Close Menu
The Samikhsya OdiaThe Samikhsya Odia
  • ହୋମ
  • ବିଶେଷ ଖବର
  • ରାଜ୍ୟ ଖବର
  • ଜାତୀୟ ଖବର
  • ଆଞ୍ଚଳିକ
  • ସଂସ୍କୃତି
  • ବ୍ୟବସାୟ
  • ଧର୍ମ
  • ଖେଳ
  • ମନୋରଂଜନ
  • ଅନ୍ତରାଷ୍ଟ୍ରୀୟ
  • ଜୀବନ ଶୈଳୀ
Facebook X (Twitter) LinkedIn
  • About Us
  • Contact Details
  • Grievance
  • Privacy Policy
  • Terms Of Use
Facebook X (Twitter) LinkedIn
The Samikhsya OdiaThe Samikhsya Odia
  • ହୋମ
  • ବିଶେଷ ଖବର
  • ରାଜ୍ୟ ଖବର
  • ଜାତୀୟ ଖବର
  • ଆଞ୍ଚଳିକ
  • ସଂସ୍କୃତି
  • ବ୍ୟବସାୟ
  • ଧର୍ମ
  • ଖେଳ
  • ଅନ୍ୟାନ୍ୟ
    • ମନୋରଂଜନ
    • ଅନ୍ତରାଷ୍ଟ୍ରୀୟ
    • ଜୀବନ ଶୈଳୀ
Eng
The Samikhsya OdiaThe Samikhsya Odia
Eng
Home»ଆଜିର ଖବର»ବାଣପୁର ଓ ଚିଲିକାରେ ତିନି ଦଫା ଦାବି ନେଇ ଗର୍ଜିଲା ପ୍ରାଥମିକ ଶିକ୍ଷକ ସଂଘ
ଆଜିର ଖବର

ବାଣପୁର ଓ ଚିଲିକାରେ ତିନି ଦଫା ଦାବି ନେଇ ଗର୍ଜିଲା ପ୍ରାଥମିକ ଶିକ୍ଷକ ସଂଘ

November 19, 2022No Comments2 Mins Read
Share Facebook Twitter LinkedIn Email WhatsApp Copy Link

