Close Menu
The Samikhsya OdiaThe Samikhsya Odia
  • ହୋମ
  • ବିଶେଷ ଖବର
  • ରାଜ୍ୟ ଖବର
  • ଜାତୀୟ ଖବର
  • ଆଞ୍ଚଳିକ
  • ସଂସ୍କୃତି
  • ବ୍ୟବସାୟ
  • ଧର୍ମ
  • ଖେଳ
  • ମନୋରଂଜନ
  • ଅନ୍ତରାଷ୍ଟ୍ରୀୟ
  • ଜୀବନ ଶୈଳୀ
Facebook X (Twitter) LinkedIn
  • About Us
  • Contact Details
  • Grievance
  • Privacy Policy
  • Terms Of Use
Facebook X (Twitter) LinkedIn
The Samikhsya OdiaThe Samikhsya Odia
  • ହୋମ
  • ବିଶେଷ ଖବର
  • ରାଜ୍ୟ ଖବର
  • ଜାତୀୟ ଖବର
  • ଆଞ୍ଚଳିକ
  • ସଂସ୍କୃତି
  • ବ୍ୟବସାୟ
  • ଧର୍ମ
  • ଖେଳ
  • ଅନ୍ୟାନ୍ୟ
    • ମନୋରଂଜନ
    • ଅନ୍ତରାଷ୍ଟ୍ରୀୟ
    • ଜୀବନ ଶୈଳୀ
Eng
The Samikhsya OdiaThe Samikhsya Odia
Eng
Home»ଆଜିର ଖବର»ଭବାନୀପାଟଣା ଠାରେ ଜିଲ୍ଲାସ୍ତରୀୟ ଖରିଫ ଧାନ ସଂଗ୍ରହ କମିଟି ବୈଠକ
ଆଜିର ଖବର

ଭବାନୀପାଟଣା ଠାରେ ଜିଲ୍ଲାସ୍ତରୀୟ ଖରିଫ ଧାନ ସଂଗ୍ରହ କମିଟି ବୈଠକ

November 3, 2022No Comments3 Mins Read
Share Facebook Twitter LinkedIn Email WhatsApp Copy Link

ଦୁଷ୍ମନ୍ତ କୁମାର ପଣ୍ଡା
କଲହାଣ୍ଡି: କଳାହାଣ୍ଡି ଜିଲ୍ଲାରେ ଖରିଫ ଧାନ ସଂଗ୍ରହ ନିମନ୍ତେ ଜିଲ୍ଲା ସ୍ତରୀୟ ଧାନ ସଂଗ୍ରହ କମିଟି ବୈଠକ ଜିଲ୍ଲାପାଳ ପି ଅନ୍ୱେଷା ରେଡ୍ଡୀଙ୍କ ଅଧ୍ୟକ୍ଷତାରେ ଅନୁଷ୍ଠିତ ହୋଇଯାଇଛି। ଜିଲ୍ଲାପାଳଙ୍କ ସମ୍ମିଳନୀ କକ୍ଷରେ ଅନୁଷ୍ଠିତ ଏହି ବୈଠକ ରେ ଚଳିତ ବର୍ଷ ଜିଲ୍ଲାରେ ନଭେମ୍ବର ୨୫ ତାରିଖରୁ ଡିସେମ୍ବର ୧ ତାରିଖ ମଧ୍ୟରେ ପର୍ଯ୍ୟାୟ କ୍ରମେ ବିଭିନ୍ନ ମଣ୍ଡିରୁ ଧାନ କ୍ରୟ ନିମନ୍ତେ ପ୍ରଶାସନିକ ପଦକ୍ଷେପ ଉପରେ ବିଶେଷ ଆଲୋଚନା ହୋଇଥିଲା।

ବୈଠକରେ ଲୋକସଭା ସାଂସଦ ବସନ୍ତ ପଣ୍ଡା, ଜିଲ୍ଲା ପରିଷଦ ଅଧ୍ୟକ୍ଷ ପୁଷ୍ପେନ୍ଦ୍ର କୁମାର ସିଂହ ଦେଓ, ଜୁନାଗଡ ବିଧାୟକ କ୍ୟାପଟେନ ଦିବ୍ୟ ଶଙ୍କର ମିଶ୍ର, ଲାଞ୍ଜିଗଡ ବିଧାୟକ ପ୍ରଦୀପ କୁମାର ଦିଶାରୀ, ଅତିରିକ୍ତ ଜିଲ୍ଲାପାଳ ସୁଶାନ୍ତ କୁମାର ପଟେଲ, ଧର୍ମଗଡ ଉପ ଜିଲ୍ଲାପାଳ ବେଦ ଭୂଷଣ, ଭବାନୀପାଟଣା ଉପ ଜିଲ୍ଲାପାଳ ଡ ବିଶ୍ୱଜିତ୍ ଦାସ, ନର୍ଲା ଓ ଭବାନୀପାଟଣା ବିଧାୟକ ପ୍ରତିନିଧି ଉପସ୍ଥିତ ଥିଲେ।

