
ଭୁବନେଶ୍ୱର, ଆସନ୍ତା ୨୪ ତାରିଖରୁ ଆରମ୍ଭ ହେବାକୁ ଯାଉଛି ଓଡିଶା ବିଧାନସଭାର ଶୀତକାଳୀନ ଅଧିବେଶନ। ଡିସେମ୍ବର ୩୧ ତାରିଖ ପର୍ଯ୍ୟନ୍ତ ଚାଲିବ। ଚଳିତ ଅଧିବେଶନରେ ମୋଟ ୩୩ଟି କାର୍ଯ୍ୟ ଦିବସ ରହିଛି । ଏ ନେଇ ଆଜି ବିଧାନସଭା ସଚିବାଳୟ ପକ୍ଷରୁ ବିଜ୍ଞପ୍ତି ପ୍ରକାଶ ପାଇଛି ।
ଅଧିବେଶନର ପ୍ରଥମ ଦିନରେ ୨୦୨୨-୨୩ ଆର୍ଥିକ ବର୍ଷ ପାଇଁ ଅତିରିକ୍ତ ବଜେଟ୍ ଉପସ୍ଥାପନ ହେବ। ସେହିପରି ବ୍ୟୟମଞ୍ଜୁରୀ ବିଲ୍ ଡିସେମ୍ବର ୨ତାରିଖରେ ଉପସ୍ଥାପିିତ ହେବ । ଏହି ୩୩ଦିନିଆ କାର୍ଯ୍ୟଦିବସରେ ନଭେମ୍ବର ୨୫, ଡିସେମ୍ବର ୯, ୧୬, ୨୩ ,୨୮ ଓ ୩୦ତାରିଖକୁ ପ୍ରାଇଭେଟ୍ ମେମ୍ବର୍ସ ବିଜିନେସ୍ ରହିଛି।