Close Menu
The Samikhsya OdiaThe Samikhsya Odia
  • ହୋମ
  • ବିଶେଷ ଖବର
  • ରାଜ୍ୟ ଖବର
  • ଜାତୀୟ ଖବର
  • ଆଞ୍ଚଳିକ
  • ସଂସ୍କୃତି
  • ବ୍ୟବସାୟ
  • ଧର୍ମ
  • ଖେଳ
  • ମନୋରଂଜନ
  • ଅନ୍ତରାଷ୍ଟ୍ରୀୟ
  • ଜୀବନ ଶୈଳୀ
Facebook X (Twitter) LinkedIn
  • About Us
  • Contact Details
  • Grievance
  • Privacy Policy
  • Terms Of Use
Facebook X (Twitter) LinkedIn
The Samikhsya OdiaThe Samikhsya Odia
  • ହୋମ
  • ବିଶେଷ ଖବର
  • ରାଜ୍ୟ ଖବର
  • ଜାତୀୟ ଖବର
  • ଆଞ୍ଚଳିକ
  • ସଂସ୍କୃତି
  • ବ୍ୟବସାୟ
  • ଧର୍ମ
  • ଖେଳ
  • ଅନ୍ୟାନ୍ୟ
    • ମନୋରଂଜନ
    • ଅନ୍ତରାଷ୍ଟ୍ରୀୟ
    • ଜୀବନ ଶୈଳୀ
Eng
The Samikhsya OdiaThe Samikhsya Odia
Eng
Home»ଆଜିର ଖବର»ପୂର୍ବତଟ ରେଳପଥର ମହା ପ୍ରବନ୍ଧକଙ୍କ ଦ୍ୱାରା ଭୁବନେଶ୍ୱର ରେଲ ଷ୍ଟେସନ୍ ନିରୀକ୍ଷଣ
ଆଜିର ଖବର

ପୂର୍ବତଟ ରେଳପଥର ମହା ପ୍ରବନ୍ଧକଙ୍କ ଦ୍ୱାରା ଭୁବନେଶ୍ୱର ରେଲ ଷ୍ଟେସନ୍ ନିରୀକ୍ଷଣ

November 23, 2022No Comments2 Mins Read
Share Facebook Twitter LinkedIn Email WhatsApp Copy Link

ଭୁବନେଶ୍ବର: ପୂର୍ବତଟ ରେଳପଥର ମହାପ୍ରବନ୍ଧକ ରୂପ ନାରାୟଣ ସୁନକର ଆଜି ଭୁବନେଶ୍ୱର ରେଳ ଷ୍ଟେସନର ନିରୀକ୍ଷଣ କରିଛନ୍ତି ଏବଂ ଭୁବନେଶ୍ୱରରୁ ତାଲଚର ପର୍ଯ୍ୟନ୍ତ (ଅନଗୁଳ ମଧ୍ୟ ଦେଇ) ୱିଣ୍ଡୋ ଟ୍ରେଲିଂ ନିରୀକ୍ଷଣ କରିବା ସହ ବିଭିନ୍ନ କାର୍ଯ୍ୟର ସମୀକ୍ଷା ମଧ୍ୟ କରିଛନ୍ତି।