ବୈଠକରେ ପ୍ରଥମେ ଜିଲ୍ଲା ଯୋଗାଣ ଅଧିକାରୀ ପବିତ୍ର ସାହୁ ସମସ୍ତଙ୍କୁ ସ୍ଵାଗତ କରି ଏଜେଣ୍ଡା ଅନୁଯାୟୀ ସଭା କାର୍ଯ୍ୟକୁ ଆଗେଇଥିଲେ। ଜିଲ୍ଲାପାଳ ଚାଷୀମାନଙ୍କ ସୁବିଧା ପାଇଁ ମଣ୍ଡିରେ ପର୍ଯ୍ୟାପ୍ତ ସୁବିଧା, ଶୀଘ୍ର ଧାନ ଉଠିବା ପାଇଁ ନିଆଯାଉଥିବା ପଦକ୍ଷେପ ଓ ଚୋରା ଚାଲାଣ ହେଉଥିବା ଧାନ ଗାଡ଼ିକୁ ଜବତ କରିବା ଉପରେ ମତ ଦେଇଥିଲେ।

ସାଂସଦ ଶ୍ରୀ ପଣ୍ଡା ଗତ ଖରିଫରେ ମଣ୍ଡିରେ ଉପୁଜିଥିବା ବିଭିନ୍ନ ସମସ୍ୟାକୁ ଉପସ୍ଥାପନ କରି ମିଲର ମାନେ ନିଜର କର୍ମଚାରୀ ନ ପଠାଇ ଦଲାଲ ମାଧ୍ୟମରେ ଧାନ ଉଠାଉ ଥିବାରୁ ଚାଷୀ ମାନେ କଟଣି ଛଟଣୀର ଶିକାର ହେଉଛନ୍ତି ପ୍ରକାଶ କରି ଜିଲ୍ଲାପାଳ ଏ ଦିଗରେ ବିଶେଷ ଧ୍ୟାନ ଦେବାକୁ କହିଥିଲେ। ଏହି ବିଷୟକୁ ନେଇ ଜିଲ୍ଲାପାଳ ସମସ୍ତ ମିଲର ନିଜର ଏଜେଣ୍ଟ ଓ ଷ୍ଟାଫ୍ ଙ୍କ ତାଲିକା ସି ଏସ୍ ଓ ଙ୍କୁ ଦେବେ ଓ ସେମାନଙ୍କୁ ଆଇ ଡି କାର୍ଡ ପ୍ରଦାନ କରାଯିବ ବୋଲି କହିଥିଲେ।

ଜୁନାଗଡ ବିଧାୟକ କ୍ୟାପଟେନ ମିଶ୍ର ମଣ୍ଡିରେ ଦଲାଲର ପ୍ରବେଶକୁ କଟକଣା ଲଗାଯାଇ କଟଣି ଛଟଣୀ ଯୋଗୁଁ ଚାଷୀ କିଭଳି ଆର୍ଥିକ କ୍ଷତିଗ୍ରସ୍ତ ହେଉଛନ୍ତି ନିଜ ମଣ୍ଡିଗସ୍ତ ଅନୁଭୂତିକୁ ପ୍ରକାଶ କଲେ ଏବଂ ସେଭଳି ମିଲର ଦ୍ଵାରା ସଂଯୋଗ ହୋଇଥିବା ଟ୍ରାନ୍ସପୋର୍ଟ ୟୁନିଆନର ଟ୍ରକ୍ ମାନଙ୍କ ଅନିୟମିତ ଚାଳନା ଯୋଗୁ ଚାଷୀମାନେ ଅନେକ ମଣ୍ଡିରେ ସପ୍ତାହ ପର୍ଯ୍ୟନ୍ତ ଧାନ ବିକ୍ରୟରେ ଅସୁବିଧା ଭୋଗ କରୁଛନ୍ତି ଓ ଅନେକ ଟୋକନ୍ ସୀମା ସମାପ୍ତ ହୋଇଯିବ ଭୟରେ କମ୍ ଦରରେ ଦଲାଲକୁ ବିକ୍ରି କରୁଛନ୍ତି ଏହାକୁ ବିଶେଷ ଦୃଷ୍ଟି ଦେବାକୁ ଜିଲ୍ଲାପାଳଙ୍କୁ ଅନୁରୋଧ କରିଥିଲେ।

