Close Menu
The Samikhsya OdiaThe Samikhsya Odia
  • ହୋମ
  • ବିଶେଷ ଖବର
  • ରାଜ୍ୟ ଖବର
  • ଜାତୀୟ ଖବର
  • ଆଞ୍ଚଳିକ
  • ସଂସ୍କୃତି
  • ବ୍ୟବସାୟ
  • ଧର୍ମ
  • ଖେଳ
  • ମନୋରଂଜନ
  • ଅନ୍ତରାଷ୍ଟ୍ରୀୟ
  • ଜୀବନ ଶୈଳୀ
Facebook X (Twitter) LinkedIn
  • About Us
  • Contact Details
  • Grievance
  • Privacy Policy
  • Terms Of Use
Facebook X (Twitter) LinkedIn
The Samikhsya OdiaThe Samikhsya Odia
  • ହୋମ
  • ବିଶେଷ ଖବର
  • ରାଜ୍ୟ ଖବର
  • ଜାତୀୟ ଖବର
  • ଆଞ୍ଚଳିକ
  • ସଂସ୍କୃତି
  • ବ୍ୟବସାୟ
  • ଧର୍ମ
  • ଖେଳ
  • ଅନ୍ୟାନ୍ୟ
    • ମନୋରଂଜନ
    • ଅନ୍ତରାଷ୍ଟ୍ରୀୟ
    • ଜୀବନ ଶୈଳୀ
Eng
The Samikhsya OdiaThe Samikhsya Odia
Eng
Home»ଆଜିର ଖବର»ଅନ୍ତର୍ଜାତୀୟ ସ୍ତରୀୟ ମେଳାରେ ଓଡ଼ିଶାକୁ ମିଳିଲା ପୁରସ୍କାର
ଆଜିର ଖବର

ଅନ୍ତର୍ଜାତୀୟ ସ୍ତରୀୟ ମେଳାରେ ଓଡ଼ିଶାକୁ ମିଳିଲା ପୁରସ୍କାର

November 14, 2022No Comments1 Min Read
Share Facebook Twitter LinkedIn Email WhatsApp Copy Link
ଅନ୍ତର୍ଜାତୀୟ ସ୍ତରୀୟ ମେଳାରେ ଓଡ଼ିଶାକୁ ମିଳିଲା ପୁରସ୍କାର

ଭୁବନେଶ୍ୱର: ରାଜସ୍ଥାନର ଜୟପୁରସ୍ଥିତ ସୀତାପୁର ଶିଳ୍ପାଞ୍ଚଳରେ ରାଜସ୍ଥାନ ସରକାରଙ୍କ ଦ୍ୱାରା ଏକାଦଶ ଅନ୍ତର୍ଜାତୀୟ ଭାରତ ପ୍ରସ୍ତର ମେଳା-୨୦୨୨ (India Stone Mart) ନଭେମ୍ବର ୧୦ରୁ ଆରମ୍ଭ ହୋଇ ୧୩ ତାରିଖରେ ଉଦ୍‌ଯାପିତ ହୋଇଯାଇଛି । ଏହି ମେଳାରେ ଓଡ଼ିଶାର ହସ୍ତତନ୍ତ, ବୟନ ଓ ହସ୍ତଶିଳ୍ପ ବିଭାଗ ତରଫରୁ ହସ୍ତଶିଳ୍ପ ନିର୍ଦ୍ଦେଶାଳୟ ଦ୍ୱାରା ଆଠଜଣ ବିଶିଷ୍ଟ ପ୍ରସ୍ତର ଶିଳ୍ପୀଙ୍କୁ ମନୋନୀତ କରାଯାଇ ସେମାନଙ୍କ ସାମଗ୍ରୀ ପ୍ରଦର୍ଶନ ପାଇଁ ପଠାଯାଇଥିଲା ।

ସରକାରଙ୍କ ତରଫରୁ ସେମାନଙ୍କର ଗସ୍ତ ଖର୍ଚ୍ଚ, ଦୈନିକ ଭତ୍ତା ପ୍ରଦାନ ସହିତ ମାଗଣା ସାମଗ୍ରୀ ପରିବହନ ବ୍ୟବସ୍ଥା ଇତ୍ୟାଦି ସୁବିଧା କରାଯାଇଥିଲା । ଏହି ମେଳାରେ ମୋଟ ୪୨ ଲକ୍ଷ ଟଙ୍କାର ସାମଗ୍ରୀ ବିକି୍ର ସହିତ ପ୍ରାୟ ୭୦ ଲକ୍ଷ ଟଙ୍କାର ବ୍ୟବସାୟିକ ଅନୁସନ୍ଧାନ ହୋଇଥିବା ଜଣାପଡ଼ିଛି । ହସ୍ତଶିଳ୍ପ ନିର୍ଦ୍ଦେଶକ ଶ୍ରୀ ଶ୍ୟାମଭକ୍ତ ମିଶ୍ରଙ୍କ ତତ୍ତ୍ୱାବଧାନରେ ସହକାରୀ ହସ୍ତଶିଳ୍ପ ନିର୍ଦ୍ଦେଶକ ଶ୍ରୀ ସନ୍ତୋଷ କୁମାର ମହାନ୍ତି, ହସ୍ତଶିଳ୍ପ ବିକାଶ ଅଧିକାରୀ ଶ୍ରୀ ଅଭିଷେକ ଚୌଧୁରୀ ସେଠାରେ ଉପସ୍ଥିତ ରହି ସମସ୍ତ କାର୍ଯ୍ୟକୁ ସୁଚାରୁ ରୂପେ ପରିଚାଳନା କରିଥିଲେ । ରାଜ୍ୟ କଳା ଓ ହସ୍ତଶିଳ୍ପ ବିକାଶ ଅନୁଷ୍ଠାନ, ଭୁବନେଶ୍ୱର ପକ୍ଷରୁ ଏଥିପାଇଁ ସମସ୍ତ ପ୍ରକାର ବ୍ୟବସ୍ଥା କରାଯାଇଥିଲା ।

