Close Menu
The Samikhsya OdiaThe Samikhsya Odia
  • ହୋମ
  • ବିଶେଷ ଖବର
  • ରାଜ୍ୟ ଖବର
  • ଜାତୀୟ ଖବର
  • ଆଞ୍ଚଳିକ
  • ସଂସ୍କୃତି
  • ବ୍ୟବସାୟ
  • ଧର୍ମ
  • ଖେଳ
  • ମନୋରଂଜନ
  • ଅନ୍ତରାଷ୍ଟ୍ରୀୟ
  • ଜୀବନ ଶୈଳୀ
Facebook X (Twitter) LinkedIn
  • About Us
  • Contact Details
  • Grievance
  • Privacy Policy
  • Terms Of Use
Facebook X (Twitter) LinkedIn
The Samikhsya OdiaThe Samikhsya Odia
  • ହୋମ
  • ବିଶେଷ ଖବର
  • ରାଜ୍ୟ ଖବର
  • ଜାତୀୟ ଖବର
  • ଆଞ୍ଚଳିକ
  • ସଂସ୍କୃତି
  • ବ୍ୟବସାୟ
  • ଧର୍ମ
  • ଖେଳ
  • ଅନ୍ୟାନ୍ୟ
    • ମନୋରଂଜନ
    • ଅନ୍ତରାଷ୍ଟ୍ରୀୟ
    • ଜୀବନ ଶୈଳୀ
Eng
The Samikhsya OdiaThe Samikhsya Odia
Eng
Home»ଆଜିର ଖବର»ସ୍ୱାଧୀନତାର ଅମୃତ ମହୋତ୍ସବର ରାଜ୍ୟ ସ୍ତରୀୟ ପ୍ରବନ୍ଧ ପ୍ରତିଯୋଗିତାରେ ପୁରସ୍କାର ଦେଲେ ରାଜ୍ୟପାଳ
ଆଜିର ଖବର

ସ୍ୱାଧୀନତାର ଅମୃତ ମହୋତ୍ସବର ରାଜ୍ୟ ସ୍ତରୀୟ ପ୍ରବନ୍ଧ ପ୍ରତିଯୋଗିତାରେ ପୁରସ୍କାର ଦେଲେ ରାଜ୍ୟପାଳ

November 13, 2022No Comments3 Mins Read
Share Facebook Twitter LinkedIn Email WhatsApp Copy Link
ସ୍ୱାଧୀନତାର ଅମୃତ ମହୋତ୍ସବର ରାଜ୍ୟ ସ୍ତରୀୟ ପ୍ରବନ୍ଧ ପ୍ରତିଯୋଗିତାରେ ପୁରସ୍କାର ଦେଲେ ରାଜ୍ୟପାଳ

ଭୁବନେଶ୍ୱର: ରାଜ୍ୟପାଳ ପ୍ରଫେସର ଗଣେଶୀ ଲାଲଙ୍କ ଦିଗ୍‌ଦର୍ଶନ ତଥା ରାଜ୍ୟ ସରକାରଙ୍କ ସହଯୋଗିତାରେ ସମ୍ବାଦ ଗ୍ରୁପ୍‌ ପକ୍ଷରୁ ଆଜି ସନ୍ଧ୍ୟାରେ ରାଜଭବନଠାରେ ଅନୁଷ୍ଠିତ ସ୍ୱାଧୀନତାର ଅମୃତ ମହୋତ୍ସବ ରାଜ୍ୟ ଉଚ୍ଚ ବିଦ୍ୟାଳୟ ସ୍ତରୀୟ ପ୍ରବନ୍ଧ ପ୍ରତିଯୋଗିତାର ପୁରସ୍କାର ବିତରଣ ଉତ୍ସବ। ଏଥିରେ ରାଜ୍ୟପାଳ ଇଂରାଜୀ ଓ ଓଡ଼ିଆ ଭାଷା ବର୍ଗର କୃତୀ ପ୍ରତିଯୋଗୀମାନଙ୍କୁ ପୁରସ୍କୃତ କରିବା ଅବସରରେ ସମସ୍ତ ପ୍ରତିଯୋଗୀଙ୍କୁ ଅଭିନନ୍ଦନ ଜଣାଇବା ସହ ରାଜ୍ୟ ଏବଂ ଦେଶ ପାଇଁ ସେମାନଙ୍କର ଦୃଷ୍ଟିଭଙ୍ଗୀ, ଚିନ୍ତାଧାରା ଦ୍ୱାରା ଅନେକ ସମ୍ଭାବନା ସୃଷ୍ଟି କରିଛନ୍ତି ଏବଂ ଆଗାମୀ ଦିନରେ ଏହି ସମ୍ଭାବନାର ସଦୁପଯୋଗ କରି ରାଜ୍ୟ ଓ ରାଷ୍ଟ୍ରର ଗୌରବ ବୃଦ୍ଧି କରିବେ ବୋଲି ଆଶା ପ୍ରକାଶ କରିଥିଲେ ।

