Close Menu
The Samikhsya OdiaThe Samikhsya Odia
  • ହୋମ
  • ବିଶେଷ ଖବର
  • ରାଜ୍ୟ ଖବର
  • ଜାତୀୟ ଖବର
  • ଆଞ୍ଚଳିକ
  • ସଂସ୍କୃତି
  • ବ୍ୟବସାୟ
  • ଧର୍ମ
  • ଖେଳ
  • ମନୋରଂଜନ
  • ଅନ୍ତରାଷ୍ଟ୍ରୀୟ
  • ଜୀବନ ଶୈଳୀ
Facebook X (Twitter) LinkedIn
  • About Us
  • Contact Details
  • Grievance
  • Privacy Policy
  • Terms Of Use
Facebook X (Twitter) LinkedIn
The Samikhsya OdiaThe Samikhsya Odia
  • ହୋମ
  • ବିଶେଷ ଖବର
  • ରାଜ୍ୟ ଖବର
  • ଜାତୀୟ ଖବର
  • ଆଞ୍ଚଳିକ
  • ସଂସ୍କୃତି
  • ବ୍ୟବସାୟ
  • ଧର୍ମ
  • ଖେଳ
  • ଅନ୍ୟାନ୍ୟ
    • ମନୋରଂଜନ
    • ଅନ୍ତରାଷ୍ଟ୍ରୀୟ
    • ଜୀବନ ଶୈଳୀ
Eng
The Samikhsya OdiaThe Samikhsya Odia
Eng
Home»ଆଜିର ଖବର»ଏମ୍ସ ଭୁବନେଶ୍ୱର ପକ୍ଷରୁ “ଅଙ୍ଗ ଦାନ ସଚେତନତା” ସୃଷ୍ଟି ନେଇ ୱାକାଥନ୍ ଯୋଗ ଦେଲେ ହକି ଇଣ୍ଡିଆ ଅଧ୍ୟକ୍ଷ
ଆଜିର ଖବର

ଏମ୍ସ ଭୁବନେଶ୍ୱର ପକ୍ଷରୁ “ଅଙ୍ଗ ଦାନ ସଚେତନତା” ସୃଷ୍ଟି ନେଇ ୱାକାଥନ୍ ଯୋଗ ଦେଲେ ହକି ଇଣ୍ଡିଆ ଅଧ୍ୟକ୍ଷ

November 27, 2022No Comments2 Mins Read
Share Facebook Twitter LinkedIn Email WhatsApp Copy Link

ଭୁବନେଶ୍ୱର: ଏମ୍ସ ଭୁବନେଶ୍ୱରରେ ସର୍ଜିକାଲ୍ ଗ୍ୟାଷ୍ଟ୍ରୋଏଣ୍ଟେରୋଲୋଜି ବିଭାଗ ପକ୍ଷରୁ ଆଜି ସକାଳେ “ଅଙ୍ଗ ଦାନ ସଚେତନତା” ନିମନ୍ତେ ଏକ ବିଶାଳ ୱାକାଥନ୍ ଅନୁଷ୍ଠିତ ହୋଇଯାଇଛି। ଏହି ୱାକାଥନରେ ହକି ଇଣ୍ଡିଆ ଅଧ୍ୟକ୍ଷ ତଥା ବିଶିଷ୍ଟ ହକି ତାରକା ଦିଲ୍ଲୀପ ତିର୍କୀ ଯୋଗଦେଇଥିଲେ। ୱାକାଥନକୁ ଶୁଭାରମ୍ଭ କରିବା ସହିତ ଅଙ୍ଗ ଦାନ ଭଳି ମହତ କାର୍ଯ୍ୟ ନିମନ୍ତେ ଏମ୍ସ ପ୍ରୟାସ କରିଥିବାରୁ ଅଭିନନ୍ଦନ ଜଣାଇଥିଲେ। ଅଙ୍ଗ ଦାନ ବର୍ତ୍ତମାନ ସମୟର ବିରାଟ ଆବଶ୍ୟକତା ଏବଂ ଏନେଇ ରହିଥିବା ନାନା ଅନ୍ଧବିଶ୍ୱାସ କୁ ଦୂର କରିବାରେ ଏମ୍ସ ଭୁବନେଶ୍ବର ଛାତ୍ରଛତ୍ରୀ କାର୍ଯ୍ୟ କରିବେ ବୋଲି ଶ୍ରୀ ତିର୍କୀ ଆହ୍ୱାନ କରିଥଲେ। ଏହି ୱାକାଥନ୍ ରେ ପ୍ରାୟ ଏକ ହଜାର ରୁ ଅଧିକ ମେଡିକାଲ୍ ଛାତ୍ରଛାତ୍ରୀ, ଅଧ୍ୟାପକ ଅଧ୍ୟାପିକା, ଏମ୍ସ କର୍ମଚାରୀ ଅଂଶ୍ରହଣ କରିଥିଲେ।