ଏଠାରେ ଉଲ୍ଲେଖଯୋଗ୍ୟ ଯେ ଅଭିନବ ପ୍ରଦର୍ଶନ ପାଇଁ ଓଡ଼ିଶା ଷ୍ଟଲକୁ ଦ୍ୱିତୀୟ ପୁରସ୍କାର ପ୍ରାପ୍ତ ହୋଇଛି । ଉଦ୍‌ଯାପନ ସମାରୋହରେ ରାଜସ୍ଥାନର ଶିଳ୍ପ ଓ ବାଣିଜ୍ୟ ମନ୍ତ୍ରୀ ଶ୍ରୀମତୀ ଶକୁନ୍ତଳା ରାୱତଙ୍କଠାରୁ ଏହି ସମ୍ମାନ ସହକାରୀ ହସ୍ତଶିଳ୍ପ ନିର୍ଦ୍ଦେଶକ ଶ୍ରୀ ମହାନ୍ତି ଗ୍ରହଣ କରିଛନ୍ତି ।

ହସ୍ତଶିଳ୍ପ ନିର୍ଦ୍ଦେଶାଳୟ
Share. Facebook Twitter LinkedIn Email WhatsApp Copy Link

Related Posts

ଇନ୍ଧନ ଯୋଗାଣ ଓ ଉତ୍ପାଦନ ବ୍ୟବସ୍ଥାକୁ ଦୃଢ଼ କରିବାରେ ଭାରତର ସଫଳତା

March 15, 2026

କେନ୍ଦ୍ର ମନ୍ତ୍ରୀଙ୍କ ଉପସ୍ଥିତିରେ ବିଜେପିରେ ଯୋଗଦେଲେ ପୂର୍ବତନ ବ୍ଲକ ଅଧ୍ୟକ୍ଷା ଓ ସମିତିସଭ୍ୟ 

March 15, 2026

ମଧ୍ୟପ୍ରାଚ୍ୟରେ ଯୁଦ୍ଧର ପ୍ରଭାବ: ଦ୍ୱାଦଶ ଶ୍ରେଣୀ ବୋର୍ଡ ପରୀକ୍ଷା ବାତିଲ କଲା CBSE

March 15, 2026

Assembly Elections 2026: ଦେଖନ୍ତୁ ସମସ୍ତ ପାଞ୍ଚଟି ରାଜ୍ୟର ସମ୍ପୂର୍ଣ୍ଣ ନିର୍ବାଚନ କାର୍ଯ୍ୟସୂଚୀ

March 15, 2026
Latest News

ଇନ୍ଧନ ଯୋଗାଣ ଓ ଉତ୍ପାଦନ ବ୍ୟବସ୍ଥାକୁ ଦୃଢ଼ କରିବାରେ ଭାରତର ସଫଳତା

March 15, 2026

କେନ୍ଦ୍ର ମନ୍ତ୍ରୀଙ୍କ ଉପସ୍ଥିତିରେ ବିଜେପିରେ ଯୋଗଦେଲେ ପୂର୍ବତନ ବ୍ଲକ ଅଧ୍ୟକ୍ଷା ଓ ସମିତିସଭ୍ୟ 

March 15, 2026

ମଧ୍ୟପ୍ରାଚ୍ୟରେ ଯୁଦ୍ଧର ପ୍ରଭାବ: ଦ୍ୱାଦଶ ଶ୍ରେଣୀ ବୋର୍ଡ ପରୀକ୍ଷା ବାତିଲ କଲା CBSE

March 15, 2026

Assembly Elections 2026: ଦେଖନ୍ତୁ ସମସ୍ତ ପାଞ୍ଚଟି ରାଜ୍ୟର ସମ୍ପୂର୍ଣ୍ଣ ନିର୍ବାଚନ କାର୍ଯ୍ୟସୂଚୀ

March 15, 2026

ପଶ୍ଚିମବଙ୍ଗ ବିଧାନସଭା ନିର୍ବାଚନ: ଦୁଇଟି ପର୍ଯ୍ୟାୟରେ ଭୋଟ୍ ଗ୍ରହଣ, ଜାଣନ୍ତୁ କେବେ?

March 15, 2026
Load More
The Samikhsya Odia
Facebook X (Twitter) LinkedIn
  • About Us
  • Contact Details
  • Grievance
  • Privacy Policy
  • Terms Of Use

Chief Editor: Sarat Paikray

© 2018-2026 All rights resorved by S M Network | Designed by Ratna Technology.

Type above and press Enter to search. Press Esc to cancel.