ସୀତାରାମ ଅଗ୍ରୱାଲ

ଚିଲିକା: ପ୍ରାଥମିକ ଶିକ୍ଷକ ସଂଘ ତରଫରୁ ଆଜି ଓଡ଼ିଶାର ସମସ୍ତ ବ୍ଲକରେ ୩ ଦଫା ଦାବିନେଇ ମୁଖ୍ୟମନ୍ତ୍ରୀଙ୍କ ଉଦ୍ଧେଶ୍ୟରେ ଦାବିପତ୍ର ପ୍ରଦାନ କରାଯାଉଥିବା ବେଳେ ଅନୁରୂପ ଖୋର୍ଦ୍ଧା ଜିଲ୍ଲାର ବାଣପୁର ବ୍ଲକର ପ୍ରାଥମିକ ଶିକ୍ଷକ ସଂଘ ମଧ୍ୟ ଗୋଷ୍ଠୀ ଶିକ୍ଷା ଅଧିକାରୀଙ୍କୁ ଦାବିପତ୍ର ପ୍ରଦାନ କରିଛନ୍ତି। ସଭାପତି ବିଭୁତି ଭୂଷଣ ସ୍ବାଇଁଙ୍କ ନେତୃତ୍ୱରେ ତିନି ଦଫା ଦାବି ନେଇ ବାଣପୁର ସହରରେ ପ୍ରାଥମିକ ଶିକ୍ଷକ ସଂଘ ତରଫରୁ ଏକ ବିରାଟ ରାଲି ମା’ ଭଗବତୀ ମନ୍ଦିରରୁ ବାହାରି ସହର ପରିକ୍ରମା ପରେ ଗୋଷ୍ଠୀ ଶିକ୍ଷା ଅଧିକାରୀଙ୍କ କାର୍ଯ୍ୟାଳୟ ଠାରେ ପହଞ୍ଚିଥିଲା। ସଂଘର ସଭାପତି ବିଭୁତି ଭୂଷଣ ସ୍ୱାଇଁ, ସମ୍ପାଦକ ପ୍ରଦୀପ୍ତ କିଶୋର ମହାପାତ୍ର, ସଭ୍ୟ କୈଳାଶ ଚନ୍ଦ୍ର ହୋତା, ବିମଳ ନାୟକ, ନରେଶ ପଣ୍ଡା, ସମୀର ସେଠୀ ଏବଂ ପ୍ରାୟ ତିନିଶହରୁ ଅଧିକ ପ୍ରାଥମିକ ଶିକ୍ଷକ ୬ବର୍ଷର ଚୁକ୍ତିଭିତ୍ତିକ ନିଯୁକ୍ତିକୁ ଉଚ୍ଛେଦ କରି ୬ବର୍ଷର ବର୍ଦ୍ଧିତ ଦରମା ପ୍ରଦାନ କରିବା, କେନ୍ଦ୍ରୀୟ ଅନୁଦାନରେ ସମସ୍ତ ଶିକ୍ଷକଙ୍କୁ ସାମିଲ କରିବା ଓ ନୂତନ ପେନସନ ଉଚ୍ଛେଦ କରି ପୁରାତନ ପେନସନ ଯୋଜନା ଲାଗୁ କରିବା ଭଳି ଦାବି ନେଇ ମୁଖ୍ୟମନ୍ତ୍ରୀଙ୍କ ଉଦ୍ଧେଶ୍ୟରେ ଗୋଷ୍ଠୀ ଶିକ୍ଷାଧିକାରୀଙ୍କ ଅନୁପସ୍ଥିତରେ ବିଆରସିସି ସନ୍ଧ୍ୟାରାଣୀ ହରିଚନ୍ଦନଙ୍କୁ ଏକ ଦାବିପତ୍ର ପ୍ରଦାନ କରିଥିଲେ। ଯଦି ଉକ୍ତ ଦାବିକୁ ମୁଖ୍ୟମନ୍ତ୍ରୀ ଗ୍ରହଣ କରି ପଦକ୍ଷେପ ନ ନିଅନ୍ତି ତେବେ ଆସନ୍ତା ୨୭ତାରିଖରେ ଶିକ୍ଷକ ମାନଙ୍କର ଏକ ବିରାଟ ଆନ୍ଦୋଳନ ସାରା ଓଡିଶା ଦେଖିବ ବୋଲି ସଭାପତି ବିଭୁତି ଭୂଷଣ ସ୍ୱାଇଁ ତାଙ୍କ ପ୍ରତିକ୍ରିୟାରେ କହିବା ସହ ଶିକ୍ଷକ ମାନେ ସରକାରଙ୍କର ପ୍ରକୃତ ବିଦ୍ରୋହୀ ଭାବେ ଛିଡା ହେବେ ବୋଲି ଚେତାବନୀ ଦେଇଥିଲେ।

ଅନୁରୂପ ଭାବେ ଚିଲିକା ବ୍ଲକର ପ୍ରାଥମିକ ଶିକ୍ଷକ ସଂଘ ମଧ୍ୟ ସିଙ୍ଗିପୁର ଶନି ମନ୍ଦିର ନିକଟରୁ ଏକ ବିରାଟ ରାଲି କରି ଗଙ୍ଗାଧରପୁର ସ୍ଥିତ ଗୋଷ୍ଠୀ ଶିକ୍ଷା ଅଧିକାରୀଙ୍କ କାର୍ଯ୍ୟାଳୟକୁ ଯାଇ ମୁଖ୍ୟମନ୍ତ୍ରୀଙ୍କ ଉଦ୍ଦେଶ୍ୟରେ ଦାବିପତ୍ର ପ୍ରଦାନ କରିଛନ୍ତି। ଆଇନ ଶୃଙ୍ଖଳାକୁ ଦୃଷ୍ଟିରେ ରଖି ଉଭୟ ସ୍ଥାନରେ ରାଲି ସମୟରେ ବ୍ୟାପକ ପୋଲିସ ମୁତୟନ କରାଯାଇଥିଲା।

