Close Menu
The Samikhsya OdiaThe Samikhsya Odia
  • ହୋମ
  • ବିଶେଷ ଖବର
  • ରାଜ୍ୟ ଖବର
  • ଜାତୀୟ ଖବର
  • ଆଞ୍ଚଳିକ
  • ସଂସ୍କୃତି
  • ବ୍ୟବସାୟ
  • ଧର୍ମ
  • ଖେଳ
  • ମନୋରଂଜନ
  • ଅନ୍ତରାଷ୍ଟ୍ରୀୟ
  • ଜୀବନ ଶୈଳୀ
Facebook X (Twitter) LinkedIn
  • About Us
  • Contact Details
  • Grievance
  • Privacy Policy
  • Terms Of Use
Facebook X (Twitter) LinkedIn
The Samikhsya OdiaThe Samikhsya Odia
  • ହୋମ
  • ବିଶେଷ ଖବର
  • ରାଜ୍ୟ ଖବର
  • ଜାତୀୟ ଖବର
  • ଆଞ୍ଚଳିକ
  • ସଂସ୍କୃତି
  • ବ୍ୟବସାୟ
  • ଧର୍ମ
  • ଖେଳ
  • ଅନ୍ୟାନ୍ୟ
    • ମନୋରଂଜନ
    • ଅନ୍ତରାଷ୍ଟ୍ରୀୟ
    • ଜୀବନ ଶୈଳୀ
Eng
The Samikhsya OdiaThe Samikhsya Odia
Eng
Home»ଆଜିର ଖବର»ଉଗ୍ରରୂପ ନେଲା ଚିଲିକା ବିଜେଡିର ଗୋଷ୍ଠୀ କନ୍ଦଳ: ପୂର୍ବତନ ବିଧାୟକଙ୍କ କୁଶ ପୁତ୍ତଳିକା ଦାହ କଲେ ଦଳୀୟ କର୍ମୀ
ଆଜିର ଖବର

ଉଗ୍ରରୂପ ନେଲା ଚିଲିକା ବିଜେଡିର ଗୋଷ୍ଠୀ କନ୍ଦଳ: ପୂର୍ବତନ ବିଧାୟକଙ୍କ କୁଶ ପୁତ୍ତଳିକା ଦାହ କଲେ ଦଳୀୟ କର୍ମୀ

November 29, 2022No Comments2 Mins Read
Share Facebook Twitter LinkedIn Email WhatsApp Copy Link

ସୀତାରାମ ଅଗ୍ରୱାଲ

ଚିଲିକା: ଉଗ୍ରରୂପ ନେଲା ଚିଲିକା ବିଜେଡିର ଗୋଷ୍ଠୀ କନ୍ଦଳ। ପୂର୍ବତନ ବିଜେଡି ବିଧାୟକ ରଘୁନାଥ ସାହୁଙ୍କ ବିରୁଦ୍ଧରେ ଦଳୀୟ ନେତାମାନେ ଆଜି ରଣ ହୁଙ୍କାର ଦେଇଛନ୍ତି। ପୂର୍ବତନ ବିଧାୟକଙ୍କ ବିରୋଧରେ ଆଜି ଚିଲିକାରେ ଏକ ପ୍ରତିବାଦ ଶୋଭାଯାତ୍ରା କରାଯାଇଛି। ଯେଉଁଥିରେ ତାଙ୍କୁ ଦଳରୁ ବହିଷ୍କାର କରିବା ପାଇଁ ଉପସ୍ଥିତ କର୍ମୀମାନେ ଦାବି କରିଛନ୍ତି।

