ଓଡ଼ିଶା ଗସ୍ତରେ କେନ୍ଦ୍ର ସ୍ବାସ୍ଥ୍ୟ ରାଷ୍ଟ୍ର ମନ୍ତ୍ରୀ ଡାକ୍ତର ଭାରତୀ ପ୍ରବୀଣ ପୱାର

Published: Dec 2, 2022, 7:38 pm IST

ଭୁବନେଶ୍ବର: କେନ୍ଦ୍ର ସ୍ବାସ୍ଥ୍ୟ ଓ ପରିବାର କଲ୍ୟାଣ ରାଷ୍ଟ୍ରମନ୍ତ୍ରୀ ଡାକ୍ତର ଭାରତୀ ପ୍ରବୀଣ ପୱାର ଆଜି ଠାରୁ ତିନି ଦିନିଆ ଓଡ଼ିଶା ଗସ୍ତରେ ଆସୁଛନ୍ତି। ଶୁକ୍ରବାର ସନ୍ଧ୍ୟାରେ କେନ୍ଦ୍ର ମନ୍ତ୍ରୀ ଓଡ଼ିଶାରେ ପହଞ୍ଚିବେ। ଶନିବାର ସେ ଭୁବନେଶ୍ବର ସ୍ଥିତ ଭାରତୀୟ ଆୟୁର୍ବିଜ୍ଞାନ ଅନୁସନ୍ଧାନ ପରିଷଦ (ଆଇସିଏମଆର)-ଆଞ୍ଚଳିକ ଆୟୁର୍ବିଜ୍ଞାନ ଗବେଷଣା କେନ୍ଦ୍ର (ଆରଏମଆରସି) ଠାରେ ଏକ ସମୀକ୍ଷା ବୈଠକରେ ଯୋଗ ଦେବେ। ରବିବାର ଦିନ କେନ୍ଦ୍ର ସ୍ବାସ୍ଥ୍ୟ ରାଷ୍ଟ୍ର ମନ୍ତ୍ରୀ ଭୁବନେଶ୍ବରସ୍ଥିତ ଅଖିଳ ଭାରତୀୟ ଆୟୁର୍ବିଜ୍ଞାନ ସଂସ୍ଥାନ (ଏମ୍ସ) ପରିଦର୍ଶନ କରି ସ୍ବାସ୍ଥ୍ୟସେବା ଅନୁଧ୍ୟାନ କରିବାର କାର୍ଯ୍ୟକ୍ରମ ରହିଛି।

ଅନ୍ୟପଟେ ଶନିବାର ଅପରାହ୍ନରେ କେନ୍ଦ୍ର ସ୍ବାସ୍ଥ୍ୟ ରାଷ୍ଟ୍ର ମନ୍ତ୍ରୀ ପୁରୀ ଯାଇ ଶ୍ରୀଜଗନ୍ନାଥଙ୍କୁ ଦର୍ଶନ କରିବେ। ଏହି ଦିନ ସେ ଭୁବନେଶ୍ବର ଠାରେ ସ୍ବାସ୍ଥ୍ୟ ସଂକ୍ରାନ୍ତ ଏକ କାର୍ଯ୍ୟକ୍ରମରେ ଯୋଗ ଦେବେ ଏବଂ ଜନ ପ୍ରତିନିଧିମାନଙ୍କ ସହିତ ମତ ବିନିମୟ କରିବେ।

Related posts