ରେଳମନ୍ତ୍ରୀ ଅଶ୍ୱିନୀ ବୈଷ୍ଣବ ଓଡିଶାକୁ ବିଶେଷ ଧ୍ୟାନ ଦେଉଛନ୍ତି ଏବଂ ଓଡିଶାରେ ଚାଲିଥିବା ବିଭିନ୍ନ ପ୍ରକଳ୍ପ କାର୍ଯ୍ୟ ତାଙ୍କ ନିରନ୍ତର ତଦାରଖ ଏବଂ ପ୍ରାଥମିକତା ଅଧୀନରେ ରହିଛି। ମାନ୍ୟବର ରେଳମନ୍ତ୍ରୀଙ୍କ ନିର୍ଦ୍ଦେଶ ଅନୁଯାୟୀ ଶ୍ରୀ ସୁନକର ଆଜି ଭୁବନେଶ୍ୱର ରେଳ ଷ୍ଟେସନର ବିସ୍ତୃତ ଚଳପ୍ରଚଳ ସ୍ଥାନ, ଟିକେଟ ସଂରକ୍ଷଣ କେନ୍ଦ୍ର, ଷ୍ଟେସନ ଏବଂ ପ୍ଲାଟଫର୍ମରେ ଉପଲବ୍ଧ ବିଭିନ୍ନ ଯାତ୍ରୀ ସୁବିଧା ଗୁଡିକର ଯାଞ୍ଚ କରିଛନ୍ତି। ମହା ପ୍ରବନ୍ଧକ ପ୍ରସ୍ତାବିତ ନୂତନ ଷ୍ଟେସନ୍ ବିଲ୍ଡିଂର ଡିଜାଇନର ସମୀକ୍ଷା କରିବା ସହ ବିଭିନ୍ନ କାର୍ଯ୍ୟର ଅଗ୍ରଗତି ବିଷୟରେ ପଚାରି ବୁଝିଥିଲେ।

ସେ ମଧ୍ୟ ଭୁବନେଶ୍ୱରରୁ ତାଲଚେରକୁ (ଭାୟା ଅନଗୁଳ) ଦେଇ ୱିଣ୍ଡୋ ଟ୍ରେଲିଂ ନିରୀକ୍ଷଣ କରିବା ସହ ତାଲଚେର ଅଞ୍ଚଳରେ ଥିବା ବିଭିନ୍ନ ସାଇଡିଙ୍ଗର ମଧ୍ୟ ନିରୀକ୍ଷଣ କରିଥିଲେ। ଯାଞ୍ଚ ସମୟରେ ସେ ବିଭିନ୍ନ ଜନ ସଂଗଠନ ଦ୍ୱାରା ଦିଆଯାଇଥିବା ସ୍ମାରକପତ୍ର ଗ୍ରହଣ କରିଥିଲେ ଏବଂ ଅଭିଯୋଗଗୁଡିକର ଶୀଘ୍ର ସମାଧାନ ପାଇଁ ଆଶ୍ୱାସନା ଦେଇଥିଲେ।

ଭୁବନେଶ୍ୱର ରେଳ ଷ୍ଟେସନ ନିରୀକ୍ଷଣ ସମୟରେ ଶ୍ରୀ ସୁନକର ଯାତ୍ରୀ ମାନଙ୍କୁ ଦିଆଯାଉଥିବା ମୌଳିକ ସୁବିଧା ତଥା ଆବଶ୍ୟକତା ଗୁଡିକ ଯେପରି ଯାତ୍ରୀମାନଙ୍କୁ ସହାୟକ ହୋଇପାରିବ ସେଥିପ୍ରତି ଧ୍ୟାନଦେବାକୁ ଅଧିକାରୀ ମାନଙ୍କୁ ପରାମର୍ଶ ଦେଇଥିଲେ। ବିଭିନ୍ନ ପ୍ରକଳ୍ପ କାର୍ଯ୍ୟର ଶୀଘ୍ର ସମାପ୍ତି ପାଇଁ ଧ୍ୟାନ ଦେବାକୁ ସେ ଅଧିକାରୀମାନଙ୍କୁ ପରାମର୍ଶ ଦେଇଛନ୍ତି। ଯାତ୍ରୀ ମାନଙ୍କ ସୁବିଧା ପାଇଁ ଆବଶ୍ୟକ କରୁଥିବା ବିସ୍ତୃତ ଚଳପ୍ରଚଳ ସ୍ଥାନ, କନକୋର୍ସ, ପ୍ଲାଟଫର୍ମ, ଆଲୋକିକରଣ, ଯାତ୍ରୀ ପ୍ରତୀକ୍ଷା କକ୍ଷ, ଶୌଚଳାୟ, ଏସ୍କାଲେଟର, ଲିଫ୍ଟ ଇତ୍ୟାଦି ଗୁଡିକର ଉପଲବ୍ଧି ଉପରେ ପ୍ରଥମିକତା ଦେବାକୁ ସେ ଅଧିକାରୀମାନଙ୍କୁ କହିଥିଲେ।

