Close Menu
The Samikhsya OdiaThe Samikhsya Odia
  • ହୋମ
  • ବିଶେଷ ଖବର
  • ରାଜ୍ୟ ଖବର
  • ଜାତୀୟ ଖବର
  • ଆଞ୍ଚଳିକ
  • ସଂସ୍କୃତି
  • ବ୍ୟବସାୟ
  • ଧର୍ମ
  • ଖେଳ
  • ମନୋରଂଜନ
  • ଅନ୍ତରାଷ୍ଟ୍ରୀୟ
  • ଜୀବନ ଶୈଳୀ
Facebook X (Twitter) LinkedIn
  • About Us
  • Contact Details
  • Grievance
  • Privacy Policy
  • Terms Of Use
Facebook X (Twitter) LinkedIn
The Samikhsya OdiaThe Samikhsya Odia
  • ହୋମ
  • ବିଶେଷ ଖବର
  • ରାଜ୍ୟ ଖବର
  • ଜାତୀୟ ଖବର
  • ଆଞ୍ଚଳିକ
  • ସଂସ୍କୃତି
  • ବ୍ୟବସାୟ
  • ଧର୍ମ
  • ଖେଳ
  • ଅନ୍ୟାନ୍ୟ
    • ମନୋରଂଜନ
    • ଅନ୍ତରାଷ୍ଟ୍ରୀୟ
    • ଜୀବନ ଶୈଳୀ
Eng
The Samikhsya OdiaThe Samikhsya Odia
Eng
Home»ଆଜିର ଖବର»ଭବାନୀପାଟଣା ଠାରେ ଜିଲ୍ଲାସ୍ତରୀୟ ଦୁର୍ନୀତି ନିବାରଣ ସଚେତନତା ସପ୍ତାହ -୨୦୨୨ ପାଳିତ
ଆଜିର ଖବର

ଭବାନୀପାଟଣା ଠାରେ ଜିଲ୍ଲାସ୍ତରୀୟ ଦୁର୍ନୀତି ନିବାରଣ ସଚେତନତା ସପ୍ତାହ -୨୦୨୨ ପାଳିତ

November 4, 2022No Comments2 Mins Read
Share Facebook Twitter LinkedIn Email WhatsApp Copy Link

ଦୁଷ୍ମନ୍ତ କୁମାର ପଣ୍ଡା
କଳାହାଣ୍ଡି: କଳାହାଣ୍ଡି ଜିଲ୍ଲା ପ୍ରଶାସନ ତଥା ଜିଲ୍ଲା ଦୁର୍ନୀତି ନିବାରଣ ବିଭାଗର ମିଳିତ ଆନୁକୁଲ୍ୟରେ ଜିଲ୍ଲା ସ୍ତରୀୟ ଦୁର୍ନୀତି ନିବାରଣ ସଚେତନତା ସପ୍ତାହ ପାଳିତ ହୋଇଯାଇଛି। ସ୍ଥାନୀୟ ଜିଲ୍ଲାପାଳଙ୍କ ସମ୍ମିଳନୀ କକ୍ଷରେ ଜିଲ୍ଲାପାଳ ପି ଅନ୍ୱେଷା ରେଡ୍ଡୀ ଙ୍କ ଅଧ୍ୟକ୍ଷତାରେ ମୂଖ୍ୟ ଅତିଥି ଭାବେ ଜିଲ୍ଲା ପରିଷଦ ଅଧ୍ୟକ୍ଷ ପୁଷ୍ପେନ୍ଦ୍ର କୁମାର ସିଂହଦେଓ , ସମ୍ମାନିତ ଅତିଥି ଭାବେ ଆରକ୍ଷୀ ଅଧିକ୍ଷକ ଅଭିଳାଷ ଜି, ଅତିରିକ୍ତ ଜିଲ୍ଲାପାଳ ଶରତ ଚନ୍ଦ୍ର ଶ୍ରୀଚନ୍ଦନ, ମୁଖ୍ୟ ଉନ୍ନୟନ ଅଧିକାରୀ ସଚିନ ପାୱାର, ପୌର ପରିଷଦ ଅଧ୍ୟକ୍ଷା ସଂଯୁକ୍ତା ବେହେରା, ମୁଖ୍ୟବକ୍ତା ଭାବେ କଳାହାଣ୍ଡି ବିଶ୍ଵବିଦ୍ୟାଳୟର ରାଜନୀତି ବିଜ୍ଞାନ ବିଭାଗିୟ ମୁଖ୍ୟ ଡଃ କୈଳାସ ଚନ୍ଦ୍ର ଦାସ ପ୍ରମୁଖ ଉପସ୍ଥିତ ଥିଲେ।