ଏହି ୱାକାଥନରେ ଏମ୍ସ ଭୁବନେଶ୍ୱର କାର‌୍ୟ୍ୟନିର୍ବାହୀ ନିର୍ଦ୍ଦେଶକ ପ୍ରଫେସର ଆଶୁତୋଷ ବିଶ୍ୱାସ, ମେଡିକାଲ୍ ଅଧୀକ୍ଷକ ପ୍ରଫେସର ଏସ୍ ଏନ ମହାନ୍ତି, ଡିନ୍ ଡକ୍ଟର ପି ଆର ମହାପାତ୍ର, କୁଳସଚିବ ବି ବି ମିଶ୍ର, ଡ. ପ୍ରଭାସ ରଂଜନ ତ୍ରିପାଠୀ, ଡ. ସଞ୍ଜୟ ଗିରି, ଡିଡିଏ ରଶ୍ମି ରଂଜନ ସେଠୀ, ନର୍ସିଂ କଲେଜ ଅଧ୍ୟକ୍ଷା ଆଶା ପି ସେଟ୍ଟି, ଡ. ପ୍ରଶାନ୍ତ ନାୟକ, ଡ. ସୁବ୍ରତ ସାହୁ, ଡ. ହେମନ୍ତ ନାୟକଙ୍କ ସମେତ ଅନେକ ଅଧ୍ୟାପକ ଅଧ୍ୟାପିକା, ସରକାରୀ କ୍ଷେତ୍ରରେ ଲିଭର ଟ୍ରାନ୍ସପ୍ଲାଣ୍ଟ ସର୍ଜରୀ ଆରମ୍ଭ କରିଥିବା ପ୍ରଫେସର ଭିନିଏନ୍ଦ୍ର ପାମେଚା ପ୍ରମୁଖ ଅଂଶଗ୍ରହଣ କରି ଛାତ୍ରଛାତ୍ରୀଙ୍କୁ ଉତ୍ସାହିତ କରିଥିଲେ। ଏମ୍ସ ଭୁବନେଶ୍ୱର ସର୍ଜିକାଲ୍ ଗ୍ୟାଷ୍ଟ୍ରୋଏଣ୍ଟେରୋଲୋଜି ବିଭାଗ ସହକାରୀ ପ୍ରଫେସର ତଥା କାର୍ଯ୍ୟକ୍ରମ ସଂଗଠନ ସମ୍ପାଦକ ଡକ୍ଟର ବ୍ରହ୍ମଦତ୍ତ ପଟ୍ଟନାୟକ ୱାକାଥନ୍ ର ସଫଳତା ନିମନ୍ତେ ସମସ୍ତଙ୍କୁ ଧନ୍ୟବାଦ ଜଣାଇଥିଲେ।

