
ଭୁବନେଶ୍ବର: ରାଜ୍ୟ ସୂଚନା ଓ ଲୋକସଂପର୍କ ବିଭାଗ ଏବଂ ଇନ୍ଦିରା ସ୍ମୃତି ସମିତିର ମିଳିତ ଆନୁକୂଲ୍ୟରେ ଆଜି ସ୍ବର୍ଗୀୟା ଇନ୍ଦିରା ଗାନ୍ଧୀଙ୍କ ଜୟନ୍ତୀ ତଥା ଜାତୀୟ ସଂହତି ଦିବସ ପାଳନ କରାଯାଇଛି। ଜୟଦେବ ଭବନରେ ଆୟୋଜିତ ଏହି କାର୍ଯ୍ୟକ୍ରମରେ ବିଶିଷ୍ଟ ଅତିଥିମାନେ ଶ୍ରୀମତୀ ଇନ୍ଦିରା ଜଣେ ଦୂରଦର୍ଶୀ ନେତ୍ରୀ ଥିଲେ ବୋଲି ଅବିହିତ କରିଥିଲେ।
ଏହି କାର୍ଯ୍ୟକ୍ରମରେ ବିଭିନ୍ନ କୃତି ପ୍ରତିଯୋଗୀଙ୍କୁ ଅତିଥିମାନେ ପୁରସ୍କାର ବିତରଣ କରିଥିଲେ। ବିଧାୟକ ଶ୍ରୀ ଅମର ପ୍ରସାଦ ଶତପଥୀ, ଶ୍ରୀ ସୁରେଶ କୁମାର ରାଉତରାୟ ଏବଂ ପୂର୍ବତନ ବିଧାୟକ ଶ୍ରୀ ଭୁଜବଳ ମାଝୀଙ୍କ ସମେତ ବିଶିଷ୍ଟ ଅତିଥିମାନେ ଯୋଗଦାନ କରିଥିଲେ।