Close Menu
The Samikhsya OdiaThe Samikhsya Odia
  • ହୋମ
  • ବିଶେଷ ଖବର
  • ରାଜ୍ୟ ଖବର
  • ଜାତୀୟ ଖବର
  • ଆଞ୍ଚଳିକ
  • ସଂସ୍କୃତି
  • ବ୍ୟବସାୟ
  • ଧର୍ମ
  • ଖେଳ
  • ମନୋରଂଜନ
  • ଅନ୍ତରାଷ୍ଟ୍ରୀୟ
  • ଜୀବନ ଶୈଳୀ
Facebook X (Twitter) LinkedIn
  • About Us
  • Contact Details
  • Grievance
  • Privacy Policy
  • Terms Of Use
Facebook X (Twitter) LinkedIn
The Samikhsya OdiaThe Samikhsya Odia
  • ହୋମ
  • ବିଶେଷ ଖବର
  • ରାଜ୍ୟ ଖବର
  • ଜାତୀୟ ଖବର
  • ଆଞ୍ଚଳିକ
  • ସଂସ୍କୃତି
  • ବ୍ୟବସାୟ
  • ଧର୍ମ
  • ଖେଳ
  • ଅନ୍ୟାନ୍ୟ
    • ମନୋରଂଜନ
    • ଅନ୍ତରାଷ୍ଟ୍ରୀୟ
    • ଜୀବନ ଶୈଳୀ
Eng
The Samikhsya OdiaThe Samikhsya Odia
Eng
Home»ଆଜିର ଖବର»ସୂଚନା ଓ ଲୋକସଂପର୍କ ବିଭାଗ ତରଫରୁ, ଡ. ହରେକଷ୍ଣ ମହତାବଙ୍କ ରାଜ୍ୟସ୍ତରୀୟ ଜୟନ୍ତୀ ପାଳିତ
ଆଜିର ଖବର

ସୂଚନା ଓ ଲୋକସଂପର୍କ ବିଭାଗ ତରଫରୁ, ଡ. ହରେକଷ୍ଣ ମହତାବଙ୍କ ରାଜ୍ୟସ୍ତରୀୟ ଜୟନ୍ତୀ ପାଳିତ

November 21, 2022No Comments2 Mins Read
Share Facebook Twitter LinkedIn Email WhatsApp Copy Link
ସୂଚନା ଓ ଲୋକସଂପର୍କ ବିଭାଗ ତରଫରୁ, ଡ. ହରେକଷ୍ଣ ମହତାବଙ୍କ ରାଜ୍ୟସ୍ତରୀୟ ଜୟନ୍ତୀ ପାଳିତ

ଭୁବନେଶ୍ୱର : ଓଡ଼ିଶାର ପୂର୍ବତନ ମୁଖ୍ୟମନ୍ତ୍ରୀ ତଥା ନବଉତ୍କଳର ନିର୍ମାତା ଡ. ହରେକୃଷ୍ଣ ମହତାବ ସର୍ବଦା ଓଡ଼ିଶାର ସାମଗି୍ରକ ବିକାଶ କଥା ଚିନ୍ତା କରୁଥିଲେ । କେବଳ ଯେ ରାଜନୀତି କ୍ଷେତ୍ରରେ ସେ ପ୍ରତିଷ୍ଠା ଲାଭ କରିଥିଲେ, ତାହା ନୁହେଁ ବରଂ ଜଣେ ଐତିହାସିକ, ସାହିତି୍ୟକ, ସାମ୍ବାଦିକ, ସଂପାଦକ, ଦକ୍ଷ ପ୍ରଶାସକ ଓ ସଂସ୍କୃତିସଂପନ୍ନ ବ୍ୟକ୍ତି ଭାବେ ସୁପ୍ରତିଷ୍ଠିତ ଥିଲେ ।

ଓଡ଼ିଶାର ପ୍ରଥମ ମୁଖ୍ୟମନ୍ତ୍ରୀ, କେନ୍ଦ୍ରମନ୍ତ୍ରୀ ଓ ବମ୍ବେ ପ୍ରଦେଶର ରାଜ୍ୟପାଳ ଭାବେ ସେ ନିଜର କର୍ତ୍ତବ୍ୟ ଯେପରି ଭାବେ ନିଷ୍ଠାର ସହ ତୁଲାଇଥିଲେ, ଅନୁରୂପ ଭାବରେ ଭାରତୀୟ ସ୍ୱାଧୀନତା ସଂଗ୍ରାମରେ ଝାସଦେଇ ନେତୃତ୍ୱର ପରାକାଷ୍ଠା ମଧ୍ୟ ପ୍ରଦର୍ଶନ କରିଥିଲେ ବୋଲି ନବଉତ୍କଳର ନିର୍ମାତା ଡ. ହରେକୃଷ୍ଣ ମହତାବଙ୍କ ରାଜ୍ୟସ୍ତରୀୟ ଜୟନ୍ତୀ ଉତ୍ସବର ଅତିଥିମାନେ ମତବ୍ୟକ୍ତ କରିଛନ୍ତି ।