ପ୍ରଥମେ ଜିଲ୍ଲା ସୂଚନା ଓ ଲୋକସମ୍ପର୍କ ଅଧିକାରୀ ମନୋଜ ବେହେରା ସମସ୍ତଙ୍କୁ ସ୍ବାଗତ କରି ଦିବସ ପାଳନ ସମ୍ପର୍କରେ ସମ୍ୟକ ସୂଚନା ଦେଇଥିଲେ। ଡି ଏସ୍ ପି ଭିଜିଲାନ୍ସ ସଦାନଦ ପାଣି ଓଡ଼ିଶାକୁ ଦୁର୍ନୀତିମୁକ୍ତ କରିବାରେ ବିଭାଗ ର ବିଭିନ୍ନ ପଦକ୍ଷେପ ଓ ସଚେତନତା ସୃଷ୍ଟି କରିବା ଉପରେ ବିଭିନ୍ନ ବିବରଣୀ ପ୍ରଦାନ କରିଥିଲେ। ସଭାର ଅଧ୍ୟକ୍ଷ ଜିଲ୍ଲାପାଳ ଙ୍କ ନେତୃତ୍ୱ ରେ ସମସ୍ତେ ଦୁର୍ନୀତି ର ମୂଳୋତ୍ପାଟନ ନିମନ୍ତେ ଶପଥ ପାଠ କରିଥିଲେ। ଗୃହରେ ଥିବା ଏଲ୍ଇଡି ସ୍କ୍ରିନ ରେ ସମସ୍ତେ ମୁଖ୍ୟମନ୍ତ୍ରୀଙ୍କ ବାର୍ତ୍ତା ଓ ଦୁର୍ନୀତି ନିବାରଣ ବିଭାଗର ଦୁର୍ନୀତିଗ୍ରସ୍ତ କର୍ମଚାରୀଙ୍କ ବିରୁଦ୍ଧରେ ନିଆଯାଇଥିବା ପଦକ୍ଷେପ ଉପରେ ଭିଡିଓ କ୍ଲିପ୍ ଦେଖିଥିଲେ।

ଏହି ଅବସରରେ ସକାଳ ୯.୦୦ ଘ ସମୟରେ ସ୍ଥାନୀୟ ଜିଲ୍ଲାପାଳଙ୍କ କାର୍ଯ୍ୟାଳୟ ସମ୍ମୁଖରୁ ମହିଳା ସ୍ଵୟଂ ସହାୟକ ଗୋଷ୍ଠୀ, ମିଶନ୍ ଶକ୍ତି,ନେହେରୁ ଯୁବ କେନ୍ଦ୍ରର ସଭ୍ୟ,ବିଭିନ୍ନ କଲେଜର ଛାତ୍ର ଛାତ୍ରୀ,ବିଭାଗୀୟ ଅଧିକାରୀ ଏକ ବିରାଟ ଶୋଭାଯାତ୍ରା ରେ ସହର ପରିକ୍ରମା କରି ସଚେତନତା ସୃଷ୍ଟି କରିଥିଲେ ଏବଂ ମାଇକ ଦ୍ୱାରା ସ୍ଲୋଗାନ ଦିଆଯାଇଥିଲା।ସଭାରେ ମୁଖ୍ୟ ଅତିଥି,ସମ୍ମାନିତ ଅତିଥି ଓ ମୁଖ୍ୟବକ୍ତା ନିଜ ନିଜ ବକ୍ତବ୍ୟରେ ଦୁର୍ନୀତି ଏକ ସାମାଜିକ ବ୍ୟାଧି ଏବଂ ଦେଶର ପ୍ରଗତିରେ ଏହା ଏକ ବଡ଼ ପ୍ରତିବନ୍ଧକ। ଏହାକୁ ସମୁଳେ ବିନାଶ କରିବା ପାଇଁ ସବୁ ସ୍ତରରେ ସଚେତନତା ସୃଷ୍ଟି କରିବା ସହ ଜନସେବା କ୍ଷେତ୍ରରେ ସାଧୁତା ଓ ସଚ୍ଚୋଟତା ଅବଲମ୍ବନ କରିବାକୁ ଆହ୍ବାନ କରିଥିଲେ।

ସପ୍ତାହ ପାଳନ ଅବସରରେ କଲେଜ ଓ ହାଇସ୍କୁଲ ଛାତ୍ରଛାତ୍ରୀ ମାନଙ୍କ ମଧ୍ୟରେ ବକ୍ତୃତା, ପ୍ରବନ୍ଧ, ଚିତ୍ରାଙ୍କନ ପ୍ରତିଯୋଗିତାରେ ଉତିର୍ଣ୍ଣ ପ୍ରତିଯୋଗୀଙ୍କୁ ମୁଖ୍ୟ ଅତିଥି ପୁରସ୍କୃତ କରିଥିଲେ। ଡି ଆଇ ପି ଆର୍ ଓ ମନୋଜ ବେହେରା ସଭାକୁ ପରିଚାଳନା କରିଥିଲେ।