ସେମାନଙ୍କର ପ୍ରତିଭା ରାଜ୍ୟ ପାଇଁ ବରଦାନ ସଦୃଶ ବୋଲି ରାଜ୍ୟପାଳ କହିଥିଲେ । ‘ଆଦିଶକ୍ତି’ର ସନ୍ତାନ ଭାବେ ସମସ୍ତେ ନିଜର ଅନ୍ତଃଶକ୍ତିର ବିକାଶ କରି ନିଜର ଜୀବନକୁ ଯଥାର୍ଥ କରିବା ପାଇଁ ପ୍ରୟାସରତ ରହିବେ ବୋଲି ସେ କହିଥିଲେ । ସମଗ୍ର ବ୍ରହ୍ମାଣ୍ଡ ପ୍ରେମ ଓ ସତ୍ୟ ଦ୍ୱାରା ସୃଷ୍ଟି ଓ ଏହାକୁ ଅକ୍ଷୁଣ୍ଣ ରଖିବା ଆମର ଦାୟିତ୍ୱ ଓ କର୍ତ୍ତବ୍ୟ ବୋଲି ସେ ମତବ୍ୟକ୍ତ କରିଥିଲେ । ରାଜ୍ୟପାଳ ସମ୍ବାଦ ଗ୍ରୁପ୍‌କୁ ଅଶେଷ ଧନ୍ୟବାଦ ପ୍ରଦାନ କରିଥିଲେ ।

ମୁଖ୍ୟ ଶାସନ ସଚିବ ଶ୍ରୀ ସୁରେଶ ଚନ୍ଦ୍ର ମହାପାତ୍ର ନିଜ ଅଭିଭାଷଣରେ ରାଜ୍ୟପାଳଙ୍କ ଅଭିନବ ପ୍ରୟାସକୁ ଉଚ୍ଚ ପ୍ରଶଂସା କରିବା ସହ ସମ୍ବାଦ ଗ୍ରୁପ୍‌ର ପରିଚାଳନା ପ୍ରଶଂସନୀୟ ବୋଲି କହିଥିଲେ । ଏହିପରି କାର୍ଯ୍ୟକ୍ରମ ବର୍ତ୍ତମାନର ପିଲାମାନଙ୍କ ମଧ୍ୟରେ ସ୍ୱାଧୀନତା ସଂଗ୍ରାମର ସେହି ମହନୀୟ ଗାଥା ସଂପର୍କରେ ଅଧିକ ପରିଚିତ କରାଇବ ବୋଲି କହିବା ସହ ଆଜିର ଛାତ୍ର ଆସନ୍ତାକାଲିର ସଫଳ ନାଗରିକ ହେବେ ବୋଲି ଦୃଢ଼ ଆଶାପୋଷଣ କରିଥିଲେ ଓ ସେମାନଙ୍କର ଉଜ୍ଜ୍ୱଳ ଭବିଷ୍ୟତ କାମନା କରିଥିଲେ । ରାଜ୍ୟ ବର୍ତ୍ତମାନ ବିପର୍ଯ୍ୟୟ ପରିଚାଳନା, କ୍ରୀଡ଼ାର ରାଜଧାନୀ ଆଦି ଅନେକ କ୍ଷେତ୍ରରେ ପ୍ରଶଂସନୀୟ ପରିଚୟ ସୃଷ୍ଟି କରିପାରିଛି ବୋଲି କହିଥିଲେ ।