ଚିଲିକା ପ୍ରାଥମିକ ଶିକ୍ଷକ ସଂଘ ବାଣପୁର
Share. Facebook Twitter LinkedIn Email WhatsApp Copy Link

Related Posts

ଶଙ୍ଖ ଭବନରେ ବିଜେଡି ବୈଠକ, କିଛି ସମୟ ପରେ ସୁଜାତା ମିଶିବା ନେଇ ହେବ ଘୋଷଣା

June 25, 2026

କେବଳ ବୈଭବ ସୂର୍ଯ୍ୟବଂଶୀ ନୁହେଁ, ଆୟର୍ଲାଣ୍ଡ ବିପକ୍ଷରେ ଟି-୨୦ ଡେବ୍ୟୁ କରିପାରନ୍ତି ଏହି ଦୁଇ ଖେଳାଳି

June 25, 2026

ପାରଳାଖେମୁଣ୍ଡିରେ ରାଜ୍ୟ ସରକାରଙ୍କ ଦୁଇ ବର୍ଷ ପୂର୍ତ୍ତି କାର୍ଯ୍ୟକ୍ରମରେ ଯୋଗଦେଲେେ ଆଇନ ମନ୍ତ୍ରୀ

June 25, 2026

ଗୋଦାମ ଗୃହରେ ସଂରକ୍ଷିତ ଇଭିଏମ୍ ଓ ଭିଭିପାଟ୍ ମେସିନଗୁଡିକର ଯାଞ୍ଚ କଲେ ସିଇଓ

June 25, 2026
Latest News

ମୋଦି ସରକାରଙ୍କ ମନ୍ତ୍ରୀମଣ୍ଡଳ ବିସ୍ତାରକୁ ନେଇ ଚର୍ଚ୍ଚା: ଜାଣନ୍ତୁ କାହା ଉପରେ ଝୁଲୁଛି ଖଣ୍ଡା?

June 25, 2026

ଶଙ୍ଖ ଭବନରେ ବିଜେଡି ବୈଠକ, କିଛି ସମୟ ପରେ ସୁଜାତା ମିଶିବା ନେଇ ହେବ ଘୋଷଣା

June 25, 2026

ରାମ ମନ୍ଦିର ଦାନ ଚୋରି ମାମଲାରେ କଡ଼ା କାର୍ଯ୍ୟାନୁଷ୍ଠାନ!: ଛଅ ଜଣଙ୍କ ବିରୁଦ୍ଧରେ ରୁଜୁ ହେବ ଏଫଆଇଆର

June 25, 2026

କେବଳ ବୈଭବ ସୂର୍ଯ୍ୟବଂଶୀ ନୁହେଁ, ଆୟର୍ଲାଣ୍ଡ ବିପକ୍ଷରେ ଟି-୨୦ ଡେବ୍ୟୁ କରିପାରନ୍ତି ଏହି ଦୁଇ ଖେଳାଳି

June 25, 2026

ପାରଳାଖେମୁଣ୍ଡିରେ ରାଜ୍ୟ ସରକାରଙ୍କ ଦୁଇ ବର୍ଷ ପୂର୍ତ୍ତି କାର୍ଯ୍ୟକ୍ରମରେ ଯୋଗଦେଲେେ ଆଇନ ମନ୍ତ୍ରୀ

June 25, 2026
Load More
The Samikhsya Odia
Facebook X (Twitter) LinkedIn
  • About Us
  • Contact Details
  • Grievance
  • Privacy Policy
  • Terms Of Use

Chief Editor: Sarat Paikray

© 2018-2026 All rights resorved by S M Network | Designed by Ratna Technology.

Type above and press Enter to search. Press Esc to cancel.