କୃଷକ ସଶକ୍ତିକରଣ ବିଭାଗ ପକ୍ଷରୁ ଦୁର୍ନୀତି ନିବାରଣ ସଚେତନତା ସପ୍ତାହ ପାଳିତ
ଆଜିର ଖବର

କୃଷି ଓ କୃଷକ ସଶକ୍ତିକରଣ ବିଭାଗ ପକ୍ଷରୁ ଦୁର୍ନୀତି ନିବାରଣ ସଚେତନତା ସପ୍ତାହ ପାଳିତ

November 1, 2022No Comments2 Mins Read
Share Facebook Twitter LinkedIn Email WhatsApp Copy Link
କୃଷି ଓ କୃଷକ ସଶକ୍ତିକରଣ ବିଭାଗ ପକ୍ଷରୁ ଦୁର୍ନୀତି ନିବାରଣ ସଚେତନତା ସପ୍ତାହ ପାଳିତ

ଭୁବନେଶ୍ୱର: କୃଷି ଓ କୃଷକ ସଶକ୍ତିକରଣ ବିଭାଗର ଅଧିକାରୀ ଓ କର୍ମଚାରୀଗଣ ସତ୍ୟନିଷ୍ଠାରେ ପ୍ରତିବଦ୍ଧ ରହି ସାଧୁତା ଓ ସ୍ୱଚ୍ଛତାର ସହ କାର୍ଯ୍ୟ ସଂପାଦନା କରିବା ନିମନ୍ତେ କୃଷି ଓ କୃଷକ ସଶକ୍ତିକରଣ ବିଭାଗର ପ୍ରମୁଖ ଶାସନ ସଚିବ ଡ. ଅରବିନ୍ଦ କୁମାର ପାଢ଼ୀ କହିଛନ୍ତି । ଆଜି କୃଷି ଭବନଠାରେ ଆୟୋଜିତ ଦୁର୍ନୀତି ନିବାରଣ ସଚେତନତା ସପ୍ତାହ ପାଳନ ଅବସରରେ ପ୍ରମୁଖ ଶାସନ ସଚିବ ଡ. ପାଢ଼ୀ କହିଲେ ଯେ ରାଜ୍ୟର ବିକାଶ ଓ ଦ୍ରୁତ ପ୍ରଗତି ନିମନ୍ତେ ଦୁର୍ନୀତି ହ୍ରାସ ଏକାନ୍ତ ଆବଶ୍ୟକ ।

ମୁଖ୍ୟମନ୍ତ୍ରୀଙ୍କ ଦ୍ୱାରା ପ୍ରବର୍ତ୍ତିତ ୫-‘ଟି’ ଉପକ୍ରମରେ ସ୍ୱଚ୍ଛତାକୁ ସର୍ବାଧିକ ଗୁରୁତ୍ୱ ପ୍ରଦାନ କରାଯାଇ ବିଭିନ୍ନ ଯୋଜନାର ସୁଫଳ ଯେପରି ଚାଷୀ ଭାଇ ଓ ଭଉଣୀମାନଙ୍କ ପାଖରେ ସିଧାସଳଖ ପହଞ୍ଚିପାରିବ ସେଥି ନିମନ୍ତେ ପଦକ୍ଷେପ ନିଆଯାଇଛି । ଏଥି ସହିତ ପ୍ରଯୁକ୍ତି ବିଦ୍ୟାର ଉପଯୋଗ ଏବଂ ନିର୍ଦ୍ଧାରିତ ସମୟସୀମା ମଧ୍ୟରେ ସମସ୍ତ କାର୍ଯ୍ୟ ସଂପୂର୍ଣ୍ଣ କରିବାଉପରେ ଗୁରୁତ୍ୱ ଦିଆଯାଇଛି, ଯଦ୍ଦ୍ୱାରା ଦୁର୍ନୀତି ହ୍ରାସ ପାଇବ ବୋଲି ସେ ପ୍ରକାଶ କରିଥିଲେ ।