ଏହି ନିରୀକ୍ଷଣ ସମୟରେ ମହାପ୍ରବନ୍ଧଙ୍କକ ସହିତ ଖୋର୍ଦ୍ଧା ରୋଡ ରେଳମଣ୍ଡଳର ମଣ୍ଡଳ ରେଳବାଇ ପ୍ରବନ୍ଧକ ରିଙ୍କେଶ ରାୟଙ୍କ ସମେତ ମୁଖ୍ୟାଳୟ ଓ ରେଳମଣ୍ଡଳର ବରିଷ୍ଠ ଅଧିକାରୀମାନେ ଉପସ୍ଥିତ ଥିଲେ।

ଖୋର୍ଦ୍ଧା ରୋଡ ରେଳମଣ୍ଡଳ ଭୁବନେଶ୍ୱର ରେଳ ଷ୍ଟେସନ
Share. Facebook Twitter LinkedIn Email WhatsApp Copy Link

Related Posts

ବେଲଗୁଣ୍ଠାରେ ମାନବିକତା: ହଜିଯାଇଥିବା ୨ ଭରି ସୁନା ମଙ୍ଗଳସୂତ୍ର ଫେରାଇଲେ ଔଷଧ ଦୋକାନୀ

August 22, 2026

ପାରାଦୀପ ବନ୍ଦରରେ ୪୨୭ କୋଟିର ପ୍ରକଳ୍ପ ଉଦ୍‌ଘାଟନ କଲେ ସର୍ବାନନ୍ଦ ସୋନୋୱାଲ

August 22, 2026

ରାଶିଫଳ: ଅଗଷ୍ଟ ୨୨ ତାରିଖ ଶନିବାରରେ କଣ ରହିବ ଆପଣଙ୍କ ଭାଗ୍ୟରେ ପଢନ୍ତୁ

August 22, 2026

ମହାନଦୀ ଜଳ ବିବାଦରେ ବଡ଼ ପଦକ୍ଷେପ, CWC ଗଠନ କଲା ବୈଷୟିକ କମିଟି

August 21, 2026
Latest News

ବେଲଗୁଣ୍ଠାରେ ମାନବିକତା: ହଜିଯାଇଥିବା ୨ ଭରି ସୁନା ମଙ୍ଗଳସୂତ୍ର ଫେରାଇଲେ ଔଷଧ ଦୋକାନୀ

August 22, 2026

ମହାକାଶ ଷ୍ଟାର୍ଟଅପ୍‌ଗୁଡ଼ିକର ସିଇଓ ଓ ପ୍ରତିଷ୍ଠାତାମାନଙ୍କ ସହ ଆଲୋଚନା କଲେ ପ୍ରଧାନମନ୍ତ୍ରୀ

August 22, 2026

ପାରାଦୀପ ବନ୍ଦରରେ ୪୨୭ କୋଟିର ପ୍ରକଳ୍ପ ଉଦ୍‌ଘାଟନ କଲେ ସର୍ବାନନ୍ଦ ସୋନୋୱାଲ

August 22, 2026

ରାଶିଫଳ: ଅଗଷ୍ଟ ୨୨ ତାରିଖ ଶନିବାରରେ କଣ ରହିବ ଆପଣଙ୍କ ଭାଗ୍ୟରେ ପଢନ୍ତୁ

August 22, 2026

ମହାନଦୀ ଜଳ ବିବାଦରେ ବଡ଼ ପଦକ୍ଷେପ, CWC ଗଠନ କଲା ବୈଷୟିକ କମିଟି

August 21, 2026
Load More
The Samikhsya Odia
Facebook X (Twitter) LinkedIn
  • About Us
  • Contact Details
  • Grievance
  • Privacy Policy
  • Terms Of Use

Chief Editor: Sarat Paikray

© 2018-2026 All rights resorved by S M Network | Designed by Ratna Technology.

Type above and press Enter to search. Press Esc to cancel.