Close Menu
The Samikhsya OdiaThe Samikhsya Odia
  • ହୋମ
  • ବିଶେଷ ଖବର
  • ରାଜ୍ୟ ଖବର
  • ଜାତୀୟ ଖବର
  • ଆଞ୍ଚଳିକ
  • ସଂସ୍କୃତି
  • ବ୍ୟବସାୟ
  • ଧର୍ମ
  • ଖେଳ
  • ମନୋରଂଜନ
  • ଅନ୍ତରାଷ୍ଟ୍ରୀୟ
  • ଜୀବନ ଶୈଳୀ
Facebook X (Twitter) LinkedIn
  • About Us
  • Contact Details
  • Grievance
  • Privacy Policy
  • Terms Of Use
Facebook X (Twitter) LinkedIn
The Samikhsya OdiaThe Samikhsya Odia
  • ହୋମ
  • ବିଶେଷ ଖବର
  • ରାଜ୍ୟ ଖବର
  • ଜାତୀୟ ଖବର
  • ଆଞ୍ଚଳିକ
  • ସଂସ୍କୃତି
  • ବ୍ୟବସାୟ
  • ଧର୍ମ
  • ଖେଳ
  • ଅନ୍ୟାନ୍ୟ
    • ମନୋରଂଜନ
    • ଅନ୍ତରାଷ୍ଟ୍ରୀୟ
    • ଜୀବନ ଶୈଳୀ
Eng
The Samikhsya OdiaThe Samikhsya Odia
Eng
Home»ଆଜିର ଖବର»ମହାନ ବିପ୍ଳବୀ ଶହୀଦ ବିର୍ସା ମୁଣ୍ଡାଙ୍କ ରାଜ୍ୟସ୍ତରୀୟ ଜୟନ୍ତୀ ପାଳିତ
ଆଜିର ଖବର

ମହାନ ବିପ୍ଳବୀ ଶହୀଦ ବିର୍ସା ମୁଣ୍ଡାଙ୍କ ରାଜ୍ୟସ୍ତରୀୟ ଜୟନ୍ତୀ ପାଳିତ

November 15, 2022No Comments1 Min Read
Share Facebook Twitter LinkedIn Email WhatsApp Copy Link
ମହାନ ବିପ୍ଳବୀ ଶହୀଦ ବିର୍ସା ମୁଣ୍ଡାଙ୍କ ରାଜ୍ୟସ୍ତରୀୟ ଜୟନ୍ତୀ ପାଳିତ

ଭୁବନେଶ୍ୱର: ଆଜି ସୂଚନା ଓ ଲୋକସଂପର୍କ ବିଭାଗ ତରଫରୁ ଜୟଦେବ ଭବନଠାରେ ରାଜ୍ୟସ୍ତରୀୟ ମହାନ ବିପ୍ଳବୀ ଶହୀଦ ବିର୍ସା ମୁଣ୍ଡା ଜୟନ୍ତୀ ଅନୁଷ୍ଠିତ ହୋଇଯାଇଛି।ଏଥିରେ ମୁଖ୍ୟ ଅତିଥି ଭାବେ ଅନୁସୂଚିତ ଜନଜାତି, ଅନୁସୂଚିତ ଜାତି ଉନ୍ନୟନ, ସଂଖ୍ୟାଲଘୁ ଓ ପଛୁଆବର୍ଗ କଲ୍ୟାଣ, ଆଇନ ମନ୍ତ୍ରୀ ଶ୍ରୀ ଜଗନ୍ନାଥ ସାରକା ଯୋଗଦେଇଥିଲେ।

ଏଥିରେ ମୁଖ୍ୟବକ୍ତା ଭାବେ ବିଶିଷ୍ଟ ଜନଜାତି ଗବେଷକ ତଥା ଅନୁସୂଚିତ ଜାତି ଓ ଅନୁସୂଚିତ ଜନଜାତି ଗବେଷଣା ଓ ପ୍ରଶିକ୍ଷଣ ପ୍ରତିଷ୍ଠାନର ପୂର୍ବତନ ନିର୍ଦ୍ଦେଶକ ଡ. ଅଖିଳ ବିହାରୀ ଓତା ଯୋଗଦେଇ ବିର୍ସା ମୁଣ୍ଡାଙ୍କ ସଂଗ୍ରାମର କାହାଣୀ କହିଥିଲେ। ଆଜି ସକାଳେ ଅନୁସୂଚିତ ଜନଜାତି, ଅନୁସୂଚିତ ଜାତି ଉନ୍ନୟନ, ସଂଖ୍ୟାଲଘୁ ଓ ପଛୁଆବର୍ଗ କଲ୍ୟାଣ ଓ ଆଇନ ମନ୍ତ୍ରୀ ଶ୍ରୀ ଜଗନ୍ନାଥ ସାରକା ଏବଂ ବିଶିଷ୍ଠ ବ୍ୟକ୍ତିମାନେ ମୈତ୍ରୀ ବିହାରସ୍ଥିତ ଶହୀଦ ବିର୍ସା ମୁଣ୍ଡାଙ୍କ ପ୍ରତିମୂର୍ତ୍ତିରେ ପୁଷ୍ପଗୁଚ୍ଛ ଦେଇ ଶ୍ରଦ୍ଧାଞ୍ଜଳି ଜ୍ଞାପନ କରିଛନ୍ତି ।