ଉତ୍ସବରେ ଭିଜିଲାନ୍ସ ନିର୍ଦ୍ଦେଶକ ଶ୍ରୀ ଯଶୋବନ୍ତ ଜେଠ୍‌ୱା ମୁଖ୍ୟ ଅତିଥି ଭାବେ ଯୋଗଦେଇ କହିଲେ ଯେ ଦୁର୍ନୀତିକୁ ରୋକାଯାଇ ପାରିଲେ ଉନ୍ନୟନମୂଳକ କାର୍ଯ୍ୟ ତ୍ୱରାନ୍ୱିତ ହୋଇପାରିବ । ଏଥି ନିମନ୍ତେ ସରକାରୀ କର୍ମଚାରୀଙ୍କ ସମେତ ସମାଜର ପ୍ରତ୍ୟେକ ବ୍ୟକ୍ତିଙ୍କର ସହଯୋଗର ଆବଶ୍ୟକତା ରହିଛି । ଦୁର୍ନୀତି ଦୂର କରି ସମ୍ବଳର ଉପଯୁକ୍ତ ବିନିଯୋଗ କରାଯାଇ ପାରିଲେ ଜନସାଧାରଣ ଏହାର ସୁଫଳ ପାଇପାରିବେ ।

ବାହାର ସଂସ୍ଥା ଦ୍ୱାରା ନିୟମିତ ଅଡ଼ିଟ୍‌ କରାଇବା, ଇ-ପ୍ରକୁ୍ୟର୍‌ମେଣ୍ଟ, ଇ-ଟେଣ୍ଡର, ଇ-ମାର୍କେଟିଂ ଆଦିର ବ୍ୟାପକ ପ୍ରଚଳନ ଦ୍ୱାରା ଦୁର୍ନୀତି ଅନେକାଂଶରେ ହ୍ରାସ କରାଯାଇପାରିବ ବୋଲି ଶ୍ରୀ ଜେଠ୍‌ୱା କହିଥିଲେ । ସମ୍ବେଦନଶୀଳ କ୍ଷେତ୍ରଗୁଡ଼ିକର ଚିହ୍ନଟ ଏବଂ ନିୟମିତ ଓ ଅଚାନକ ପରିଦର୍ଶନ ଓ ଯାଞ୍ଚ ଆଦି ଦୁର୍ନୀତି ଦୂର କରିବା ଦିଗରେ ସହାୟକ ହେବ ବୋଲି ଭିଜିଲାନ୍ସ ନିର୍ଦ୍ଦେଶକ କହିଥିଲେ ।

ଏହି ଉତ୍ସବରେ ଦୁର୍ନୀତି ନିବାରଣ ସଚେତନତା ସପ୍ତାହ ଅବସରରେ ବିଭାଗର ଅଧିକାରୀ ଓ କର୍ମଚାରୀମାନଙ୍କ ମଧ୍ୟରେ ଆୟୋଜିତ ସ୍ଳୋଗାନ ପ୍ରତିଯୋଗିତାର ବିଜୟୀମାନଙ୍କୁ ପୁରସ୍କୃତ କରାଯାଇଥିଲା । ଶ୍ରୀ ହେମନ୍ତ କୁମାର ପଣ୍ଡାଙ୍କ ସମେତ ମିସ୍‌ ସୁଶ୍ରୁତା ଶତପଥୀ, ଶ୍ରୀମତୀ ସାହୁ, ପ୍ରଣତି ପ୍ରିୟଦର୍ଶନୀ ରାଉତ ଓ ମୂରଲୀ ଶିଅଙ୍କୁ ଏହି ଅବସରରେ ପୁରସ୍କୃତ କରାଯାଇଥିଲା ।

ପୂର୍ବାହ୍ନରେ କୃଷି ଭବନ ପରିସରରେ ଅଧିକାରୀ ଓ କର୍ମଚାରୀମାନେ ଦୁର୍ନୀତି ନିବାରଣ ସପ୍ତାହ ଓ ରାଷ୍ଟ୍ରୀୟ ଏକତା ଦିବସ ଶପଥ ପାଠ କରିଥିଲେ । ଉତ୍ସବରେ କୃଷି ଓ ଖାଦ୍ୟ ଉତ୍ପାଦନ ନିର୍ଦ୍ଦେଶକ ଶ୍ରୀ ପ୍ରେମଚନ୍ଦ୍ର ଚୌଧୁରୀ, ଉଦ୍ୟାନ କୃଷିି ନିର୍ଦ୍ଦେଶକ ଶ୍ରୀ ରୋହିତ କୁମାର ଲେଙ୍କା, ମୃତ୍ତିକା ସଂରକ୍ଷଣ ଓ ଜଳଛାୟା ବିଭାଜିକା ନିର୍ଦ୍ଦେଶକ ଶ୍ରୀ ହେମନ୍ତ କୁମାର ପଣ୍ଡା ପ୍ରମୁଖ ଯୋଗଦେଇଥିଲେ । ବିଭାଗୀୟ ସ୍ୱତନ୍ତ୍ର ଶାସନ ସଚିବ ଶ୍ରୀ ମଧୁସୂଦନ ମିଶ୍ର ସ୍ୱାଗତ ଭାଷଣ ପ୍ରଦାନ କରିଥିବାବେଳେ ଅତିରିକ୍ତ ଶାସନ ସଚିବ ଶ୍ରୀମତୀ ଅଞ୍ଜନା ପଣ୍ଡା ଉତ୍ସବକୁ ପରିଚାଳନା କରିଥିଲେ ।