‘ସମ୍ବାଦ’ ଗ୍ରୁପ୍‌ର ଅଧ୍ୟକ୍ଷ ତଥା ବିଧାୟକ ସୌମ୍ୟରଞ୍ଜନ ପଟ୍ଟନାୟକ ପ୍ରବନ୍ଧ ପ୍ରତିଯୋଗିତାରେ ଅଂଶଗ୍ରହଣ କରିଥିବା ପ୍ରତ୍ୟେକ ପ୍ରତିଯୋଗୀଙ୍କୁ ଗୋଟିଏ ଗୋଟିଏ ରନି ବୋଲି ଅଭିହିତ କରିବା ସହ ସେମାନଙ୍କୁ ନେଇ ରାଜ୍ୟ ଗର୍ବିତ ବୋଲି କହିଥିଲେ । ଜିଲ୍ଲା ଓ ରାଜ୍ୟସ୍ତରରେ ସଫଳ ହୋଇଥିବା ପ୍ରତିଯୋଗୀଙ୍କ ମଧ୍ୟରୁ ଦୁଇ-ତୃତୀୟାଂଶ ଛାତ୍ରୀ, ଯାହା ନାରୀ ସଶକ୍ତିକରଣର ବାର୍ତ୍ତା ବହନ କରୁଛି ବୋଲି କହିଥିଲେ । ପ୍ରବନ୍ଧ ପ୍ରତିଯୋଗିତା ଅବସରରେ ପ୍ରତିଯୋଗୀମାନଙ୍କର ପ୍ରଶ୍ନ, ସ୍ୱପ୍ନ ଓ ବିଚାର ବାସ୍ତବିକ ବିଶେଷ ମହତ୍ତ୍ୱ ବହନ କରୁଛି ବୋଲି କହିଥିଲେ ଓ ପ୍ରତିଯୋଗିତାର ସଫଳ ଆୟୋଜନ କରି ‘ସମ୍ବାଦ ଗ୍ରୁପ୍‌’ ରାଜ୍ୟପାଳଙ୍କ ଆସ୍ଥାଭାଜନ ହୋଇପାରିଛି ବୋଲି ସେ ପ୍ରକାଶ କରିଥିଲେ । ପ୍ରାରମ୍ଭରେ ‘ଆମ ଓଡ଼ିଶା’ର ରାଜ୍ୟ ସଂପାଦକ ସ୍ୱରାଜ ମିଶ୍ର ସ୍ୱାଗତ ଅଭିଭାଷଣ ସହ ପ୍ରତିଯୋଗିତା ସଂପର୍କରେ ସଂକ୍ଷିପ୍ତ ସୂଚନା ପ୍ରଦାନ କରିଥିଲେ ।

ଏହି ଉତ୍ସବରେ ରାଜ୍ୟପାଳ ଇଂରାଜୀ ଓ ଓଡ଼ିଆ ଭାଷା ବର୍ଗରେ କୃତୀ ପ୍ରତିଯୋଗୀଙ୍କୁ ପୁରସ୍କାର ବାବଦରେ ପ୍ରଥମ ପୁରସ୍କାର ବିବେଚିତ ପ୍ରତିଯୋଗୀଙ୍କୁ ପଚାଶ ହଜାର, ଦ୍ୱିତୀୟ ସ୍ଥାନ ଅଧିକାର କରିଥିବା ପ୍ରତିଯୋଗୀଙ୍କୁ ତିରିଶ ହଜାର ଓ ତୃତୀୟ ସ୍ଥାନ ହାସଲ କରିଥିବା ପ୍ରତିଯୋଗୀଙ୍କୁ କୋଡ଼ିଏ ହଜାର ଟଙ୍କା ଅର୍ଥରାଶି ସହ ପ୍ରଶଂସାପତ୍ର ପ୍ରଦାନ କରିଥିଲେ ।

