
ଭୁବନେଶ୍ବର: ଆଜି ରାଷ୍ଟ୍ରପତି ଦ୍ରୌପଦୀ ମୁର୍ମୁ ଭୁବନେଶ୍ବର ବିମାନ ବନ୍ଦରରେ ପହଁଚିଛନ୍ତି। ସେ ବାୟୁ ସେନାର ଏକ ସ୍ବତନ୍ତ୍ର ବିମାନରେ ଆସି ନିର୍ଦ୍ଧାରିତ ସମୟରେ ଭୁବନେଶ୍ବରରେ ପହଁଚିଛନ୍ତି। ତାଙ୍କ ସହିତ ତାଙ୍କର ଝିଅ ଓ ଜୁଆଁଇ ମଧ୍ୟ ଆସିଛନ୍ତି। ସେ ରାଷ୍ଟ୍ରପତି ହେବା ପରେ ତାଙ୍କର ଏହା ହେଉଛି ପ୍ରଥମ ଓଡିଶା ଗସ୍ତ।
ବିମାନ ବନ୍ଦରରେ ତାଙ୍କୁ ସ୍ବାଗତ କରିବା ପାଇଁ ରାଜ୍ୟପାଳ ପ୍ରଫେସର ଗଣେଶୀଲାଲ, ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ ଏବଂ ଅନ୍ୟ ଅଧିକାରୀ ମଧ୍ୟ ଉପସ୍ଥିତ ଥିଲେ। ବିମାନ ବନ୍ଦରରେ ତାଙ୍କୁ ଗାର୍ଡ ଅଫ ଅନର ପ୍ରଦାନ କରାଯାଇଛି। ଏହାପରେ ସେ ହେଲିକାପ୍ଟରରେ ପୁରୀ ଅଭିମୁଖେ ଯାତ୍ରା କରିଛନ୍ତି।