କୃଷି ଓ କୃଷକ ସଶକ୍ତିକରଣ ବିଭାଗ ଡ. ଅରବିନ୍ଦ କୁମାର ପାଢ଼ୀ ଦୁର୍ନୀତି ନିବାରଣ ସଚେତନତା ସପ୍ତାହ
Share. Facebook Twitter LinkedIn Email WhatsApp Copy Link

Related Posts

ଶହୀଦ ବାଜି ରାଉତଙ୍କ ସମ୍ପର୍କରେ କେନ୍ଦ୍ର ସଂସ୍କୃତି ମନ୍ତ୍ରୀଙ୍କୁ ଧର୍ମେନ୍ଦ୍ର ପ୍ରଧାନଙ୍କ ଚିଠି

February 24, 2026

ଭାରତୀୟ ରେଳବାଇର ତିନୋଟି ଟ୍ରାକ୍‌ ଦୋହରୀକରଣ ପ୍ରକଳ୍ପକୁ କ୍ୟାବିନେଟ୍‌ ମଞ୍ଜୁରି

February 24, 2026

ଦୁଇଟି ଗୁରୁତ୍ୱପୂର୍ଣ୍ଣ ଏକ୍ସପ୍ରେସ୍ ଟ୍ରେନକୁ ଆଧୁନିକ ଏଲଏଚବି କୋଚ୍ ସହିତ ଅପଗ୍ରେଡ୍ କରିବ ପୂର୍ବତଟ ରେଳପଥ 

February 24, 2026

IPL 2026 କାର୍ଯ୍ୟସୂଚୀ ସମ୍ପର୍କରେ ବଡ଼ ଅପଡେଟ୍: ଏହି ଦିନ ଘୋଷଣା ହେବ ତାରିଖ

February 24, 2026
Latest News

ଶହୀଦ ବାଜି ରାଉତଙ୍କ ସମ୍ପର୍କରେ କେନ୍ଦ୍ର ସଂସ୍କୃତି ମନ୍ତ୍ରୀଙ୍କୁ ଧର୍ମେନ୍ଦ୍ର ପ୍ରଧାନଙ୍କ ଚିଠି

February 24, 2026

ଭାରତୀୟ ରେଳବାଇର ତିନୋଟି ଟ୍ରାକ୍‌ ଦୋହରୀକରଣ ପ୍ରକଳ୍ପକୁ କ୍ୟାବିନେଟ୍‌ ମଞ୍ଜୁରି

February 24, 2026

ଦୁଇଟି ଗୁରୁତ୍ୱପୂର୍ଣ୍ଣ ଏକ୍ସପ୍ରେସ୍ ଟ୍ରେନକୁ ଆଧୁନିକ ଏଲଏଚବି କୋଚ୍ ସହିତ ଅପଗ୍ରେଡ୍ କରିବ ପୂର୍ବତଟ ରେଳପଥ 

February 24, 2026

ନାକଟିଦେଉଳରେ ବନାଞ୍ଚଳ ସ୍ତରୀୟ ଜଙ୍ଗଲ ନିଆଁ ନିରାକରଣ ସଚେତନତା ସଭା

February 24, 2026

IPL 2026 କାର୍ଯ୍ୟସୂଚୀ ସମ୍ପର୍କରେ ବଡ଼ ଅପଡେଟ୍: ଏହି ଦିନ ଘୋଷଣା ହେବ ତାରିଖ

February 24, 2026
Load More
The Samikhsya Odia
Facebook X (Twitter) LinkedIn
  • About Us
  • Contact Details
  • Grievance
  • Privacy Policy
  • Terms Of Use

Chief Editor: Sarat Paikray

© 2018-2026 All rights resorved by S M Network | Designed by Ratna Technology.

Type above and press Enter to search. Press Esc to cancel.