ସୂଚନା ଥାଉକି ଗତ ୨୩ ତାରିଖ ଦିନ ଚିଲିକା ପୂର୍ବତନ ବିଜେଡି ବିଧାୟକ ରଘୁନାଥ ସାହୁ ନିଜ ବାସଭବନରେ ଆୟୋଜିତ ସାମ୍ବାଦିକ ସମ୍ମିଳନୀ ଜରିଆରେ ଚିଲିକା ବିଧାୟକ, ଜିଲ୍ଲା ପରିଷଦ ଉପସଭାପତି, ସାଂସଦ ପ୍ରତିନିଧି ଏବଂ ଅନ୍ୟ ଦଳୀୟ ନେତାଙ୍କ ବିରୁଦ୍ଧରେ ବିସ୍ଫୋରକ ବୟାନ ଦେଇଥିବା ବେଳେ ରାଜ୍ୟ ରାଜନୀତିରେ ଭୁକମ୍ପନ ସୃଷ୍ଟି ହୋଇଥିଲା।  ସେ ସିଧାସଳଖ ଚିଲିକା ବିଧାୟକ ପ୍ରଶାନ୍ତ ଜଗଦ୍ଦେବଙ୍କୁ ଦୁର୍ନୀତିଗ୍ରସ୍ତ ବିଧାୟକ କହିବା ସହ ତାଙ୍କୁ ୫ ପ୍ରତିଶତ ପିସି ନଦେଲେ କିଛି କାମ ହେଉନି ବୋଲି କହିଥିଲେ। ଅନୁରୂପ ଭାବେ ଜିଲ୍ଲା ପରିଷଦ ଉପସଭାପତି ଗୋପୀନାଥ ମହାରଣା ଏବଂ ସାଂସଦ ପ୍ରତିନିଧି ମାନସ ପ୍ରଧାନଙ୍କ ବିରୁଦ୍ଧରେ ମଧ୍ୟ ସାଙ୍ଘାତିକ ଅଭିଯୋଗ ଆଣିଥିଲେ।

ତେବେ ଏହାର ଜବାବରେ ଜିଲ୍ଲା ପରିଷଦ ଉପସଭାପତି ଗୋପୀନାଥ ମହାରଣାଙ୍କ ନେତୃତ୍ୱରେ ଆଜି ଏକ ପ୍ରତିବାଦ ଶୋଭାଯାତ୍ରା ବାଲୁଗାଁରେ ଅନୁଷ୍ଠିତ ହୋଇଥିଲା।  ବିଜେଡିର ଶତାଧିକ କର୍ମୀ ସ୍ଥାନୀୟ ମା’ ଉତ୍ତରାୟଣୀ ମନ୍ଦିର ନିକଟରୁ ପ୍ରତିବାଦ ଶୋଭାଯାତ୍ରାରେ ବାହାରି ଗାନ୍ଧୀ ଛକ ପର୍ଯ୍ୟନ୍ତ ଯାଇଥିଲେ ଏବଂ ସେଠାରେ ରଘୁନାଥ ସାହୁଙ୍କୁ ବିଜେଡିରୁ ବହିଷ୍କାର ଦାବିରେ ତାଙ୍କର କୁଶ ପୁତ୍ତଳିକା ମଧ୍ୟ ଦାହ କରିଥିଲେ।

ରଘୁନାଥ ସାହୁ ବିଜେପିର ଏଜେଣ୍ଟ ଭଳି କାମ କରୁଛନ୍ତି ଏବଂ ଦଳବିରୋଧୀ କାର୍ଯ୍ୟ କରୁଛନ୍ତି ବୋଲି ଗୋପୀନାଥ କହିଥିଲେ। ଅନୁରୂପ ଭାବେ ଗୋପୀନାଥ ନିଜ ପରିବାରବର୍ଗଙ୍କ ନାମରେ କୋଟି କୋଟି ଟଙ୍କାର କାମ ନେଇଥିବାର ଅଭିଯୋଗକୁ ମଧ୍ୟ ଖଣ୍ଡନ କରିଥିଲେ।  ଯଦି ପୂର୍ବତନ ବିଧାୟକ ଏହାର ପ୍ରମାଣ ଦେଇଦେବେ, ତେବେ ଗୋପୀନାଥ ଲଣ୍ଡା ହୋଇ ନିର୍ବାଚନମଣ୍ଡଳୀ ଜନସାଧାରଣଙ୍କୁ କ୍ଷମା ମାଗିବା ସହ ରାଜନୀତିରୁ ସନ୍ନ୍ୟାସ ନେବେ ବୋଲି ଗଣମାଧ୍ୟମ ସମ୍ମୁଖରେ ଘୋଷଣା କରିଥିଲେ।

ସେହିପରି ଭାବେ ସାଂସଦ ପ୍ରତିନିଧି ମାନସ ରଞ୍ଜନ ପ୍ରଧାନ ମଧ୍ୟ ପୂର୍ବତନ ବିଧାୟକଙ୍କ ଉପରେ ବର୍ଷିଥିଲେ। ତେବେ ଉକ୍ତ ପ୍ରତିବାଦ ଶୋଭାଯାତ୍ରାରେ କିଛି ତୁଙ୍ଗ ବିଜେଡି ନେତା ଉପସ୍ଥିତ ଥିବାବେଳେ ଏଠାରେ ବାଣପୁର ଓ ବାଲୁଗାଁ ଏନଏସିର ଅଧ୍ୟକ୍ଷଙ୍କ ଅନୁପସ୍ଥିତି ଚର୍ଚ୍ଚାର ବିଷୟ ପାଲଟିଛି।