ସଭାରେ ଅନ୍ୟମାନଙ୍କ ମଧ୍ୟରେ ଡି ଡବ୍ଲୁ ଓ, ଡି ଏସ୍ ଡବ୍ଲୁ ଓ, ଯୁବ ସଂଯୋଜକ, ନେହେରୁ ଯୁବ କେନ୍ଦ୍ର, ଜିଲ୍ଲା ନିୟୋଜନ ଅଧିକାରୀ, ଜିଲ୍ଲା କ୍ରୀଡ଼ା ଅଧିକାରୀ, ବିଭାଗୀୟ ଅଧିକାରୀ, ଭିଜିଲାନ୍ସ ବିଭାଗର ସୁଶାନ୍ତ ପଟ୍ଟନାୟକ, ଶରତ ବେହେରା, ରାଜେଶ ନାୟକ, ବିଜୟ ସାହୁ ପ୍ରମୁଖ ସହଯୋଗ କରିଥିଲେ।

କଳାହାଣ୍ଡି ଜିଲ୍ଲା ଦୁର୍ନୀତି ନିବାରଣ ସଚେତନତା ସପ୍ତାହ ଭବାନୀପାଟଣା
Share. Facebook Twitter LinkedIn Email WhatsApp Copy Link

Related Posts

ଇଗ୍ନୋର ନାମଲେଖା ଓ ପୁନଃପଞ୍ଜୀକରଣ ଅବଧି ୧୫ ଫେବୃଆରୀ ପର୍ଯ୍ୟନ୍ତ ବୃଦ୍ଧି

February 2, 2026

ବଜେଟରେ ରେଳ ବିକାଶ ପାଇଁ ଏଥର ଓଡିଶାକୁ ମିଳିଲା କେତେ ? କହିଲେ ରେଳମନ୍ତ୍ରୀ ଅଶ୍ବିନୀ ବୈଷ୍ଣବ

February 2, 2026

ଓଡ଼ିଶା ଗସ୍ତରେ ତେଲଙ୍ଗାନା ଗଣମାଧ୍ୟମ ପ୍ରତିନିଧି ଦଳ: ପିଆଇବି ଏଡିଜିଙ୍କ ସହ କଲେ ମତବିନିମୟ

February 2, 2026

ଭୁବନେଶ୍ବରରେ ପହଞ୍ଚିଲେ ରାଷ୍ଟ୍ରପତି ଦ୍ରୌପଦୀ ମୁର୍ମୁ, ରାଜ୍ୟପାଳ ଓ ମୁଖ୍ୟମନ୍ତ୍ରୀ କଲେ ସ୍ବାଗତ

February 2, 2026
Latest News

ଭାରତ ଉପରେ ଶୁଳ୍କ ହ୍ରାସ କଲା ଆମେରିକା: ମୋଦିଙ୍କ ସହ ଫୋନ୍ କଲ୍ ପରେ ଟ୍ରମ୍ପଙ୍କ ବଡ ଘୋଷଣା

February 2, 2026

ଇଗ୍ନୋର ନାମଲେଖା ଓ ପୁନଃପଞ୍ଜୀକରଣ ଅବଧି ୧୫ ଫେବୃଆରୀ ପର୍ଯ୍ୟନ୍ତ ବୃଦ୍ଧି

February 2, 2026

ବଜେଟରେ ରେଳ ବିକାଶ ପାଇଁ ଏଥର ଓଡିଶାକୁ ମିଳିଲା କେତେ ? କହିଲେ ରେଳମନ୍ତ୍ରୀ ଅଶ୍ବିନୀ ବୈଷ୍ଣବ

February 2, 2026

ଓଡ଼ିଶା ଗସ୍ତରେ ତେଲଙ୍ଗାନା ଗଣମାଧ୍ୟମ ପ୍ରତିନିଧି ଦଳ: ପିଆଇବି ଏଡିଜିଙ୍କ ସହ କଲେ ମତବିନିମୟ

February 2, 2026

ଭୁବନେଶ୍ବରରେ ପହଞ୍ଚିଲେ ରାଷ୍ଟ୍ରପତି ଦ୍ରୌପଦୀ ମୁର୍ମୁ, ରାଜ୍ୟପାଳ ଓ ମୁଖ୍ୟମନ୍ତ୍ରୀ କଲେ ସ୍ବାଗତ

February 2, 2026
Load More
The Samikhsya Odia
Facebook X (Twitter) LinkedIn
  • About Us
  • Contact Details
  • Grievance
  • Privacy Policy
  • Terms Of Use

Chief Editor: Sarat Paikray

© 2018-2026 All rights resorved by S M Network | Designed by Ratna Technology.

Type above and press Enter to search. Press Esc to cancel.