ଉଲ୍ଲେଖଯୋଗ୍ୟ ଯେ ଏମ୍ସ ଭୁବନେଶ୍ୱରରେ ସର୍ଜିକାଲ୍ ଗ୍ୟାଷ୍ଟ୍ରୋଏଣ୍ଟେରୋଲୋଜି ବିଭାଗ ପକ୍ଷରୁ ଗତକାଲି ଆୟୋଜିତ “ଅଙ୍ଗ ଦାନ ସଚେତନତା” କର୍ମଶାଳା ଏବଂ ନିରନ୍ତର ମେଡିକାଲ୍ ଏଜୁକେସନ୍ (ସିଏମ୍ଇ) କାର୍ଯ୍ୟମରେ ଜାତୀୟ ଖ୍ୟାତିସମ୍ପନ୍ନ ବିଶେଷଜ୍ଞମାନେ ଯୋଗଦେଇ ଅଙ୍ଗ ଦାନ ନିମନ୍ତେ ଜନସାଧାରଣଙ୍କ ମଧ୍ୟରେ ବ୍ୟାପକ ସଚେତନତା ସୃଷ୍ଟି କରିବା ସହିତ ଉପଯୁକ୍ତ ଦାତା ତଥା ପ୍ରାପ୍ତକର୍ତ୍ତା ବାଛିବା, ଅଙ୍ଗ ଆବଣ୍ଟନ, ଦୁଃଖରେ ଥିବା ପରିବାରକୁ ପରାମର୍ଶ ଏବଂ ବ୍ୟାପକ ଗୁଣାତ୍ମକ କ୍ଲିନିକାଲ୍ ଯତ୍ନ ଉପରେ ବିସ୍ତୃତ ଆଲୋଚନା କରିଥିଲେ।

ଏମ୍‌ସ ଭୁବନେଶ୍ୱର ୱାକାଥନ୍
Share. Facebook Twitter LinkedIn Email WhatsApp Copy Link

Related Posts

BSNL ମାରିଲା ବାଜି!: Jio ଏବଂ Airtelକୁ ପଛରେ ପକାଇ ଏହି କ୍ଷେତ୍ରରେ ହେଲା ନମ୍ବର ୱାନ୍

April 12, 2026

ଜୁଲାଇ ୩ରୁ ଅମରନାଥ ଯାତ୍ରା: ଏପ୍ରିଲ ୧୫ରେ ଆରମ୍ଭ ହେବ ପଞ୍ଜୀକରଣ

April 12, 2026

କମିଲା ନା ବଢିଲା, ଜାଣନ୍ତୁ ଆଜି ଭୁବନେଶ୍ଵରରେ ସୁନା ଏବଂ ରୂପାର ମୂଲ୍ୟ କେତେ?

April 12, 2026

ଚାଲିଗଲେ ଆଶା ଭୋସ୍‌ଲେ : ୯୨ ବର୍ଷରେ ଆଖି ବୁଜିଲେ

April 12, 2026
Latest News

BSNL ମାରିଲା ବାଜି!: Jio ଏବଂ Airtelକୁ ପଛରେ ପକାଇ ଏହି କ୍ଷେତ୍ରରେ ହେଲା ନମ୍ବର ୱାନ୍

April 12, 2026

ସାମ୍ବାଦିକ ନୃସିଂହ ମିଶ୍ରଙ୍କ ବିୟୋଗରେ ଶୋକସଭା

April 12, 2026

ଜୁଲାଇ ୩ରୁ ଅମରନାଥ ଯାତ୍ରା: ଏପ୍ରିଲ ୧୫ରେ ଆରମ୍ଭ ହେବ ପଞ୍ଜୀକରଣ

April 12, 2026

କମିଲା ନା ବଢିଲା, ଜାଣନ୍ତୁ ଆଜି ଭୁବନେଶ୍ଵରରେ ସୁନା ଏବଂ ରୂପାର ମୂଲ୍ୟ କେତେ?

April 12, 2026

ଚାଲିଗଲେ ଆଶା ଭୋସ୍‌ଲେ : ୯୨ ବର୍ଷରେ ଆଖି ବୁଜିଲେ

April 12, 2026
Load More
The Samikhsya Odia
Facebook X (Twitter) LinkedIn
  • About Us
  • Contact Details
  • Grievance
  • Privacy Policy
  • Terms Of Use

Chief Editor: Sarat Paikray

© 2018-2026 All rights resorved by S M Network | Designed by Ratna Technology.

Type above and press Enter to search. Press Esc to cancel.