ସାଂସଦ ଶ୍ରୀ ପଣ୍ଡା ଅଭାବୀ ବିକ୍ରିକୁ ରୋକିବା ପାଇଁ ନିର୍ଦ୍ଧିଷ୍ଟ ପ୍ରମୁଖ ଆର୍ ଏମ ସି ମଣ୍ଡି ବର୍ଷ ସାରା ଖୋଲିବାକୁ ପ୍ରସ୍ତାବ ଦିଆଯାଉ ବୋଲି କହିଥିଲେ। ସଭାରେ ଗନି ବ୍ୟାଗ୍ ର ଅସୁବିଧା, ମଣ୍ଡିରେ ବିଜୁଳି, ଭିତ୍ତିଭୂମି, ଆଶ୍ରୟ ସ୍ଥଳ, ଟୋକନ୍ ସମୟ ସୀମା ଓ ଜିଲ୍ଲାପାଳଙ୍କୁ କ୍ଷମତା ଉପରେ ଆଲୋଚନା ହୋଇଥିଲା। ସଭାରେ ଚାଷୀ ପ୍ରତିନିଧି, ମିଲର ତଥା ପ୍ରସାଶନିକ ସହଯୋଗରେ ଚଳିତ ଖରିଫ ଧାନ ସଂଗ୍ରହକୁ ବିନା ଅସୁବିଧାରେ କରିବାକୁ ସର୍ବସମ୍ମତି ପ୍ରକାଶ ପାଇଲା।

ଚଳିତ ବର୍ଷ ଏଫ୍ ଏ କ୍ୟୁ ଧାନର ସରକାରୀ ଧାର୍ଯ୍ୟ ମୂଲ୍ୟ ପ୍ରତି କ୍ଵିଣ୍ଟାଲ ୨୦୪୦ ଟଙ୍କା ଏବଂ ଗ୍ରେଡ ଏ ମୂଲ୍ୟ ପ୍ରତି କ୍ଵିଣ୍ଟାଲ ୨୦୬୦ ଟଙ୍କା ରଖାଯାଇଛି। ଚଳିତ ବର୍ଷ ଖରିଫ ଧାନ ବିକ୍ରୟ ପାଇଁ ଜିଲ୍ଲାରେ ୯୮୩୩୭ ଜଣ ଚାଷୀ ପଞ୍ଜୀକୃତ ହୋଇଛନ୍ତି।ଚଳିତ ଖରିଫ ଋତୁ ରେ ୧୮୬୭୩୪ ହେକ୍ଟର ଧାନ ହୋଇଥିବା ଜମିରୁ ୮,୫୮,୯୭୬ ମେଟ୍ରିକ୍ ଟନ୍ ଧାନ ଉତ୍ପାଦନ ଲକ୍ଷ୍ୟ ରଖାଯାଇଛି। ଖରିଫ ୨୦୨୨-୨୩ ରେ ଭବାନୀପାଟଣା ଓ ଧର୍ମଗଡ ସବ ଡିଭିଜନ ରେ ୭୪ ଟି ପାକ୍ସ,୧୭୫ ଟି ଧାନ ସଂଗ୍ରହ କେନ୍ଦ୍ର,୩୩ ଟି ମହିଳା ସ୍ଵଂୟ ସହାୟକ ଗୋଷ୍ଠୀ ଦ୍ଵାରା ଧାନ ସଂଗ୍ରହ କରାଯିବ।

ଏହା ବ୍ୟତୀତ ଧାନ ବିକ୍ରୟ ପାଇଁ ଅସୁବିଧା ଭୋଗୁଥିବା ଚାଷୀ ମାନଙ୍କ ପାଇଁ ଅତିରିକ୍ତ ଧାନ ସଂଗ୍ରହ କେନ୍ଦ୍ର ଖୋଲିବା ପାଇଁ ଜୁନାଗଡ ବିଧାୟକ ତଥା ସାଂସଦ କେତେକ ସ୍ଥାନ ର ଅନ୍ତର୍ଭୁକ୍ତ କରିବାପାଇଁ ବିଭାଗୀୟ ଅଧିକାରୀଙ୍କୁ କହିଥିଲେ। ଜିଲ୍ଲା ସ୍ତରୀୟ ଧାନ ସଂଗ୍ରହ କମିଟି ରେ ପ୍ରତ୍ୟେକ ସ୍ତରର ଚାଷୀଙ୍କୁ ଗୁରୁତ୍ଵ ଦିଆ ଯାଉ ନ ଥିବାରୁ ଚାଷୀଙ୍କ ସମସ୍ୟା ଠିକ ଭାବରେ ଉପସ୍ଥାପନ କରାଯାଇ ପାରୁନଥିବା ଚାଷୀ ମହଲରେ ଆଲୋଚନା ହେଉଛି।