ସୂଚନା ଓ ଲୋକସଂପର୍କ ବିଭାଗ ପକ୍ଷରୁ ଆୟୋଜିତ ଏହି ଶ୍ରଦ୍ଧାଞ୍ଜଳି କାର୍ଯ୍ୟକ୍ରମରେ ବିଭାଗୀୟ ନିର୍ଦ୍ଦେଶକ (ବୈଷୟିକ) ଶ୍ରୀ ସୁରେନ୍ଦ୍ର ନାଥ ପରିଡ଼ା, ସ୍ଥାନୀୟ କର୍ପୋରେଟର ଶ୍ରୀମତୀ ଭାରତୀ ସିଂ, ବିଭାଗୀୟ ସହକାରୀ ନିର୍ଦ୍ଦେଶିକା ଶ୍ରୀମତୀ ସୁଚେତା ପି୍ରୟଦର୍ଶିନୀ, ଜିଲ୍ଲା ସୂଚନା ଓ ଲୋକସଂପର୍କ ଅଧିକାରୀ, ଭୁବନେଶ୍ୱର ଶ୍ରୀ ପଠାଣି ରାଉତ, ସୂଚନା ଅଧିକାରୀ ସୁଜିତ ସ୍ୱାଇଁ, ପ୍ରମୋଦିନୀ ଟେଟେ, ସୌରଭ ପ୍ରଧାନ ଓ ଅନ୍ୟ ବ୍ୟକ୍ତିମାନେ ଉପସ୍ଥିତ ଥିଲେ ।

ସୂଚନା ଓ ଲୋକସଂପର୍କ ବିଭାଗ
Share. Facebook Twitter LinkedIn Email WhatsApp Copy Link

Related Posts

କୀଟନାଶକ ପିଇ ପ୍ରେମିକା ମୃତ

September 11, 2026

ଓଡ଼ିଶାରେ ସ୍ଥାପନ ହେବ ଆଧୁନିକ ଚାଉଳ ଓ ମାଣ୍ଡିଆ ପ୍ରକ୍ରିୟାକରଣ କାରଖାନା

September 10, 2026

ଡକ୍ଟର ପ୍ରତିଭା ରାୟଙ୍କୁ ସାହିତ୍ୟ ଅକାଦେମି ଫେଲୋସିପ୍ ପ୍ରଦାନ

September 10, 2026

ଓରାଙ୍ଗଉଟାନ ଉଦ୍ଧାର ଘଟଣା: ସବିଶେଷ ତଦନ୍ତ ପାଇଁ ମୁଖ୍ୟମନ୍ତ୍ରୀଙ୍କ କଡ଼ା ନିର୍ଦ୍ଦେଶ

September 10, 2026
Latest News

କୀଟନାଶକ ପିଇ ପ୍ରେମିକା ମୃତ

September 11, 2026

ଓଡ଼ିଶାରେ ସ୍ଥାପନ ହେବ ଆଧୁନିକ ଚାଉଳ ଓ ମାଣ୍ଡିଆ ପ୍ରକ୍ରିୟାକରଣ କାରଖାନା

September 10, 2026

ଡକ୍ଟର ପ୍ରତିଭା ରାୟଙ୍କୁ ସାହିତ୍ୟ ଅକାଦେମି ଫେଲୋସିପ୍ ପ୍ରଦାନ

September 10, 2026

ଓରାଙ୍ଗଉଟାନ ଉଦ୍ଧାର ଘଟଣା: ସବିଶେଷ ତଦନ୍ତ ପାଇଁ ମୁଖ୍ୟମନ୍ତ୍ରୀଙ୍କ କଡ଼ା ନିର୍ଦ୍ଦେଶ

September 10, 2026

୩୫ ବର୍ଷର ଜମି ଜଟିଳତାର ଅନ୍ତ: କେ-୭ ପ୍ଲଟ୍‌ ନେଇ ୨ଶହରୁ ଅଧିକ ମାମଲାର ଫଇସଲା

September 10, 2026
Load More
The Samikhsya Odia
Facebook X (Twitter) LinkedIn
  • About Us
  • Contact Details
  • Grievance
  • Privacy Policy
  • Terms Of Use

Chief Editor: Sarat Paikray

© 2018-2026 All rights resorved by S M Network | Designed by Ratna Technology.

Type above and press Enter to search. Press Esc to cancel.