ସୂଚନା ଓ ଲୋକସଂପର୍କ ବିଭାଗ ପକ୍ଷରୁ ଜୟଦେବ ଭବନଠାରେ ନବଉତ୍କଳର ନିର୍ମାତା ଡ. ହରେକୃଷ୍ଣ ମହତାବଙ୍କ ଜୟନ୍ତୀ ପାଳିତ ହୋଇଯାଇଛି । ଏହି ଉତ୍ସବରେ ରାଜ୍ୟସଭା ସାଂସଦ ଶ୍ରୀମତୀ ସୁଲତା ଦେଓ ମୁଖ୍ୟ ଅତିଥି ଭାବେ ଯୋଗଦେଇ ଉତ୍କଳ କେଶରୀ ଡ. ମହତାବ ଓଡ଼ିଶାର ଏକ ବହୁମୁଖୀ ଅନୁଷ୍ଠାନ ଥିଲେ ବୋଲି ମତବ୍ୟକ୍ତ କରିଥିଲେ । ସମ୍ମାନିତ ଅତିଥି ଭାବେ ଯୋଗାଦଇ ଭଣ୍ଡାରୀପୋଖରୀର ବିଧାୟକ ଶ୍ରୀ ପ୍ରଫୁଲ୍ଲ ସାମଲ ଡ. ହରେକୃଷ୍ଣ ମହତାବଙ୍କ ପ୍ରତି କାର୍ଯ୍ୟରେ ସ୍ୱକୀୟତା, ସାହାସ ଓ ନିର୍ଭୀକତାର ପରିପ୍ରକାଶ ହୋଉଥିଲା ବୋଲି କହିଥିଲେ ।

ମୁଖ୍ୟବକ୍ତା ଭାବେ ବିଶିଷ୍ଟ ଶିକ୍ଷାବିତ୍‌ ଓ ଗବେଷକ ଡ. ଗିରିଶ ପ୍ରସାଦ ସ୍ୱାଇଁ ଡ. ମହତାବଙ୍କ କର୍ମମୟ ଜୀବନ ସଂପର୍କରେ ଆଲୋକପାତ କରିଥିଲେ । ସୂଚନା ଓ ଲୋକସଂପର୍କ ବିଭାଗର ନିର୍ଦ୍ଦେଶକ ଶ୍ରୀ ଇନ୍ଦ୍ରମଣି ତି୍ରପାଠୀ ସ୍ୱାଗତ ଭାଷଣ ପ୍ରଦାନ କରି ଡ. ମହତାବଙ୍କୁ ଆଧୁନିକ ଓଡ଼ିଶାର ନିର୍ମାତା ବୋଲି ଦର୍ଶାଇଥିଲେ । ସଭା ପ୍ରାରମ୍ଭରେ ଅତିଥିମାନେ ନବ ଉତ୍କଳର ନିର୍ମାତା ଡ. ହରେକୃଷ୍ଣ ମହତାବଙ୍କ ଫଟୋଚିତ୍ରରେ ପୁଷ୍ପମାଲ୍ୟ ଅର୍ପଣ କରିଥିଲେ ଏବଂ ପରେ ଆଚାର୍ଯ୍ୟ ଜଳଧର ପ୍ରଧାନ ଓ ସାଥି ସ୍ୱାଗତ ସଂଗୀତ ପରିବେଷଣ କରିଥିଲେ ।