ଅନ୍ୟ ପକ୍ଷରେ କୃଷି ବିଭାଗ ତରଫରୁ ଚାଷୀ ମାନଙ୍କୁ ଉଚିତ୍ ମର୍ଯ୍ୟାଦା ଦିଆ ଯାଉ ନ ଥିବା ଏବଂ ମିଲର୍ସ ମାନଙ୍କୁ ସୁହାଇବା ଭଳି କାମ କରାଯାଉ ଥିବା ଏପରିକି ରେଜୁଲେଶନ ର କୌଣସି କାର୍ଯ୍ୟକାରୀ ହେଉ ନ ଥିବାରୁ ଚାଷୀ ମହଲରେ ଅସନ୍ତୋଷ ପ୍ରକାଶ ପାଇବାରେ ଲାଗିଛି। ସଭାରେ ଚାଷୀ ପ୍ରତିନିଧି ଦୀପ୍ତି ରଞ୍ଜନ ପ୍ରହରାଜ, ବିଶିଷ୍ଟ ଚାଷୀ ପ୍ରଶାନ୍ତ ପଟ୍ଟଯୋଶୀ, ମିଲର ସଭାପତି ନଳିନୀ ପଟ୍ଟଯୋଶୀ, ମହେଶ ଅଗ୍ରୱାଲ, ବିଭିନ୍ନ ବ୍ଲକରୁ ଚାଷୀ ପ୍ରତିନିଧି, ପାକ୍ସ୍, ସଂପୃକ୍ତ ଜିଲ୍ଲା ସ୍ତରୀୟ ଅଧିକାରୀ ଉପସ୍ଥିତ ଥିଲେ।

କଳାହାଣ୍ଡି ଜିଲ୍ଲା ଖରିଫ ଧାନ ସଂଗ୍ରହ ଭବାନୀପାଟଣା
Share. Facebook Twitter LinkedIn Email WhatsApp Copy Link

Related Posts

ଅଧା ହେଲା ପିଏମଙ୍କ କାରକେଡ ଗାଡି ସଂଖ୍ୟା

May 13, 2026

ମୁଲାୟମ ସିଂହ ଯାଦବଙ୍କ ସାନ ପୁଅ ପ୍ରତୀକ ଯାଦବଙ୍କ ମୃତ୍ୟୁ

May 13, 2026

ଆଜିଠାରୁ ମହଙ୍ଗା ହେଲା ସୁନା ଓ ରୁପା

May 13, 2026

ଭୟଙ୍କର ସଡ଼କ ଦୁର୍ଘଟଣା: ଜଣେ ମୃତ, ଦୁଇ ଗୁରୁତର

May 13, 2026
Latest News

ଅଧା ହେଲା ପିଏମଙ୍କ କାରକେଡ ଗାଡି ସଂଖ୍ୟା

May 13, 2026

ମୁଲାୟମ ସିଂହ ଯାଦବଙ୍କ ସାନ ପୁଅ ପ୍ରତୀକ ଯାଦବଙ୍କ ମୃତ୍ୟୁ

May 13, 2026

ଆଜିଠାରୁ ମହଙ୍ଗା ହେଲା ସୁନା ଓ ରୁପା

May 13, 2026

ଭୟଙ୍କର ସଡ଼କ ଦୁର୍ଘଟଣା: ଜଣେ ମୃତ, ଦୁଇ ଗୁରୁତର

May 13, 2026

ପ୍ରଥମ ୧୦ ଦିନରେ ଜାମ୍ମୁ-ଶ୍ରୀନଗର ବନ୍ଦେ ଭାରତ ଏକ୍ସପ୍ରେସ୍‌ରେ ଯାତ୍ରା କଲେ ପ୍ରାୟ ୪୫,୦୦୦ ଯାତ୍ରୀ

May 13, 2026
Load More
The Samikhsya Odia
Facebook X (Twitter) LinkedIn
  • About Us
  • Contact Details
  • Grievance
  • Privacy Policy
  • Terms Of Use

Chief Editor: Sarat Paikray

© 2018-2026 All rights resorved by S M Network | Designed by Ratna Technology.

Type above and press Enter to search. Press Esc to cancel.