ତେବେ ଏ ନେଇ ପୂର୍ବତନ ଚିଲିକା ବିଧାୟକ ରଘୁନାଥ ସାହୁଙ୍କୁ ଯୋଗାଯୋଗ କରାଯାଇଥିବା ବେଳେ ଆସନ୍ତାକାଲି ଚିଲିକା ବ୍ଲକ ବିଜେଡି କର୍ମୀ ସମ୍ମିଳନୀରେ ସେ ଉକ୍ତ ପ୍ରତିବାଦ ଶୋଭାଯାତ୍ରାର ଉତ୍ତର ଦେବେ ବୋଲି କହିଛନ୍ତି।

କୁଶ ପୁତ୍ତଳିକା ଦାହ ଗୋଷ୍ଠୀ କନ୍ଦଳ ଚିଲିକା ବିଜେଡି ପୂର୍ବତନ ବିଧାୟକ ପ୍ରଶାନ୍ତ ଜଗଦ୍ଦେବ
Share. Facebook Twitter LinkedIn Email WhatsApp Copy Link

Related Posts

ବ୍ରିକ-ଆଇଏଲ୍‌ଏସ୍‌ ପରିଦର୍ଶନ କଲେ ଚଣ୍ଡିଗଡ଼ ଗଣଧ୍ୟାମ ପ୍ରତିନିଧି ଦଳ

September 16, 2026

UPI ପେମେଣ୍ଟରେ ଲାଗିବ ₹୫! କେଉଁଠି କେତେ ଚାର୍ଜ, ଜାଣନ୍ତୁ ପୂରା ହିସାବ

September 16, 2026

ଆଜି ମୁଖ୍ୟମନ୍ତ୍ରୀଙ୍କ ସମ୍ବଲପୁର ଗସ୍ତ: ଅନେକ ବିକାଶମୂଳକ ପ୍ରକଳ୍ପର କରିବେ ଶୁଭାରମ୍ଭ

September 16, 2026

ଓଡ଼ିଶା ଆସିବେ ରାହୁଲ ଗାନ୍ଧୀ: ଭୁବନେଶ୍ୱରରେ ଅନୁଷ୍ଠିତ ହେବ ‘ଜେନ୍-ଜି’ କାର୍ଯ୍ୟକ୍ରମ ‘ଛାତ୍ର କି ଗୁଞ୍ଜ’

September 16, 2026
Latest News

ବ୍ରିକ-ଆଇଏଲ୍‌ଏସ୍‌ ପରିଦର୍ଶନ କଲେ ଚଣ୍ଡିଗଡ଼ ଗଣଧ୍ୟାମ ପ୍ରତିନିଧି ଦଳ

September 16, 2026

ସେପ୍ଟେମ୍ବର ୧୮ରେ ହକି ଇଣ୍ଡିଆର ଜରୁରୀ ବୈଠକ

September 16, 2026

ଟ୍ରେନ୍ ଧକ୍କାରେ ଭାରତୀୟ ବଂଶୋଦ୍ଭବ ଯୁବତୀ ଓ ନେପାଳୀ ପୁରୁଷ ବନ୍ଧୁଙ୍କ ମୃତ୍ୟୁ

September 16, 2026

UPI ପେମେଣ୍ଟରେ ଲାଗିବ ₹୫! କେଉଁଠି କେତେ ଚାର୍ଜ, ଜାଣନ୍ତୁ ପୂରା ହିସାବ

September 16, 2026

ଆଜି ମୁଖ୍ୟମନ୍ତ୍ରୀଙ୍କ ସମ୍ବଲପୁର ଗସ୍ତ: ଅନେକ ବିକାଶମୂଳକ ପ୍ରକଳ୍ପର କରିବେ ଶୁଭାରମ୍ଭ

September 16, 2026
Load More
The Samikhsya Odia
Facebook X (Twitter) LinkedIn
  • About Us
  • Contact Details
  • Grievance
  • Privacy Policy
  • Terms Of Use

Chief Editor: Sarat Paikray

© 2018-2026 All rights resorved by S M Network | Designed by Ratna Technology.

Type above and press Enter to search. Press Esc to cancel.