ଇଂରାଜୀରେ ଶାଶ୍ୱତୀ ନାୟକ, ସୃଷ୍ଟି ସ୍ମରଣିକା ବିଶି, ସାଂଚି ଅଗ୍ରୱାଲ ଓ ଓଡ଼ିଆରେ କୁମାରୀ ସାଇପି୍ରୟା ଗିରି, ସ୍ୱପ୍ନଜିତ ନାୟକ, ସ୍ୱାଗତିକା ଚୌଧୁରୀ ଯଥାକ୍ରମେ ପ୍ରଥମ, ଦ୍ୱିତୀୟ ଓ ତୃତୀୟ ସ୍ଥାନ ଅଧିକାର କରିଥିଲେ । ଏଥି ପୂର୍ବରୁ ରାଜଭବନର ଅଭିଷେକ ହଲ୍‌ରେ ଆୟୋଜିତ ଏକ ସ୍ୱତନ୍ତ୍ର କାର୍ଯ୍ୟକ୍ରମରେ ରାଜ୍ୟପାଳ ‘ସମ୍ବାଦ ଗ୍ରୁପ୍‌’ର ଅଧ୍ୟକ୍ଷ ସୌମ୍ୟରଞ୍ଜନ ପଟ୍ଟନାୟକଙ୍କ ଉପସ୍ଥିତିରେ ଜିଲ୍ଲା ସ୍ତରରେ କୃତି ବିବେଚିତ ପ୍ରତିଯୋଗୀମାନଙ୍କୁ ପୁରସ୍କାର ଓ ମାନପତ୍ର ପ୍ରଦାନ କରିଥିଲେ । ରାଜ୍ୟପାଳଙ୍କ ପ୍ରମୁଖ ଶାସନ ସଚିବ ଶାଶ୍ୱତ ମିଶ୍ର ଉତ୍ସବରେ ଉପସ୍ଥିତ ଥିଲେ ।

ରାଜ୍ୟପାଳ ପ୍ରଫେସର ଗଣେଶୀ ଲାଲ ସୁରେଶ ଚନ୍ଦ୍ର ମହାପାତ୍ର ସୌମ୍ୟରଞ୍ଜନ ପଟ୍ଟନାୟକ ସ୍ୱାଧୀନତାର ଅମୃତ ମହୋତ୍ସବ
Share. Facebook Twitter LinkedIn Email WhatsApp Copy Link

Related Posts

ବେଲଗୁଣ୍ଠାରେ ମାନବିକତା: ହଜିଯାଇଥିବା ୨ ଭରି ସୁନା ମଙ୍ଗଳସୂତ୍ର ଫେରାଇଲେ ଔଷଧ ଦୋକାନୀ

August 22, 2026

ପାରାଦୀପ ବନ୍ଦରରେ ୪୨୭ କୋଟିର ପ୍ରକଳ୍ପ ଉଦ୍‌ଘାଟନ କଲେ ସର୍ବାନନ୍ଦ ସୋନୋୱାଲ

August 22, 2026

ରାଶିଫଳ: ଅଗଷ୍ଟ ୨୨ ତାରିଖ ଶନିବାରରେ କଣ ରହିବ ଆପଣଙ୍କ ଭାଗ୍ୟରେ ପଢନ୍ତୁ

August 22, 2026

ମହାନଦୀ ଜଳ ବିବାଦରେ ବଡ଼ ପଦକ୍ଷେପ, CWC ଗଠନ କଲା ବୈଷୟିକ କମିଟି

August 21, 2026
Latest News

ବେଲଗୁଣ୍ଠାରେ ମାନବିକତା: ହଜିଯାଇଥିବା ୨ ଭରି ସୁନା ମଙ୍ଗଳସୂତ୍ର ଫେରାଇଲେ ଔଷଧ ଦୋକାନୀ

August 22, 2026

ମହାକାଶ ଷ୍ଟାର୍ଟଅପ୍‌ଗୁଡ଼ିକର ସିଇଓ ଓ ପ୍ରତିଷ୍ଠାତାମାନଙ୍କ ସହ ଆଲୋଚନା କଲେ ପ୍ରଧାନମନ୍ତ୍ରୀ

August 22, 2026

ପାରାଦୀପ ବନ୍ଦରରେ ୪୨୭ କୋଟିର ପ୍ରକଳ୍ପ ଉଦ୍‌ଘାଟନ କଲେ ସର୍ବାନନ୍ଦ ସୋନୋୱାଲ

August 22, 2026

ରାଶିଫଳ: ଅଗଷ୍ଟ ୨୨ ତାରିଖ ଶନିବାରରେ କଣ ରହିବ ଆପଣଙ୍କ ଭାଗ୍ୟରେ ପଢନ୍ତୁ

August 22, 2026

ମହାନଦୀ ଜଳ ବିବାଦରେ ବଡ଼ ପଦକ୍ଷେପ, CWC ଗଠନ କଲା ବୈଷୟିକ କମିଟି

August 21, 2026
Load More
The Samikhsya Odia
Facebook X (Twitter) LinkedIn
  • About Us
  • Contact Details
  • Grievance
  • Privacy Policy
  • Terms Of Use

Chief Editor: Sarat Paikray

© 2018-2026 All rights resorved by S M Network | Designed by Ratna Technology.

Type above and press Enter to search. Press Esc to cancel.