ସୂଚନା ଓ ଲୋକସଂପର୍କ ବିଭାଗର ନିର୍ଦ୍ଦେଶକ (ବୈଷୟିକ) ଶ୍ରୀ ସୁରେନ୍ଦ୍ର ନାଥ ପରିଡ଼ା ଧନ୍ୟବାଦ ଅର୍ପଣ କରିଥିଲେ । କାର୍ଯ୍ୟକ୍ରମକୁ ସହକାରୀ ନିର୍ଦ୍ଦେଶକ (କ୍ଷେତ୍ର) ଶ୍ରୀମତୀ ସୁଚେତା ପ୍ରିୟଦର୍ଶିନୀ ସଂଯୋଜନା କରିଥିଲେ । ଏହି କାର୍ଯ୍ୟକ୍ରମରେ ସୂଚନା ଓ ଲୋକସଂପର୍କ ବିଭାଗର ବହୁ ବରିଷ୍ଠ ଅଧିକାରୀ ଏବଂ କର୍ମଚାରୀଙ୍କ ସମେତ ଛାତ୍ରଛାତ୍ରୀ, ଗଣମାଧ୍ୟମର ପ୍ରତିନିଧି ଏବଂ ବୁଦ୍ଧିଜୀବୀ ଯୋଗ ଦେଇଥିଲେ ।

ସାଂସଦ ଶ୍ରୀମତୀ ସୁଲତା ଦେଓ ସୂଚନା ଓ ଲୋକସଂପର୍କ ବିଭାଗ
Share. Facebook Twitter LinkedIn Email WhatsApp Copy Link

Related Posts

ସୁରକ୍ଷା ଓ ଚାଳନା ଦକ୍ଷତା ବୃଦ୍ଧି ପାଇଁ ରେଳବାଇରେ ଏଆଇ ଓ ମେସିନ୍ ଲର୍ଣ୍ଣିଂର ବ୍ୟବହାର

March 12, 2026

ଗ୍ରୀଷ୍ମ ପ୍ରବାହ ମୁକାବିଲା ପାଇଁ ରାଜ୍ୟ ସରକାରଙ୍କ ପ୍ରସ୍ତୁତି କ’ଣ?: ସ୍ପଷ୍ଟ କଲେ ମନ୍ତ୍ରୀ ସୁରେଶ ପୂଜାରୀ

March 12, 2026

ପଶ୍ଚିମ ଓଡ଼ିଶାର ରେଳ ସଂଯୋଗକୁ ନୂଆ ଗତି: ପୋତନୁର-ଧନବାଦ ଅମୃତ ଭାରତ ଏକ୍ସପ୍ରେସର ପ୍ରଚଳନ

March 12, 2026

ଜିଓ-ପିସି ରେ ଏବେ ଓଡ଼ିଆ ଭାଷାରେ ଉପଲବ୍ଧ ଜିଓ ଏଆଇ କ୍ଲାସରୁମ୍

March 12, 2026
Latest News

ସୁରକ୍ଷା ଓ ଚାଳନା ଦକ୍ଷତା ବୃଦ୍ଧି ପାଇଁ ରେଳବାଇରେ ଏଆଇ ଓ ମେସିନ୍ ଲର୍ଣ୍ଣିଂର ବ୍ୟବହାର

March 12, 2026

ସଂସଦରେ ଅଭିବ୍ୟକ୍ତିର ସ୍ୱାଧୀନତା ଧାର୍ଯ୍ୟ ନିୟମାଧୀନ ଅଟେ: ଲୋକସଭା ବାଚସ୍ପତି

March 12, 2026

ଗ୍ରୀଷ୍ମ ପ୍ରବାହ ମୁକାବିଲା ପାଇଁ ରାଜ୍ୟ ସରକାରଙ୍କ ପ୍ରସ୍ତୁତି କ’ଣ?: ସ୍ପଷ୍ଟ କଲେ ମନ୍ତ୍ରୀ ସୁରେଶ ପୂଜାରୀ

March 12, 2026

ଲୋକସଭାରେ ପେଟ୍ରୋଲିୟମ ଏବଂ ପ୍ରାକୃତିକ ବାଷ୍ପ ମନ୍ତ୍ରୀଙ୍କ ବକ୍ତବ୍ୟ

March 12, 2026

ପଶ୍ଚିମ ଓଡ଼ିଶାର ରେଳ ସଂଯୋଗକୁ ନୂଆ ଗତି: ପୋତନୁର-ଧନବାଦ ଅମୃତ ଭାରତ ଏକ୍ସପ୍ରେସର ପ୍ରଚଳନ

March 12, 2026
Load More
The Samikhsya Odia
Facebook X (Twitter) LinkedIn
  • About Us
  • Contact Details
  • Grievance
  • Privacy Policy
  • Terms Of Use

Chief Editor: Sarat Paikray

© 2018-2026 All rights resorved by S M Network | Designed by Ratna Technology.

Type above and press Enter to search. Press Esc to cancel.